< ମାର୍କ 8 >
1 ସେହି ସମୟରେ ବହୁସଂଖ୍ୟକ ଲୋକ ପୁନର୍ବାର ଏକତ୍ର ହେଲେ, ଆଉ ସେମାନଙ୍କ ପାଖରେ ଖାଦ୍ୟଦ୍ରବ୍ୟ କିଛି ନ ଥିବାରୁ ଯୀଶୁ ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ କହିଲେ,
Katika siku hizo, kulikuwa tena na umati mkubwa, na hawakuwa na chakula. Yesu akawaita wanafunzi wake akawaambia,
2 “ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋʼ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ।
“Ninauhurumia umati huu, wameendelea kuwa nami kwa siku tatu na hawana chakula.
3 ଯଦି ମୁଁ ସେମାନଙ୍କୁ ଅନାହାରରେ ଘରକୁ ପଠାଏ, ତାହାହେଲେ ବାଟରେ ସେମାନଙ୍କର ହଂସା ଉଡ଼ିଯିବ; ସେମାନଙ୍କ ମଧ୍ୟରୁ କେତେକ ତ ଦୂରରୁ ଆସିଅଛନ୍ତି।”
Nikiwatawanya warudi majumbani kwao bila kula wanaweza wakazimia njiani kwa njaa. Na baadhi yao wametoka mbali sana.”
4 ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ଏଠାରେ ଏହି ନିର୍ଜନ ସ୍ଥାନରେ କିଏ କେଉଁଠାରୁ ରୁଟି ଆଣି ଏମାନଙ୍କୁ ତୃପ୍ତ କରିପାରିବ?
Wanafunzi wake wakamjibu, “Tutapata wapi mikate ya kutosha kuwashibisha watu hawa katika eneo hili lililoachwa?”
5 ଯୀଶୁ ସେମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି?” ସେମାନେ କହିଲେ, ସାତୋଟି।
Akawauliza, “mna vipande vingapi vya mikate?” Wakasema, “Saba”.
6 ସେଥିରେ ଯୀଶୁ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ; ଆଉ ସେ ସେହି ସାତୋଟି ରୁଟି ଘେନି ଧନ୍ୟବାଦ ଦେଇ ସେହିସବୁ ଭାଙ୍ଗି ପରିବେଷଣ କରିବା ନିମନ୍ତେ ଆପଣା ଶିଷ୍ୟମାନଙ୍କୁ ଦେଲେ ଓ ସେମାନେ ଲୋକସମୂହକୁ ତାହା ପରିବେଷଣ କଲେ।
Aliuamuru umati ukae chini. Akachukua mikate saba, akamshukuru Mungu, na kuivunja. Akawapa wanafunzi wake waiweke mbele yao, nao wakaiweka mbele ya umati.
7 ପୁଣି, ସେମାନଙ୍କ ପାଖରେ ଅଳ୍ପ କେତୋଟି ସାନ ମାଛ ଥିଲା; ସେହିସବୁକୁ ମଧ୍ୟ ସେ ଆଶୀର୍ବାଦ କରି ପରିବେଷଣ କରିବା ନିମନ୍ତେ କହିଲେ।
Pia walikuwa na samaki wadogo wachache, na baada ya kushukuru, aliwaamuru wanafunzi wake wawagawie hivi pia.
8 ସେଥିରେ ସେମାନେ ଭୋଜନ କରି ତୃପ୍ତ ହେଲେ ଓ ସାତ ଟୋକେଇ ବଳକା ଭଙ୍ଗା ରୁଟି ଉଠାଇଲେ।
Walikula na wakatosheka. Na walikusanya vipande vilivyo baki, vikapu vikubwa saba.
9 ସେମାନେ ପ୍ରାୟ ଚାରି ହଜାର ଲୋକ ଥିଲେ।
Walikaribia watu elfu nne. Na aliwaacha waende.
