< ମଲାଖି 4 >

1 କାରଣ ଦେଖ, ସେହି ଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
¡Tengan cuidado! Viene el día—ardiente como un horno—en el que los arrogantes y malvados serán quemados como la paja. Cuando llegue ese día, serán quemados por completo, desde la raíz hasta las ramas, dice el Señor Todopoderoso.
2 ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।
Pero para los que tienen reverencia por mi, el sol de la salvación de Dios brillará con curación en sus alas, y serán liberados, saltando como terneros que han sido liberados de sus establos.
3 ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ, ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।
Ustedes pisotearán a los malvados como ceniza bajo sus pies, en el día que yo actúe, dice el Señor Todopoderoso.
4 ଆମ୍ଭେ ହୋରେବରେ ସମଗ୍ର ଇସ୍ରାଏଲ ନିମନ୍ତେ ଯେଉଁ ବିଧି ଓ ଶାସନସକଳ ଆଦେଶ କଲୁ, ଆମ୍ଭ ଦାସ ମୋଶାଙ୍କର ସେହି ବ୍ୟବସ୍ଥା ତୁମ୍ଭେମାନେ ସ୍ମରଣ କର।
Recuerden la ley de Moisés mi siervo que yo le di a él y a Israel para que la siguieran. Todas las instrucciones y ceremonias las enseñé en el Monte Sinaí.
5 ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରେରଣ କରିବା।
¡Miren! Yo enviaré a Elías el profeta antes de que llegue el día del Señor, ese día grande y terrible.
6 ପୁଣି, ଆମ୍ଭେ ଆସି ଯେପରି ପୃଥିବୀକୁ ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେହି ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।”
Él restaurará la armonía entre padres e hijos, y si eso no ocurre, yo vendré y azotaré la tierra con una maldición.

< ମଲାଖି 4 >