< ମାର୍କ 15 >
1 ପ୍ରଭାତ ହେବାମାତ୍ରେ ସମସ୍ତେ ମହାସଭା, ଅର୍ଥାତ୍ ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କ ସହିତ ପ୍ରଧାନ ଯାଜକମାନେ ସଭା କରି ଯୀଶୁଙ୍କୁ ବାନ୍ଧି ଘେନିଯାଇ ପୀଲାତଙ୍କ ହସ୍ତରେ ସମର୍ପଣ କଲେ।
Early the next morning, the chief priest, elders, and religious teachers—the whole governing council—came to a decision. They had Jesus bound and sent him to be handed over to Pilate.
2 ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।”
Pilate asked him, “Are you the King of the Jews?” “You said it,” Jesus replied.
3 ଆଉ ପ୍ରଧାନ ଯାଜକମାନେ ଯୀଶୁଙ୍କ ବିରୁଦ୍ଧରେ ଅନେକ ଅଭିଯୋଗ କରିବାକୁ ଲାଗିଲେ।
The chief priests kept on making many accusations against him.
4 ସେଥିରେ ପୀଲାତ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ? ଦେଖ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ଅଭିଯୋଗ କରୁଅଛନ୍ତି।
Pilate questioned him again, “Aren't you going to answer? See how many charges they're bringing against you!”
5 କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ।
But Jesus didn't give any more answers, much to Pilate's surprise.
6 ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ।
Now it was Pilate's custom at the Passover feast to release a prisoner to the people, whoever they requested.
7 ଯେଉଁ ବିପ୍ଳବୀମାନେ ବିପ୍ଳବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା।
One of the prisoners was a man called Barabbas who belonged to a group of rebels who had committed murder during an uprising.
8 ତେଣୁ ଲୋକସମୂହ ଉପରକୁ ଯାଇ ତାହାଙ୍କୁ ଆପଣା ରୀତି ଅନୁସାରେ କରିବା ନିମନ୍ତେ ଅନୁରୋଧ କରିବାକୁ ଲାଗିଲେ।
The crowd went to Pilate and asked him to release a prisoner following his usual custom.
9 ସେଥିରେ ପୀଲାତ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ କଅଣ ଇଚ୍ଛା କରୁଅଛ? ଆମ୍ଭେ କଅଣ ତୁମ୍ଭମାନଙ୍କ ନିମନ୍ତେ ଯିହୁଦୀମାନଙ୍କ ରାଜାଙ୍କୁ ମୁକ୍ତ କରିଦେବା?
“Do you want me to release to you the King of Jews?” he asked them,
10 କାରଣ ପ୍ରଧାନ ଯାଜକମାନେ ଯେ ଈର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ବୁଝିଲେ।
for he realized that it was because of their jealousy of Jesus that the chief priests had handed Jesus over to him.
11 ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଂ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ।
But the chief priests stirred up the crowd to have him release Barabbas to them instead.
12 କିନ୍ତୁ ପୀଲାତ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ତେବେ ଯାହାକୁ ତୁମ୍ଭେମାନେ ଯିହୁଦୀମାନଙ୍କର ରାଜା ବୋଲି କହୁଅଛ, ତାହା ପ୍ରତି ଆମ୍ଭେ କଅଣ କରିବା?
“Then what should I do with the one you call the King of the Jews?” he asked them.
13 ଲୋକସମୂହ ପୁଣି, ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ।
“Crucify him!” they shouted back.
14 ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ।
“Why? What crime has he committed?” Pilate asked them. “Crucify him!” they shouted back even louder.
15 ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି, ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ।
Wanting to please the mob, Pilate released Barabbas to them. First he had Jesus flogged and then handed him over to be crucified.
16 ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ।
The soldiers took him away into the Praetorium courtyard, where they called out the whole cohort.
17 ସେମାନେ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ ଓ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ;
They put royal purple robes on him and made a crown of thorns that they placed on him.
18 ଆଉ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ।
Then they saluted him, saying, “Hail King of the Jews!”
