< ମଲାଖି 1 >
1 ମଲାଖିଙ୍କ ଦ୍ୱାରା ଇସ୍ରାଏଲ ଲୋକମାନଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟ ଘୋଷଣା।
Annabci, wannan ita ce maganar Ubangiji ga Isra’ila ta wurin Malaki.
2 ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ। ତଥାପି ତୁମ୍ଭେମାନେ କହୁଅଛ, ‘ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ?’” ସଦାପ୍ରଭୁ କହନ୍ତି, “ଏଷୌ କି ଯାକୁବର ଭାଇ ନ ଥିଲା? ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ।
“Na ƙaunace ku, in ji Ubangiji. “Amma sai kuka ce, ‘Yaya ka ƙaunace mu?’ “Isuwa ba ɗan’uwan Yaƙub ba ne?” In ji Ubangiji. “Duk da haka na ƙaunaci Yaƙub,
3 ମାତ୍ର ଏଷୌକୁ ଆମ୍ଭେ ଅପ୍ରେମ କଲୁ ଓ ତାହାର ପର୍ବତଗଣକୁ ଧ୍ୱଂସର ସ୍ଥାନ କଲୁ, ଆଉ ତାହାର ଅଧିକାର ପ୍ରାନ୍ତରସ୍ଥ ଶୃଗାଳମାନଙ୍କର ସ୍ଥାନ କଲୁ।”
amma na ƙi Isuwa, na kuma mai da ƙasarsa da take kan duwatsu kango, na ba da gādonsa ga dilolin hamada.”
4 ଇଦୋମ କହୁଅଛି, “ଆମ୍ଭେମାନେ ନିପାତିତ ହୋଇଅଛୁ ନିଶ୍ଚୟ, ମାତ୍ର ଆମ୍ଭେମାନେ ଫେରି ଉଜାଡ଼ ସ୍ଥାନସବୁ ନିର୍ମାଣ କରିବା।” ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେମାନେ ନିର୍ମାଣ କରିବେ, ମାତ୍ର ଆମ୍ଭେ ଭାଙ୍ଗି ପକାଇବା ଆଉ, ଲୋକମାନେ ସେମାନଙ୍କୁ ଦୁଷ୍ଟତାର ଦେଶ ଓ ପରମେଶ୍ୱରଙ୍କର ନିତ୍ୟ କ୍ରୋଧର ପାତ୍ର ସ୍ୱରୂପ ଗୋଷ୍ଠୀ ବୋଲି ନାମ ଦେବେ।”
Edom zai iya cewa, “Ko da yake an ragargaza mu, ai, za mu sāke gina kufanmu.” Amma ga abin da Ubangiji Maɗaukaki ya ce, “Za su iya gini, amma zan rushe. Za a ce da su Muguwar Ƙasa, mutane da kullum suke a ƙarƙashi fushin Ubangiji.
5 ପୁଣି, ତୁମ୍ଭମାନଙ୍କର ସ୍ଵଚକ୍ଷୁ ତାହା ଦେଖିବ ଓ ତୁମ୍ଭେମାନେ କହିବ, “ସଦାପ୍ରଭୁ ଇସ୍ରାଏଲର ସୀମାର ବାହାରେ ମଧ୍ୟ ମହାନ ଅଟନ୍ତି।”
Za ku ga wannan da idanunku ku kuma ce, ‘Ubangiji da girma yake, har gaba da iyakokin Isra’ila ma!’
6 “ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।’
“Ɗa yakan girmama mahaifinsa, bawa kuma yakan girmama maigidansa. In ni mahaifi ne, ina girman da ya dace da ni? In ni maigida ne, ina girman da ya dace da ni?” In ji Ubangiji Maɗaukaki. “Ku firistoci, ku ne kuka rena sunana. “Amma sai kuka ce, ‘Yaya muka rena sunanka?’
7 ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୁଟି ଉତ୍ସର୍ଗ କରି, ତଥାପି ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ,’ ଏହା କହି, ତାହା କରୁଅଛ।
“Kun ajiye abinci mai ƙazanta a kan bagadena. “Sai kuka ce, ‘Yaya muka ƙazantar da kai?’ “Ta wurin cewa teburin Ubangiji abin reni ne.
