< ମାର୍କ 1 >
1 ଈଶ୍ବରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଚାରର ଆରମ୍ଭ।
This is the beginning of the gospel of Jesus Christ, the Son of God.
2 ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଯେପରି ଲେଖାଅଛି, “ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭର ପଥ ପ୍ରସ୍ତୁତ କରିବ;
As it is written in Isaiah the prophet: “Behold, I will send My messenger ahead of You, who will prepare Your way.”
3 ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର।”
“A voice of one calling in the wilderness, ‘Prepare the way for the Lord, make straight paths for Him.’”
4 ବାପ୍ତିଜକ ଯୋହନ ପ୍ରାନ୍ତରରେ ଉପସ୍ଥିତ ହୋଇ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ।
John the Baptist appeared in the wilderness, preaching a baptism of repentance for the forgiveness of sins.
5 ସେଥିରେ ସମଗ୍ର ଯିହୂଦିୟା ପ୍ରଦେଶ ଓ ସମସ୍ତ ଯିରୂଶାଲମ ସହରନିବାସୀ ବାହାରି ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ ଓ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ।
People went out to him from all of Jerusalem and the countryside of Judea. Confessing their sins, they were baptized by him in the Jordan River.
6 ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା କଟିରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ପଙ୍ଗପାଳ ଓ ବନମଧୁ ଖାଉଥିଲେ।
John was clothed in camel’s hair, with a leather belt around his waist. His food was locusts and wild honey.
7 ସେ ଘୋଷଣା କରି କହିବାକୁ ଲାଗିଲେ, “ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ମୋʼ ଉତ୍ତାରେ ଆସୁଅଛନ୍ତି; ମୁଁ ଅବନତ ହୋଇ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ଯୋଗ୍ୟ ନୁହେଁ।
And he began to proclaim: “After me will come One more powerful than I, the straps of whose sandals I am not worthy to stoop down and untie.
8 ମୁଁ ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଲି, ମାତ୍ର ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦେବେ।”
I baptize you with water, but He will baptize you with the Holy Spirit.”
9 ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନ ନଦୀରେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ।
In those days Jesus came from Nazareth in Galilee and was baptized by John in the Jordan.
10 ଆଉ, ସେହିକ୍ଷଣି ସେ ଜଳରୁ ଉଠି ଆସିବା ସମୟରେ ଆକାଶ ଉନ୍ମୁକ୍ତ ହେବା ଓ ପବିତ୍ର ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଓହ୍ଲାଇ ଆସିବା ଦେଖିଲେ,
As soon as Jesus came up out of the water, He saw the heavens breaking open and the Spirit descending on Him like a dove.
11 ପୁଣି, ଆକାଶରୁ ଏହି ବାଣୀ ହେଲା, “ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।”
And a voice came from heaven: “You are My beloved Son; in You I am well pleased.”
12 ସେହିକ୍ଷଣି ପବିତ୍ର ଆତ୍ମା ତାହାଙ୍କୁ ପ୍ରାନ୍ତରକୁ ଘେନିଗଲେ।
At once the Spirit drove Jesus into the wilderness,
13 ଯୀଶୁ ପ୍ରାନ୍ତରରେ ଚାଳିଶ ଦିନ ରହି ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିବା ସମୟରେ, ସେ ବନ୍ୟ-ପଶୁମାନଙ୍କ ସହିତ ରହିଲେ, ପୁଣି, ଦୂତମାନେ ତାହାଙ୍କ ସେବା କରୁଥିଲେ।
and He was there for forty days, being tempted by Satan. He was with the wild animals, and the angels ministered to Him.
14 ଯୋହନ କାରାରୁଦ୍ଧ ହେଲା ପରେ ଯୀଶୁ ଗାଲିଲୀକୁ ଆସି ଈଶ୍ବରଙ୍କ ସୁସମାଚାର ଘୋଷଣା କରି କହିବାକୁ ଲାଗିଲେ,
After the arrest of John, Jesus went into Galilee and proclaimed the gospel of God.
15 “କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ବରଙ୍କ ରାଜ୍ୟ ସନ୍ନିକଟ; ମନ-ପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ୱାସ କର।”
“The time is fulfilled,” He said, “and the kingdom of God is near. Repent and believe in the gospel!”
16 ସେ ଗାଲିଲୀ ସମୁଦ୍ରକୂଳ ଦେଇ ଯାଉଥିବା ସମୟରେ ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ।
As Jesus was walking beside the Sea of Galilee, He saw Simon and his brother Andrew. They were casting a net into the sea, for they were fishermen.
17 ଯୀଶୁ ସେମାନଙ୍କୁ କହିଲେ, “ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି।”
“Come, follow Me,” Jesus said, “and I will make you fishers of men.”