19 ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ଡରେ ଆଘାତ କଲେ, ଆଉ ଆଣ୍ଠୁ ମାଡ଼ି ପ୍ରଣାମ କରିବାକୁ ଲାଗିଲେ।
They repeatedly beat him around the head with a rod, spat at him, and fell on their knees before him as if in worship.
20 ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ। ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ।
After they finished mocking him, they took off the purple robes, and put his own clothes back on him. Then they led him away to be crucified.
21 ସେତେବେଳେ ଆଲେକ୍ଜାଣ୍ଡର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀଗ୍ରାମରୁ ଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାହାଙ୍କୁ ତାହାଙ୍କର କ୍ରୁଶ ବୋହିବା ପାଇଁ ବାଧ୍ୟ କଲେ।
They forced a passer-by, Simon of Cyrene, who was coming from the countryside, to carry his cross. Simon was the father of Alexander and Rufus.
22 ଆଉ ସେମାନେ ତାହାଙ୍କୁ ଗଲ୍ଗଥା, ଅର୍ଥାତ୍ କପାଳସ୍ଥଳ ନାମକ ସ୍ଥାନକୁ ଆଣିଲେ।
They brought Jesus to the place called Golgotha, which means “the Place of the Skull.”
23 ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ।
They offered him wine mixed with myrrh, but he refused it.
24 ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, କିଏ କଅଣ ପାଇବ, ତାହା ଗୁଲିବାଣ୍ଟ ଦ୍ୱାରା ସ୍ଥିର କରି ତାହାଙ୍କ ବସ୍ତ୍ରସବୁ ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ।
Then they crucified him. They divided his clothes, and threw dice to decide who would have what.
25 ଦିନ ନଅ ଘଣ୍ଟା ସମୟରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ।
It was nine in the morning when they crucified him.
26 ଆଉ ତାହାଙ୍କ ଅଭିଯୋଗ ଲିପିରେ ଏହା ଲେଖା ଥିଲା, ଯିହୁଦୀମାନଙ୍କର ରାଜା।
A sign with the written charge against him read: “The King of the Jews.”
27 ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତମାନଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ।
They crucified two criminals with him, one on his left and one on his right.
28 [ସେଥିରେ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ।]
29 ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, ବାଃ! ରେ ମନ୍ଦିର-ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ,
People passing by shouted insults at him, shaking their heads, and saying. “Aha! You who claimed you were going to destroy the Temple and rebuild it in three days;
30 କ୍ରୁଶରୁ ଓହ୍ଲାଇ ଆପଣାକୁ ରକ୍ଷା କର।
save yourself and come down from the cross!”
31 ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀମାନଙ୍କ ସହିତ ପରସ୍ପର ମଧ୍ୟରେ ତାହାଙ୍କୁ ପରିହାସ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରିପାରୁ ନାହିଁ।
Likewise the chief priests and the religious teachers made fun of him, saying to each other, “He saved others, but he can't save himself.
32 ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ୱାସ କରିବା। ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ।
If he really is the Messiah, the King of Israel, then why doesn't he come down from the cross so we can see and believe!” Even those who were crucified with him insulted him.
33 ଦିନ ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ଦିନ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା।
At noon darkness fell over the whole land until three in the afternoon.
34 ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ଏଲୀ, ଏଲୀ, ଲାମା ଶବକ୍ଥାନୀ?” ଅର୍ଥାତ୍ “ହେ ମୋହର ଈଶ୍ବର, ହେ ମୋହର ଈଶ୍ବର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କଲ?”
At three o'clock Jesus cried out, “Eloi, Eloi, lama sabachthani,” which means, “My God, my God, why have you abandoned me?”
35 ଏହା ଶୁଣି ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଦେଖ, ସେ ଏଲୀୟଙ୍କୁ ଡାକୁଅଛି।
Some of those standing there heard this, and said, “He's calling for Elijah.”
