< ମାର୍କ 7 >
1 ପରେ ଫାରୂଶୀମାନେ ଓ ଯିରୂଶାଲମ ସହରରୁ ଆସିଥିବା କେତେକ ଶାସ୍ତ୍ରୀ ତାହାଙ୍କ ନିକଟରେ ଏକତ୍ର ହେଲେ।
Et conveniunt ad eum Pharisæi, et quidam de Scribis, venientes ab Ierosolymis.
2 ସେମାନେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେତେକଙ୍କୁ ଅଶୁଚି, ଅର୍ଥାତ୍ ଅଧୁଆ ହାତରେ ଖାଇବା ଦେଖିଲେ।
Et cum vidissent quosdam ex discipulis eius communibus manibus, idest non lotis, manducare panes, vituperaverunt.
3 ଫାରୂଶୀମାନେ ଓ ସମସ୍ତ ଯିହୁଦୀ ଲୋକ ପ୍ରାଚୀନମାନଙ୍କ ପରମ୍ପରାଗତ ରୀତିନୀତି ପାଳନ କରି ଭଲ ରୂପେ ହାତ ନ ଧୋଇଲେ ଭୋଜନ କରନ୍ତି ନାହିଁ।
Pharisæi enim, et omnes Iudæi, nisi crebro laverint manus, non manducant, tenentes traditionem seniorum:
4 ପୁଣି, ହାଟବଜାରରୁ ଆସି ନିଜେ ଧୋଇ ନ ହେବା ପର୍ଯ୍ୟନ୍ତ ଖାଆନ୍ତି ନାହିଁ; ଆଉ, ଗିନା, ଢାଳ ଓ ପିତଳ ପାତ୍ରଗୁଡ଼ିକ ପାଣିରେ ବୁଡ଼ାଇ ଧୋଇବା ଇତ୍ୟାଦି ଅନ୍ୟାନ୍ୟ ଅନେକ ରୀତିନୀତି ପାଳନ କରିବା ନିମନ୍ତେ ସେମାନେ ଆଦେଶପ୍ରାପ୍ତ କରିଅଛନ୍ତି।
et aforo nisi baptizentur, non comedunt: et alia multa sunt, quæ tradita sunt illis servare, baptismata calicum, et urceorum, et æramentorum, et lectorum:
5 ଏଣୁ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ତାହାଙ୍କୁ ପଚାରିଲେ, ଆପଣଙ୍କର ଶିଷ୍ୟମାନେ ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅନୁସାରେ କାହିଁକି ଆଚରଣ ନ କରି ଅଶୁଚି ହସ୍ତରେ ଭୋଜନ କରନ୍ତି?
et interrogabant eum Pharisæi, et Scribæ: Quare discipuli tui non ambulant iuxta traditionem seniorum, sed communibus manibus manducant panem?
6 ସେ ସେମାନଙ୍କୁ କହିଲେ, “ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଭାବବାଣୀ କହିଅଛନ୍ତି, ଯେପରି ଲେଖାଅଛି, ‘ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ।
At ille respondens, dixit eis: Bene prophetavit Isaias de vobis hypocritis, sicut scriptum est: Populus hic labiis me honorat, cor autem eorum longe est a me.
7 ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି।’
in vanum autem me colunt, docentes doctrinas, et præcepta hominum.
8 ତୁମ୍ଭେମାନେ ଈଶ୍ବରଙ୍କ ଆଜ୍ଞା ପରିତ୍ୟାଗ କରି ମନୁଷ୍ୟମାନଙ୍କ ପରମ୍ପରାଗତ ରୀତିନୀତି ଧରି ବସିଅଛ।”
Relinquentes enim mandatum Dei, tenetis traditionem hominum, baptismata urceorum, et calicum: et alia similia his facitis multa.
9 ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ପରମ୍ପରାଗତ ରୀତିନୀତି ପାଳନ କରିବା ନିମନ୍ତେ ଈଶ୍ବରଙ୍କ ଆଜ୍ଞା ଅଧିକ ଅଗ୍ରାହ୍ୟ କରୁଅଛ!
Et dicebat illis: Bene irritum facitis præceptum Dei, ut traditionem vestram servetis.
10 କାରଣ ମୋଶା କହିଅଛନ୍ତି, ‘ଆପଣା ପିତାମାତାଙ୍କୁ ସମାଦର କର, ଆଉ ଯେ କେହି ଆପଣା ପିତା କି ମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ।’
Moyses enim dixit: Honora patrem tuum, et matrem tuam. Et: Qui maledixerit patri, vel matri, morte moriatur.
