< ଲୂକ 9 >

1 ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ।
And He called his twelve disciples together, and gave them power and authority over all demons, and to cure diseases:
2 ଆଉ ସେ ସେମାନଙ୍କୁ ଈଶ୍ବରଙ୍କ ରାଜ୍ୟ ଘୋଷଣା ଓ ରୋଗୀମାନଙ୍କୁ ସୁସ୍ଥ କରିବା ନିମନ୍ତେ ପଠାଇଲେ।
and He sent them forth to preach the kingdom of God, and to heal the sick.
3 ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଯାତ୍ରା ନିମନ୍ତେ ବାଡ଼ି କି ଝୋଲି କି ରୁଟି କି ଟଙ୍କା କିଛି ହିଁ ନିଅ ନାହିଁ, କିମ୍ବା ଦୁଇଟି ଅଙ୍ଗରଖା ସାଙ୍ଗରେ ରଖ ନାହିଁ।
And He said unto them, Take nothing for your journey, neither staves, nor bag, nor bread, nor money; nor two coats a piece.
4 ଆଉ ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ନ ବାହାରିବା ପର୍ଯ୍ୟନ୍ତ ସେଠାରେ ରୁହ।
And into whatever house ye enter, continue there, till ye leave that place.
5 ଆଉ ଯେତେ ଲୋକ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେହି ନଗରରୁ ବାହାରିବା ସମୟରେ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦରୁ ଧୂଳି ଝାଡ଼ିପକାଅ।”
And whosoever will not receive you, when ye depart from that city, shake off the very dust from your feet, for a testimony against them.
6 ସେଥିରେ ସେମାନେ ଯାଇ ସବୁଆଡ଼େ ସୁସମାଚାର ପ୍ରଚାର ଓ ସୁସ୍ଥ କରୁ କରୁ ଗ୍ରାମେ ଗ୍ରାମେ ଭ୍ରମଣ କରିବାକୁ ଲାଗିଲେ।
And they went from town to town, preaching the gospel and healing every where.
7 ଇତିମଧ୍ୟରେ ସାମନ୍ତରାଜା ହେରୋଦ ଏହି ସମସ୍ତ ଘଟଣା ବିଷୟ ଶୁଣି ଅବାକ୍ ହୋଇଗଲେ, କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ;
Now Herod the tetrarch heard of all the things that were done by Him; and was perplexed, because it was said by some that John was risen from the dead;
8 ପୁଣି, କେହି କେହି ଏଲୀୟ ଦେଖା ଦେଇଅଛନ୍ତି ବୋଲି ଏବଂ ଅନ୍ୟମାନେ ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି ବୋଲି କହୁଥିଲେ।
and by some that Elias had appeared; and by others, that one of the ancient prophets was risen again.
9 କିନ୍ତୁ ହେରୋଦ କହିଲେ, ଯୋହନଙ୍କ ମସ୍ତକ ଆମ୍ଭେ ତ କାଟିଅଛୁ, ମାତ୍ର ଯାହାଙ୍କ ବିଷୟରେ ଆମ୍ଭେ ଏପ୍ରକାର କଥା ଶୁଣୁଅଛୁ, ଏ କିଏ? ଆଉ ସେ ତାହାଙ୍କୁ ଦେଖିବା ନିମନ୍ତେ ଚେଷ୍ଟା କରୁଥିଲେ।
And Herod said, John have I beheaded: but who is this, of whom I hear such things? and he wanted to see Him.
10 ପରେ ପ୍ରେରିତମାନେ ଫେରିଆସି, ଯାହା ଯାହା କରିଥିଲେ, ସେହିସବୁ ତାହାଙ୍କ ନିକଟରେ ବର୍ଣ୍ଣନା କଲେ। ଆଉ ସେ ସେମାନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ବେଥ୍‌ସାଇଦା ନାମକ ନଗରକୁ ଚାଲିଗଲେ।
And the apostles; when they were returned, told Him all that they had done: and He took them and retired privately into a desert place belonging to the city Bethsaida.
