< ମାର୍କ 4 >

1 ଯୀଶୁ ସମୁଦ୍ରକୂଳରେ ପୁନର୍ବାର ଶିକ୍ଷା ଦେବାକୁ ଲାଗିଲେ, ଆଉ ଏତେ ଅଧିକ ସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ ଯେ, ସେ ସମୁଦ୍ରରେ ଥିବା ଗୋଟିଏ ନୌକାରେ ଯାଇ ବସିଲେ ଓ ଲୋକସମୂହ ସମୁଦ୍ର ନିକଟବର୍ତ୍ତୀ ସ୍ଥଳରେ ରହିଲେ।
Tena alianza kufundisha kandokando ya bahari. Na umati mkubwa ulikusanyika ukamzunguka, akaingia ndani ya mtumbwi baharini, na kukaa. Umati wote walikuwa pembeni mwa bahari ufukweni.
2 ସେତେବେଳେ ସେ ଦୃଷ୍ଟାନ୍ତରେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ, ପୁଣି, ଆପଣା ଶିକ୍ଷା ମଧ୍ୟରେ ସେମାନଙ୍କୁ କହିଲେ, ଶୁଣ!
Na akawafundisha mambo mengi kwa mifano, na akasema kwao kwa mafundisho yake.
3 “ଦେଖ, ଜଣେ ବୁଣାଳୀ ବୁଣିବାକୁ ବାହାରିଲା।
Sikilizeni, mpanzi alienda kupanda.
4 ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା, ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ।
Alipokuwa akipanda, baadhi ya mbegu zilianguka njiani, na ndege wakaja wakazila.
5 ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂମିରେ ପଡ଼ିଲା ଏବଂ ବେଶି ମାଟି ନ ଥିବାରୁ ଶୀଘ୍ର ଗଜା ହେଲା,
Mbegu zingine zilianguka kwenye mwamba, ambako hapakuwa na udongo mwingi. Mara zikanyauka, kwa sababu hazikuwa na udongo wakutosha.
6 କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା।
Lakini jua lilipochomoza, zilinyauka, na kwa sababu hazikuwa na mzizi, zilikauka.
7 ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା ଏବଂ କୌଣସି ଫଳ ଫଳିଲା ନାହିଁ।
Mbegu ziingine zilianguka katikati ya miiba. Miiba ilikua na ikazisonga, na hazikuzaa matunda yeyote.
8 ପୁଣି, ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା, ଆଉ ଗଜା ହୋଇ ବଢ଼ି ଉଠି ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ପର୍ଯ୍ୟନ୍ତ ଫଳ ଫଳିଲା।”
Mbegu zingine zilianguka kwenye udongo mzuri na zikazaa matunda wakati zikikua na kuongezeka, zingine zilizaa mara thelathini zaidi, na zingine sitini, na zingine mia”.
9 ପୁଣି, ସେ କହିଲେ, “ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।”
Na akasema, “Yeyote mwenye masikio ya kusikia, na asikie!”
10 ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ୱାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ।
Yesu alipokuwa peke yake, wale waliokuwa karibu naye na wale kumi na wawili walimuuliza kuhusu mifano.
11 ସେଥିରେ ସେ ସେମାନଙ୍କୁ କହିଲେ, “ଈଶ୍ବରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ୱ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେହି ବାହାର ଲୋକମାନଙ୍କୁ ସମସ୍ତ ବିଷୟ ଦୃଷ୍ଟାନ୍ତରେ କୁହାଯାଉଅଛି,
Akasema kwao, “Kwenu mmepewa siri za ufalme wa Mungu. Lakini kwa walio nje kila kitu ni mifano,
12 ଯେପରି ‘ସେମାନେ ଦେଖୁ ଦେଖୁ ଜ୍ଞାତ ହୁଅନ୍ତି ନାହିଁ, ପୁଣି, ଶୁଣୁ ଶୁଣୁ ବୁଝନ୍ତି ନାହିଁ, କାଳେ ସେମାନେ ଫେରିଆସନ୍ତି ଓ କ୍ଷମା ପ୍ରାପ୍ତ ହୁଅନ୍ତି।’”
ili wakitazama, ndiyo hutazama, lakini hawaoni, na kwa hiyo wanaposikia ndiyo husikia, lakini hawaelewi, amasivyo wangegeuka na Mungu angeliwasamehe.”
13 ଯୀଶୁ ପୁଣି, ସେମାନଙ୍କୁ କହିଲେ, “ତୁମ୍ଭେମାନେ କି ଏହି ଦୃଷ୍ଟାନ୍ତ ବୁଝୁ ନାହଁ? ତେବେ କିପରି ସମସ୍ତ ଦୃଷ୍ଟାନ୍ତ ବୁଝିବ?
Na akasema kwao, “Je hamuelewi mfano huu? Mtawezaje kuelewa mifano mingine?