11 କିନ୍ତୁ ତୁମ୍ଭେମାନେ କୁହ, କେହି ଯେବେ ପିତା କି ମାତାକୁ କହେ, ମୋʼଠାରୁ, ଯାହା ଦ୍ୱାରା ତୁମ୍ଭର ଉପକାର ହୋଇଥାଆନ୍ତା, ତାହା ‘କର୍ବାନ୍’, ଅର୍ଥାତ୍ ଈଶ୍ବରଙ୍କୁ ସମର୍ପିତ ହୋଇଅଛି,
Vos autem dicitis: Si dixerit homo patri, aut matri, Corban, (quod est donum) quodcumque ex me, tibi profuerit:
12 ତେବେ ତୁମ୍ଭେମାନେ ତାହାକୁ ପିତା କି ମାତାର କିଛି ଉପକାର କରିବାକୁ ଆଉ ଦେଉ ନ ଥାଅ;
et ultra non dimittitis eum quidquam facere patri suo, aut matri,
13 ଏହି ରୂପେ ତୁମ୍ଭେମାନେ ସ୍ୱପ୍ରଚଳିତ ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ବରଙ୍କ ବାକ୍ୟ ବ୍ୟର୍ଥ କରୁଅଛ ଓ ସେହି ପ୍ରକାର ଅନେକ କର୍ମ କରୁଅଛ।”
rescindentes verbum Dei per traditionem vestram, quam tradidistis: et similia huiusmodi multa facitis.
14 ସେ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମସ୍ତେ ମୋʼ କଥା ଶୁଣ ଓ ବୁଝ।
Et advocans iterum turbam, dicebat illis: Audite me omnes, et intelligite.
15 ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରିପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହିସବୁ ତାହାକୁ ଅଶୁଚି କରେ।
Nihil est extra hominem introiens in eum, quod possit eum coinquinare, sed quæ de homine procedunt illa sunt, quæ communicant hominem.
16 [ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।]”
Si quis habet aures audiendi, audiat.
17 ଆଉ ସେ ଲୋକସମୂହଠାରୁ ଗୃହ ମଧ୍ୟକୁ ଆସିଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଦୃଷ୍ଟାନ୍ତଟିର ଭାବ ପଚାରିବାକୁ ଲାଗିଲେ।
Et cum introisset in domum a turba, interrogabant eum discipuli eius parabolam.
18 ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାହାକୁ ଅଶୁଚି କରିପାରେ ନାହିଁ,
Et ait illis: Sic et vos imprudentes estis? Non intelligitis quia omne extrinsecus introiens in hominem, non potest eum communicare:
19 କାରଣ ତାହା ତାହାର ହୃଦୟରେ ପ୍ରବେଶ କରେ ନାହିଁ, ମାତ୍ର ଉଦରରେ ପ୍ରବେଶ କରି ଶୌଚ ଦ୍ୱାରା ବର୍ହିଗତ ହୁଏ ଓ ଏହି ପ୍ରକାରେ ସମସ୍ତ ଖାଦ୍ୟ ପରିଷ୍କୃତ ହୋଇଥାଏ, ଏହା କଅଣ ବୁଝୁ ନାହଁ?”
quia non intrat in cor eius, sed in ventrum vadit, et in secessum exit, purgans omnes escas?
20 ଆଉ ସେ କହିଲେ, “ଯାହା ମନୁଷ୍ୟଠାରୁ ବାହାରେ, ତାହା ହିଁ ତାହାକୁ ଅଶୁଚି କରେ।
Dicebat autem, quoniam quæ de homine exeunt, illa communicant hominem.
21 କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ,
Abintus enim de corde hominum malæ cogitationes procedunt, adulteria, fornicationes, homicidia,
22 ବେଶ୍ୟାଗମନ, ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା, ଅହଙ୍କାର, ମୂର୍ଖତା;
furta, avaritiæ, nequitiæ, dolus, impudicitiæ, oculus malus, blasphemia, superbia, stultitia.
23 ଏହି ସମସ୍ତ ମନ୍ଦ ବିଷୟ ଭିତରୁ ବାହାରି ମନୁଷ୍ୟକୁ ଅଶୁଚି କରେ।”
Omnia hæc mala abintus procedunt, et communicant hominem.
24 ଏଥିଉତ୍ତାରେ ସେ ସେଠାରୁ ଉଠି ସୋର ସୀମାକୁ ଗଲେ, ଆଉ ଗୋଟିଏ ଗୃହରେ ପ୍ରବେଶ କରି, କେହି ଯେପରି ତାହା ନ ଜାଣେ, ଏହା ଇଚ୍ଛା କରୁଥିଲେ, ମାତ୍ର ସେ ଗୁପ୍ତ ହୋଇ ରହି ପାରିଲେ ନାହିଁ।
Et inde surgens abiit in fines Tyri, et Sidonis: et ingressus domum, neminem voluit scire, et non potuit latere.
25 ସେହିକ୍ଷଣି ଜଣେ ସ୍ତ୍ରୀ, ଯାହାର ଝିଅଟିକୁ ଅଶୁଚି ଆତ୍ମା ଲାଗିଥିଲା, ସେ ତାହାଙ୍କ ବିଷୟ ଶୁଣି ତାହାଙ୍କ ଚରଣ ତଳେ ଆସି ପଡ଼ିଲା।
Mulier enim statim ut audivit de eo, cuius filia habebat spiritum immundum, intravit, et procidit ad pedes eius.
