< ମାର୍କ 4 >

1 ଯୀଶୁ ସମୁଦ୍ରକୂଳରେ ପୁନର୍ବାର ଶିକ୍ଷା ଦେବାକୁ ଲାଗିଲେ, ଆଉ ଏତେ ଅଧିକ ସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ ଯେ, ସେ ସମୁଦ୍ରରେ ଥିବା ଗୋଟିଏ ନୌକାରେ ଯାଇ ବସିଲେ ଓ ଲୋକସମୂହ ସମୁଦ୍ର ନିକଟବର୍ତ୍ତୀ ସ୍ଥଳରେ ରହିଲେ।
Again, he was teaching by the sea side, when so great a multitude gathered about him, that he was obliged to go aboard a bark, and sit there, while all the people remained on shore.
2 ସେତେବେଳେ ସେ ଦୃଷ୍ଟାନ୍ତରେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ, ପୁଣି, ଆପଣା ଶିକ୍ଷା ମଧ୍ୟରେ ସେମାନଙ୍କୁ କହିଲେ, ଶୁଣ!
Then he taught them many things by parables.
3 “ଦେଖ, ଜଣେ ବୁଣାଳୀ ବୁଣିବାକୁ ବାହାରିଲା।
In teaching, he said to them, Attend, behold the sower went out to sow.
4 ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା, ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ।
And as he sowed, part of the seed fell by the way-side, and the birds came and picked it up.
5 ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂମିରେ ପଡ଼ିଲା ଏବଂ ବେଶି ମାଟି ନ ଥିବାରୁ ଶୀଘ୍ର ଗଜା ହେଲା,
Part fell upon rocky ground, where it had little mold. This sprang sooner, because there was no depth of soil.
6 କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା।
But after the sun had beaten upon it, it was scorched, and having no root, it withered away.
7 ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା ଏବଂ କୌଣସି ଫଳ ଫଳିଲା ନାହିଁ।
Part fell among thorns; and the thorns grew up and stifled it, so that it yielded nothing.
8 ପୁଣି, ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା, ଆଉ ଗଜା ହୋଇ ବଢ଼ି ଉଠି ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ପର୍ଯ୍ୟନ୍ତ ଫଳ ଫଳିଲା।”
Part fell into good ground, and sprang up, and became so fruitful, that some grains produced thirty, some sixty, and some a hundred.
9 ପୁଣି, ସେ କହିଲେ, “ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।”
He added. Whoever has ears to hear, let him hear.
10 ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ୱାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ।
When he was in private, those who were about him with the twelve, asked him the meaning of the parable.
11 ସେଥିରେ ସେ ସେମାନଙ୍କୁ କହିଲେ, “ଈଶ୍ବରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ୱ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେହି ବାହାର ଲୋକମାନଙ୍କୁ ସମସ୍ତ ବିଷୟ ଦୃଷ୍ଟାନ୍ତରେ କୁହାଯାଉଅଛି,
He said to them, It is your privilege to know the secrets of the Reign of God, but to those without everything is vailed in parables;
12 ଯେପରି ‘ସେମାନେ ଦେଖୁ ଦେଖୁ ଜ୍ଞାତ ହୁଅନ୍ତି ନାହିଁ, ପୁଣି, ଶୁଣୁ ଶୁଣୁ ବୁଝନ୍ତି ନାହିଁ, କାଳେ ସେମାନେ ଫେରିଆସନ୍ତି ଓ କ୍ଷମା ପ୍ରାପ୍ତ ହୁଅନ୍ତି।’”
that they may not perceive what they look at, or understand what they hear; lest they should be reclaimed, and obtain the forgiveness of their sins.
13 ଯୀଶୁ ପୁଣି, ସେମାନଙ୍କୁ କହିଲେ, “ତୁମ୍ଭେମାନେ କି ଏହି ଦୃଷ୍ଟାନ୍ତ ବୁଝୁ ନାହଁ? ତେବେ କିପରି ସମସ୍ତ ଦୃଷ୍ଟାନ୍ତ ବୁଝିବ?
