< ମଲାଖି 2 >
1 “ଏବେ ହେ ଯାଜକଗଣ, ତୁମ୍ଭମାନଙ୍କ ପ୍ରତି ଏହି ଆଜ୍ଞା।
“Yanzu fa wannan gargaɗi dominku ne, ku firistoci.
2 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯଦି ତୁମ୍ଭେମାନେ ନ ଶୁଣିବ ଓ ଆମ୍ଭ ନାମକୁ ଗୌରବ ଦେବା ନିମନ୍ତେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ଉପରେ ଅଭିଶାପ ପ୍ରେରଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ଆଶୀର୍ବାଦସକଳକୁ ଅଭିଶାପ ଦେବା; ହଁ, ସେହି ସବୁକୁ ଅଭିଶାପ ଦେଇ ସାରିଅଛୁ, କାରଣ ତୁମ୍ଭେମାନେ ତହିଁରେ ମନୋଯୋଗ କରୁ ନାହଁ।
In ba ku saurara ba, in kuma ba ku sa zuciyarku ga girmama sunana ba, zan aukar muku da la’ana, zan kuma la’antar da albarkunku. I, na riga na la’anta su, domin ba ku sa zuciyarku ga girmama ni ba, in ji Ubangiji Maɗaukaki.
3 ଦେଖ, ଆମ୍ଭେ ତୁମ୍ଭମାନଙ୍କ ସନ୍ତାନଗଣଙ୍କୁ ଧମକାଇବା ଓ ତୁମ୍ଭମାନଙ୍କ ମୁଖରେ ମଳ, ଅର୍ଥାତ୍, ତୁମ୍ଭମାନଙ୍କ ବଳିସକଳର ମଳ ପ୍ରସାରିବା; ଆଉ, ତୁମ୍ଭେମାନେ ତହିଁ ସଙ୍ଗେ ନୀତ ହେବ।
“Saboda ku zan tsawata wa zuriyarku; zan watsa kashin dabbobin hadayunku a fuskokinku, a kuma kwashe ku tare da shi.
4 ତହିଁରେ ଲେବୀ ସହିତ ଆମ୍ଭର ନିୟମ ଯେପରି ହେବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଯେ ଏହି ଆଜ୍ଞା ପ୍ରେରଣ କରିଅଛୁ, ଏହା ତୁମ୍ଭେମାନେ ଜାଣିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Za ku kuwa san cewa ni ne na aika muku da wannan gargaɗi domin alkawarina da Lawi yă ci gaba,” in ji Ubangiji Maɗaukaki.
5 ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଥିଲା, ତାହା ଜୀବନ ଓ ଶାନ୍ତିକର ଥିଲା; ଆଉ, ସେ ଯେପରି ଆମ୍ଭକୁ ଭୟ କରିବ, ଏଥିପାଇଁ ଆମ୍ଭେ ତାହାକୁ ତାହା ଦେଲୁ, ପୁଣି ସେ ଆମ୍ଭକୁ ଭୟ କଲା ଓ ଆମ୍ଭ ନାମର ସମ୍ଭ୍ରମ କଲା।
“Alkawarina da shi, alkawari ne na rai da salama, wanda na ba shi; domin yă girmama ni, ya kuwa girmama ni, ya kuma ji tsoron sunana ƙwarai.
6 ତାହାର ମୁଖରେ ସତ୍ୟର ବ୍ୟବସ୍ଥା ଥିଲା, ତାହାର ଓଷ୍ଠାଧରରେ ଅନ୍ୟାୟ ଦେଖାଗଲା ନାହିଁ; ସେ ଶାନ୍ତିରେ ଓ ସରଳତାରେ ଆମ୍ଭ ସଙ୍ଗେ ଗମନାଗମନ କଲା ଓ ଅନେକଙ୍କୁ ଅଧର୍ମରୁ ଫେରାଇଲା।
Umarnin gaskiya yana a bakinsa, ba a kuma sami wani ƙarya a leɓunansa ba. Ya yi tafiya tare da ni cikin salama da adalci, ya kuwa juyo da mutane masu yawa daga zunubi.
7 କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।
“Gama ya kamata leɓunan firist su kiyaye ilimi, ya kamata kuma mutane su nemi umarni daga bakinsa, domin shi ne manzon Ubangiji Maɗaukaki.