26 ସେ ସୁରଫୈନୀକୀୟା ଜାତିର ଜଣେ ଗ୍ରୀକ୍ ସ୍ତ୍ରୀଲୋକ ଥିଲା। ତାହାର ଝିଅଠାରୁ ଭୂତ ଛଡ଼ାଇବା ନିମନ୍ତେ ସେ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲା।
Erat enim mulier Gentilis, Syrophœnissa genere. Et rogabat eum ut dæmonium eiiceret de filia eius.
27 ସେଥିରେ ସେ ତାହାକୁ କହିଲେ, “ପ୍ରଥମେ ସନ୍ତାନମାନଙ୍କୁ ତୃପ୍ତ ହେବାକୁ ଦିଅ, କାରଣ ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ୍ ନୁହେଁ।”
Qui dixit illi: Sine prius saturari filios: non est enim bonum sumere panem filiorum, et mittere canibus.
28 କିନ୍ତୁ ସେ ତାହାଙ୍କୁ ଉତ୍ତର ଦେଲ, ହଁ, ପ୍ରଭୁ; କୁକୁରମାନେ ମଧ୍ୟ ମେଜ ତଳେ ପିଲାମାନଙ୍କ ଖାଦ୍ୟର ଗୁଣ୍ଡିଗୁଣ୍ଡା ଖାଆନ୍ତି।
At illa respondit, et dixit illi: Utique Domine, nam et catelli comedunt sub mensa de micis puerorum.
29 ସେଥିରେ ଯୀଶୁ ତାହାକୁ କହିଲେ, “ଏହି କଥା ନିମନ୍ତେ ଯାଅ, ତୁମ୍ଭ ଝିଅଠାରୁ ଭୂତ ବାହାରିଗଲାଣି।”
Et ait illi: Propter hunc sermonem vade, exiit dæmonium a filia tua.
30 ପୁଣି, ସେ ଘରକୁ ଯାଇ ପିଲାଟି ଶଯ୍ୟାରେ ଶୋଇଥିବା ଓ ଭୂତ ବାହାରିଯାଇଥିବା ଦେଖିଲା।
Et cum abiisset domum suam, invenit puellam iacentem supra lectum, et dæmonium exiisse.
31 ପୁନର୍ବାର ସେ ସୋର ସହରର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲି ସହରର ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ।
Et iterum exiens de finibus Tyri, venit per Sidonem ad Mare Galilææ inter medios fines Decapoleos.
32 ଆଉ ଲୋକେ ଜଣେ କାଲ ଓ ଖନାକୁ ତାହାଙ୍କ ନିକଟକୁ ଆଣି ତାହା ଉପରେ ହାତ ଥୋଇବା ନିମନ୍ତେ ତାହାଙ୍କୁ ବିନତି କଲେ।
Et adducunt ei surdum, et mutum, et deprecabantur eum, ut imponat illi manum.
33 ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଅଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିହ୍ୱାକୁ ଛୁଇଁଲେ,
Et apprehendens eum de turba seorsum, misit digitos suos in auriculas eius: et expuens, tetigit linguam eius:
34 ଆଉ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଦୀର୍ଘ ନିଶ୍ୱାସ ପକାଇ ତାହାକୁ କହିଲେ, “ଇପ୍ପଥଃ,” ଅର୍ଥାତ୍ “ଫିଟିଯା।”
et suscipiens in cælum, ingemuit, et ait illi: Ephphetha, quod est adaperire.
35 ସେଥିରେ ତାହାର କର୍ଣ୍ଣ ଉନ୍ମୁକ୍ତ ହେଲା ଓ ଜିହ୍ୱାର ବନ୍ଧନ ସେହିକ୍ଷଣି ଫିଟିଗଲା, ଆଉ ସେ ସ୍ପଷ୍ଟ ରୂପେ କଥା କହିବାକୁ ଲାଗିଲା।
Et statim apertæ sunt aures eius, et solutum est vinculum linguæ eius, et loquebatur recte.
36 ପୁଣି, ଏ ବିଷୟ କାହାରିକୁ ନ କହିବା ନିମନ୍ତେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ; ମାତ୍ର ସେ ସେମାନଙ୍କୁ ଯେତେ ନିଷେଧ କଲେ, ସେମାନେ ସେତେ ଆହୁରି ଅଧିକ ତାହା ଘୋଷଣା କଲେ।
Et præcepit illis ne cui dicerent. Quanto autem eis præcipiebat, tanto magis plus prædicabant:
37 ଆଉ ଲୋକମାନେ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମ ରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି।
et eo amplius admirabantur, dicentes: Bene omnia fecit: et surdos fecit audire, et mutos loqui.