< ଲୂକ 3 >

1 ତିବିରୀୟା କାଇସରଙ୍କ ଶାସନର ପନ୍ଦର ବର୍ଷରେ, ଯେତେବେଳେ ପନ୍ତିୟ ପୀଲାତ ଯିହୂଦିୟା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାହାଙ୍କ ଭାଇ ଫିଲିପ୍ପ ଈତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି, ଲୂସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ
In the fifteenth year of the reign of Tiberius Cæsar, when Pontius Pilate was governor of Judea, and Herod was tetrarch of Galilee, and his brother Philip was tetrarch of Iturea and of the region of Trachonitis, and Lysanias was tetrarch of Abilene,
2 ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ବରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା।
Annas and Caiaphas being chief priests, the word of God came to John the son of Zachariah, in the wilderness.
3 ସେଥିରେ ସେ ଯର୍ଦ୍ଦନ ନଦୀର ନିକଟବର୍ତ୍ତୀ ସମସ୍ତ ଅଞ୍ଚଳକୁ ଯାଇ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ,
And he came into all the country about the Jordan, preaching the immersion of repentance in order to the remission of sins;
4 ଯେପରି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଲିଖିତ ଅଛି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର;
as it is written in the book of the words of Isaiah the prophet, saying: The voice of one crying in the wilderness, Make ready the way of the Lord, make his paths straight;
5 ପ୍ରତ୍ୟେକ ଉପତ୍ୟକା ପୂର୍ଣ୍ଣ କରାଯିବ, ପୁଣି, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ, ବକ୍ର ପଥସବୁ ସିଧା ହେବ, ଆଉ ଉଚ୍ଚ ନୀଚ ଭୂମି ସମତଳ ପଥରେ ପରିଣତ ହେବ;
every ravine shall be filled, and every mountain and hill shall be made level; and the crooked ways shall be made straight; and the rough ways shall be made smooth;
6 ପୁଣି, ସମସ୍ତ ମନୁଷ୍ୟ ଈଶ୍ବରଙ୍କ ପରିତ୍ରାଣ ଦେଖିବେ।
and all flesh shall see the salvation of God.
7 ଅତଏବ, ଯୋହନ ତାହାଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ବାହାରି ଆସୁଥିବା ଲୋକସମୂହକୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?
Therefore he said to the multitudes that came out to be immersed by him: Generation of vipers, who has warned you to flee from the coming wrath?
8 ଏଣୁ ମନ-ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି।
Bring forth, therefore, fruits worthy of repentance. And begin not to say within yourselves, We have Abraham for our father; for I say to you, that God is able from these stones to raise up children for Abraham.
9 ଆଉ, ଏବେ ସୁଦ୍ଧା ଗଛଗୁଡ଼ାକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।
And now also the ax is lying at the root of the trees; therefore, every tree that does not produce good fruit, is cut down and cast into the fire.
10 ଏଥିରେ ଲୋକସମୂହ ତାହାଙ୍କୁ ପଚାରିବାକୁ ଲାଗିଲେ, ତାହାହେଲେ ଆମ୍ଭେମାନେ କଅଣ କରିବା?
And the multitudes asked him, saying: What, then, shall we do?
11 ସେ ସେମାନଙ୍କୁ ଉତ୍ତର ଦେଲେ, ଯାହାର ଦୁଇଟି ଅଙ୍ଗରଖା ଅଛି, ସେ ଯାହାର ନାହିଁ, ତାହାକୁ ଗୋଟିଏ ଦେଉ; ପୁଣି, ଯାହାର ଖାଦ୍ୟ ଅଛି, ସେ ସେହିପରି କରୁ।
He answered and said to them: He that has two coats, let him give to him that has none; and he that has food, let him do likewise.
12 କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କଅଣ କରିବା?
And the publicans also came to be immersed, and they said to him: Teacher, what shall we do?
13 ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯେତିକି ନିୟମ ଅଛି, ତାହାଠାରୁ ଅଧିକ ଆଦାୟ କର ନାହିଁ।
And he said to them: Exact no more than that which is appointed you.
