< ଲୂକ 4 >

1 ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦ୍ଦନ ନଦୀରୁ ଫେରି ଆସିଲେ ଏବଂ ଚାଳିଶ ଦିନ ପର୍ଯ୍ୟନ୍ତ ଆତ୍ମାଙ୍କ ଦ୍ୱାରା ପ୍ରାନ୍ତରରେ ଚାଳିତ ହୋଇ ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ।
عیسا پڕ ببوو لە ڕۆحی پیرۆز کە ڕووباری ئوردونی بەجێهێشت، ڕۆحەکە بەرەو چۆڵەوانی ڕێنمایی کرد.
2 ସେହି ସମସ୍ତ ଦିନ ସେ କିଛି ଖାଇଲେ ନାହିଁ, ଆଉ ସେହିସବୁ ଦିନ ଶେଷ ହୁଅନ୍ତେ, ସେ କ୍ଷୁଧିତ ହେଲେ।
چل ڕۆژ ئیبلیس تاقی دەکردەوە. بە درێژایی ئەو ڕۆژانە هیچی نەخوارد، کاتێک ماوەکە تەواو بوو برسی بوو.
3 ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଏହି ପଥରକୁ ରୁଟି ହେବା ପାଇଁ ଆଜ୍ଞା ଦିଅ।
ئیبلیس پێی گوت: «ئەگەر تۆ کوڕی خودایت، بەم بەردە بڵێ با ببێتە نان.»
4 ଯୀଶୁ ତାହାକୁ ଉତ୍ତର ଦେଲେ, “ପବିତ୍ର ଶାସ୍ତ୍ରରେ ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ।’”
عیسا وەڵامی دایەوە: «نووسراوە: [مرۆڤ تەنها بە نان ناژیێت.]»
5 ଆଉ ସେ ତାହାଙ୍କୁ ଉପରକୁ ନେଇଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା।
ئینجا ئیبلیس عیسای بردە شوێنێکی بەرز و لە چاوتروکانێکدا هەموو شانشینەکانی جیهانی پیشان دا و
6 ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଐଶ୍ୱର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ।
پێی گوت: «هەموو ئەم دەسەڵات و شکۆیەی ئەوان دەدەمە تۆ، چونکە دراوەتە من و منیش دەیدەم بە هەرکەسێک کە بمەوێت.
7 ଅତଏବ, ତୁମ୍ଭେ ଯେବେ ଆମ୍ଭ ଛାମୁରେ ପ୍ରଣାମ କରିବ, ତେବେ ସମସ୍ତ ତୁମ୍ଭର ହେବ।
لەبەر ئەوە ئەگەر لەبەردەمم کڕنۆش ببەیت، هەمووی بۆ تۆ دەبێت.»
8 ଯୀଶୁ ତାହାକୁ ଉତ୍ତର ଦେଲେ, “ପବିତ୍ର ଶାସ୍ତ୍ରରେ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣ ଈଶ୍ବରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ।’”
عیساش وەڵامی دایەوە: «نووسراوە: [کڕنۆش بۆ یەزدانی پەروەردگارت دەبەیت و تەنها ئەو دەپەرستیت.]»
9 ପୁଣି, ସେ ତାହାଙ୍କୁ ଯିରୂଶାଲମ ସହରକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, ତୁମ୍ଭେ ଯଦି ଈଶ୍ବରଙ୍କ ପୁତ୍ର, ତେବେ ଏଠାରୁ ତଳକୁ ଡେଇଁପଡ଼;
ئینجا ئیبلیس بۆ ئۆرشەلیمی برد و لەسەر گوێسەبانەی پەرستگا ڕایگرت و پێی گوت: «ئەگەر تۆ کوڕی خودایت لێرەوە خۆت هەڵبدە خوارەوە.
10 କାରଣ ଶାସ୍ତ୍ରରେ ଲେଖାଅଛି, “‘ତୁମ୍ଭକୁ ରକ୍ଷା କରିବା ନିମନ୍ତେ ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ;
لەبەر ئەوەی نووسراوە: «[سەبارەت بە تۆ فەرمان بە فریشتەکانی دەدات، کە بە تەواوی بتپارێزن،
11 ଆଉ ଲେଖାଅଛି, କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ।’”
لەسەر دەستیان هەڵتدەگرن تاکو پێت بەر بەردێک نەکەوێت.]»
12 ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ରରେ ଏହା ମଧ୍ୟ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପରୀକ୍ଷା କର ନାହିଁ।’”
عیساش وەڵامی دایەوە: «گوتراوە: [یەزدانی پەروەردگارتان تاقی مەکەنەوە.]»
