< ମାଥିଉ 10 >
1 ଇତିମଧ୍ୟରେ ସେ ଆପଣା ବାର ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କୁ ଅଶୁଚି ଆତ୍ମା ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି, ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ।
Yesu anayitana ophunzira ake khumi ndi awiri ndipo anawapatsa ulamuliro otulutsa mizimu yoyipa ndi kuchiritsa nthenda iliyonse ndi zofowoka zilizonse.
2 ସେହି ଦ୍ୱାଦଶ ପ୍ରେରିତମାନଙ୍କ ନାମ ଏହି, ପ୍ରଥମରେ ଶିମୋନ, ଯାହାକୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ,
Mayina a atumwi khumi ndi awiriwo ndi awa: woyamba, Simoni (wotchedwa Petro) ndi mʼbale wake Andreya; Yakobo mwana wa Zebedayo ndi mʼbale wake Yohane,
3 ଫିଲିପ୍ପ ଓ ବାର୍ଥଲମୀ, ଥୋମା ଓ କରଗ୍ରାହୀ ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୀୟ,
Filipo ndi Bartumeyu, Tomasi ndi Mateyu wolandira msonkho, Yakobo mwana wa Alufeyo ndi Tadeyo;
4 କିଣାନୀୟ ଦଳର ଶିମୋନ ଓ ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।
Simoni Mzerote ndi Yudasi Isikarioti, amene anamupereka Iye.
5 ଯୀଶୁ ଏହି ବାର ଜଣଙ୍କୁ ପଠାଇ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଅଣଯିହୁଦୀମାନଙ୍କ ପାଖକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ,
Yesu anatuma khumi ndi awiriwo ndi kuwalamula kuti, “Musapite kwa anthu a mitundu ina kapena kulowa mʼmudzi uliwonse wa Asamariya.
6 ବରଂ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ପାଖକୁ ଯାଅ।
Koma pitani kwa nkhosa zotayika za banja la Israeli.
7 ପୁଣି, ଯାଉ ଯାଉ ସ୍ୱର୍ଗରାଜ୍ୟ ସନ୍ନିକଟ, ଏହି କଥା କହି ଘୋଷଣା କର।
Pamene mukupita, muzikalalikira uthenga uwu: ‘Ufumu wakumwamba wayandikira.’
8 ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠରୋଗୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର।
Chiritsani odwala, ukitsani akufa, chiritsani akhate, tulutsani ziwanda. Munalandira kwaulere, perekani kwaulere.
9 ତୁମ୍ଭମାନଙ୍କ ଗାଞ୍ଜିଆରେ ସୁନା କି ରୂପା କି ତମ୍ବା, ଆଉ ଯାତ୍ରା ନିମନ୍ତେ ଝୋଲି
“Musatenge ndalama zagolide kapena zasiliva kapena zakopala mʼzikwama mwanu;
10 କିମ୍ବା ଦୁଇଟି ଅଙ୍ଗରଖା ଅବା ଜୋତା କିମ୍ବା ବାଡ଼ି ଆୟୋଜନ କର ନାହିଁ, କାରଣ କାର୍ଯ୍ୟକାରୀ ଆପଣା ଆହାରର ଯୋଗ୍ୟ।
musatenge thumba la paulendo, kapena malaya awiri kapena nsapato kapena ndodo; pakuti wantchito ayenera kulandira chakudya chake.
11 ଆଉ ତୁମ୍ଭେମାନେ ଯେକୌଣସି ନଗରରେ କି ଗ୍ରାମରେ ପ୍ରବେଶ କରିବ, ସେଠାରେ କେଉଁ ଲୋକ ଯୋଗ୍ୟ, ତାହା ଅନୁସନ୍ଧାନ କର, ପୁଣି, ନ ଯିବା ପର୍ଯ୍ୟନ୍ତ ସେଠାରେ ରୁହ।
Mukalowa mu mzinda ndi mʼmudzi uliwonse, funafunani munthu woyenera ndipo mukhale mʼnyumba mwake kufikira mutachoka.
12 ଆଉ ଗୃହରେ ପ୍ରବେଶ କରିବା ସମୟରେ ତାହାକୁ ଆଶୀର୍ବାଦ କର;
Pamene mulowa mʼnyumba mupereke moni.