14 ସୈନିକମାନେ ମଧ୍ୟ ତାହାଙ୍କୁ ପଚାରିବାକୁ ଲାଗିଲେ, ଆଉ ଆମ୍ଭେମାନେ କଅଣ କରିବା? ସେ ସେମାନଙ୍କୁ କହିଲେ, ବଳରେ କି ଛଳରେ କାହାର ଧନ ହରଣ କର ନାହିଁ, ପୁଣି, ତୁମ୍ଭମାନଙ୍କ ବେତନରେ ସନ୍ତୁଷ୍ଟ ହୋଇଥାଅ।
And soldiers also asked him, saying: And what shall we do? And he said to them: Take nothing from any one by extortion, nor by false accusation, and be content with your pay.
15 ଲୋକେ ଅପେକ୍ଷାରେ ଥିବାରୁ ଓ ଯୋହନ କେଜାଣି ଖ୍ରୀଷ୍ଟ ହେବେ, ଏହା ତାହାଙ୍କ ବିଷୟରେ ସମସ୍ତେ ଆପଣା ଆପଣା ମନରେ ତର୍କବିତର୍କ କରୁଥିବାରୁ,
While the people were in suspense, and all were reasoning in their hearts about John, whether he was the Christ or not,
16 ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କର ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।
John answered them all, saying: I indeed immerse you in water; but there comes One mightier than I, the strap of whose sandals I am not worthy to loose; he will immerse you in the Holy Spirit and in fire.
17 ଆପଣା ଖଳା ଉତ୍ତମ ରୂପେ ପରିଷ୍କାର କରିବା ନିମନ୍ତେ ଓ ନିଜ ଅମାରରେ ଗହମ ସଂଗ୍ରହ କରି ରଖିବା ନିମନ୍ତେ ତାହାଙ୍କ ହାତରେ କୁଲା ଅଛି, କିନ୍ତୁ ଅଗାଡ଼ିଯାକ ସେ ଅନନ୍ତ ଅଗ୍ନିରେ ପୋଡ଼ିପକାଇବେ।
His winnowing shovel is in his hand, and he will thoroughly cleanse his thrashing-floor, and gather the grain into his granary, but the chaff he will burn with unquenchable fire.
18 ସେ ଏହିପରି ଅନେକ ଉପଦେଶ ଦେଇ, ପୁଣି, ବିଭିନ୍ନ ପ୍ରକାର ଉତ୍ସାହଜନକ ବାକ୍ୟ କହି ଲୋକଙ୍କ ନିକଟରେ ସୁସମ୍ବାଦ ପ୍ରଚାର କରୁଥିଲେ;
With many other exhortations he proclaimed the good news to the people.
19 କିନ୍ତୁ ସାମନ୍ତରାଜା ହେରୋଦ ନିଜ ଭାଇଙ୍କ ଭାର୍ଯ୍ୟା ହେରୋଦିଆଙ୍କ ବିଷୟରେ ଏବଂ ନିଜେ କରିଥିବା ସମସ୍ତ ଦୁଷ୍କର୍ମ ବିଷୟରେ ଯୋହନଙ୍କ ଦ୍ୱାରା ଅନୁଯୋଗ ପାଇବାରୁ,
But Herod the tetrarch having been reproved by him on account of Herodias, the wife of his brother Philip, and for all the wicked deeds which Herod did,
20 ସେ ଯୋହନଙ୍କୁ କାରାଗାରରେ ବନ୍ଦୀ କରି ନିଜର ସମସ୍ତ ଦୁଷ୍କର୍ମ ସହିତ ଏହା ମଧ୍ୟ ଯୋଗ କଲେ।
added this also to them all, that he shut up John in prison.
21 ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା,
And it came to pass, while all the people were being immersed, that Jesus also was immersed; and as he was praying, the heaven was opened,
22 ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।
and the Holy Spirit descended upon him, in a bodily form, like a dove; and there came a voice from heaven, which said: Thou art my beloved Son; in thee I delight.
