< ମାର୍କ 11 >

1 ଯେତେବେଳେ ସେମାନେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇ ଜୀତପର୍ବତ ପାର୍ଶ୍ୱସ୍ଥ ବୈଥ୍‌ଫାଗୀ ଓ ବେଥନୀୟା ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,
Kad se približe Jeruzalemu, Betfagi i Betaniji, do Maslinske gore, pošalje dva učenika
2 “ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା କ୍ଷଣି, ଯାହା ଉପରେ କେହି କେବେ ଚଢ଼ି ନାହିଁ, ଏପରି ଗୋଟିଏ ଗଧଛୁଆ ବନ୍ଧା ହୋଇଥିବା ଦେଖିବ; ତାହାକୁ ଫିଟାଇ ଘେନିଆସ।
i kaže im: “Hajdete u selo pred vama. Čim u nj uđete, naći ćete privezano magare koje još nitko nije zajahao. Odriješite ga i vodite.
3 ଆଉ, ଯେବେ କେହି ‘ତୁମ୍ଭମାନଙ୍କୁ କାହିଁକି ଏହା କରୁଅଛ ବୋଲି କହେ,’ ତେବେ କହିବ, ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି, ଆଉ ସେ ପୁନର୍ବାର ତାହାକୁ ଅବିଳମ୍ବେ ଏଠାକୁ ପଠାଇଦେବେ।”
Ako vam tko reče: 'Što to radite?' recite: 'Gospodinu treba', i odmah će ga ipak ovamo pustiti.”
4 ସେମାନେ ଯାଇ ଦ୍ୱାର ନିକଟରେ ବାହାର ଦାଣ୍ଡରେ ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖି ତାହାକୁ ଫିଟାଇଲେ।
Otiđoše i nađoše magare privezano uz vrata vani na cesti i odriješe ga.
5 ସେଥିରେ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି ସେମାନଙ୍କୁ ପଚାରିଲେ, ଗଧଛୁଆକୁ ଫିଟାଇ କଅଣ କରୁଅଛ?
A neki od nazočnih upitaše: “Što radite? Što driješite magare?”
6 ଯୀଶୁ ଯେପରି କହିଥିଲେ, ସେମାନେ ସେହିପରି ସେମାନଙ୍କୁ ଉତ୍ତର ଦେଲେ; ତହିଁରେ ସେମାନେ ସେମାନଙ୍କୁ ଅନୁମତି ଦେଲେ।
Oni im odvrate kako im reče Isus. I pustiše ih.
7 ଯୀଶୁଙ୍କ ନିକଟକୁ ଗଧଛୁଆଟିକୁ ଆଣି ସେମାନେ ତାହା ଉପରେ ଆପଣା ଆପଣା ଲୁଗା ପକାଇଦେଲେ, ଆଉ ଯୀଶୁ ତାହା ଉପରେ ବସିଲେ।
I dovedu magare Isusu, prebace preko njega svoje haljine i on zajaha na nj.
8 ପୁଣି, ଅନେକେ ପଥରେ ଆପଣା ଆପଣା ଲୁଗା ବିଛାଇଲେ ଓ ଅନ୍ୟମାନେ କ୍ଷେତରୁ ଡାଳ କାଟି ଆଣି ବିଛାଇଦେଲେ।
Mnogi prostriješe svoje haljine po putu, a drugi narezaše zelenih grana po poljima.
9 ଆଉ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ!
I oni pred njim i oni za njim klicahu: “Hosana! Blagoslovljen Onaj koji dolazi u ime Gospodnje!
10 ଆମ୍ଭମାନଙ୍କ ପିତୃ-ପୁରୁଷ ଦାଉଦଙ୍କର ଯେଉଁ ରାଜ୍ୟ ଆସୁଅଛି, ତାହା ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା!
Blagoslovljeno kraljevstvo oca našega Davida koji dolazi! Hosana u visinama!”