14 ବୁଣାଳୀ ବାକ୍ୟ ବୁଣେ।
Mpanzi alipanda neno.
15 ଯେଉଁମାନେ ଶୁଣନ୍ତି, ପୁଣି, ଶୁଣିବାକ୍ଷଣି ଶୟତାନ ଆସି ସେମାନଙ୍କଠାରେ ବୁଣାଯାଇଥିବା ବାକ୍ୟ ହରଣ କରିନିଏ, ସେମାନେ ବାକ୍ୟ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।
Baadhi ni wale walioanguka pembeni mwa njia, mahali neno lilipopandwa. Na walipolisikia, mara Shetani akaja na kulichukua neno ambalo lilipandwa ndani yao.
16 ସେହିପରି ଯେଉଁମାନେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରନ୍ତି,
Na baadhi ni wale waliopandwa juu ya mwamba, ambao, wanapolisikia neno, kwa haraka wanalipokea kwa furaha.
17 କିନ୍ତୁ ସେମାନଙ୍କଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ରୁହନ୍ତି, ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଆନ୍ତି, ସେମାନେ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।
Na hawana mizizi yoyote ndani yao, lakini huvumilia kwa muda mfupi. Halafu tabu na masumbufu vinapokuja kwa sababu ya neno, mara hujikwaa.
18 ଆଉ ଯେଉଁମାନେ ବାକ୍ୟ ଶୁଣନ୍ତି, ପୁଣି, ସାଂସାରିକ ଚିନ୍ତା, ଧନର ମାୟା ଏବଂ ଅନ୍ୟ ସମସ୍ତ ବିଷୟର ଲାଳସା ପ୍ରବେଶ କରି ବାକ୍ୟକୁ ଚାପିପକାଏ ଓ ତାହା ଫଳହୀନ ହୁଏ,
Na wengine ni wale waliopandwa katika miiba. Wanalisikia neno,
19 ସେହି ଅନ୍ୟ ପ୍ରକାର ଲୋକେ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ। (aiōn g165)
lakini masumbufu ya dunia, udanganyifu wa mali, na tamaa za mambo mengine, huwaingia na kulisonga neno, na linashindwa kuzaa matunda. (aiōn g165)
20 ଆଉ ଯେଉଁମାନେ ବାକ୍ୟ ଶୁଣି ତାହା ଗ୍ରହଣ କରନ୍ତି ଏବଂ ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ଫଳ ଫଳନ୍ତି, ସେମାନେ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।”
Kisha kuna wale ambao wamepandwa kwenye udongo mzuri. Wanalisikia neno na kulipokea na huzaa matunda: baadhi thelathini, na baadhi sitini, na baadhi mia moja.”
21 ପୁନଶ୍ଚ ସେ ସେମାନଙ୍କୁ କହିଲେ, “ଦୀପ କଅଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ?
Yesu akawaambia, “Je huwa unaleta taa ndani ya nyumba na kuiweka chini ya kikapu, au chini ya kitanda? Huileta ndani na kuiweka juu ya kiango.
22 କାରଣ ପ୍ରକାଶିତ ନ ହେବା ଉଦ୍ଦେଶ୍ୟରେ କିଛି ଗୁପ୍ତ ନାହିଁ; ଆଉ ଯାହା ଗୁପ୍ତ ହୋଇଅଛି, ତାହା ପ୍ରକାଶିତ ହେବା ଉଦ୍ଦେଶ୍ୟରେ ଗୁପ୍ତ ହୋଇଅଛି।
Kwa kuwa hakuna chochote kilichojificha ambacho hakitajulikana, na hakuna siri ambayo haitawekwa wazi.
23 ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।”
Akiwapo mwenye masikio ya kusikia, na asikie!”
24 ଯୀଶୁ ପୁଣି, ସେମାନଙ୍କୁ କହିଲେ, “କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ। ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ।
Akawaambia, “Iweni makini kwa kile mnachokisikia, kwa kuwa kipimo mpimacho, ndicho mtakachopimiwa, na itaongezwa kwenu.
25 କାରଣ ଯାହାର ଅଛି, ତାହାକୁ ଦିଆଯିବ; ଆଉ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ସୁଦ୍ଧା ତାହାଠାରୁ ନିଆଯିବ।”
Kwa sababu yeye aliyenacho, atapokea zaidi, na yule asiyenacho, kutoka kwake vitachukuliwa hata vile alivyonavyo.”
26 ଆହୁରି ସେ କହିଲେ, “ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର, ଯେପରି ଜଣେ ଲୋକ ଭୂମିରେ ବିହନ ବୁଣେ;
Na akasema, “Ufalme wa Mungu umefananishwa na mtu aliyepanda mbegu katika udongo.