36 ପୁଣି, ଜଣେ ଦୌଡ଼ିଯାଇ ଗୋଟିଏ ଏଜୋବ ଅମ୍ଳରସରେ ପୂର୍ଣ୍ଣ କରି ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଇ କହିଲା, ରୁହ, ଏଲୀୟ ଏହାକୁ ଓହ୍ଲାଇବାକୁ ଆସୁଅଛନ୍ତି କି ନାହିଁ ଦେଖିବା।
One man ran and filled a sponge with vinegar, put it on a stick, and tried to give it to Jesus to drink. “Leave him alone,” he said. “Let's see if Elijah will come to take him down.”
37 କିନ୍ତୁ ଯୀଶୁ ଉଚ୍ଚସ୍ୱର କରି ପ୍ରାଣତ୍ୟାଗ କଲେ।
Then Jesus groaned loudly, and died.
38 ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା।
The Temple veil was ripped in two from top to bottom.
39 ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତ-ସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ବରଙ୍କ ପୁତ୍ର ଥିଲେ।
When the centurion standing there in front of Jesus saw how he died, he said, “This man was truly the Son of God.”
40 କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରୀୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରୀୟମ, ପୁଣି, ଶଲୋମୀ ଥିଲେ;
Some women were watching from a distance including Mary Magdalene, Mary the mother of James the younger and Joses, and Salome.
41 ସେ ଗାଲିଲୀରେ ଥିବା ସମୟରେ ସେମାନେ ତାହାଙ୍କ ପଶ୍ଚାତ୍ଗମନ କରି ତାହାଙ୍କର ସେବା କରୁଥିଲେ; ତାହାଙ୍କ ସହିତ ଯିରୂଶାଲମ ସହରକୁ ଆସିଥିବା ଆହୁରି ଅନେକ ସ୍ତ୍ରୀଲୋକ ମଧ୍ୟ ଦେଖୁଥିଲେ।
They had followed Jesus and had taken care of him while he was in Galilee. Many other women who had come with him to Jerusalem were also there.
42 ବେଳ ଗଡ଼ିଆସନ୍ତେ ସେହି ଦିନ ଆୟୋଜନ ଦିନ, ଅର୍ଥାତ୍ ବିଶ୍ରାମବାରର ପୂର୍ବ ଦିନ ଥିବାରୁ,
It was Friday, the day before the Sabbath. When evening came,
43 ହାରାମାଥୀୟାର ଯୋଷେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ବରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସ ପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ।
Joseph of Arimathea, a member of the governing council who was himself waiting for the kingdom of God, had the courage to go to Pilate and ask for Jesus' body.
44 କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତ-ସେନାପତିଙ୍କୁ ନିକଟକୁ ଡକାଇ ତାହାଙ୍କୁ ପଚାରିଲେ, ସେ କଅଣ ବହୁତ ବେଳ ହେଲା ମଲେଣି?
Pilate was surprised that Jesus had died so soon, so he summoned the centurion and asked him if Jesus had already died.
45 ଶତ-ସେନାପତିଙ୍କଠାରୁ ତାହା ଜ୍ଞାତ ହୋଇ ସେ ଶବଟି ଯୋଷେଫଙ୍କୁ ଦେଲେ।
Once he had confirmation from the centurion, Pilate gave permission for Joseph to take the body.
46 ସେ ଖଣ୍ଡିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ଓ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ୱାରରେ ଖଣ୍ଡିଏ ପଥର ଗଡ଼ାଇଦେଲେ।
Joseph bought a linen sheet. Then he took Jesus' body down from the cross and wrapped it in the sheet, and placed it in a tomb that had been cut out of rock. Then he rolled a heavy stone up against the entrance.
47 ତାହାଙ୍କୁ କେଉଁ ସ୍ଥାନରେ ରଖାଗଲା, ତାହା ମଗ୍ଦଲୀନୀ ମରୀୟମ ଓ ଯୋସିଙ୍କ ମାତା ମରୀୟମ ଦେଖିଲେ।
Mary Magdalene and Mary the mother of Joses were watching where he was laid.