< ମାର୍କ 15 >

1 ପ୍ରଭାତ ହେବାମାତ୍ରେ ସମସ୍ତେ ମହାସଭା, ଅର୍ଥାତ୍‍ ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କ ସହିତ ପ୍ରଧାନ ଯାଜକମାନେ ସଭା କରି ଯୀଶୁଙ୍କୁ ବାନ୍ଧି ଘେନିଯାଇ ପୀଲାତଙ୍କ ହସ୍ତରେ ସମର୍ପଣ କଲେ।
Καὶ εὐθὺς πρωῒ συμβούλιον ποιήσαντες οἱ ἀρχιερεῖς μετὰ τῶν πρεσβυτέρων καὶ γραμματέων, καὶ ὅλον τὸ συνέδριον, δήσαντες τὸν Ἰησοῦν ἀπή νεγκαν καὶ παρέδωκαν Πιλάτῳ.
2 ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।”
καὶ ἐπηρώτησεν αὐτὸν ὁ Πιλᾶτος, Σὺ εἶ ὁ βασιλεὺς τῶν Ἰουδαίων; ὁ δὲ ἀποκριθεὶς αὐτῷ λέγει, Σὺ λέγεις.
3 ଆଉ ପ୍ରଧାନ ଯାଜକମାନେ ଯୀଶୁଙ୍କ ବିରୁଦ୍ଧରେ ଅନେକ ଅଭିଯୋଗ କରିବାକୁ ଲାଗିଲେ।
καὶ κατηγόρουν αὐτοῦ οἱ ἀρχιερεῖς πολλά·
4 ସେଥିରେ ପୀଲାତ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ? ଦେଖ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ଅଭିଯୋଗ କରୁଅଛନ୍ତି।
ὁ δὲ Πιλᾶτος πάλιν ἐπηρώτα αὐτὸν λέγων, Οὐκ ἀποκρίνῃ οὐδέν; ἴδε πόσα σου κατηγοροῦσιν·
5 କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ।
ὁ δὲ Ἰησοῦς οὐκέτι οὐδὲν ἀπεκρίθη, ὥστε θαυμάζειν τὸν Πιλᾶτον.
6 ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ।
Κατὰ δὲ ἑορτὴν ἀπέλυεν αὐτοῖς ἕνα δέσμιον, ὅν περ ᾐτοῦντο.
7 ଯେଉଁ ବିପ୍ଳବୀମାନେ ବିପ୍ଳବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା।
ἦν δὲ ὁ λεγόμενος Βαραββᾶς μετὰ τῶν στασιαστῶν δεδεμένος, οἵτινες ἐν τῇ στάσει φόνον πεποιήκεισαν.
8 ତେଣୁ ଲୋକସମୂହ ଉପରକୁ ଯାଇ ତାହାଙ୍କୁ ଆପଣା ରୀତି ଅନୁସାରେ କରିବା ନିମନ୍ତେ ଅନୁରୋଧ କରିବାକୁ ଲାଗିଲେ।
καὶ ἀναβὰς ὁ ὄχλος ἤρξατο αἰτεῖσθαι καθὼς ἀεὶ ἐποίει αὐτοῖς.
9 ସେଥିରେ ପୀଲାତ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ କଅଣ ଇଚ୍ଛା କରୁଅଛ? ଆମ୍ଭେ କଅଣ ତୁମ୍ଭମାନଙ୍କ ନିମନ୍ତେ ଯିହୁଦୀମାନଙ୍କ ରାଜାଙ୍କୁ ମୁକ୍ତ କରିଦେବା?
ὁ δὲ Πιλᾶτος ἀπεκρίθη αὐτοῖς λέγων, Θέλετε ἀπολύσω ὑμῖν τὸν βασιλέα τῶν Ἰουδαίων;
10 କାରଣ ପ୍ରଧାନ ଯାଜକମାନେ ଯେ ଈର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ବୁଝିଲେ।
ἐγίνωσκεν γὰρ ὅτι διὰ φθόνον παραδεδώκεισαν αὐτὸν οἱ ἀρχιερεῖς.
11 ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଂ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ।
οἱ δὲ ἀρχιερεῖς ἀνέσεισαν τὸν ὄχλον, ἵνα μᾶλλον τὸν Βαραββᾶν ἀπολύσῃ αὐτοῖς.
12 କିନ୍ତୁ ପୀଲାତ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ତେବେ ଯାହାକୁ ତୁମ୍ଭେମାନେ ଯିହୁଦୀମାନଙ୍କର ରାଜା ବୋଲି କହୁଅଛ, ତାହା ପ୍ରତି ଆମ୍ଭେ କଅଣ କରିବା?