10 ତାହା ପରେ ସେ ସେମାନଙ୍କୁ ବିଦାୟ ଦେଲେ ଓ ସେହିକ୍ଷଣି ଆପଣା ଶିଷ୍ୟମାନଙ୍କ ସହିତ ନୌକାରେ ଚଢ଼ି ଦଲ୍ମନୂଥା ଅଞ୍ଚଳକୁ ଆସିଲେ।
Mara aliingia kwenye mashua na wanafunzi wake, na wakaenda katika ukanda ya Dalmanuta.
11 ପରେ ଫାରୂଶୀମାନେ ବାହାରି ଆସି ତାହାଙ୍କ ସାଙ୍ଗରେ ବାଦାନୁବାଦ କରିବାକୁ ଲାଗିଲେ ଓ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ।
Kisha Mafarisayo walitoka nje na kuanza kubishana naye. Walitaka awape ishara kutoka mbinguni, kwa kumjaribu.
12 ସେଥିରେ ଯୀଶୁ ଆତ୍ମାରେ ବ୍ୟଥିତ ହୋଇ ଦୀର୍ଘ ନିଶ୍ୱାସ ଛାଡ଼ି କହିଲେ, “ବର୍ତ୍ତମାନ ପୁରୁଷ କାହିଁକି ଚିହ୍ନ ଅନ୍ୱେଷଣ କରୁଅଛି? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବର୍ତ୍ତମାନ ପୁରୁଷକୁ କୌଣସି ଚିହ୍ନ ଦିଆଯିବ ନାହିଁ।”
Akatafakari kwa kina moyoni mwake akasema, “Kwa nini kizazi hiki kinatafuta ishara? Nawaambia ninyi kweli, hakuna ishara itakayotolewa kwa kizazi hiki.”
13 ଆଉ, ସେ ସେମାନଙ୍କୁ ଛାଡ଼ି ପୁନର୍ବାର ନୌକାରେ ଚଢ଼ି ଆରପାରିକୁ ବାହାରିଗଲେ।
Kisha akawaacha, akaingia ndani ya mashua tena, akaondoka kuelekea upande mwingine.
14 ସେତେବେଳେ ଶିଷ୍ୟମାନେ ରୁଟି ନେବାକୁ ପାସୋରିଗଲେ; ନୌକାରେ ସେମାନଙ୍କ ପାଖରେ କେବଳ ଗୋଟିଏ ମାତ୍ର ରୁଟି ଥିଲା।
Wakati huo wanafunzi walisahau kuchukua mikate. Hawakuwa na mikate zaidi ya kipande kimoja kilichokuwa kwenye mashua.
15 ପରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, “ସତର୍କ ହୁଅ, ଫାରୂଶୀମାନଙ୍କ ଓ ହେରୋଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ।”
Aliwaonya na kusema, “Muwe macho na mjilinde dhidi ya chachu ya Mafarisayo na chachu ya Herode.
16 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି ସେ ଏହା କହୁଅଛନ୍ତି।
Wanafunzi wakasemezana wao kwa wao, “Ni kwa sababu hatuna mikate.”
17 ସେ ତାହା ଜାଣି ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ? ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ?
Yesu alilitambua hili, na akawaambia, “Kwa nini mnasemezana kuhusu kutokuwa na mikate? Hamjajua bado? Hamuelewi? Mioyo yenu imekuwa miepesi?
18 ତୁମ୍ଭମାନଙ୍କ ହୃଦୟ କଅଣ ଜଡ଼ ହୋଇ ରହିଅଛି? ଚକ୍ଷୁ ଥାଉ ଥାଉ କି ଦେଖୁ ନାହଁ? ପୁଣି, କର୍ଣ୍ଣ ଥାଉ ଥାଉ କି ଶୁଣୁ ନାହଁ?
Mna macho, hamuoni? Mna masikio, hamsikii? Hamkumbuki?