13 ସେହି ଗୃହ ଯଦି ଯୋଗ୍ୟ, ତେବେ ତାହା ପ୍ରତି ତୁମ୍ଭମାନଙ୍କ ଶାନ୍ତି ବର୍ତ୍ତୁ, କିନ୍ତୁ ତାହା ଯଦି ଯୋଗ୍ୟ ନୁହେଁ, ତାହାହେଲେ ତୁମ୍ଭମାନଙ୍କ ଶାନ୍ତି ତୁମ୍ଭମାନଙ୍କ ପାଖକୁ ଫେରିଆସୁ।
Mtendere wanu ukhale pa a mʼnyumbayo ngati ndi oyenera. Koma ngati siwoyenera, mtendere wanu ubwerere kwa inu.
14 ପୁଣି, ଯେ କେହି ତୁମ୍ଭମାନଙ୍କୁ ଗ୍ରହଣ କରିବ ନାହିଁ ଅବା ତୁମ୍ଭମାନଙ୍କ କଥା ଶୁଣିବ ନାହିଁ, ସେହି ଗୃହରୁ କିମ୍ବା ସେହି ନଗରରୁ ବାହାରିଯିବା ବେଳେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ।
Ngati wina aliyense sakakulandirani kapena sakamvera mawu anu, musase fumbi la kumapazi anu pamene mutuluka mʼnyumbayo kapena mu mzindawo.
15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ।”
Zoonadi, Ine ndikuwuzani kuti pa tsiku lachiweruziro, mlandu wa Sodomu ndi Gomora udzachepa kusiyana ndi wa mzindawo.
16 “ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ।
“Taonani ndikukutumizani inu monga nkhosa pakati pa mimbulu. Chifukwa chake khalani ochenjera ngati njoka ndi woona mtima ngati nkhunda.
17 ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହ ସମୂହରେ କୋରଡ଼ା ମାରିବେ,
Chenjerani ndi anthu pakuti adzakuperekani ku mabwalo amilandu nadzakukwapulani mʼmasunagoge mwawo.
18 ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୁଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ।
Chifukwa cha Ine, mudzaperekedwa kwa olamulira ndi kwa mafumu kuti mukhale mboni kwa iwo ndi kwa a mitundu ina.
19 କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବା କି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କଅଣ କହିବ, ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ।
Koma pamene akumangani, inu musadandaule kuti mukanena bwanji kapena mukanena chiyani. Mudzapatsidwa pa nthawi imeneyo zoti munene,
20 ଯେଣୁ ତୁମ୍ଭେମାନେ ବକ୍ତା ନୁହଁ, କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି, ସେ ବକ୍ତା ଅଟନ୍ତି।
pakuti sindinu mudzanena, koma Mzimu Woyera wa Atate anu, adzayankhula mwa inu.
21 ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ।
“Mʼbale adzapereka mʼbale kuti aphedwe ndi abambo mwana wawo: ndipo ana adzawukira makolo awo ndi kuwapereka kuti aphedwe.
22 ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।
Anthu onse adzada inu chifukwa cha Ine, koma iye amene apirira mpaka kumapeto, adzapulumuka.
23 କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ।
Pamene akuzunzani pamalo ena thawirani kwina. Pakuti ndikuwuzani zoonadi kuti simudzamaliza mizinda yonse ya Israeli Mwana wa Munthu asanabwere.
24 ଶିଷ୍ୟ ଗୁରୁଠାରୁ କିମ୍ବା ଦାସ କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ।
“Wophunzira saposa mphunzitsi wake ndipo wantchito saposa bwana wake.
25 ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ପରି ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ। ସେମାନେ ଯେବେ ଗୃହ କର୍ତ୍ତାଙ୍କୁ ବାଲ୍ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ।”
Nʼkoyenera kuti wophunzira akhale ngati mphunzitsi wake, ndi wantchito akhale ngati bwana wake. Ngati mwini banja atchedwa Belezebabu, koposa kotani a mʼnyumba mwake!