27 ପୁଣି, ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ହୁଏ, ଆଉ ବିହନ କିପରି ଅଙ୍କୁରିତ ହୋଇ ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ।
Alipolala usiku na kuamka asubuhi, na mbegu zikachipuka na kukua, ingawa hajui ilivyotokea.
28 ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶସ୍ୟର ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ।
Dunia hutoa mbegu yenyewe; kwanza majani, halafu maua, halafu mbegu zilizo komaa.
29 କିନ୍ତୁ ଶସ୍ୟ ପାଚିଲାକ୍ଷଣି ଫସଲ ସମୟ ଉପସ୍ଥିତ ହେବାରୁ ସେ ଦାଆ ଲଗାଏ।”
Na wakati mbegu itakapokua imeiva mara hupeleka mundu, kwa sababu mavuno yamewadia.”
30 ଯୀଶୁ ପୁଣି, କହିଲେ, “ଆମ୍ଭେମାନେ କାହା ସାଙ୍ଗରେ ଈଶ୍ବରଙ୍କ ରାଜ୍ୟର ତୁଳନା କରିବା? କିଅବା କେଉଁ ଦୃଷ୍ଟାନ୍ତରେ ତାହା ବୁଝାଇବା?
Na akasema, “tuufananishe ufalme wa Mungu na kitu gani, au tutumie mfano gani kuuelezea?
31 ତାହା ଗୋଟିଏ ସୋରିଷ ଦାନା ପରି; ଭୂମିରେ ବୁଣାଯିବା ସମୟରେ ତାହା ପୃଥିବୀର ସମସ୍ତ ବୀଜଠାରୁ କ୍ଷୁଦ୍ର,
Ni kama mbegu ya haradali, ambapo ilipopandwa ni ndogo sana kuliko mbegu zote duniani.
32 ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାକଠାରୁ ବଡ଼ ହୁଏ, ପୁଣି, ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରିପାରନ୍ତି।”
Hata, wakati imepandwa, inakuana kuwa kubwa zaidi ya mimea yote ya bustani, na inafanya matawi makubwa, hata ndege wa mbinguni huweza kufanya viota vyao kwenye kivuli chake.”
33 ସେ ଏହି ପ୍ରକାରେ ଅନେକ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ,
Kwa mifano mingi alifundisha na alisema neno kwao, kwa kadiri walivyoweza kuelewa,
34 ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ। କିନ୍ତୁ ସେ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇ ଦେଉଥିଲେ।
na hakusema nao bila mifano. Lakini wakati alipokuwa peke yake, akawaelezea kila kitu wanafunzi wake.
35 ସେହି ଦିନ ସନ୍ଧ୍ୟା ହୁଅନ୍ତେ ଯୀଶୁ ସେମାନଙ୍କୁ କହିଲେ, “ଆସ, ଆରପାରିକୁ ଯିବା।”
Katika siku hiyo, wakati wa jioni ulipowadia, akasema kwao, “Twendeni upande wa pili”.
36 ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି, ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା।
Hivyo wakauacha umati, wakamchukua Yesu, wakati huo tayari alikuwa ndani ya mtumbwi. Mitumbwi mingine ilikuwa pamoja naye.
37 ଆଉ ପ୍ରବଳ ତୋଫାନ ହେଲା, ପୁଣି, ତରଙ୍ଗର ଆଘାତରେ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା।
Na upepo mkali wa dhoruba na mawimbi yalikuwa yakiingia ndani ya mtumbwi na mtumbwi tayali ulikuwa umejaa.
38 ସେତେବେଳେ ସେ ନୌକାର ପଛ ମଙ୍ଗରେ ମୁଚୁଳାରେ ମୁଣ୍ଡ ଦେଇ ଶୋଇପଡ଼ିଥିଲେ; ଆଉ ସେମାନେ ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ଆମେ ମଲୁ, ଆପଣଙ୍କର କଅଣ ଚିନ୍ତା ନାହିଁ?
Lakini Yesu mwenyewe alikuwa kwenye shetri, amelala kwenye mto. Wakamwamsha, wakisema, “Mwalimu, haujali sisi tunakufa?”
39 ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, “ତୁନି ହ, ଚୁପ୍ କର୍।” ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା।
Na akaamka, akaukemea upepo na akaiambia bahari, “'Iwe shwari, amani”. Upepo ukakoma, na kulikuwa na utulivu mkubwa.
40 ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ଏ କଅଣ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ?”
Na akasema kwao, “Kwa nini mnaogopa? Je hamna imani bado?”
41 ସେଥିରେ ସେମାନେ ଅତ୍ୟନ୍ତ ଭୀତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି?
Walijawa na hofu kubwa ndani yao na wakasemezana wao kwa wao, “Huyu ni nani tena, kwa sababu hata upepo na bahari vya mtii?”.

< ମାର୍କ 4 >