< ମାର୍କ 9 >

1 ପୁନଶ୍ଚ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ବରଙ୍କ ରାଜ୍ୟକୁ ପରାକ୍ରମରେ ଉପସ୍ଥିତ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦ ପାଇବେ ନାହିଁ।
耶穌又對他們說:「我實在告訴你們:站在這裏的人中,就有幾個在未嘗到死味以前,必要看見又主的國帶著威能降來。」
2 ଛଅ ଦିନ ପରେ ଯୀଶୁ କେବଳ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ନେଇ ଅନ୍ତର ହୋଇ ସେମାନଙ୍କୁ ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ।
六天後,耶穌帶著伯多祿、雅各伯和若望,單獨帶領他們上了一座高山,在他們前變了容貌:
3 ଆଉ ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ, ତାହାଙ୍କ ବସ୍ତ୍ର ଏପରି ଉଜ୍ଜ୍ୱଳ ଓ ଅତିଶୟ ଶୁଭ୍ରବର୍ଣ୍ଣ ହେଲା ଯେ, ପୃଥିବୀର କୌଣସି ରଜକ ସେପରି ଶୁଭ୍ରବର୍ଣ୍ଣ କରିପାରେ ନାହିଁ।
他的衣服發光,那樣潔白,世上沒有一個漂布的能漂得那樣白。
4 ପୁଣି, ମୋଶା ଏବଂ ଏଲୀୟ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିବାର ସେମାନେ ଦେଖିଲେ।
厄里亞和梅瑟也顯現給他們,正在同耶穌談論。
5 ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ।
伯多祿遂開口對耶穌說:「「師傅,我們在這裏真好! 讓我們搭三個帳棚:一個為你,一個為梅瑟,一個為厄里亞。」
6 କାରଣ ଯୀଶୁ କି ଉତ୍ତର ଦେବେ ବୋଲି ଜାଣି ନ ଥିଲେ, ସେଥିପାଇଁ ସେମାନେ ଅତ୍ୟନ୍ତ ଭୀତ ହୋଇଥିଲେ।
他原不知道該說些什麼,因為他們都嚇呆了。
7 ପୁଣି, ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କ ବାକ୍ୟ ଶ୍ରବଣ କର।
當時,有一團雲彩遮蔽了他們,從雲中有聲音說:「這是我的愛子,你們要聽從他!」
8 ପୁଣି, ହଠାତ୍‍ ସେମାନେ ଚାରିଆଡ଼େ ଚାହିଁ ସେମାନଙ୍କ ସାଙ୍ଗରେ କେବଳ ଯୀଶୁଙ୍କ ବିନା ଆଉ କାହାରିକୁ ଦେଖିଲେ ନାହିଁ।
他們忽然向四周一看,任誰都不見了,只有耶穌同他們在一起。
9 ସେମାନେ ପର୍ବତରୁ ଓହ୍ଲାଇବା ସମୟରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାହା ଯାହା ଦେଖିଅଛ, ସେହିସବୁ ମୃତମାନଙ୍କ ମଧ୍ୟରୁ ମନୁଷ୍ୟପୁତ୍ରଙ୍କ ପୁନରୁତ୍ଥାନ ନ ହେବା ପର୍ଯ୍ୟନ୍ତ କାହାରିକୁ କୁହ ନାହିଁ।
他們從山上下來的時候,耶穌囑咐他們,非等人子從死者中復活後,不要將他們所見的告訴任何人。
10 ସେଥିରେ ସେମାନେ ସେହି କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଯେ କଅଣ, ସେ ବିଷୟରେ ଆପଣା ଆପଣା ମଧ୍ୟରେ ବାଦାନୁବାଦ କରିବାକୁ ଲାଗିଲେ।
他們遵守了這話,卻彼此論從死者中復活是什麼意思。
11 ଆଉ, ସେମାନେ ତାହାଙ୍କୁ ପଚାରିଲେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ, ଶାସ୍ତ୍ରୀମାନେ ଏହି କଥା କିପରି କହନ୍ତି?
他們就問耶穌說:「為什麼經師們說厄里亞應該先來﹖」
12 ସେଥିରେ ସେ ସେମାନଙ୍କୁ କହିଲେ, ଏଲୀୟ ପ୍ରଥମେ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ, ମାତ୍ର ମନୁଷ୍ୟପୁତ୍ର ବହୁ ଦୁଃଖଭୋଗ କରି ତୁଚ୍ଛୀକୃତ ହେବେ, ଏହା କିପରି ତାହାଙ୍କ ବିଷୟରେ ଲେଖାଅଛି?