11 କିନ୍ତୁ ଲୋକସମୂହ ତାହା ଜାଣି ତାହାଙ୍କର ପଛେ ପଛେ ଗଲେ; ପୁଣି, ସେ ସଦୟ ହୋଇ ସେମାନଙ୍କୁ ଗ୍ରହଣ କରି ଈଶ୍ବରଙ୍କ ରାଜ୍ୟ ବିଷୟ ସେମାନଙ୍କୁ କହିବାକୁ ଲାଗିଲେ, ଆଉ ଯେଉଁମାନଙ୍କର ସୁସ୍ଥ ହେବାର ଆବଶ୍ୟକ ଥିଲା, ସେମାନଙ୍କୁ ସୁସ୍ଥ କଲେ।
But when the people knew it they followed Him; and He received them, and spake to them concerning the kingdom of God, and healed those that had need of a cure.
12 ଇତିମଧ୍ୟରେ ସନ୍ଧ୍ୟା ହେବାକୁ ଲାଗିଲା; ସେଥିରେ ବାର ଜଣ ଶିଷ୍ୟ ତାହାଙ୍କ ନିକଟକୁ ଆସି କହିଲେ, ଲୋକସମୂହ ଯେପରି ଚାରିପାଖ ଗ୍ରାମ ଓ ପଲ୍ଳୀଗୁଡ଼ିକୁ ଯାଇ ବସା ଓ ଖାଦ୍ୟ ପାଇ ପାରନ୍ତି, ସେଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ, କାରଣ ଆମ୍ଭେମାନେ ଏଠାରେ ଜନଶୂନ୍ୟ ସ୍ଥାନରେ ଅଛୁ।
And when the day began to decline, the twelve came and said to Him, Dismiss the people, that they may go into the villages and country-places round about, and bait, and get food: for here we are in a desert place.
13 କିନ୍ତୁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।” ସେମାନେ କହିଲେ, ଆମ୍ଭମାନଙ୍କ ପାଖରେ ପାଞ୍ଚୋଟି ରୁଟି ଓ ଦୁଇଟି ମାଛରୁ ଅଧିକ ନାହିଁ; ତାହାହେଲେ ଆମ୍ଭେମାନେ କଅଣ ଯାଇ ଏହି ସମସ୍ତ ଲୋକଙ୍କ ନିମନ୍ତେ ଖାଦ୍ୟ କିଣିବା?
But He said unto them, Do ye give them food. And they said, We have but five loaves and two fishes: unless we should go and buy provisions for all this people:
14 କାରଣ ସେମାନେ ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ। ଆଉ ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ପ୍ରାୟ ପଚାଶ ପଚାଶ ଜଣ କରି ସେମାନଙ୍କୁ ଦଳ ଦଳ କରି ବସାଅ।”
for they were about five thousand men. And He said to his disciples, Make them sit down in companies by fifty.
15 ସେଥିରେ ସେମାନେ ସେହିପରି ସମସ୍ତଙ୍କୁ ବସାଇଲେ।
And they did so, and caused them all to sit down.
16 ଆଉ, ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଅନାଇ କରି ସେହିସବୁ ଆଶୀର୍ବାଦ କଲେ, ପୁଣି, ଭାଙ୍ଗି ଲୋକମାନଙ୍କ ମଧ୍ୟରେ ବାଣ୍ଟିଦେବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ।
And He took the five loaves and the two fishes, and looking up to heaven He blessed them; and brake and gave them to the disciples to set before the multitude.
17 ସେଥିରେ ସମସ୍ତେ ଖାଇ ତୃପ୍ତ ହେଲେ, ଆଉ ଶିଷ୍ୟମାନେ ଆପଣା ନିକଟରେ ବଳିଥିବା ଭଙ୍ଗାଯାଇଥିବା ରୁଟିର ବାର ଟୋକେଇ ଉଠାଇ ନେଲେ।
And they did eat, and were all satisfied: and there was taken up what remained even of fragments twelve baskets.
18 ଥରେ ସେ ଏକାକୀ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, “ମୁଁ କିଏ ବୋଲି ଲୋକସମୂହ କଅଣ କହନ୍ତି?”
And it came to pass, as He was praying in private, his disciples were with Him: and He asked them saying, Whom say the people that I am?
19 ଏଥିରେ ସେମାନେ ଉତ୍ତର ଦେଲେ, ବାପ୍ତିଜକ ଯୋହନ, କିନ୍ତୁ କେହି କେହି କହନ୍ତି, ଏଲୀୟ, ଆଉ କେହି କେହି କହନ୍ତି, ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି।
They answering said, John the baptist: but others say Elias: and others, that some ancient prophet is risen again.