18 ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ।
And at once they left their nets and followed Him.
19 ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ନୌକାରେ ଜାଲ ସଜାଡ଼ୁଥିବା ଦେଖିଲେ।
Going on a little farther, He saw James son of Zebedee and his brother John. They were in a boat, mending their nets.
20 ସେହିକ୍ଷଣି ସେ ସେମାନଙ୍କୁ ଡାକିଲେ, ପୁଣି, ସେମାନେ ସେମାନଙ୍କର ପିତା ଜେବଦୀଙ୍କୁ ମୂଲିଆମାନଙ୍କ ସହିତ ନୌକାରେ ଛାଡ଼ି ତାହାଙ୍କର ଅନୁଗମନ କଲେ।
Immediately Jesus called them, and they left their father Zebedee in the boat with the hired men and followed Him.
21 ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ସେ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ।
Then Jesus and His companions went to Capernaum, and right away Jesus entered the synagogue on the Sabbath and began to teach.
22 ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ସେ ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ।
The people were astonished at His teaching, because He taught as one who had authority, and not as the scribes.
23 ସେହିକ୍ଷଣି ସେମାନଙ୍କ ସମାଜଗୃହରେ ଥିବା ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ଚିତ୍କାର କରି କହିଲା,
Suddenly a man with an unclean spirit cried out in the synagogue:
24 ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ବରଙ୍କ ସେହି ପବିତ୍ର ବ୍ୟକ୍ତି।
“What do You want with us, Jesus of Nazareth? Have You come to destroy us? I know who You are—the Holy One of God!”
25 ଯୀଶୁ ତାହାକୁ ଧମକ ଦେଇ କହିଲେ, “ଚୁପ୍ କର୍, ଏହାଠାରୁ ବାହାରିଯା।”
But Jesus rebuked the spirit. “Be silent!” He said. “Come out of him!”
26 ସେଥିରେ ସେହି ଅଶୁଚି ଆତ୍ମା ତାହାକୁ ମୋଡ଼ିପକାଇ ଅତି ଉଚ୍ଚସ୍ୱରରେ ପାଟି କରି ତାହାଠାରୁ ବାହାରିଗଲା।
At this, the unclean spirit threw the man into convulsions and came out with a loud shriek.
27 ଏଥିରେ ସମସ୍ତେ ଏତେ ବିସ୍ମୟାନ୍ୱିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କଅଣ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି।
All the people were amazed and began to ask one another, “What is this? A new teaching with authority! He commands even the unclean spirits, and they obey Him!”
28 ସେଥିରେ ତାହାଙ୍କ ସମ୍ବନ୍ଧୀୟ ସମାଚାର ସେହିକ୍ଷଣି ଗାଲିଲୀର ଚାରିଆଡ଼େ ସମସ୍ତ ଅଞ୍ଚଳରେ ବ୍ୟାପିଗଲା।
And the news about Jesus spread quickly through the whole region of Galilee.
29 ତତ୍ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସେହିକ୍ଷଣି ଶିମୋନ ଓ ଆନ୍ଦ୍ରିୟଙ୍କ ଗୃହକୁ ଗଲେ।
As soon as Jesus and His companions had left the synagogue, they went with James and John to the home of Simon and Andrew.
30 ଶିମୋନଙ୍କ ଶାଶୁ ଜ୍ୱରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାହାଙ୍କ କଥା ଯୀଶୁଙ୍କୁ ଜଣାଇଲେ।
Simon’s mother-in-law was sick in bed with a fever, and they promptly told Jesus about her.
31 ସେଥିରେ ସେ ପାଖକୁ ଯାଇ ତାହାଙ୍କ ହସ୍ତ ଧରି ତାହାଙ୍କୁ ଉଠାଇଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେମାନଙ୍କ ସେବା କରିବାକୁ ଲାଗିଲେ।
So He went to her, took her by the hand, and helped her up. The fever left her, and she began to serve them.
32 ସନ୍ଧ୍ୟା ସମୟରେ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ଲୋକେ ତାହାଙ୍କ ଛାମୁକୁ ପୀଡ଼ିତ ଓ ଭୂତଗ୍ରସ୍ତ ସମସ୍ତଙ୍କୁ ଆଣିବାକୁ ଲାଗିଲେ,
That evening, after sunset, people brought to Jesus all who were sick and demon-possessed,
33 ପୁଣି, ନଗରବାସୀ ସମସ୍ତେ ଦ୍ୱାର ନିକଟରେ ଏକତ୍ର ହେଲେ।
and the whole town gathered at the door.