11 ପରେ ସେ ଯିରୂଶାଲମ ସହରକୁ ଆସି ମନ୍ଦିରରେ ପ୍ରବେଶ କଲେ, ପୁଣି, ଚତୁର୍ଦ୍ଦିଗସ୍ଥ ସମସ୍ତ ବିଷୟ ନିରୀକ୍ଷଣ କରି ସନ୍ଧ୍ୟା ହୋଇଯିବାରୁ ବାର ଶିଷ୍ୟଙ୍କ ସହିତ ବେଥନୀୟାକୁ ବାହାରିଗଲେ।
I uđe u Jeruzalem, u Hram. I sve uokolo razgleda, pa kako već bijaše kasno, pođe s dvanaestoricom u Betaniju.
12 ତହିଁ ଆରଦିନ ବେଥନୀୟାରୁ ଆସୁଥିବା ସମୟରେ ଯୀଶୁ କ୍ଷୁଧିତ ହେଲେ;
Sutradan su izlazili iz Betanije, a on ogladnje.
13 ଆଉ ସେ ଦୂରରୁ ପତ୍ର ଥିବା ଗୋଟିଏ ଡିମ୍ବିରିବୃକ୍ଷ ଦେଖି, କେଜାଣି ସେଥିରୁ ଫଳ ପାଇବେ, ଏହି ଆଶାରେ ତାହା ପାଖକୁ ଗଲେ। କିନ୍ତୁ ପାଖକୁ ଆସି ସେ ପତ୍ର ବିନା ଆଉ କିଛି ପାଇଲେ ନାହିଁ, କାରଣ ସେତେବେଳେ ଡିମ୍ବିରିଫଳର ସମୟ ନ ଥିଲା।
Ugleda izdaleka lisnatu smokvu i priđe ne bi li na njoj što našao. Ali došavši bliže, ne nađe ništa osim lišća jer ne bijaše vrijeme smokvama.
14 ସେଥିରେ ଯୀଶୁ ତାହାକୁ କହିଲେ, “ଆଉ କଦାପି କେହି ତୋʼଠାରୁ ଫଳ ନ ଖାଉ।” ତାହାଙ୍କ ଶିଷ୍ୟମାନେ ଏହି କଥା ଶୁଣିଲେ। (aiōn g165)
Tada reče smokvi: “Nitko nikada više ne jeo s tebe!” Čuli su to njegovi učenici. (aiōn g165)
15 ତାହା ପରେ ସେମାନେ ଯିରୂଶାଲମ ସହରକୁ ଆସିଲେ, ଆଉ ଯୀଶୁ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କ୍ରୟବିକ୍ରୟ କରୁଥିବା ଲୋକମାନଙ୍କୁ ବାହାର କରିଦେବାକୁ ଲାଗିଲେ, ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା-ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,
Stignu tako u Jeruzalem. On uđe u Hram i stane izgoniti one koji su prodavali i kupovali u Hramu. Mjenjačima isprevrta stolove i prodavačima golubova klupe.
16 ଆଉ ମନ୍ଦିର ମଧ୍ୟ ଦେଇ କାହାରିକୁ କୌଣସି ପାତ୍ର ଘେନିଯିବାକୁ ଅନୁମତି ଦେଲେ ନାହିଁ,
I ne dopusti da itko išta pronese kroz Hram.
17 ପୁଣି, ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, “ଏହା କଅଣ ଲେଖା ନାହିଁ, ‘ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି କୁହାଯିବ?’ କିନ୍ତୁ ତୁମ୍ଭେମାନେ ତାହାକୁ ଡକାଇତମାନଙ୍କ ଗହ୍ୱର କରିଅଛ।”
Učio ih je i govorio: “Nije li pisano: Dom će se moj zvati Dom molitve za sve narode? A vi od njega načinili pećinu razbojničku!”
18 ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏହା ଶୁଣି ତାହାଙ୍କୁ କିପ୍ରକାରେ ବିନାଶ କରିପାରନ୍ତି, ତାହା ଚେଷ୍ଟା କରିବାକୁ ଲାଗିଲେ; କାରଣ ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେବାରୁ ସେମାନେ ତାହାଙ୍କୁ ଭୟ କରୁଥିଲେ।
Kada su za to dočuli glavari svećenički i pismoznanci, tražili su kako da ga pogube. Uistinu, bojahu ga se jer je sav narod bio očaran njegovim naukom.
19 ପ୍ରତିଦିନ ସନ୍ଧ୍ୟା ସମୟରେ ସେମାନେ ନଗରରୁ ବାହାରି ଯାଉଥିଲେ।
A kad se uvečerilo, izlazili su iz grada.