ὁ δὲ Πιλᾶτος πάλιν ἀποκριθεὶς ἔλεγεν αὐτοῖς, Τί οὖν [θέλετε] ποιήσω τὸν βασιλέα τῶν Ἰουδαίων;
13 ଲୋକସମୂହ ପୁଣି, ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ।
οἱ δὲ πάλιν ἔκραξαν, Σταύρωσον αὐτόν.
14 ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ।
ὁ δὲ Πιλᾶτος ἔλεγεν αὐτοῖς, Τί γὰρ ἐποίησεν κακόν; οἱ δὲ περισσῶς ἔκραξαν, Σταύρωσον αὐτόν.
15 ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି, ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ।
ὁ δὲ Πιλᾶτος βουλόμενος τῷ ὄχλῳ τὸ ἱκανὸν ποιῆσαι, ἀπέλυσεν αὐτοῖς τὸν Βαραββᾶν· καὶ παρέδωκεν τὸν Ἰησοῦν, φραγελλώσας ἵνα σταυρωθῇ.
16 ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍‍ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ।
Οἱ δὲ στρατιῶται ἀπήγαγον αὐτὸν ἔσω τῆς αὐλῆς, ὅ ἐστιν πραιτώριον, καὶ συγκαλοῦσιν ὅλην τὴν σπεῖραν,
17 ସେମାନେ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ ଓ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ;
καὶ ἐνδιδύσκουσιν αὐτὸν πορφύραν, καὶ περιτιθέασιν αὐτῷ πλέξαντες ἀκάνθινον στέφανον,
18 ଆଉ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ।
καὶ ἤρξαντο ἀσπάζεσθαι αὐτόν, Χαῖρε βασιλεῦ τῶν Ἰουδαίων·
19 ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ଡରେ ଆଘାତ କଲେ, ଆଉ ଆଣ୍ଠୁ ମାଡ଼ି ପ୍ରଣାମ କରିବାକୁ ଲାଗିଲେ।
καὶ ἔτυπτον αὐτοῦ τὴν κεφαλὴν καλάμῳ, καὶ ἐνέπτυον αὐτῷ, καὶ τιθέντες τὰ γόνατα προσεκύνουν αὐτῷ.
20 ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ। ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ।
καὶ ὅτε ἐνέπαιξαν αὐτῷ, ἐξέδυσαν αὐτὸν τὴν πορφύραν καὶ ἐνέδυσαν αὐτὸν τὰ ἱμάτια τὰ ἴδια· καὶ ἐξάγουσιν αὐτόν, ἵνα σταυρώσουσιν αὐτόν.
21 ସେତେବେଳେ ଆଲେକ୍‌ଜାଣ୍ଡର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀଗ୍ରାମରୁ ଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାହାଙ୍କୁ ତାହାଙ୍କର କ୍ରୁଶ ବୋହିବା ପାଇଁ ବାଧ୍ୟ କଲେ।
καὶ ἀγγαρεύουσιν παράγοντά τινα Σίμωνα Κυρηναῖον ἐρχόμενον ἀπὸ ἀγροῦ, τὸν πατέρα Ἀλεξάνδρου καὶ Ῥούφου, ἵνα ἄρῃ τὸν σταυρὸν αὐτοῦ.
22 ଆଉ ସେମାନେ ତାହାଙ୍କୁ ଗଲ୍‌ଗଥା, ଅର୍ଥାତ୍‍ କପାଳସ୍ଥଳ ନାମକ ସ୍ଥାନକୁ ଆଣିଲେ।
Καὶ φέρουσιν αὐτὸν ἐπὶ [τὸν] Γολγοθὰ τόπον, ὅ ἐστιν μεθερμηνευόμενον, Κρανίου τόπος.
23 ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ।
καὶ ἐδίδουν αὐτῷ ἐσμυρνισμένον οἶνον· ὃς δὲ οὐκ ἔλαβεν.
24 ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, କିଏ କଅଣ ପାଇବ, ତାହା ଗୁଲିବାଣ୍ଟ ଦ୍ୱାରା ସ୍ଥିର କରି ତାହାଙ୍କ ବସ୍ତ୍ରସବୁ ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ।
καὶ σταυροῦσιν αὐτὸν καὶ διαμερίζονται τὰ ἱμάτια αὐτοῦ, βάλλοντες κλῆρον ἐπ᾽ αὐτά, τίς τί ἄρῃ.
25 ଦିନ ନଅ ଘଣ୍ଟା ସମୟରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ।
ἦν δὲ ὥρα τρίτη, καὶ ἐσταύρωσαν αὐτόν.
26 ଆଉ ତାହାଙ୍କ ଅଭିଯୋଗ ଲିପିରେ ଏହା ଲେଖା ଥିଲା, ଯିହୁଦୀମାନଙ୍କର ରାଜା।
καὶ ἦν ἡ ἐπιγραφὴ τῆς αἰτίας αὐτοῦ ἐπιγεγραμμένη, Ὁ βασιλεὺς τῶν Ἰουδαίων.