20 ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” ପିତର ଉତ୍ତର ଦେଲେ, ଆପଣ “ଈଶ୍ବରଙ୍କ ଖ୍ରୀଷ୍ଟ।”
And He said unto them, But whom say ye that I am? And Peter answered and said, The Christ the Son of God.
21 ସେଥିରେ ସେ ଏହା କାହାକୁ ନ କହିବା ପାଇଁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ,
But He strictly charged and commanded them to tell this to no one,
22 “ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତୃତୀୟ ଦିନରେ ପୁନରୁତ୍ଥାନ ନିଶ୍ଚୟ ହେବ।”
saying, the Son of man must suffer many things, and be rejected by the elders, and chief priests, and scribes, and be put to death, and be raised again the third day.
23 ସେତେବେଳେ ସେ ସମସ୍ତଙ୍କୁ କହିଲେ, “କେହି ଯେବେ ମୋହର ପଛରେ ଚାଲିବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ।
And He said unto them all, if any one is willing to come after me, let him deny himself, and take up his cross daily, and follow me:
24 କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ।
for he that would save his life shall lose it, but he that would lose his life for my sake shall save it.
25 ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣାକୁ ବିନାଶ କରେ ବା ହରାଏ, ତେବେ ତାହାର କି ଲାଭ?
For what is a man profited, if he gain the whole world, and lose himself, or be destroyed?
26 ଯେଣୁ ଯେ କେହି ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜିତ ହୁଏ, ମନୁଷ୍ୟପୁତ୍ର ଯେତେବେଳେ ଆପଣାର ଓ ପିତାଙ୍କର, ପୁଣି, ପବିତ୍ର ଦୂତମାନଙ୍କର ମହିମାରେ ଆସିବେ, ସେତେବେଳେ ସେ ତାହା ବିଷୟରେ ଲଜ୍ଜା ବୋଧ କରିବେ।
For whosoever shall be ashamed of me and of my words, of him shall the Son of man be ashamed, when He comes in his own glory, and in his Father's, and of the holy angels.
27 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ବରଙ୍କ ରାଜ୍ୟ ନ ଦେଖିବା ପର୍ଯ୍ୟନ୍ତ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦନ ପାଇବେ ନାହିଁ।”
And I assure you, there be some of those who stand here, that shall not taste of death, till they have seen the kingdom of God.
28 ଏହି ସମସ୍ତ ଘଟଣାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ନେଇ ପ୍ରାର୍ଥନା କରିବା ନିମନ୍ତେ ପର୍ବତ ଉପରକୁ ଗଲେ।
About eight days after these discourses, He took Peter, and John, and James, and went up to a mountain to pray.
29 ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଧଳା ଓ ଅତ୍ୟନ୍ତ ଆଲୋକମୟ ହେଲା।
And as He was praying the form of his countenance was altered, and his raiment white and glistering:
30 ଆଉ ଦେଖ, ମୋଶା ଓ ଏଲୀୟ, ଏହି ଦୁଇ ବ୍ୟକ୍ତି ତାହାଙ୍କ ସହିତ କଥାବାର୍ତ୍ତା କରିବାକୁ ଲାଗିଲେ;
and behold two men talked with Him, which were Moses and Elias;
31 ସେମାନେ ଗୌରବରେ ଦର୍ଶନ ଦେଇ, ସେ ଯିରୂଶାଲମ ସହରରେ ଯେଉଁ ମହାପ୍ରସ୍ଥାନ କରିବାକୁ ଉଦ୍ୟତ ଥିଲେ, ସେ ବିଷୟରେ କହିଲେ।
who appeared in glory, and spake of his exit, which He was to make at Jerusalem.
32 ସେତେବେଳେ ପିତର ଓ ତାହାଙ୍କ ସଙ୍ଗୀମାନେ ନିଦ୍ରାରେ ଭାରାକ୍ରାନ୍ତ ଥିଲେ; କିନ୍ତୁ ସେମାନେ ନିଦ୍ରାରୁ ଉଠନ୍ତେ ତାହାଙ୍କ ଗୌରବ ଓ ତାହାଙ୍କ ସହିତ ଠିଆ ହୋଇଥିବା ସେହି ଦୁଇ ଜଣ ବ୍ୟକ୍ତିଙ୍କୁ ଦେଖିଲେ।
Now Peter and they that were with Him were heavy with sleep; but being awakened they saw his glory, and the two men that stood with Him.