8 ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ବିପଥଗମନ କରିଅଛ ଓ ଅନେକଙ୍କୁ ବ୍ୟବସ୍ଥା ପଥରେ ଝୁଣ୍ଟାଇ ଅଛ; ତୁମ୍ଭେମାନେ ଲେବୀର ନିୟମ ଭ୍ରଷ୍ଟ କରିଅଛ।
Amma sai kuka kauce hanya, ta wurin koyarwarku kuma kuka sa mutane da yawa suka yi tuntuɓe; kun keta alkawarin da na yi da Lawi,” in ji Ubangiji Maɗaukaki.
9 ତୁମ୍ଭେମାନେ ଆମ୍ଭର ପଥ ରକ୍ଷା କରି ନାହଁ, ମାତ୍ର ବ୍ୟବସ୍ଥା ଶିକ୍ଷାରେ ମୁଖାପେକ୍ଷା କରିଅଛ, ଏଥିପାଇଁ ଆମ୍ଭେ ମଧ୍ୟ ସମୁଦାୟ ଲୋକଙ୍କ ସାକ୍ଷାତରେ ତୁମ୍ଭମାନଙ୍କୁ ତୁଚ୍ଛ ଓ ଅଧମ କରିଅଛୁ।”
“Saboda haka na sa a rena ku, a kuma wulaƙanta ku a gaban dukan mutane, domin ba ku bi hanyoyina ba amma kuka nuna sonkai a al’amuran shari’a.”
10 ଆମ୍ଭ ସମସ୍ତଙ୍କର କି ଏକ ପିତା ନାହାନ୍ତି? ଏକ ପରମେଶ୍ୱର କି ଆମ୍ଭମାନଙ୍କୁ ସୃଷ୍ଟି କରି ନାହାନ୍ତି? ଆମ୍ଭେମାନେ ଆପଣାମାନଙ୍କ ପିତାଙ୍କର ନିୟମ ଅପବିତ୍ର କରି ପ୍ରତ୍ୟେକ ଲୋକ କାହିଁକି ଆପଣା ଆପଣା ଭ୍ରାତା ପ୍ରତି ବିଶ୍ୱାସଘାତକତା କରୁଅଛୁ?
Ashe, ba Mahaifi guda dukanmu muke da shi ba? Ba Allah ɗaya ne ya halicce mu ba? Don me muka keta alkawarin kakanninmu ta wurin cin amanar juna?
11 ଯିହୁଦା ବିଶ୍ୱାସଘାତକତା କରିଅଛି, ଆଉ ଇସ୍ରାଏଲର ମଧ୍ୟରେ ଓ ଯିରୂଶାଲମ ମଧ୍ୟରେ ଘୃଣାଯୋଗ୍ୟ କ୍ରିୟା କରାଯାଇଅଛି; କାରଣ ସଦାପ୍ରଭୁଙ୍କର ପ୍ରିୟ ବା ପବିତ୍ର ମନ୍ଦିର, ଯିହୁଦା ତାହା ଅପବିତ୍ର କରିଅଛି ଓ ବିଦେଶୀୟ ଦେବତାର କନ୍ୟାକୁ ବିବାହ କରିଅଛି।
Yahuda ya ci amana. An yi abin kunya a Isra’ila da kuma a Urushalima. Yahuda ya ƙazantar da wuri mai tsarkin da Ubangiji yake ƙauna, ta wurin auren’yar wani baƙon allah.
12 ଯେଉଁ ଜନ ଏହି କର୍ମ କରେ, ସଦାପ୍ରଭୁ ଯାକୁବର ତମ୍ବୁସକଳରୁ ତାହାର ସମ୍ପର୍କୀୟ, ଯେକେହି ହୁଅନ୍ତୁ ଓ ଏପରିକି ଯେକେହି ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କୌଣସି ନୈବେଦ୍ୟ ଉତ୍ସର୍ଗ କରୁ, ତାହାକୁ ମଧ୍ୟ ଉଚ୍ଛିନ୍ନ କରିବେ।
Game da mutumin da ya aikata wannan, ko wane ne shi, bari Ubangiji yă yanke shi daga tentunan Yaƙub, ko da ma ya kawo hadayu ga Ubangiji Maɗaukaki.