He said also to them, Do you not understand this parable? How then will you understand all the parables?
14 ବୁଣାଳୀ ବାକ୍ୟ ବୁଣେ।
The sower is he who disperses the word.
15 ଯେଉଁମାନେ ଶୁଣନ୍ତି, ପୁଣି, ଶୁଣିବାକ୍ଷଣି ଶୟତାନ ଆସି ସେମାନଙ୍କଠାରେ ବୁଣାଯାଇଥିବା ବାକ୍ୟ ହରଣ କରିନିଏ, ସେମାନେ ବାକ୍ୟ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।
The wayside on which some of the grain fell, denotes those who have no sooner heard the word, than Satan comes, and takes away that which was sown in their hearts.
16 ସେହିପରି ଯେଉଁମାନେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରନ୍ତି,
The rocky ground denotes those, who, hearing the word, receive it first with pleasure;
17 କିନ୍ତୁ ସେମାନଙ୍କଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ରୁହନ୍ତି, ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଆନ୍ତି, ସେମାନେ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।
yet not having it rooted in their minds, retain it but a while; for when trouble or persecution comes because of the word, they instantly relapse.
18 ଆଉ ଯେଉଁମାନେ ବାକ୍ୟ ଶୁଣନ୍ତି, ପୁଣି, ସାଂସାରିକ ଚିନ୍ତା, ଧନର ମାୟା ଏବଂ ଅନ୍ୟ ସମସ୍ତ ବିଷୟର ଲାଳସା ପ୍ରବେଶ କରି ବାକ୍ୟକୁ ଚାପିପକାଏ ଓ ତାହା ଫଳହୀନ ହୁଏ,
The ground overrun with thorns, denotes those hearers
19 ସେହି ଅନ୍ୟ ପ୍ରକାର ଲୋକେ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ। (aiōn g165)
in whom worldly cares, and delusive riches, and the inordinate desire of other things, stifle the word, and render it unfruitful. (aiōn g165)
20 ଆଉ ଯେଉଁମାନେ ବାକ୍ୟ ଶୁଣି ତାହା ଗ୍ରହଣ କରନ୍ତି ଏବଂ ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ଫଳ ଫଳନ୍ତି, ସେମାନେ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।”
The good soil on which some grains yielded thirty, some sixty, and some a hundred, denotes those who hear the word, and retain it, and produce the fruits thereof.
21 ପୁନଶ୍ଚ ସେ ସେମାନଙ୍କୁ କହିଲେ, “ଦୀପ କଅଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ?
He said further, Is a lamp brought to be put under a vessel, or under a bed, and not to be set on a stand?
22 କାରଣ ପ୍ରକାଶିତ ନ ହେବା ଉଦ୍ଦେଶ୍ୟରେ କିଛି ଗୁପ୍ତ ନାହିଁ; ଆଉ ଯାହା ଗୁପ୍ତ ହୋଇଅଛି, ତାହା ପ୍ରକାଶିତ ହେବା ଉଦ୍ଦେଶ୍ୟରେ ଗୁପ୍ତ ହୋଇଅଛି।
For there is no secret, that is not discovered; nor has anything been concealed, which is not to be divulged.
23 ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।”
If any man have ears to hear, let him hear.
24 ଯୀଶୁ ପୁଣି, ସେମାନଙ୍କୁ କହିଲେ, “କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ। ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ।
He said, moreover, Consider what you hear: with the measure with which you give, you shall receive.
25 କାରଣ ଯାହାର ଅଛି, ତାହାକୁ ଦିଆଯିବ; ଆଉ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ସୁଦ୍ଧା ତାହାଠାରୁ ନିଆଯିବ।”
For to him who has, more shall be given; but from him who has not, even that which he has shall be taken.
26 ଆହୁରି ସେ କହିଲେ, “ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର, ଯେପରି ଜଣେ ଲୋକ ଭୂମିରେ ବିହନ ବୁଣେ;
He said also, The kingdom of God is like seed, which a man sowed in his field.