33 ପୁଣି, ସେମାନେ ତାହାଙ୍କଠାରୁ ବାହାରିବା ସମୟରେ ପିତର ଯୀଶୁଙ୍କୁ କହିବାକୁ ଲାଗିଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ। କିନ୍ତୁ ସେ କଅଣ କହୁଅଛନ୍ତି, ତାହା ଜାଣିଲେ ନାହିଁ।
And as they were departing from Him, Peter said unto Jesus, Master, it is good for us to be here, let us make three tabernacles, one for Thee, and one for Moses, and one for Elias: not knowing what he said.
34 ସେ ଏହା କହୁ କହୁ ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେମାନେ ମେଘରେ ପ୍ରବେଶ କରିବା ସମୟରେ ଭୟ କଲେ।
And as he was saying this, there came a cloud and overshadowed them; and they were afraid, when they went up into the cloud and disappeared.
35 ପୁଣି, ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପୁତ୍ର, ଆମ୍ଭର ମନୋନୀତ, ଏହାଙ୍କ ବାକ୍ୟ ଶୁଣ।
And there came a voice out of the cloud saying, This is my beloved Son, hear ye Him.
36 ଆଉ, ସେହି ବାଣୀ ହେଲା ଉତ୍ତାରେ ଯୀଶୁ ଏକାକୀ ଦେଖାଗଲେ। ପୁଣି, ସେମାନେ ନୀରବ ରହିଲେ, ଆଉ ଯାହା ଯାହା ଦେଖିଥିଲେ, ସେଥିର କୌଣସି କଥା ସେ ସମୟରେ କାହାକୁ କହିଲେ ନାହିଁ।
And when the voice was uttered, Jesus was found alone. And they kept it to themselves, and told no one at that time any of the things which they had seen.
37 ତହିଁ ଆରଦିନ ସେମାନେ ପର୍ବତରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ସାକ୍ଷାତ କଲେ।
And the next day, when they came down from the mountain, a great multitude met Him:
38 ଆଉ ଦେଖ, ଲୋକସମୂହ ମଧ୍ୟରୁ ଜଣେ ଉଚ୍ଚସ୍ୱରରେ କହିଲା, ହେ ଗୁରୁ ମୁଁ ଆପଣଙ୍କୁ ନିବେଦନ କରୁଅଛି ମୋʼ ପୁଅ ପ୍ରତି ଦୟା କରନ୍ତୁ, କାରଣ ସେ ମୋହର ଗୋଟିଏ ବୋଲି ପିଲା;
and one of the people cried out, saying, Master, I beseech thee look upon my son, for he is my only child;
39 ଦେଖନ୍ତୁ, ତାହାକୁ ଗୋଟିଏ ଭୂତ ଧରେ, ଆଉ ସେ ହଠାତ୍‍ ଚିତ୍କାର କରି ଉଠେ, ପୁଣି, ସେ ତାହାକୁ ଏପରି ମୋଡ଼ିପକାଏ ଯେ ତାହାର ପାଟିରୁ ଫେଣ ବାହାରେ, ପୁଣି, ସେ ତାହାକୁ କ୍ଷତବିକ୍ଷତ କରି ତାହାଠାରୁ କଷ୍ଟରେ ବାହାରିଯାଏ।
and lo, a spirit seizeth him, and all on a sudden he screameth, and it convulses him with foaming; and bruising him, with much ado departs from him.
40 ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ନିବେଦନ କରିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ।
And I prayed thy disciples to cast him out, and they could not.
41 ଯୀଶୁ ଉତ୍ତର ଦେଲେ, “ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ରହି ତୁମ୍ଭମାନଙ୍କ ବ୍ୟବହାର ସହିବି? ତୁମ୍ଭର ପୁଅକୁ ଏଠିକି ନେଇଆସ।”
Then Jesus answered and said, O unbelieving and perverse generation, how long shall I be with you, and bear with you? Bring thy son hither.
42 ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା, କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାଙ୍କ ହସ୍ତରେ ସମର୍ପଣ କଲେ।
And as he was coming along, the devil bruised and convulsed him: but Jesus rebuked the impure spirit, and healed the child, and delivered him to his father.