耶穌對他們說:「厄里亞固然要先來整理一切:但是經上關於人子應受許多痛苦,被人輕慢,是怎樣記載的呢﹖
13 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ଆସି ସାରିଲେଣି, ଆଉ ତାହାଙ୍କ ବିଷୟରେ ଯେପରି ଲେଖାଅଛି, ତଦନୁସାରେ ମଧ୍ୟ ସେମାନେ ତାହାଙ୍କ ପ୍ରତି ଯାହା ଇଚ୍ଛା, ତାହା କରିଅଛନ୍ତି।
可是,我告訴你們:厄里亞己經來了,人們任意對待了他,正如經上關於他所記載的。」
14 ପରେ ସେମାନେ ଶିଷ୍ୟମାନଙ୍କ ନିକଟକୁ ଆସି ଦେଖିଲେ, ସେମାନଙ୍କ ଚତୁର୍ଦ୍ଦିଗରେ ବହୁସଂଖ୍ୟକ ଲୋକ, ଆଉ ଶାସ୍ତ୍ରୀମାନେ ସେମାନଙ୍କ ସହିତ ବାଦାନୁବାଦ କରୁଅଛନ୍ତି।
他們來到門徒那裏,看見一大群人圍著他們,經師和他們正在辯論。
15 ଲୋକସମୂହ ଯୀଶୁଙ୍କୁ ଦେଖିବା ମାତ୍ରେ ଅତିଶୟ ବିସ୍ମୟାନ୍ୱିତ ହେଲେ ଓ ଦୌଡ଼ିଆସି ତାହାଙ୍କୁ ନମସ୍କାର କରିବାକୁ ଲାଗିଲେ।
全民眾一看見了耶穌,就都驚奇,立刻向前跑去問候他。
16 ସେଥିରେ ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ସେମାନଙ୍କ ସହିତ କଅଣ ବାଦାନୁବାଦ କରୁଅଛ?
耶穌問門徒說:「你們和他們辯論什麼﹖」
17 ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲା, ହେ ଗୁରୁ, ମୁଁ ମୋହର ପୁଅକୁ ଆପଣଙ୍କ ନିକଟକୁ ଆଣିଥିଲି; ତାହାକୁ ଗୋଟିଏ ଘୁଙ୍ଗା ଭୂତ ଲାଗିଛି;
群眾中有一個人回答說:「師傅,我帶了我的兒子來見你,他附著一個啞吧魔鬼;
18 ଯେକୌଣସି ସ୍ଥାନରେ ସେ ତାହାକୁ ଧରେ, ତାହାକୁ ତଳେ ପକାଇଦିଏ ତାହାର ମୁହଁରୁ ଫେଣ ବାହାରେ ଓ ସେ ଦାନ୍ତ ରଗଡ଼େ, ଆଉ ସେ ଶୁଖିଯାଉଅଛି; ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ।
無論在那裏,魔鬼抓住他,就把他摔倒,他就口吐白沫,咬牙切齒,並且僵硬了。我曾請你的門徒把魔鬼逐出,他們卻不能。」
19 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ମୋʼ ପାଖକୁ ଆଣ।
耶穌開口向他們說:「哎! 無信的世代! 我與你們在一起要到幾時呢﹖我容忍你們要到幾時呢﹖帶他到我這裏來! 」
20 ସେଥିରେ ସେମାନେ ତାହାକୁ ତାହାଙ୍କ ଛାମୁକୁ ଆଣିଲେ। ପୁଣି, ଯୀଶୁଙ୍କୁ ଦେଖିବା ମାତ୍ରେ ସେହି ଭୂତ ତାହାକୁ ଭୟଙ୍କର ଭାବେ ମୋଡ଼ିପକାଇଲା ଓ ସେ ଭୂମିରେ ପଡ଼ି ମୁହଁରୁ ଫେଣ ବାହାର କରି ଗଡ଼ିବାକୁ ଲାଗିଲା।
他們就把孩子領到耶穌跟前。魔鬼一見耶穌,立時使那孩子拘攣了一陣,那孩子便倒在地上,打滾吐沫。
21 ସେତେବେଳେ ଯୀଶୁ ତାହାର ପିତାକୁ ପଚାରିଲେ, କେତେ ଦିନ ହେଲା ଏହାକୁ ଏପରି ହୋଇଅଛି? ସେ କହିଲା, ପିଲାକାଳରୁ;
耶穌問他的父親說:「這事發生在他身上有多少時候了﹖」他回答說:「從小的時候;