19 ସେହି ପାଞ୍ଚ ହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ପାଞ୍ଚୋଟି ରୁଟି ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ଟୋକେଇ ଭଙ୍ଗାଯାଇଥିବା ଖଣ୍ଡ ଉଠାଇ ନେଇଥିଲ, ତାହା କି ତୁମ୍ଭମାନଙ୍କର ସ୍ମରଣ ନାହିଁ?” ସେମାନେ ତାହାଙ୍କୁ କହିଲେ, ବାର ଟୋକେଇ।
Nilipoigawanya mikate mitano kwa watu elfu tano, mlichukua vikapu vingapi vilivyo jaa vipande vya mikate?” Wakamjibu, “kumi na mbili.”
20 “ଆଉ, ସେହି ଚାରି ହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ସାତୋଟି ରୁଟି ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ଟୋକେଇ ଭଙ୍ଗା ଖଣ୍ତ ଉଠାଇ ନେଇଥିଲ?” ସେମାନେ କହିଲେ, ସାତ ଟୋକେଇ।
“Na nilipoigawanya mikate saba kwa watu elfu nne, mlichukua vikapu vingapi?”
21 ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ?”
Wakasema, “Saba.” Akawaambia, “Bado hamuelewi?”
22 ପରେ ସେମାନେ ବେଥ୍ସାଇଦାକୁ ଆସିଲେ। ଆଉ ଲୋକେ ଜଣେ ଅନ୍ଧକୁ ତାହାଙ୍କ ନିକଟକୁ ଆଣି ତାହାକୁ ଛୁଇଁବା ପାଇଁ ତାହାଙ୍କୁ ବିନତି କଲେ।
Wakaja Bethsaida. Watu hao walimleta kwa Yesu mtu kipofu na wakamsihi Yesu amguse.
23 ତେଣୁ ସେ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି, ତାହାର ଅାଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ?
Yesu akamshika kwa mkono yule kipofu, na kumwongoza nje ya kijiji. Alipotema mate juu ya macho yake na kunyosha mikono yake juu yake, alimuuliza, “Unaona chochote?”
24 ସେ ଚାହିଁ କହିଲା, ମୁଁ ମନୁଷ୍ୟମାନଙ୍କୁ ଦେଖୁଅଛି, କାରଣ ମୁଁ ଗଛ ପରି କଅଣ ଚାଲୁଥିବା ଦେଖୁଅଛି।
Alitazama juu na kusema, “Naona watu wanaonekana kama miti inatembea.”
25 ତାହା ପରେ ଯୀଶୁ ପୁଣି, ତାହାର ଆଖିରେ ହାତ ଦେଲେ; ସେଥିରେ ସେ ସ୍ପଷ୍ଟ ରୂପେ ଦେଖିଲା ଓ ସୁସ୍ଥ ହୋଇ ଏକଦୃଷ୍ଟିରେ ସମସ୍ତ ବିଷୟକୁ ଚାହିଁବାକୁ ଲାଗିଲା।
Ndipo akanyosha tena mikono yake juu ya macho yake, mtu yule akafungua macho yake, aliona tena, na akaona kila kitu vizuri.
26 ପରେ ଯୀଶୁ ତାହାକୁ ତାହାର ଘରକୁ ପଠାଇଦେଇ କହିଲେ, “ଏ ଗାଁ ଭିତରକୁ ସୁଦ୍ଧା ଯାଅ ନାହିଁ।”
Yesu alimwacha aende nyumbani na akamwambia, “Usiingie mjini.”
27 ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କାଇସରିୟା ଫିଲିପ୍ପୀ ଅଞ୍ଚଳର ଗ୍ରାମମାନଙ୍କୁ ପ୍ରସ୍ଥାନ କଲେ, ଆଉ ପଥ ମଧ୍ୟରେ ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, “ମୁଁ କିଏ ବୋଲି ଲୋକେ କଅଣ କହନ୍ତି?”