43 ସେଥିରେ ସମସ୍ତେ ଈଶ୍ବରଙ୍କର ମହାଶକ୍ତି ସକାଶେ ଆଶ୍ଚର୍ଯ୍ୟ ହେଲେ। ମାତ୍ର ସେ କରିଥିବା ସମସ୍ତ କାର୍ଯ୍ୟ ସକାଶେ ସମସ୍ତେ ଚକିତ ହେଉଥିବା ସମୟରେ ସେ ଆପଣା ଶିଷ୍ୟମାନଙ୍କୁ କହିଲେ,
And they were all amazed at the mighty power of God: but while they were all wondering at the things which Jesus did, He said to his disciples,
44 “ଏହି ସମସ୍ତ କଥା ତୁମ୍ଭମାନଙ୍କ କାନରେ ପ୍ରବେଶ କରାଅ; କାରଣ ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି।”
Receive these words into your ears; for the Son of man is going to be delivered into the hands of men.
45 କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ, ଆଉ ତାହା ସେମାନଙ୍କଠାରୁ ଗୁପ୍ତ ଥିଲା, ଯେପରି ତାହା ସେମାନେ ବୁଝିପାରିବେ ନାହିଁ, ପୁଣି, ସେମାନେ ସେହି କଥା ବିଷୟରେ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ।
But they understood not this saying, and it was hid from them, so that they perceived it not, and they were afraid to ask Him concerning it.
46 ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ସେ ବିଷୟରେ ସେମାନଙ୍କ ମଧ୍ୟରେ ତର୍କବିତର୍କ ହେଲା।
Then a dispute rose among them, which of them should be greatest.
47 କିନ୍ତୁ ଯୀଶୁ ସେମାନଙ୍କ ମନର ତର୍କବିତର୍କ ଜାଣି ଗୋଟିଏ ସାନ ପିଲାକୁ ନେଇ ଆପଣା ପାଖରେ ଠିଆ କରାଇ ସେମାନଙ୍କୁ କହିଲେ,
And Jesus knowing the thought of their heart, took a child and set him by Him, and said unto them,
48 “ଯେ କେହି ମୋ ନାମରେ ଏହି ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ କେହି ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ; କାରଣ ତୁମ୍ଭ ସମସ୍ତଙ୍କ ମଧ୍ୟରେ ଯେ କ୍ଷୁଦ୍ର, ସେ ଶ୍ରେଷ୍ଠ।”
Whosoever shall receive this little child for my sake, receiveth me: and he that receiveth me, receiveth Him that sent me. For he that is lest among you all, shall be great.
49 ସେଥିରେ ଯୋହନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ସାଙ୍ଗରେ ଆପଣଙ୍କ ଅନୁଗାମୀ ନ ହେବାରୁ ତାହାକୁ ମନା କଲୁ।
And John answered and said, Master, we saw one casting out demons in thy name, and we forbad him, because he followeth not thee with us.
50 କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ମନା କର ନାହିଁ, କାରଣ ଯେ ତୁମ୍ଭମାନଙ୍କର ବିପକ୍ଷ ନୁହେଁ, ସେ ତୁମ୍ଭମାନଙ୍କର ସପକ୍ଷ।”
And Jesus said unto him, Forbid him not; for he, that is not against us, is for us.
51 ପରେ ଯେତେବେଳେ ଯୀଶୁଙ୍କର ସ୍ୱର୍ଗକୁ ଯିବାର ସମୟ ସମ୍ପୂର୍ଣ୍ଣ ହୋଇଆସୁଥିଲା, ସେତେବେଳେ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନକୁ ଦୃଢ଼ କରି,
And it came to pass, as the days were almost fulfilled of his being received up again into heaven, that He set his face to go to Jerusalem,
52 ନିଜ ଆଗେ ଦୂତମାନଙ୍କୁ ପଠାଇଲେ, ସେମାନେ ଯାଇ ତାହାଙ୍କ ନିମନ୍ତେ ଆୟୋଜନ କରିବାକୁ ଶମିରୋଣୀୟମାନଙ୍କର ଗୋଟିଏ ଗ୍ରାମରେ ପ୍ରବେଶ କଲେ;
and sent messengers before Him: who went into a village of the Samaritans to get a place ready for Him.