8 ପୁଣି, ତୁମ୍ଭେମାନେ ଯଜ୍ଞ ନିମନ୍ତେ ଯେତେବେଳେ ଅନ୍ଧ ପଶୁ ଉତ୍ସର୍ଗ କର, ତାହା କʼଣ ମନ୍ଦ ନୁହେଁ? ଓ ଯେତେବେଳେ ଲେଙ୍ଗଡ଼ା ଓ ରୋଗୀ ପଶୁ ଉତ୍ସର୍ଗ କର, ସେ କʼଣ ମନ୍ଦ ନୁହେଁ? ଏବେ ତୁମ୍ଭର ଦେଶାଧ୍ୟକ୍ଷକୁ ତାହା ଭେଟି ଦିଅ; ସେ କି ତୁମ୍ଭ ପ୍ରତି ପ୍ରସନ୍ନ ହେବେ? ଅବା ସେ କି ତୁମ୍ଭଙ୍କୁ ଗ୍ରହଣ କରିବେ? ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Sa’ad da kuka kawo makauniyar dabba don ku miƙa mini hadaya, wannan daidai ne? Sa’ad da kuka miƙa gurguwar dabba ko marar lafiya, wannan daidai ne? Ku gwada ba wa gwamnanku irin wannan ku gani! Kuna gani zai ji daɗinku? Zai karɓe ku ne?” In ji Ubangiji Maɗaukaki.
9 ଆଉ, ପରମେଶ୍ୱର ଯେପରି ଆମ୍ଭମାନଙ୍କ ପ୍ରତି ଦୟାଳୁ ହେବେ, ଏଥିପାଇଁ ତାହାଙ୍କର ଅନୁଗ୍ରହ ପ୍ରାର୍ଥନା କରୁଅଛ; ମାତ୍ର ତୁମ୍ଭମାନଙ୍କ ଏପରି ଆଚରଣ ଦେଖି ସେ କʼଣ ତୁମ୍ଭମାନଙ୍କ ମଧ୍ୟରୁ କାହାକୁ ଗ୍ରହଣ କରିବେ? ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
“To, firistoci yanzu ku gwada ku roƙi Allah yă yi mana alheri. Da irin hadayun nan a hannuwanku ne zai ji ku?” In ji Ubangiji Maɗaukaki.
10 ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।
“Kash, da ma wani daga cikinku ya rufe ƙofofin haikali don kada ku shiga, ku hura wuta marar amfani a bisa bagadena! Ba na jin daɗinku, ba zan kuwa karɓi hadaya daga hannuwanku ba” in ji Ubangiji Maɗaukaki.
11 କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।
Sunana zai zama mai girma a cikin al’ummai, daga fitowar rana har zuwa fāɗuwarta. A kowane wuri za a miƙa wa sunana turare da tsabtacciyar hadaya domin sunana zai zama mai girma a cikin al’ummai, in ji Ubangiji Maɗaukaki.
12 ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍, ତାହାଙ୍କର ଖାଦ୍ୟ ତୁଚ୍ଛ, ଏହା କହି ତୁମ୍ଭେମାନେ ସେହି ନାମକୁ ଅଶୁଚି କରୁଅଛ।
“Amma kun ƙazantar da sunana ta wurin cewa ‘Teburin Ubangiji ya ƙazantu,’ kuka kuma yi magana a kan abincinsa kuna cewa, ‘Abin reni ne.’
13 ଆହୁରି, ତୁମ୍ଭେମାନେ କହୁଅଛ, ‘ଦେଖ, ଏହା କିପରି କ୍ଳାନ୍ତିଜନକ’ ଓ ତୁମ୍ଭେମାନେ ତାହା ତୁଚ୍ଛଜ୍ଞାନ କରିଅଛ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା? ଏହା ସଦାପ୍ରଭୁ କହନ୍ତି।
Kun kuma ce, ‘Mun gaji da irin wannan wahala!’ Kuna hura mini hancin reni,” in ji Ubangiji Maɗaukaki. “Sa’ad da kuka kawo raunannu, gurguntattun dabbobi, ko kuma dabbobi masu fama da cuta, kuka kuma miƙa su hadaya, kuna gani zan karɓi wannan daga gare ku?” In ji Ubangiji.
14 ମାତ୍ର ଆପଣା ପଲର ପୁଂପଶୁ ଥିଲେ ହେଁ ଯେଉଁ ପ୍ରତାରକ ମାନତ କରି ପ୍ରଭୁଙ୍କ ଉଦ୍ଦେଶ୍ୟରେ ଖୁନ୍ତବିଶିଷ୍ଟ ପଶୁ ଉତ୍ସର୍ଗ କରେ, ସେ ଅଭିଶପ୍ତ ହେଉ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ମହାନ ରାଜା ଅଟୁ ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ଭୟଙ୍କର ଅଟେ।”
“La’ananne ne macucin da yake da lafiyayyiyar dabba namiji a garkensa wadda ya yi alkawari zai bayar, amma sai ya miƙa hadayar dabba mai aibi ga Ubangiji. Gama ni babban sarki ne, za a kuma ji tsoron sunana a cikin al’ummai,” in ji Ubangiji Maɗaukaki.