27 ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତମାନଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ।
καὶ σὺν αὐτῷ σταυροῦσιν δύο λῃστάς, ἕνα ἐκ δεξιῶν καὶ ἕνα ἐξ εὐωνύμων αὐτοῦ.
28 [ସେଥିରେ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ।]
[καὶ ἐπληρώθη ἡ γραφὴ ἡ λέγουσα, Καὶ μετὰ ἀνόμων ἐλογίσθη.]
29 ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, ବାଃ! ରେ ମନ୍ଦିର-ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ,
Καὶ οἱ παραπορευόμενοι ἐβλασφήμουν αὐτόν, κινοῦντες τὰς κεφαλὰς αὐτῶν καὶ λέγοντες, Οὐά, ὁ καταλύων τὸν ναὸν καὶ οἰκοδομῶν τρισὶν ἡμέραις,
30 କ୍ରୁଶରୁ ଓହ୍ଲାଇ ଆପଣାକୁ ରକ୍ଷା କର।
σῶσον σεαυτὸν καταβὰς ἀπὸ τοῦ σταυροῦ.
31 ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀମାନଙ୍କ ସହିତ ପରସ୍ପର ମଧ୍ୟରେ ତାହାଙ୍କୁ ପରିହାସ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରିପାରୁ ନାହିଁ।
ὁμοίως καὶ οἱ ἀρχιερεῖς ἐμπαίζοντες πρὸς ἀλλήλους μετὰ τῶν γραμματέων ἔλεγον, Ἄλλους ἔσωσεν, ἑαυτὸν οὐ δύναται σῶσαι·
32 ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ୱାସ କରିବା। ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ।
ὁ χριστὸς ὁ βασιλεὺς Ἰσραὴλ καταβάτω νῦν ἀπὸ τοῦ σταυροῦ, ἵνα ἴδωμεν καὶ πιστεύσωμεν. καὶ οἱ συνεσταυρωμένοι αὐτῷ ὠνείδιζον αὐτόν.
33 ଦିନ ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ଦିନ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା।
καὶ γενομένης ὥρας ἕκτης σκότος ἐγένετο ἐφ᾽ ὅλην τὴν γῆν ἕως ὥρας ἐνάτης·
34 ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ଏଲୀ, ଏଲୀ, ଲାମା ଶବକ୍‌ଥାନୀ?” ଅର୍ଥାତ୍‍ “ହେ ମୋହର ଈଶ୍ବର, ହେ ମୋହର ଈଶ୍ବର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କଲ?”
καὶ τῇ ἐνάτῃ ὥρᾳ ἐβόησεν ὁ Ἰησοῦς φωνῇ μεγάλῃ, Ἐλωῒ Ἐλωΐ, λαμὰ σαβαχθανεί; ὅ ἐστιν μεθερμηνευόμενον, Ὁ θεός μου ὁ θεός μου, εἰς τί ἐγκατέλιπές με;
35 ଏହା ଶୁଣି ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଦେଖ, ସେ ଏଲୀୟଙ୍କୁ ଡାକୁଅଛି।
καί τινες τῶν παρεστηκότων ἀκούσαντες ἔλεγον, Ἴδε, Ἡλίαν φωνεῖ.
36 ପୁଣି, ଜଣେ ଦୌଡ଼ିଯାଇ ଗୋଟିଏ ଏଜୋବ ଅମ୍ଳରସରେ ପୂର୍ଣ୍ଣ କରି ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଇ କହିଲା, ରୁହ, ଏଲୀୟ ଏହାକୁ ଓହ୍ଲାଇବାକୁ ଆସୁଅଛନ୍ତି କି ନାହିଁ ଦେଖିବା।
δραμὼν δέ τις [καὶ] γεμίσας σπόγγον ὄξους, περιθεὶς καλάμῳ ἐπότιζεν αὐτὸν λέγων, Ἄφετε, ἴδωμεν εἰ ἔρχεται Ἡλίας καθελεῖν αὐτόν.
37 କିନ୍ତୁ ଯୀଶୁ ଉଚ୍ଚସ୍ୱର କରି ପ୍ରାଣତ୍ୟାଗ କଲେ।
ὁ δὲ Ἰησοῦς ἀφεὶς φωνὴν μεγάλην ἐξέπνευσεν.
38 ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା।
Καὶ τὸ καταπέτασμα τοῦ ναοῦ ἐσχίσθη εἰς δύο ἀπ᾽ ἄνωθεν ἕως κάτω.