27 ପୁଣି, ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ହୁଏ, ଆଉ ବିହନ କିପରି ଅଙ୍କୁରିତ ହୋଇ ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ।
While he slept by night, and waked by day, the seed shot up, and grew without his minding it.
28 ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶସ୍ୟର ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ।
For the earth produces of itself first the blade, then the ear; afterward the full corn.
29 କିନ୍ତୁ ଶସ୍ୟ ପାଚିଲାକ୍ଷଣି ଫସଲ ସମୟ ଉପସ୍ଥିତ ହେବାରୁ ସେ ଦାଆ ଲଗାଏ।”
But as soon as the grain was ripe, he applied the sickle, because it was time to reap it.
30 ଯୀଶୁ ପୁଣି, କହିଲେ, “ଆମ୍ଭେମାନେ କାହା ସାଙ୍ଗରେ ଈଶ୍ବରଙ୍କ ରାଜ୍ୟର ତୁଳନା କରିବା? କିଅବା କେଉଁ ଦୃଷ୍ଟାନ୍ତରେ ତାହା ବୁଝାଇବା?
He said also, To what shall we compare the kingdom of God, or by what similitude shall we represent it?
31 ତାହା ଗୋଟିଏ ସୋରିଷ ଦାନା ପରି; ଭୂମିରେ ବୁଣାଯିବା ସମୟରେ ତାହା ପୃଥିବୀର ସମସ୍ତ ବୀଜଠାରୁ କ୍ଷୁଦ୍ର,
It is like a grain of mustard seed, which, when it is sown in the earth, is the smallest of all the seeds that are there.
32 ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାକଠାରୁ ବଡ଼ ହୁଏ, ପୁଣି, ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରିପାରନ୍ତି।”
But after it is sown, it springs up, and becomes greater than any herb, and shoots out branches so large, that under their shades, the birds of the air may find shelter.
33 ସେ ଏହି ପ୍ରକାରେ ଅନେକ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ,
And in many such similitudes, he conveyed instruction to the people, as he found them disposed to hear:
34 ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ। କିନ୍ତୁ ସେ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇ ଦେଉଥିଲେ।
and without a similitude he told them nothing; but he solved all to his disciples in private.
35 ସେହି ଦିନ ସନ୍ଧ୍ୟା ହୁଅନ୍ତେ ଯୀଶୁ ସେମାନଙ୍କୁ କହିଲେ, “ଆସ, ଆରପାରିକୁ ଯିବା।”
That day, in the evening, he said to them, Let us pass to the other side.
36 ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି, ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା।
And they, leaving the people, but having him in the bark, set sail in company with other small barks.
37 ଆଉ ପ୍ରବଳ ତୋଫାନ ହେଲା, ପୁଣି, ତରଙ୍ଗର ଆଘାତରେ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା।
Then there arose a great storm of wind which drove the billows into the bark, which was now full.
38 ସେତେବେଳେ ସେ ନୌକାର ପଛ ମଙ୍ଗରେ ମୁଚୁଳାରେ ମୁଣ୍ଡ ଦେଇ ଶୋଇପଡ଼ିଥିଲେ; ଆଉ ସେମାନେ ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ଆମେ ମଲୁ, ଆପଣଙ୍କର କଅଣ ଚିନ୍ତା ନାହିଁ?
Jesus being in the stern, asleep on a pillow, they awake him, saying, Rabbi, do you not care that we perish?
39 ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, “ତୁନି ହ, ଚୁପ୍ କର୍।” ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା।
And he arose, and commanded the wind, saying to the sea, Peace! be still! Immediately the wind ceased, and great calm ensued.
40 ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ଏ କଅଣ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ?”
And he said to them, Why are you so timorous? How is it that you have no faith?
41 ସେଥିରେ ସେମାନେ ଅତ୍ୟନ୍ତ ଭୀତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି?
And they were exceedingly terrified, and said one to another, Who is this, whom even the wind and the sea obey?

< ମାର୍କ 4 >