22 ସେ ତାହାକୁ ମାରିପକାଇବା ପାଇଁ ଥରକୁଥର ନିଆଁ ଓ ପାଣିରେ ପକାଇଅଛି; କିନ୍ତୁ ଆପଣ ଯଦି କିଛି କରିପାରନ୍ତି, ତାହାହେଲେ ଆମ୍ଭମାନଙ୍କ ପ୍ରତି ଦୟା କରି ଆମ୍ଭମାନଙ୍କର ଉପକାର କରନ୍ତୁ।
魔鬼屢次把他投到火裏或水裏,要害死他。但是,你若能做什麼,你就憐憫我們,幫助我們罷!」
23 ସେଥିରେ ଯୀଶୁ ତାହାକୁ କହିଲେ, କଅଣ କହିଲ? ଯଦି କରିପାରନ୍ତି! ଯିଏ ବିଶ୍ୱାସ କରେ, ତାʼ ପକ୍ଷରେ ସମସ୍ତ ସମ୍ଭବ।
耶穌對他說:「『你若能,』為信的人,一切都是可能的! 」
24 ସେହିକ୍ଷଣି ପିଲାଟିର ପିତା ଉଚ୍ଚସ୍ୱରରେ କହିଲା, ମୁଁ ବିଶ୍ୱାସ କରୁଅଛି, ମୋହର ଅବିଶ୍ୱାସର ପ୍ରତିକାର କରନ୍ତୁ।
小孩子的父親立刻喊說:「我信! 請你補助我的無信罷!」
25 ପରେ ଲୋକସମୂହ ଏକତ୍ର ଦୌଡ଼ି ଆସୁଥିବା ଦେଖି ଯୀଶୁ ସେହି ଅଶୁଚି ଆତ୍ମାକୁ ଧମକ ଦେଇ କହିଲେ, ରେ ମୂକ ଓ ବଧିର ଆତ୍ମା, ମୁଁ ତୋତେ ଆଜ୍ଞା ଦେଉଅଛି, ଏହାଠାରୁ ବାହାରିଯା, ପୁଣି, ଆଉ କେବେ ହେଁ ଏହାଠାରେ ପଶିବୁ ନାହିଁ।
耶穌看見群眾都跑過來,就叱責邪魔說:「又聾又啞的魔鬼,我命你從他身上出去! 不要再進入他內!」
26 ସେଥିରେ ସେ ଚିତ୍କାର କରି ତାହାକୁ ଅତ୍ୟନ୍ତ ମୋଡ଼ିପକାଇ ବାହାରିଗଲା, ଆଉ ପିଲାଟି ମଲା ପରି ହୋଇଗଲା, ଏପରିକି ଅଧିକାଂଶ କହିଲେ, ସେ ମରିଗଲା।
魔鬼就喊叫起來,猛烈使那孩子拘攣了一陣,就出去了;那孩子好像死了一樣,以致有許多人說:「他死了! 」
27 କିନ୍ତୁ ଯୀଶୁ ତାହାର ହାତ ଧରି ତାହାକୁ ଉଠାଇଲେ, ଆଉ ସେ ଠିଆ ହେଲା।
但是,耶穌握住他的手,拉他起來,他就起來了。
28 ପୁଣି, ସେ ଗୃହକୁ ଆସନ୍ତେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ?
耶穌進到家裏,他的門徒私下問他說:「為什麼我們不能趕他出去﹖」
29 ସେ ସେମାନଙ୍କୁ କହିଲେ, ପ୍ରାର୍ଥନା (ଏବଂ ଉପବାସ) ବିନା ଆଉ କାହିଁରେ ଏପ୍ରକାର ଭୂତ ଛଡ଼ାଯାଇ ପାରେ ନାହିଁ।
耶穌對他們說:「這一類,非用祈禱[和禁食,]是不能趕出去的。」
30 ସେମାନେ ସେହି ସ୍ଥାନରୁ ପ୍ରସ୍ଥାନ କରି ଗାଲିଲୀର ମଧ୍ୟ ଦେଇ ଯାତ୍ରା କଲେ, ଆଉ କେହି ତାହା ଜାଣନ୍ତୁ ବୋଲି ତାହାଙ୍କର ଇଚ୍ଛା ନ ଥିଲା;
他們從那裏起身,經過加里肋亞;耶穌卻不願叫人知道。
31 କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ।
因為那時他教訓他的門徒,給他們說:「人子將要被交在人手中,為人所殺;被殺以後,過了三天, 他必要復活。」
32 କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ ଏବଂ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ।
門徒卻不明白這些話,又害怕詢問他。
33 ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ଶିଷ୍ୟମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ?