13 ଶୟତାନ ଯୀଶୁଙ୍କୁ ସମସ୍ତ ପ୍ରକାର ପରୀକ୍ଷା ଶେଷ କଲା ପରେ କିଛି କାଳ ପର୍ଯ୍ୟନ୍ତ ତାହାଙ୍କୁ ଛାଡ଼ି ଚାଲିଗଲା।
کاتێک ئیبلیس هەموو تاقیکردنەوەیەکی تەواو کرد، بەجێی هێشت هەتا دەرفەتێکی دیکە.
14 ଏହାପରେ ଯୀଶୁ ପବିତ୍ର ଆତ୍ମାଙ୍କ ଶକ୍ତିରେ ଗାଲିଲୀକୁ ଫେରିଗଲେ, ଆଉ ଚାରିଆଡ଼େ ସମସ୍ତ ଅଞ୍ଚଳରେ ତାହାଙ୍କ ଖ୍ୟାତି ବ୍ୟାପିଗଲା।
عیسا بە هێزی ڕۆحی پیرۆزەوە گەڕایەوە جەلیل، ناوبانگی لە هەموو دێیەکانی دەوروپشت بڵاو بووەوە.
15 ପୁଣି, ସେ ସେମାନଙ୍କର ସମାଜଗୃହ ସମୂହରେ ଶିକ୍ଷା ଦେଇ ସମସ୍ତଙ୍କଠାରୁ ଗୌରବ ପାଇବାକୁ ଲାଗିଲେ।
لە کەنیشتەکانیان فێری دەکردن و هەموو ستایشیان دەکرد.
16 ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ।
هاتە ناسیرە کە لێی گەورە بووە، وەک نەریتی خۆی ڕۆژی شەممە چووە کەنیشت و بۆ خوێندنەوە هەستا.
17 ସେଥିରେ ଯିଶାଇୟ ଭାବବାଦୀଙ୍କ ପୁସ୍ତକ ତାହାଙ୍କୁ ଦିଆଗଲା, ଆଉ ସେ ତାହା ଫିଟାଇ, ଯେଉଁ ସ୍ଥାନରେ ଏହି ବାକ୍ୟ ଲିଖିତ ଅଛି, ତାହା ପାଇଲେ,
پەڕتووکی ئیشایا پێغەمبەریان دایێ و کردیەوە، ئەو شوێنەی دۆزییەوە کە تێیدا نووسراوە:
18 “ପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
«[ڕۆحی یەزدان بەهێزم دەکات، چونکە دەستنیشانی کردووم بۆ مژدەدان بە هەژاران، منی ناردووە بۆ جاڕدانی ئازادی بەدیلگیراوان، هەروەها گەڕانەوەی بینایی بۆ کوێران، بۆ ئازادکردنی ستەملێکراوان و
19 ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପଠାଇଅଛନ୍ତି।”
ڕاگەیاندنی ساڵی ڕەزامەندیی یەزدان.]»
20 ପରେ ସେ ପୁସ୍ତକ ବନ୍ଦ କରି, ପରିଚାରକଙ୍କୁ ତାହା ଫେରାଇଦେଇ ବସିଲେ। ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା।
ئینجا نووسراوە پیرۆزەکەی پێچایەوە، دایەوە خزمەتکارەکە و دانیشت. هەموو ئەوانەی لە کەنیشت بوون چاویان تێبڕی بوو.
21 ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, “ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ ଶୁଣିବା ଅନୁସାରେ ସଫଳ ହେଲା।”
دەستی کرد بە قسەکردن و فەرمووی: «ئەمڕۆ ئەم نووسراوە پیرۆزەی گوێتان لێبوو هاتە دی.»
22 ଆଉ, ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କଅଣ ଯୋଷେଫର ପୁତ୍ର ନୁହେଁ?
هەموو شایەتییان بۆ دەدا، سەرسام بوون لەو پەیامە پڕ لە نیعمەتەی لە دەمی دەهاتە دەرەوە، دەیانگوت: «ئەمە کوڕەکەی یوسف نییە؟»
23 ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ, ‘ହେ ବୈଦ୍ୟ, ନିଜେ ନିଜକୁ ସୁସ୍ଥ କର; କଫର୍ନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ, ସେହିସବୁ ଏହି ସ୍ଥାନରେ ନିଜ ପିତାଙ୍କ ନଗରରେ ମଧ୍ୟ କର।’”
عیسا پێی فەرموون: «بێگومان ئەم پەندەم پێ دەڵێن: ئەی پزیشک چارەسەری خۆت بکە! ئەوەی بیستمان و لە شاری کەفەرناحوم کردت، لێرەش لە شارەکەتدا بیکە.»
24 ପୁଣି, ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ।
هەروەها فەرمووی: «ڕاستیتان پێ دەڵێم، هیچ پێغەمبەرێک لە شارەکەی خۆی پەسەند ناکرێت.