23 ଯୀଶୁ କାର୍ଯ୍ୟ ଆରମ୍ଭ କରିବା ସମୟରେ ତାହାଙ୍କୁ ପ୍ରାୟ ତିରିଶ ବର୍ଷ ବୟସ ହୋଇଥିଲା; ଲୋକଙ୍କ ଧାରଣାନୁସାରେ ସେ ଯୋଷେଫଙ୍କ ପୁତ୍ର; ଯୋଷେଫ ଏଲୀଙ୍କ ପୁତ୍ର,
And Jesus was about thirty years old when he began his ministry, being, as was supposed, the son of Joseph, son of Heli,
24 ଏଲୀ ମତ୍ଥାତଙ୍କ ପୁତ୍ର, ମତ୍ଥାତ ଲେବୀଙ୍କ ପୁତ୍ର, ଲେବୀ ମଲ୍‌ଖୀଙ୍କ ପୁତ୍ର, ମଲ୍‌ଖୀ ଯନ୍ନୟଙ୍କ ପୁତ୍ର, ଯନ୍ନୟ ଯୋଷେଫଙ୍କ ପୁତ୍ର,
son of Matthat, son of Levi, son of Malchi, son of Janna, son of Joseph,
25 ଯୋଷେଫ ମତ୍ତିଥ୍ୟାଙ୍କ ପୁତ୍ର, ମତ୍ତିଥ୍ୟା ଆମୋସଙ୍କ ପୁତ୍ର, ଆମୋସ ନାହୂମଙ୍କ ପୁତ୍ର, ନାହୂମ ହେସ୍ଲୀଙ୍କ ପୁତ୍ର, ହେସ୍ଲୀ ନଗୟଙ୍କ ପୁତ୍ର,
son of Mattathiah, son of Amos, son of Nahum, son of Esli, son of Naggæ,
26 ନଗୟ ମହଥଙ୍କ ପୁତ୍ର, ମହଥ ମତ୍ତିଥ୍ୟାଙ୍କ ପୁତ୍ର, ମତ୍ତିଥ୍ୟା ଶିମୟୀଙ୍କ ପୁତ୍ର, ଶିମୟୀ ଯୋସେଖଙ୍କ ପୁତ୍ର, ଯୋସେଖ ଯୋଦାଙ୍କ ପୁତ୍ର,
son of Maath, son of Mattathiah, son of Shimoi, son of Joseph, son of Judah,
27 ଯୋଦା ଯୋହନଙ୍କ ପୁତ୍ର, ଯୋହନ ରେଷାଙ୍କ ପୁତ୍ର, ରେଷା ଜିରୁବାବିଲଙ୍କ ପୁତ୍ର, ଜିରୁବାବିଲ ଶଲ୍‍ଟୀୟେଲ୍‍ଙ୍କ ପୁତ୍ର, ଶଲ୍‍ଟୀୟେଲ୍ ନେରୀଙ୍କ ପୁତ୍ର,
son of Joannah, son of Rhesa, son of Zerubbabel, son of Shealtiel, son of Neri,
28 ନେରୀ ମଲ୍‌ଖୀଙ୍କ ପୁତ୍ର, ମଲ୍‌ଖୀ ଅଦ୍ଦୀଙ୍କ ପୁତ୍ର, ଅଦ୍ଦୀ କୋସାମଙ୍କ ପୁତ୍ର, କୋସାମ ଏଲ୍ମଦାନଙ୍କ ପୁତ୍ର, ଏଲ୍ମଦାନ ଏରଙ୍କ ପୁତ୍ର,
son of Malchi, son of Addi, son of Kosam, son of Elmodam, son of Er,
29 ଏର ଯିହୋଶୂୟଙ୍କ ପୁତ୍ର, ଯିହୋଶୂୟ ଏଲୀୟାଜରଙ୍କ ପୁତ୍ର, ଏଲୀୟାଜର ଯୋରୀମଙ୍କ ପୁତ୍ର, ଯୋରୀମ ମତ୍ଥାତଙ୍କ ପୁତ୍ର, ମତ୍ଥାତ ଲେବୀଙ୍କ ପୁତ୍ର,
son of Jose, son of Eliezer, son of Jorim, son of Matthat, son of Levi,
30 ଲେବୀ ଶିମିୟୋନଙ୍କ ପୁତ୍ର, ଶିମିୟୋନ ଯିହୂଦାଙ୍କ ପୁତ୍ର, ଯିହୂଦା ଯୋଷେଫଙ୍କ ପୁତ୍ର, ଯୋଷେଫ ଯୋନାମଙ୍କ ପୁତ୍ର, ଯୋନାମ ଏଲୀୟାକୀମଙ୍କ ପୁତ୍ର,