他們來到葛法翁,到了家裏,耶穌問他們說:「你們在路上爭論了什麼﹖」
34 କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ, କାରଣ କିଏ ଶ୍ରେଷ୍ଠ, ଏ ବିଷୟ ଘେନି ସେମାନେ ବାଟରେ ପରସ୍ପର ବାଦାନୁବାଦ କରିଥିଲେ।
他們都默不作聲,因為他們在路上彼此爭論誰最大。
35 ସେଥିରେ ଯୀଶୁ ଉପବେଶନ କରି ଦ୍ୱାଦଶ ଶିଷ୍ୟମାନଙ୍କୁ ଆହ୍ୱାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେ ସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ।
耶穌坐下,叫過那十二人來,給他們說:「誰若想做第一個,他就得做眾人中最末的一個,並要做眾人的僕役。」
36 ପୁଣି, ସେ ଗୋଟିଏ ସାନ ପିଲାକୁ ଘେନି ସେମାନଙ୍କ ମଧ୍ୟରେ ଠିଆ କରାଇଲେ ଓ ତାହାକୁ ଆଲିଙ୍ଗନ କରି ସେମାନଙ୍କୁ କହିଲେ,
遂領過一個小孩子來,放在門徒中間,抱起他來,給他們說:
37 ଯେ କେହି ମୋʼ ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେ କେହି ମୋତେ ଗ୍ରହଣ କରେ, ସେ କେବଳ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।
「誰若因我的名字,收留一個這樣的小孩子,就是收留我;誰若收留我, 並不是收留我,而是收留那派遣我來的。」
38 ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ।
若望向耶穌說:「師傅! 我們見過一個人,他因你的名字驅魔,我們禁止了他,因為他不跟從我們。」
39 କିନ୍ତୁ ଯୀଶୁ କହିଲେ, ତାହାକୁ ମନା କର ନାହିଁ; କାରଣ ମୋʼ ନାମରେ ମହତର କାର୍ଯ୍ୟ କରି ହଠାତ୍‍ ମୋହର ନିନ୍ଦା କରିପାରିବ, ଏପରି ଲୋକ କେହି ନାହିଁ;
耶穌說:「不要禁止他,因為沒有任何人,以我的名字行了奇跡,就會立刻毀謗我的,
40 କାରଣ ଯେ ଆମ୍ଭମାନଙ୍କ ବିପକ୍ଷ ନୁହେଁ, ସେ ଆମ୍ଭମାନଙ୍କର ସପକ୍ଷ।
因為誰不反對我們,就是傾向我們。」
41 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।
「誰若因你們屬於基督,而給你們一杯水喝,我實在告訴你們:他決不會失掉他的賞報。
42 ଆଉ, ଯେ କେହି ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।
誰若使這些信者中的一個小子跌倒,倒不如拿一塊驢拉的磨石,套在他的脖子上,投在海裏,為他更好。
43 ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍‍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। (Geenna g1067)
倘若你的手使你跌倒,砍掉它! (Geenna g1067)
44 [କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।] (questioned)
你殘廢進入生命,比有兩隻手而往地獄裏,到那不滅的火裏去更好。 (questioned)
45 ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ, ଦୁଇ ପାଦ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। (Geenna g1067)
倘若你的腳使你跌倒,砍掉它! (Geenna g1067)
46 [କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।] (questioned)
你瘸腿進入生命,比有雙腳被投入地獄裏更好。 (questioned)
47 ପୁଣି, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ପକାଅ; ଦୁଇ ଚକ୍ଷୁ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ; (Geenna g1067)
倘若你的眼使你跌倒,剜出它來! 你一隻眼進入天主的國,比有兩隻眼被投入地獄裏更好, (Geenna g1067)
48 କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ। (questioned)
那裏的蟲子不死,火也不滅。
49 ଯେଣୁ ପ୍ରତ୍ୟେକ ଜଣ ଅଗ୍ନିରେ ଲବଣାକ୍ତ ହେବ।
因為所有的人都要醃起來。
50 ଲବଣ ଉତ୍ତମ, କିନ୍ତୁ ଲବଣ ଯଦି ଲବଣତ୍ୱହୀନ ହୁଏ, ତାହାହେଲେ ତାହାକୁ କାହିଁରେ ସ୍ୱାଦଯୁକ୍ତ କରିବ? ତୁମ୍ଭେମାନେ ଆପଣାଠାରେ ଲବଣତ୍ଵ ରଖ ଏବଂ ପରସ୍ପର ସହିତ ଶାନ୍ତିରେ ରୁହ।
鹽是好的;但鹽若成了不鹹的,你們可用什麼去調和它﹖在你們中間當有鹽,又該彼此和平相處。」

< ମାର୍କ 9 >