< ମାର୍କ 16 >
1 ବିଶ୍ରାମବାର ବିତିଗଲା ଉତ୍ତାରେ ମଗ୍ଦଲୀନୀ ମରୀୟମ, ଯାକୁବଙ୍କ ମାତା ମରୀୟମ ଓ ଶଲୋମୀ ସୁଗନ୍ଧିଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି।
Sabato ilipomalizika, Maria Magdalene, Maria mama yake Yakobo, na Salome walinunua manukato ili wakaupake mwili wa Yesu.
2 ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା।
Asubuhi na mapema, siku ya kwanza ya juma, mara tu baada ya kuchomoza jua, walikwenda kaburini.
3 ସେମାନେ ପରସ୍ପରକୁ କହୁଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧି-ଦ୍ୱାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା।
Njiani wakawa wanaulizana wao kwa wao, “Ni nani atakayetuvingirishia lile jiwe kutoka kwenye ingilio la kaburi?”
4 ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଇ ଦିଆଯାଇଅଛି।
Lakini walipotazama, wakaona lile jiwe, ambalo lilikuwa kubwa sana, limekwisha kuvingirishwa kutoka pale penye ingilio la kaburi.
5 ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ।
Walipokuwa wakiingia mle kaburini, wakamwona kijana mmoja aliyevaa joho jeupe akiwa ameketi upande wa kuume, nao wakastaajabu.
6 ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ।
Yule malaika akawaambia, “Msistaajabu. Mnamtafuta Yesu, Mnazareti, aliyesulubiwa. Amefufuka! Hayuko hapa. Tazameni mahali walipomlaza.
7 କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ।
Lakini nendeni mkawaambie wanafunzi wake pamoja na Petro, kwamba, ‘Anawatangulia kwenda Galilaya. Huko ndiko mtamwona, kama alivyowaambia.’”
8 ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ଆଶ୍ଚର୍ଯ୍ୟ ହୋଇଥିଲେ, ପୁଣି, କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ।
Hivyo wakatoka, wakakimbia kutoka mle kaburini wakiwa na hofu kuu na mshangao. Nao hawakumwambia mtu yeyote neno lolote, kwa sababu waliogopa.
9 (note: The most reliable and earliest manuscripts do not include Mark 16:9-20.) [ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ।
(note: The most reliable and earliest manuscripts do not include Mark 16:9-20.) Yesu alipofufuka alfajiri na mapema siku ya kwanza ya juma alimtokea kwanza Maria Magdalene, yule ambaye alikuwa amemtoa pepo wachafu saba.
10 ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ।
Maria akaenda, naye akawaambia wale waliokuwa wamefuatana na Yesu, waliokuwa wanaomboleza na kulia.
11 ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ।
Lakini waliposikia kwamba Yesu yu hai na kwamba Maria alikuwa amemwona, hawakusadiki.
12 ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ,
Baadaye Yesu akawatokea wawili miongoni mwa wanafunzi wake walipokuwa wakienda shambani akiwa katika sura nyingine.
13 ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ।
Nao wakarudi na kuwaambia wenzao. Lakini hawakuwasadiki wao pia.
14 ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ।
Baadaye Yesu akawatokea wale wanafunzi kumi na mmoja walipokuwa wakila chakula. Akawakemea kwa kutoamini kwao na kwa ugumu wa mioyo yao kwa kutosadiki wale waliomwona baada yake kufufuka.
15 ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର।
Akawaambia, “Enendeni ulimwenguni kote, mkaihubiri Injili kwa kila kiumbe.
16 ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।
Yeyote aaminiye na kubatizwa ataokoka. Lakini yeyote asiyeamini atahukumiwa.
17 ଆଉ ଏହିସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ,
Nazo ishara hizi zitafuatana na wanaoamini: Kwa Jina langu watatoa pepo wachafu; watasema kwa lugha mpya;
18 ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।”
watashika nyoka kwa mikono yao; na hata wakinywa kitu chochote cha kuua, hakitawadhuru kamwe; wataweka mikono yao juu ya wagonjwa, nao watapona.”
19 ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ।
Baada ya Bwana Yesu kusema nao, alichukuliwa juu mbinguni na kuketi mkono wa kuume wa Mungu.
20 କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ।]
Kisha wanafunzi wake wakatoka, wakahubiri kila mahali, naye Bwana akatenda kazi pamoja nao na kulithibitisha neno lake kwa ishara zilizofuatana nalo.]