< ମାର୍କ 13 >
1 ଯୀଶୁ ମନ୍ଦିରରୁ ବାହାରିଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, କିପରି ପ୍ରସ୍ତର ଓ କିପରି ପ୍ରାସାଦ!
Et cum egrederetur de templo, ait illi unus ex discipulis suis: Magister, aspice quales lapides, et quales structuræ.
2 ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ କଅଣ ଏହି ସମସ୍ତ ବୃହତ୍ ପ୍ରାସାଦ ଦେଖୁଅଛ? ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ।”
Et respondens Jesus, ait illi: Vides has omnes magnas ædificationes? Non relinquetur lapis super lapidem, qui non destruatur.
3 ପରେ ସେ ଜୀତପର୍ବତ ଉପରେ ମନ୍ଦିର ସମ୍ମୁଖରେ ବସନ୍ତେ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଏସବୁ କେବେ ଘଟିବ,
Et cum sederet in monte Olivarum contra templum, interrogabant eum separatim Petrus, et Jacobus, et Joannes, et Andreas:
4 ପୁଣି, ଯେଉଁ ସମୟରେ ଏହିସବୁ ସଫଳ ହେବା ସନ୍ନିକଟ ହେବ, ସେ ସମୟର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କହନ୍ତୁ।
Dic nobis, quando ista fient? et quod signum erit, quando hæc omnia incipient consummari?
5 ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, “ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ।
Et respondens Jesus cœpit dicere illis: Videte ne quid vos seducat:
6 ଅନେକେ ମୋ ନାମରେ ଆସି, ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ।
multi enim venient in nomine meo, dicentes quia ego sum: et multos seducent.
7 ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗାନ୍ତ ନୁହେଁ।
Cum audieritis autem bella, et opiniones bellorum, ne timueritis: oportet enim hæc fieri: sed nondum finis.
8 କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର।
Exsurget enim gens contra gentem, et regnum super regnum, et erunt terræmotus per loca, et fames. Initium dolorum hæc.
9 କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ।
Videte autem vosmetipsos. Tradent enim vos in consiliis, et in synagogis vapulabitis, et ante præsides et reges stabitis propter me, in testimonium illis.
10 ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ।
Et in omnes gentes primum oportet prædicari Evangelium.
11 ଏଣୁ ଯେତେବେଳେ ଲୋକେ ତୁମ୍ଭମାନଙ୍କୁ ଘେନିଯାଇ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କଅଣ କହିବ, ସେ ବିଷୟରେ ପୂର୍ବରୁ ଚିନ୍ତିତ ହୁଅ ନାହିଁ; କିନ୍ତୁ ସେହି ସମୟରେ ତୁମ୍ଭମାନଙ୍କୁ ଯାହା ଦିଆଯିବ, ତାହା କୁହ; କାରଣ ତୁମ୍ଭେମାନେ ବକ୍ତା ନୁହଁ, ମାତ୍ର ପବିତ୍ର ଆତ୍ମା ବକ୍ତା ଅଟନ୍ତି।
Et cum duxerint vos tradentes, nolite præcogitare quid loquamini: sed quod datum vobis fuerit in illa hora, id loquimini: non enim vos estis loquentes, sed Spiritus Sanctus.
12 ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ;
Tradet autem frater fratrem in mortem, et pater filium: et consurgent filii in parentes, et morte afficient eos.
13 ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।”
Et eritis odio omnibus propter nomen meum. Qui autem sustinuerit in finem, hic salvus erit.
14 “କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ୍ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ;
Cum autem videritis abominationem desolationis stantem, ubi non debet, qui legit, intelligat: tunc qui in Judæa sunt, fugiant in montes:
15 ଯେ ଛାତ ଉପରେ ଥାଏ, ସେ ଆପଣା ଘରୁ କୌଣସି ପଦାର୍ଥ ଘେନିଯିବା ପାଇଁ ଓହ୍ଲାଇ ନ ଆସୁ ବା ଭିତରକୁ ନ ଯାଉ;
et qui super tectum, ne descendat in domum, nec introëat ut tollat quid de domo sua:
16 ପୁଣି, ଯେ କ୍ଷେତରେ ଥାଏ, ସେ ଆପଣା ବସ୍ତ୍ର ଘେନିଯିବା ପାଇଁ ଫେରି ନ ଯାଉ।
et qui in agro erit, non revertatur retro tollere vestimentum suum.
17 ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର!
Væ autem prægnantibus et nutrientibus in illis diebus.
18 କିନ୍ତୁ ଏହା ଯେପରି ଶୀତକାଳରେ ନ ଘଟେ, ଏଥିପାଇଁ ପ୍ରାର୍ଥନା କର।
Orate vero ut hieme non fiant.
19 କାରଣ ସେହି କାଳରେ ଏପରି କ୍ଲେଶ ଘଟିବ ଯେ, ଈଶ୍ବରଙ୍କ କୃତ ସୃଷ୍ଟି ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସେହିପରି ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ।
Erunt enim dies illi tribulationes tales quales non fuerunt ab initio creaturæ, quam condidit Deus usque nunc, neque fient.