25 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ବନ୍ଦ ହେବାରୁ ସମସ୍ତ ଦେଶରେ ମହାଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ;
لە ڕاستیدا پێتان دەڵێم، لە سەردەمی ئەلیاس زۆر بێوەژن لە ئیسرائیلدا هەبوون، کاتێک سێ ساڵ‏ و شەش مانگ باران نەباری، لە هەموو خاکەکەدا بووە قاتوقڕییەکی گەورە،
26 ତଥାପି ଏଲୀୟ ସେମାନଙ୍କର କାହାରି ନିକଟକୁ ପ୍ରେରିତ ନ ହୋଇ କେବଳ ସୀଦୋନ ଦେଶର ସାରିଫତକୁ ଜଣେ ବିଧବା ସ୍ତ୍ରୀ ନିକଟକୁ ପଠାଗଲେ।
بەڵام ئەلیاس بۆ هیچ یەکێکیان نەنێردرا، بەڵکو بۆ بێوەژنێک لە شاری سەرەفەندی ناوچەی سەیدا.
27 ପୁଣି, ଭାବବାଦୀ ଇଲୀଶାୟଙ୍କ ସମୟରେ ଇସ୍ରାଏଲ ମଧ୍ୟରେ ଅନେକ କୁଷ୍ଠରୋଗୀମାନେ ଥିଲେ; ତଥାପି ସେମାନଙ୍କ ମଧ୍ୟରୁ କେହି ଶୁଚି କରାଯାଇ ନ ଥିଲେ, କେବଳ ସିରିୟା ଦେଶୀୟ ନାମାନ ଶୁଚି କରାଯାଇଥିଲେ।”
لە ئیسرائیلدا لە سەردەمی ئەلیشەع پێغەمبەر زۆر کەس تووشی نەخۆشی گولی هاتبوون، بەڵام ئەلیشەع هیچیانی چاک نەکردەوە، نەعمانی سوری نەبێت.»
28 ସମାଜଗୃହରେ ଏହିସବୁ କଥା ଶୁଣୁ ଶୁଣୁ ସମସ୍ତେ କ୍ରୋଧରେ ପରିପୂର୍ଣ୍ଣ ହେଲେ,
هەموو ئەوانەی لە کەنیشتەکە بوون، کاتێک ئەمەیان بیست لێی تووڕە بوون.
29 ପୁଣି, ସେମାନେ ଉଠି ତାହାଙ୍କୁ ନଗରରୁ ବାହାର କରିଦେଲେ ଏବଂ ସେମାନଙ୍କର ନଗର ଯେଉଁ ପର୍ବତ ଉପରେ ସ୍ଥାପିତ ଥିଲା, ସେହି ପର୍ବତ ଉପରୁ ତଳକୁ ପକାଇଦେବା ନିମନ୍ତେ ତାହାକୁ ସେଠାକୁ ନେଇଗଲେ;
دەریانکردە دەرەوەی شار، بردیانە سەر لێواری ئەو چیایەی شارەکەیانی لەسەر بنیاد نرابوو، تاکو فڕێیبدەنە خوارەوە.
30 କିନ୍ତୁ ସେ ସେମାନଙ୍କ ମଧ୍ୟ ଦେଇ ଗମନ କରି ଚାଲିଗଲେ।
بەڵام ئەو بە ناویاندا تێپەڕی و ڕۆیشت.
31 ଯୀଶୁ କଫର୍ନାହୂମ ନାମକ ଗାଲିଲୀର ଗୋଟିଏ ନଗରକୁ ଆସିଲେ, ପୁଣି, ବିଶ୍ରାମବାରମାନଙ୍କରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ,
پاشان عیسا بەرەو کەفەرناحوم دابەزی، کە شارێکی ناوچەی جەلیلە و لە ڕۆژی شەممەدا خەڵکەکەی فێردەکرد.
32 ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା।
لە فێرکردنەکەی سەرسام بوون، چونکە وتەکانی بە دەسەڵاتەوە بوو.
33 ଦିନେ ସମାଜଗୃହରେ ଜଣେ ଅଶୁଚି ଭୂତାତ୍ମାବିଷ୍ଟ ଲୋକ ଥିଲା; ସେ ଉଚ୍ଚସ୍ୱରରେ ଚିତ୍କାର କଲା,
لە کەنیشتەکەدا پیاوێک هەبوو ڕۆحی پیسی تێدابوو. بە دەنگێکی بەرز هاواری کرد:
34 ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ ତାହା ମୁଁ ଜାଣେ; ତୁମ୍ଭେ ଈଶ୍ବରଙ୍କର ସେହି ପବିତ୍ର ବ୍ୟକ୍ତି।
«ئای! عیسای ناسیرەیی چیت لێمان دەوێت؟ هاتووی لەناومان ببەیت؟ دەزانم تۆ کێیت، پیرۆزەکەی خودایت.»