13 ତୁମ୍ଭେମାନେ ମଧ୍ୟ ଏହି କର୍ମ କରୁଅଛ; ତୁମ୍ଭେମାନେ ଲୋତକରେ, ରୋଦନରେ ଓ ଆର୍ତ୍ତସ୍ୱରରେ ସଦାପ୍ରଭୁଙ୍କ ଯଜ୍ଞବେଦିକୁ ଏପରି ଆଚ୍ଛନ୍ନ କରୁଅଛ, କାରଣ ସେ ଆଉ ତୁମ୍ଭର ନୈବେଦ୍ୟ ପ୍ରତି ଦୃଷ୍ଟିପାତ କରନ୍ତି ନାହିଁ, କିଅବା ତୁଷ୍ଟ ହୋଇ ତୁମ୍ଭମାନଙ୍କ ହସ୍ତରୁ ତାହା ଗ୍ରହଣ କରନ୍ତି ନାହିଁ।
Ga kuma wani abin da kuke yi. Kukan cika bagaden Ubangiji da hawaye. Kukan yi kuka kuna ihu gama Ubangiji ba ya mai da hankali ga hadayunku ko yă karɓe su da farin ciki.
14 ତଥାପି ତୁମ୍ଭେମାନେ କହୁଅଛ, “ଏଥିର କାରଣ କଅଣ?” ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ୱାସଘାତକତା କରିଅଛ।
Kukan ce, “Don me ba ya karɓan hadayunmu?” Ai, domin Ubangiji ya zama shaida tsakaninka da matar ƙuruciyarka, gama ka keta amanar da ka yi mata, ko da yake ita abokiyar zamanka ce, matar aurenka ta alkawari.
15 ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ? ଆଉ କାହିଁକି ଏକ କଲେ? ସେ ଈଶ୍ୱରୀୟ ଏକ ବଂଶ ଉତ୍ପନ୍ନ କରିବା ନିମନ୍ତେ ଚେଷ୍ଟା କଲେ। ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ୱାସଘାତକତା ନ କରୁ।
Ashe, Ubangiji bai maishe su ɗaya ba? Cikin jiki da ruhu, su nasa ne. Me ya sa suke ɗaya? Domin yana neman’ya’ya masu tsoron Allah. Saboda haka sai ka lura da kanka, kada kuma ka ci amanar matar ƙuruciyarka.
16 “କାରଣ ଆମ୍ଭେ ସ୍ତ୍ରୀ-ତ୍ୟାଗ ଘୃଣା କରୁ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି ଓ ଯେ ଆପଣା ବସ୍ତ୍ରକୁ ଦୌରାତ୍ମ୍ୟରେ ଆଚ୍ଛାଦିତ କରେ, ତାହାକୁ ଆମ୍ଭେ ଘୃଣା କରୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଏହେତୁ ତୁମ୍ଭେମାନେ ଯେପରି ବିଶ୍ୱାସଘାତକତା ନ କର, ଏଥିପାଇଁ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ।”
“Na ƙi kisan aure,” in ji Ubangiji, Allah na Isra’ila. “Na kuma ƙi mutumin da ya rufe kansa da tashin hankali kamar riga,” in ji Ubangiji Maɗaukaki. Saboda haka sai ka lura da kanka, kada kuma ka ci amana.
17 ତୁମ୍ଭେମାନେ ଆପଣାମାନଙ୍କର ବାକ୍ୟ ଦ୍ୱାରା ସଦାପ୍ରଭୁଙ୍କୁ କ୍ଳାନ୍ତ କରିଅଛ। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତାହାଙ୍କୁ କ୍ଳାନ୍ତ କରିଅଛୁ? ପ୍ରତ୍ୟେକ ଲୋକ ଯେ କୁକର୍ମ କରେ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ ଓ ସେମାନଙ୍କଠାରେ ସେ ସନ୍ତୁଷ୍ଟ ହୁଅନ୍ତି, ନୋହିଲେ ବିଚାରକର୍ତ୍ତା ପରମେଶ୍ୱର କାହାନ୍ତି?” ଏପରି କହି କ୍ଳାନ୍ତ କରୁଅଛ।
Kun sa Ubangiji Maɗaukaki ya gaji da maganganunku. Sai kuka ce, “Yaya muka sa ya gaji?” Kun yi haka ta wurin cewa, “Duk waɗanda suke aikata mugunta, mutanen kirki ne a gaban Ubangiji, yana kuwa jin daɗinsu,” kuna kuma cewa, “Ina Allah mai adalci yake?”