39 ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତ-ସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ବରଙ୍କ ପୁତ୍ର ଥିଲେ।
ἰδὼν δὲ ὁ κεντυρίων ὁ παρεστηκὼς ἐξ ἐναντίας αὐτοῦ ὅτι οὕτως [κράξας] ἐξέπνευσεν, εἶπεν, Ἀληθῶς οὗτος ὁ ἄνθρωπος υἱὸς ἦν θεοῦ.
40 କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍‌ଦଲୀନୀ ମରୀୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରୀୟମ, ପୁଣି, ଶଲୋମୀ ଥିଲେ;
ἦσαν δὲ καὶ γυναῖκες ἀπὸ μακρόθεν θεωροῦσαι, ἐν αἷς [ἦν] καὶ Μαρία ἡ Μαγδαληνὴ καὶ Μαρία [ἡ] Ἰακώβου τοῦ μικροῦ καὶ Ἰωσῆτος μήτηρ καὶ Σαλώμη,
41 ସେ ଗାଲିଲୀରେ ଥିବା ସମୟରେ ସେମାନେ ତାହାଙ୍କ ପଶ୍ଚାତ୍‌ଗମନ କରି ତାହାଙ୍କର ସେବା କରୁଥିଲେ; ତାହାଙ୍କ ସହିତ ଯିରୂଶାଲମ ସହରକୁ ଆସିଥିବା ଆହୁରି ଅନେକ ସ୍ତ୍ରୀଲୋକ ମଧ୍ୟ ଦେଖୁଥିଲେ।
αἳ [καὶ] ὅτε ἦν ἐν τῇ Γαλιλαίᾳ ἠκολούθουν αὐτῷ καὶ διηκόνουν αὐτῷ, καὶ ἄλλαι πολλαὶ αἱ συναναβᾶσαι αὐτῷ εἰς Ἱεροσόλυμα.
42 ବେଳ ଗଡ଼ିଆସନ୍ତେ ସେହି ଦିନ ଆୟୋଜନ ଦିନ, ଅର୍ଥାତ୍‍ ବିଶ୍ରାମବାରର ପୂର୍ବ ଦିନ ଥିବାରୁ,
Καὶ ἤδη ὀψίας γενομένης, ἐπεὶ ἦν παρασκευή, ὅ ἐστιν πρὸς σάββατον,
43 ହାରାମାଥୀୟାର ଯୋଷେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ବରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସ ପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ।
ἐλθὼν Ἰωσὴφ ὁ ἀπὸ Ἀριμαθαίας, εὐσχήμων βουλευτής, ὃς καὶ αὐτὸς ἦν προσδεχόμενος τὴν βασιλείαν τοῦ θεοῦ, τολμήσας εἰσῆλθεν πρὸς τὸν Πιλᾶτον καὶ ᾐτήσατο τὸ σῶμα τοῦ Ἰησοῦ.
44 କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତ-ସେନାପତିଙ୍କୁ ନିକଟକୁ ଡକାଇ ତାହାଙ୍କୁ ପଚାରିଲେ, ସେ କଅଣ ବହୁତ ବେଳ ହେଲା ମଲେଣି?
ὁ δὲ Πιλᾶτος ἐθαύμασεν εἰ ἤδη τέθνηκεν, καὶ προσκαλεσάμενος τὸν κεντυρίωνα, ἐπηρώτησεν αὐτὸν εἰ ἤδη ἀπέθανεν·
45 ଶତ-ସେନାପତିଙ୍କଠାରୁ ତାହା ଜ୍ଞାତ ହୋଇ ସେ ଶବଟି ଯୋଷେଫଙ୍କୁ ଦେଲେ।
καὶ γνοὺς ἀπὸ τοῦ κεντυρίωνος ἐδωρήσατο τὸ πτῶμα τῷ Ἰωσήφ.
46 ସେ ଖଣ୍ଡିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ଓ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ୱାରରେ ଖଣ୍ଡିଏ ପଥର ଗଡ଼ାଇଦେଲେ।
καὶ ἀγοράσας σινδόνα, καθελὼν αὐτὸν ἐνείλησεν τῇ σινδόνι, καὶ ἔθηκεν αὐτὸν ἐν μνημείῳ ὃ ἦν λελατομημένον ἐκ πέτρας, καὶ προσεκύλισεν λίθον ἐπὶ τὴν θύραν τοῦ μνημείου.
47 ତାହାଙ୍କୁ କେଉଁ ସ୍ଥାନରେ ରଖାଗଲା, ତାହା ମଗ୍‌ଦଲୀନୀ ମରୀୟମ ଓ ଯୋସିଙ୍କ ମାତା ମରୀୟମ ଦେଖିଲେ।
ἡ δὲ Μαρία ἡ Μαγδαληνὴ καὶ Μαρία ἡ Ἰωσῆτος ἐθεώρουν ποῦ τέθειται.

< ମାର୍କ 15 >