34 ସେଥିରେ ସେ ନାନା ପ୍ରକାର ରୋଗରେ ପୀଡ଼ିତ ଅନେକ ରୋଗୀଙ୍କୁ ସୁସ୍ଥ କଲେ ଓ ଅନେକ ଭୂତ ଛଡ଼ାଇଲେ, ପୁଣି, ସେ ଭୂତମାନଙ୍କୁ କଥା କହିବାକୁ ଦେଲେ ନାହିଁ, କାରଣ ସେମାନେ ତାହାଙ୍କୁ ଚିହ୍ନୁ ଥିଲେ।
And He healed many who were ill with various diseases and drove out many demons. But He would not allow the demons to speak, because they knew who He was.
35 ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ।
Early in the morning, while it was still dark, Jesus got up and slipped out to a solitary place to pray.
36 ଆଉ ଶିମୋନ ଓ ତାହାଙ୍କ ସଙ୍ଗୀମାନେ ତାହାଙ୍କର ଅନୁସନ୍ଧାନ କରି,
Simon and his companions went to look for Him,
37 ସାକ୍ଷାତ ପାଇ ତାହାଙ୍କୁ କହିଲେ, ସମସ୍ତେ ଆପଣଙ୍କର ଅନ୍ୱେଷଣ କରୁଅଛନ୍ତି।
and when they found Him, they said, “Everyone is looking for You!”
38 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ଅନ୍ୟ ସ୍ଥାନକୁ, ଅର୍ଥାତ୍ ନିକଟବର୍ତ୍ତୀ ଗ୍ରାମମାନଙ୍କୁ ଯିବା; ସେଠାରେ ମଧ୍ୟ ମୁଁ ପ୍ରଚାର କରିବି, କାରଣ ସେହି ଉଦ୍ଦେଶ୍ୟରେ ମୁଁ ବାହାରିଅଛି।”
But Jesus answered, “Let us go on to the neighboring towns so I can preach there as well, for that is why I have come.”
39 ପୁଣି, ସେ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ବାହାର କଲେ।
So He went throughout Galilee, preaching in their synagogues and driving out demons.
40 ଏଥିମଧ୍ୟରେ ଜଣେ କୁଷ୍ଠରୋଗୀ ତାହାଙ୍କ ନିକଟକୁ ଆସି ଆଣ୍ଠୁପାତି ତାହାଙ୍କୁ ବିନତି କରି କହିଲା, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି।
Then a leper came to Jesus, begging on his knees: “If You are willing, You can make me clean.”
41 ସେଥିରେ ସେ ଦୟାରେ ବିଗଳିତ ହୋଇ ହସ୍ତ ବିସ୍ତାର କରି ତାହାକୁ ସ୍ପର୍ଶ କଲେ ଓ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।”
Moved with compassion, Jesus reached out His hand and touched the man. “I am willing,” He said. “Be clean!”
42 ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା ଓ ସେ ଶୁଚି ହେଲା।
And immediately the leprosy left him, and the man was cleansed.
43 ପୁଣି, ସେ ତାହାକୁ ଦୃଢ଼ରୂପେ ଆଜ୍ଞା ଦେଇ ସେହିକ୍ଷଣି ବିଦାୟ କରି କହିଲେ,
Jesus promptly sent him away with a stern warning:
44 “ସାବଧାନ, କାହାକୁ କିଛି କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କ ନିକଟରେ ନିଜକୁ ଦେଖାଅ, ପୁଣି, ମୋଶା ଯାହା ଯାହା ଆଦେଶ ଦେଇଅଛନ୍ତି, ସେହିସବୁ ଆପଣାର ଶୁଚିକ୍ରିୟା ସ୍ୱରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର।”
“See that you don’t tell anyone. But go, show yourself to the priest and present the offering Moses prescribed for your cleansing, as a testimony to them.”
45 କିନ୍ତୁ ସେ ବାହାରିଯାଇ ସେହି ବିଷୟ ଅଧିକ ଘୋଷଣା କରି ଚାରିଅାଡ଼େ ଏତେ କହିବାକୁ ଲାଗିଲା ଯେ, ଯୀଶୁ ଆଉ ପ୍ରକାଶରେ କୌଣସି ନଗରରେ ପ୍ରବେଶ କରିପାରିଲେ ନାହିଁ, ମାତ୍ର ବାହାରେ ନିର୍ଜନ ସ୍ଥାନମାନଙ୍କରେ ରହିଲେ; ଆଉ, ଲୋକମାନେ ଚତୁର୍ଦ୍ଦିଗରୁ ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ।
But the man went out and openly began to proclaim and spread the news. Consequently, Jesus could no longer enter a town in plain view, but He stayed out in solitary places. Yet people came to Him from every quarter.