Yesu aliondoka na wanafunzi wake kwenda vijiji vya Kaiseria ya Filipi. Wakiwa njiani aliwauliza wanafunzi, “Watu wanasema mimi ni nani?”
28 ଏଥିରେ ସେମାନେ ତାହାଙ୍କୁ କହିଲେ, ବାପ୍ତିଜକ ଯୋହନ, ଆଉ କେହି କେହି ଏଲୀୟ, କିନ୍ତୁ କେହି କେହି କହନ୍ତି, ଭାବବାଦୀମାନଙ୍କ ମଧ୍ୟରୁ ଜଣେ।
Wakamjibu wakasema, “Yohana mbatizaji. Wengine wanasema, 'Eliya' na wengine, 'Mmoja wa Manabii.”
29 ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” ପିତର ତାହାଙ୍କୁ ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ।
Akawauliza, “Lakini ninyi mnasema mimi ni nani?” Petro kamwambia, “Wewe ni Kristo.”
30 ସେଥିରେ ଯୀଶୁ ସେମାନଙ୍କୁ ତାହାଙ୍କ ବିଷୟରେ କାହାରିକୁ କିଛି ନ କହିବାକୁ ଦୃଢ଼ରୂପେ ଆଜ୍ଞା ଦେଲେ।
Yesu akawaonya wasimwabie mtu yeyote kumuhusu Yeye.
31 ଆଉ, ଯୀଶୁ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତିନି ଦିନ ପରେ ପୁନରୁତ୍ଥାନ ହେବାକୁ ହେବ।
Na akaanza kuwafundisha ya kuwa Mwana wa Adamu lazima ateseke kwa mambo mengi, na atakataliwa na viongozi na makuhani wakuu, na waandishi, na atauawa, na baada ya siku tatu atafufuka.
32 ଏହି କଥା ସେ ସ୍ପଷ୍ଟ ରୂପେ କହିଲେ। ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରିବାକୁ ଲାଗିଲେ।
Alisema haya kwa uwazi. Ndipo Petro akamchukua pembeni na akaanza kumkemea.
33 କିନ୍ତୁ ସେ ବୁଲିପଡ଼ି ଆପଣା ଶିଷ୍ୟମାନଙ୍କୁ ଦେଖି ପିତରଙ୍କୁ ଅନୁଯୋଗ କରି କହିଲେ, “ମୋ ଆଗରୁ ଦୂର ହୁଅ, ଶୟତାନ, କାରଣ ତୁମ୍ଭେ ଈଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।”
Lakini Yesu aligeuka na kuwatazama wanafunzi wake na akamkemea Petro na kusema, “Pita nyuma yangu Shetani! Hujali mambo ya Mungu, isipokuwa mambo ya watu.”
34 ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, “କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ।
Kisha akauita umati na wanafunzi wake pamoja, na kuwaambia, “Kama kuna mtu anataka kunifuata, ajikane mwenyewe, achukue msalaba wake, na anifuate.
35 କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋହର ଓ ସୁସମାଚାର ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ।
Kwa kuwa yeyote anayetaka kuyaokoa maisha yake atayapoteza, na yeyote atakayepoteza maisha yake kwa ajili yangu na kwa ajili ya injili, atayaokoa.
36 ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ନିଜ ଜୀବନ ହରାଏ, ତେବେ ତାହାର କି ଲାଭ?
Inamfaidia nini mtu, kupata ulimwengu wote, na kisha kupata hasara ya maisha yake?
37 ପୁଣି, ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେଇ ପାରେ?
Mtu anaweza kutoa nini badala ya maisha yake?
38 ଯେଣୁ ଯେ କେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ।”
Yeyote anioneaye aibu na maneno yangu katika kizazi hiki cha wazinzi na kizazi cha wenye dhambi, Mwana wa Adamu atamwonea aibu atakapokuja katika ufalme wa Baba yake pamoja na malaika watakatifu.