35 ଯୀଶୁ ତାହାକୁ ଧମକ ଦେଇ କହିଲେ “ଚୁପ୍ କର୍, ଏହାଠାରୁ ବାହାରିଯା।” ସେଥିରେ ସେହି ଭୂତ ତାହାକୁ ମଧ୍ୟ ସ୍ଥାନରେ ପକାଇଦେଇ ତାହାର କୌଣସି କ୍ଷତି ନ କରି ତାହାଠାରୁ ବାହାରିଗଲା।
عیسا لێی ڕاخوڕی و فەرمووی: «بێدەنگ بە! لێی وەرە دەرەوە!» ڕۆحە پیسەکە لەناوەندیان پیاوەکەی بە زەویدا دا و لێی دەرچوو، هیچ زیانیشی پێ نەگەیاند.
36 ଏଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରିଯାଆନ୍ତି।
خەڵکەکەش هەموو سەرسام بوون و بە یەکتریان دەگوت: «ئەمە چ وتەیەکە؟ بە دەسەڵات و هێزەوە فەرمان بە ڕۆحە پیسەکان دەدات و دەردەچن.»
37 ସେଥିରେ ତାହାଙ୍କ ବିଷୟରେ ସମାଚାର ଚତୁର୍ଦ୍ଦିଗସ୍ଥ ଅଞ୍ଚଳର ସବୁଆଡ଼େ ବ୍ୟାପିଗଲା।
ئیتر هەواڵی لە هەموو ناوچەکانی دەوروبەر بڵاو بووەوە.
38 ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା, ଆଉ ସେମାନେ ତାହାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ।
عیسا لە کەنیشت هەستا و چووە ماڵی شیمۆن. خەسووی شیمۆن تایەکی توندی هەبوو، بۆیە داوایان لە عیسا کرد کە یارمەتی بدات.
39 ସେଥିରେ ସେ ତାହାଙ୍କ ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେହିକ୍ଷଣି ଉଠି ସେମାନଙ୍କ ସେବା କରିବାକୁ ଲାଗିଲେ।
ئەویش هاتە سەری، فەرمانی بە تایەکە کرد و بەریدا. دەستبەجێ هەستا و دەستی کرد بە خزمەتکردنیان.
40 ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ।
کاتی ڕۆژئاوابوون، هەموو نەخۆشەکانیان هێنایە لای عیسا، بە نەخۆشی جۆراوجۆرەوە، ئەویش دەستی لەسەر هەریەکەیان دانا و چاکیکردنەوە.
41 ପୁଣି, ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ବରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରିଗଲେ। ଆଉ, ଯୀଶୁ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ, କାରଣ ସେ ଯେ ଖ୍ରୀଷ୍ଟ, ଏହା ସେମାନେ ଜାଣିଥିଲେ।
ڕۆحی پیسی لە زۆریان دەرکرد، ڕۆحەکان هاواریان دەکرد: «تۆ کوڕی خودای!» ئەویش لێی ڕادەخوڕین و نەیدەهێشت بدوێن، چونکە دەیانزانی مەسیحەکەیە.
42 ସକାଳ ହେବାରୁ, ସେ ବାହାରି ଏକ ନିର୍ଜନ ସ୍ଥାନକୁ ଗଲେ; ଆଉ, ଲୋକସମୂହ ତାହାଙ୍କୁ ଖୋଜି ଖୋଜି ତାହାଙ୍କ ନିକଟକୁ ଆସିଲେ, ପୁଣି, ସେ ଯେପରି ସେମାନଙ୍କ ପାଖରୁ ଚାଲି ନ ଯାଆନ୍ତି, ସେଥିନିମନ୍ତେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ।
کاتێک ڕۆژ هەڵات، هەستا و چووە جێگایەکی چۆڵ، خەڵکەکەش بەدوایدا دەگەڕان و هاتنە لای، ڕایانگرت تاکو لەلایان نەڕوات.
43 କିନ୍ତୁ ସେ ସେମାନଙ୍କୁ କହିଲେ, “ଅନ୍ୟାନ୍ୟ ନଗରରେ ମଧ୍ୟ ମୋତେ ଅବଶ୍ୟ ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରିବାକୁ ହେବ, କାରଣ ସେଥିନିମନ୍ତେ ମୁଁ ପଠାଯାଇଅଛି।”
بەڵام پێی فەرموون: «لەسەرمە مزگێنی پاشایەتی خودا بدەمە شارەکانی دیکەش، چونکە بۆ ئەمە نێردراوم.»
44 ପୁଣି, ସେ ଯିହୂଦିୟା ପ୍ରଦେଶର ସମାଜଗୃହମାନଙ୍କରେ ପ୍ରଚାର କରିବାକୁ ଲାଗିଲେ।
ئیتر بەردەوام لە کەنیشتەکانی یەهودیا پەیامی خودای ڕادەگەیاند.

< ଲୂକ 4 >