20 ସକାଳେ ସେହି ବାଟ ଦେଇ ଯିବା ସମୟରେ ସେମାନେ ଡିମ୍ବିରିବୃକ୍ଷଟି ମୂଳରୁ ଶୁଖିଯାଇଥିବା ଦେଖିଲେ।
Kad su ujutro prolazili mimo one smokve, opaze da je usahla do korijena.
21 ସେଥିରେ ପିତର ପୂର୍ବ କଥା ସ୍ମରଣ କରି ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, ଆପଣ ଯେଉଁ ଡିମ୍ବିରିବୃକ୍ଷକୁ ଅଭିଶାପ ଦେଇଥିଲେ, ତାହା ଶୁଖିଗଲାଣି।
Petar se prisjeti pa će Isusu: “Učitelju, pogledaj! Smokva koju si prokleo usahnu.”
22 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବରଙ୍କଠାରେ ବିଶ୍ୱାସ ରଖ।
Isus im odvrati: “Imajte vjeru Božju.
23 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଏହି ପର୍ବତକୁ ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ଆଉ ଆପଣା ହୃଦୟରେ ସନ୍ଦେହ ନ କରି, ଯାହା କହୁଅଛି, ତାହା ଘଟିବ ବୋଲି ବିଶ୍ୱାସ କରିବ, ତାʼ ନିମନ୍ତେ ତାହା ଘଟିବ।
Zaista, kažem vam, rekne li tko ovoj gori: 'Digni se i baci u more!' i u srcu svome ne posumnja, nego vjeruje da će se dogoditi to što kaže - doista, bit će mu!
24 ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ।
Stoga vam kažem: Sve što god zamolite i zaištete, vjerujte da ste postigli i bit će vam!
25 ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ।
No kad ustanete na molitvu, otpustite ako što imate protiv koga da i vama Otac vaš, koji je na nebesima, otpusti vaše prijestupke.”
26 [କିନ୍ତୁ ତୁମ୍ଭେମାନେ ଯଦି କ୍ଷମା ନ କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।]”
27 ପରେ ସେମାନେ ପୁନର୍ବାର ଯିରୂଶାଲମ ସହରକୁ ଆସିଲେ; ଆଉ ସେ ମନ୍ଦିର ମଧ୍ୟରେ ଭ୍ରମଣ କରୁଥିବା ସମୟରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ,
I dođu opet u Jeruzalem. Dok je obilazio Hramom, dođu k njemu glavari svećenički, pismoznanci i starješine.
28 ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଅବା ଏହାସବୁ କରିବାକୁ ତୁମ୍ଭକୁ କିଏ ଏହି ଅଧିକାର ଦେଲା?
I govorahu mu: “Kojom vlašću to činiš? Ili tko ti dade tu vlast da to činiš?”
29 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ ଉତ୍ତର ଦିଅ, ତାହାହେଲେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ତୁମ୍ଭମାନଙ୍କୁ କହିବି।
A Isus im reče: “Jedno ću vas upitati. Odgovorite mi, pa ću vam kazati kojom vlašću ovo činim.
30 ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ହେଲା? ମୋତେ ଉତ୍ତର ଦିଅ।”
Krst Ivanov bijaše li od Neba ili od ljudi? Odgovorite mi!”
31 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ?
A oni umovahu među sobom: “Reknemo li 'od Neba', odvratit će 'Zašto mu dakle ne povjerovaste?'
32 ଅବା ମନୁଷ୍ୟଠାରୁ ବୋଲି କଅଣ କହିବା? ସେମାନେ ଲୋକସମୂହକୁ ଭୟ କରୁଥିଲେ; କାରଣ ସମସ୍ତେ ଯୋହନଙ୍କୁ ପ୍ରକୃତରେ ଜଣେ ଭାବବାଦୀ ବୋଲି ମାନୁଥିଲେ।
Nego, da reknemo 'od ljudi!'” - Bojahu se mnoštva. Ta svi Ivana smatrahu doista prorokom.
33 ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ। ଯୀଶୁ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”
I odgovore Isusu: “Ne znamo.” A Isus će im: “Ni ja vama neću kazati kojom vlašću ovo činim.”

< ମାର୍କ 11 >