son of Simeon, son of Judah, son of Joseph, son of Jonan, son of Eliakim,
31 ଏଲୀୟାକୀମ ମଲାହଙ୍କ ପୁତ୍ର, ମଲାହ ମନ୍ନାଙ୍କ ପୁତ୍ର, ମନ୍ନା ମତ୍ତଥାଙ୍କ ପୁତ୍ର, ମତ୍ତଥା ନାଥନଙ୍କ ପୁତ୍ର, ନାଥନ ଦାଉଦଙ୍କ ପୁତ୍ର,
son of Meleah, son of Mainan, son of Mattatha, son of Nathan, son of David,
32 ଦାଉଦ ଯିଶୀଙ୍କ ପୁତ୍ର, ଯିଶୀ ଓବେଦଙ୍କ ପୁତ୍ର, ଓବେଦ ବୋୟଜଙ୍କ ପୁତ୍ର, ବୋୟଜ ଶେଲହଙ୍କ ପୁତ୍ର, ଶେଲହ ନହଶୋନଙ୍କ ପୁତ୍ର,
Son of Jesse, son of Obed, son of Boaz, son of Salmon, son of Nahshon,
33 ନହଶୋନ ଅମ୍ମୀନାଦାବଙ୍କ ପୁତ୍ର, ଅମ୍ମୀନାଦାବ ଅଦ୍ମୀନଙ୍କ ପୁତ୍ର, ଅଦ୍ମୀନ ଅର୍ଣ୍ଣୀଙ୍କ ପୁତ୍ର, ଅର୍ଣ୍ଣୀ ହିଷ୍ରୋଣଙ୍କ ପୁତ୍ର, ହିଷ୍ରୋଣ ପେରସଙ୍କ ପୁତ୍ର, ପେରସ ଯିହୂଦାଙ୍କ ପୁତ୍ର,
son of Aminidab, son of Aram, son of Esrom, son of Phares, son of Judah,
34 ଯିହୂଦା ଯାକୁବଙ୍କ ପୁତ୍ର, ଯାକୁବ ଇସ୍‌ହାକଙ୍କ ପୁତ୍ର, ଇସ୍‌ହାକ ଅବ୍ରହାମଙ୍କ ପୁତ୍ର, ଅବ୍ରହାମ ତେରହଙ୍କ ପୁତ୍ର, ତେରହ ନାହୋରଙ୍କ ପୁତ୍ର,
son of Jacob, son of Isaac, son of Abraham, son of Terah, son of Nahor,
35 ନାହୋର ସରୁଗଙ୍କ ପୁତ୍ର, ସରୁଗ ରଗୁଙ୍କ ପୁତ୍ର, ରଗୁ ଫେଲଗଙ୍କ ପୁତ୍ର, ଫେଲଗ ଏବରଙ୍କ ପୁତ୍ର, ଏବର ଶେଲହଙ୍କ ପୁତ୍ର,
son of Serug, son of Reu, son of Peleg, son of Eber, son of Salah,
36 ଶେଲହ କେନାନଙ୍କ ପୁତ୍ର, କେନାନ ଅର୍ଫକ୍ଷଦଙ୍କ ପୁତ୍ର, ଅର୍ଫକ୍ଷଦ ଶେମଙ୍କ ପୁତ୍ର, ଶେମ ନୋହଙ୍କ ପୁତ୍ର, ନୋହ ଲେମଖଙ୍କ ପୁତ୍ର,
son of Kenan, son of Arphaxad, son of Shem, son of Noah, son of Lamech,
37 ଲେମଖ ମଥୂଶେଲହଙ୍କ ପୁତ୍ର, ମଥୂଶେଲହ ହନୋକଙ୍କ ପୁତ୍ର, ହନୋକ ଯେରଦଙ୍କ ପୁତ୍ର, ଯେରଦ ମହଲଲେଲଙ୍କ ପୁତ୍ର, ମହଲଲେଲ କେନାନଙ୍କ ପୁତ୍ର,
son of Methusalah, son of Enoch, son of Jared, son of Mahalaleel, son of Kenan,
38 କେନାନ ଏନୋଶଙ୍କ ପୁତ୍ର, ଏନୋଶ ଶେଥଙ୍କ ପୁତ୍ର, ଶେଥ ଆଦମଙ୍କ ପୁତ୍ର, ଆଦମ ଈଶ୍ବରଙ୍କ ପୁତ୍ର।
son of Enos, son of Seth, son of Adam, son of God.

< ଲୂକ 3 >