20 ଆଉ ପ୍ରଭୁ ସେହି ସମୟ ଯେବେ ଉଣା କରି ନ ଥାଆନ୍ତେ, ତେବେ କୌଣସି ମନୁଷ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ସେହି ସମୟ ଊଣା କରିଅଛନ୍ତି।
Et nisi breviasset Dominus dies, non fuisset salva omnis caro: sed propter electos, quos elegit, breviavit dies.
21 ସେତେବେଳେ ‘ଦେଖ, ଖ୍ରୀଷ୍ଟ ଏଠାରେ’ କିମ୍ଵା ‘ଦେଖ, ସେଠାରେ,’ କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ।
Et tunc si quis vobis dixerit: Ecce hic est Christus, ecce illic, ne credideritis.
22 ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ।
Exsurgent enim pseudochristi et pseudoprophetæ, et dabunt signa et portenta ad seducendos, si fieri potest, etiam electos.
23 କିନ୍ତୁ ତୁମ୍ଭେମାନେ ସାବଧାନ ହୋଇଥାଅ; ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇଲି।”
Vos ergo videte: ecce prædixi vobis omnia.
24 “ମାତ୍ର ସେହି ସମୟରେ ସେହି କ୍ଲେଶ ଉତ୍ତାରେ ‘ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ,
Sed in illis diebus, post tribulationem illam, sol contenebrabitur, et luna non dabit splendorem suum:
25 ପୁଣି, ନକ୍ଷତ୍ରମାଳା ଆକାଶରୁ ଖସି ପଡ଼ିବାକୁ ଲାଗିବେ ଓ ଆକାଶମଣ୍ଡଳସ୍ଥ ଶକ୍ତିସମୂହ ବିଚଳିତ ହେବେ।’
et stellæ cæli erunt decidentes, et virtutes, quæ in cælis sunt, movebuntur.
26 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମରେ ଓ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ।
Et tunc videbunt Filium hominis venientem in nubibus cum virtute multa et gloria.
27 ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।”
Et tunc mittet angelos suos, et congregabit electos suos a quatuor ventis, a summo terræ usque ad summum cæli.
28 “ଡିମ୍ବିରିବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;
A ficu autem discite parabolam. Cum jam ramus ejus tener fuerit, et nata fuerint folia, cognoscitis quia in proximo sit æstas:
29 ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ସେ ଦ୍ୱାରରେ ସନ୍ନିକଟ, ଏହା ଜାଣ।
sic et vos cum videritis hæc fieri, scitote quod in proximo sit, in ostiis.
30 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପିଢ଼ି କୌଣସି ପ୍ରକାରେ ଲୋପ ପାଇବ ନାହିଁ।
Amen dico vobis, quoniam non transibit generatio hæc, donec omnia ista fiant.
31 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”
Cælum et terra transibunt, verba autem mea non transibunt.
32 “କିନ୍ତୁ ସେହି ଦିନ କି ସମୟ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗସ୍ଥ ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ପିତା ଜାଣନ୍ତି।
De die autem illo vel hora nemo scit, neque angeli in cælo, neque Filius, nisi Pater.
33 ତୁମ୍ଭେମାନେ ସାବଧାନ ହୋଇଥାଅ, ଜାଗି ରୁହ; କାରଣ ସେ ସମୟ କେବେ ହେବ, ତାହା ତୁମ୍ଭେମାନେ ଜାଣ ନାହିଁ।
Videte, vigilate, et orate: nescitis enim quando tempus sit.
34 ତାହା ଏହିପରି, ଯେପରି ଜଣେ ବ୍ୟକ୍ତି ଆପଣା ଗୃହ ତ୍ୟାଗ କରି ବିଦେଶରେ ପ୍ରବାସ କରୁଅଛନ୍ତି, ଆଉ ସେ ଆପଣା ଦାସମାନଙ୍କୁ ଅଧିକାର ଦେଇ ପ୍ରତ୍ୟେକର କାର୍ଯ୍ୟ ନିରୂପଣ କରିଅଛନ୍ତି ଓ ଦ୍ୱାରପାଳକକୁ ମଧ୍ୟ ଜାଗି ରହିବାକୁ ଆଜ୍ଞା ଦେଇଅଛନ୍ତି।
Sicut homo qui peregre profectus reliquit domum suam, et dedit servis suis potestatem cujusque operis, et janitori præcepit ut vigilet,
35 ଅତଏବ, କାଳେ ଗୃହକର୍ତ୍ତା ହଠାତ୍ ଆସି ତୁମ୍ଭମାନଙ୍କୁ ନିଦ୍ରିତ ଦେଖନ୍ତି,
vigilate ergo (nescitis enim quando dominus domus veniat: sero, an media nocte, an galli cantu, an mane),
36 ଏଥିନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ, କିମ୍ବା ଅଧରାତିରେ, କିମ୍ବା କୁକୁଡ଼ା ଡାକିବା ସମୟରେ, କିମ୍ବା ସକାଳେ, କେତେବେଳେ ଯେ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ।
ne, cum venerit repente, inveniat vos dormientes.
37 ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ‘ଜାଗ୍ରତ ଥାଅ।’”
Quod autem vobis dico, omnibus dico: Vigilate.