53 କିନ୍ତୁ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନସ୍ଥ କରିଅଛନ୍ତି ବୋଲି ଦେଖି ସେମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ।
But they would not entertain Him, because his face was towards Jerusalem.
54 ଏହା ଦେଖି ଯାକୁବ ଓ ଯୋହନ, ଏହି ଦୁଇ ଶିଷ୍ୟ କହିଲେ, ପ୍ରଭୁ, [ଏଲୀୟ ମଧ୍ୟ ଯେପରି କରିଥିଲେ, ସେହିପରି] ଆକାଶରୁ ଅଗ୍ନି ପଡ଼ି ସେମାନଙ୍କୁ ବିନାଶ କରୁ, ଏହା ଆମ୍ଭେମାନେ କହିବୁ ବୋଲି କଅଣ ଆପଣଙ୍କର ଇଚ୍ଛା?
And when his disciples James and John saw it, they said, Lord, wilt thou that we command fire to come down from heaven and consume them, as Elias did?
55 କିନ୍ତୁ ସେ ବୁଲିପଡ଼ି ସେମାନଙ୍କୁ ଅନୁଯୋଗ କଲେ ଏବଂ କହିଲେ, ତୁମ୍ଭେମାନେ କେଉଁ ପ୍ରକାର ଆତ୍ମାର ଲୋକ, ଏହା ଜାଣୁ ନାହଁ। ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କର ପ୍ରାଣ ବିନାଶ କରିବାକୁ ନ ଆସି ବରଂ ରକ୍ଷା କରିବାକୁ ଆସିଅଛନ୍ତି।
But He turned and rebuked them, and said, Ye know not what spirit ye are of:
56 ତାହା ପରେ ସେମାନେ ଆଉ ଗୋଟିଏ ଗ୍ରାମକୁ ଗଲେ।
for the Son of man came not to destroy mens lives, but to save them. And they went to another village.
57 ସେମାନେ ବାଟରେ ଯାଉଥିବା ସମୟରେ ଜଣେ ଲୋକ ତାହାଙ୍କୁ କହିଲେ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି।
And as they were going by the way, there was one said to Him, Lord, I will follow thee whithersoever thou goest:
58 ଯୀଶୁ ତାହାଙ୍କୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।”
and Jesus answered him, The foxes have holes, and the fowls of heaven their nests, but the Son of man hath not where to lay his head.
59 ପୁଣି, ସେ ଆଉ ଜଣକୁ କହିଲେ, “ମୋହର ଅନୁଗମନ କର।” କିନ୍ତୁ ସେ କହିଲେ, ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ ଅପେକ୍ଷା କରିବା ପାଇଁ ଏବଂ ତାହାଙ୍କୁ ସମାଧି ଦେବା ପର୍ଯ୍ୟନ୍ତ ରହିବା ପାଇଁ ମୋତେ ଅନୁମତି ଦିଅନ୍ତୁ।
And He said to another, Follow me: but he said, Lord, permit me to go first and bury my father:
60 ମାତ୍ର ସେ ତାହାଙ୍କୁ କହିଲେ, “ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ, କିନ୍ତୁ ତୁମ୍ଭେ ଯାଇ ଈଶ୍ବରଙ୍କ ରାଜ୍ୟ ପ୍ରଚାର କର।”
but Jesus said unto him, Leave the dead to bury their dead; but go thou and preach the kingdom of God.
61 ଆଉ ଜଣେ ମଧ୍ୟ କହିଲେ, ପ୍ରଭୁ, ମୁଁ ଆପଣଙ୍କର ଅନୁଗମନ କରିବି, ମାତ୍ର ପ୍ରଥମେ ମୋହର ଗୃହରେ ଥିବା ଲୋକମାନଙ୍କଠାରୁ ବିଦାୟ ନେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ।
And another also said, Lord, I will follow thee, but allow me first to go and take my leave of my family.
62 କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ଯେ ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ, ସେ ଈଶ୍ବରଙ୍କ ରାଜ୍ୟର ଯୋଗ୍ୟ ନୁହେଁ।”
But Jesus said unto him, No one, that hath put his hand to the plough and looketh back, is fit for the kingdom of God.

< ଲୂକ 9 >