26 “ଅତଏବ ସେମାନଙ୍କୁ ଭୟ କର ନାହିଁ; କାରଣ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ।
“Chifukwa chake musaope iwo. Pakuti palibe chinthu chobisika chimene sichidzavundukulidwa, ndi chobisika chimene sichidzadziwika.
27 ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ, ତାହା ଆଲୋକରେ କୁହ, ପୁଣି, ଯାହା ତୁମ୍ଭେମାନେ ଗୋପନରେ ଶୁଣ, ତାହା ଘର ଛାତ ଉପରେ ଘୋଷଣା କର।
Chimene ndikuwuzani Ine mu mdima, muchiyankhule poyera; chimene akunongʼonezani mʼkhutu, muchilalikire muli pa denga.
28 ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର। (Geenna )
Musamaope amene amapha thupi koma sangathe kuchotsa moyo. Koma muziopa Iye amene akhoza kupha mzimu ndi kuwononga thupi mu gehena. (Geenna )
29 ଦୁଇଟି ଘରଚଟିଆ କଅଣ ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ? ଆଉ ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ;
Kodi suja amagulitsa mbalame ziwiri ndi ndalama imodzi? Koma palibe imodzi ya izo imene idzagwa pansi wopanda chifuniro cha Atate anu.
30 କିନ୍ତୁ ତୁମ୍ଭମାନଙ୍କ ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି।
Ndipo ngakhale tsitsi la mʼmutu mwanu linawerengedwa kale.
31 ଏଣୁ ଭୟ କର ନାହିଁ, ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।”
Potero musaope; inu ndinu a mtengo woposa mbalame zambiri.
32 “ଆଉ, ଯେ କେହି ଲୋକଙ୍କ ଆଗରେ ମୋତେ ସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ସ୍ୱୀକାର କରିବି।
“Aliyense amene avomereza Ine pamaso pa anthu, Inenso ndidzavomereza pamaso pa Atate anga akumwamba.
33 ମାତ୍ର ଯେ କେହି ଲୋକଙ୍କ ଆଗରେ ମୋତେ ଅସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ଅସ୍ୱୀକାର କରିବି।”
Koma iye amene andikana Ine pamaso pa anthu, Inenso ndidzamukana pamaso pa Atate anga akumwamba.
34 “ମୁଁ ଯେ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି, ଏହା ମନେ କର ନାହିଁ; ଶାନ୍ତି ଦେବାକୁ ନ ଆସି ବରଂ ଖଡ୍ଗ ଦେବାକୁ ଆସିଅଛି।
“Musaganize kuti Ine ndabweretsa mtendere pa dziko lapansi. Sindinabwere kudzapereka mtendere koma lupanga.
35 କାରଣ ମୁଁ ‘ପିତାଙ୍କ ସହିତ ପୁତ୍ରର ଓ ମାତା ସହିତ କନ୍ୟାର ପୁଣି, ଶାଶୁ ସହିତ ବୋହୁର ବିରୋଧ ବଢ଼ାଇବାକୁ ଆସିଅଛି,
Pakuti Ine ndabwera kudzalekanitsa “‘Munthu ndi abambo ake, mwana wamkazi ndi amayi ake, mtengwa kulekanitsidwa ndi apongozi ake,
36 ଆଉ ମନୁଷ୍ୟର ନିଜ ପରିଜନ ହିଁ ତାହାର ଶତ୍ରୁ ହେବେ।’
adani a munthu adzakhala a mʼbanja mwake momwe.’
37 ଯେ ପିତା କି ମାତାକୁ ମୋʼଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋʼଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ।
“Aliyense amene akonda abambo kapena amayi ake koposa Ine sayenera kukhala wanga; aliyense amene akonda mwana wake wamwamuna kapena wamkazi koposa Ine sayenera kukhala wanga.
38 ଆଉ ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ।
Aliyense amene satenga mtanda wake ndi kunditsata Ine sayenera kukhala wanga.
39 ଯେ ଆପଣା ଜୀବନ ବଞ୍ଚାଏ, ସେ ତାହା ହରାଇବ, ଆଉ ଯେ ମୋ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ବଞ୍ଚାଇବ।”
Aliyense amene asunga moyo wake adzawutaya koma aliyense amene ataya moyo chifukwa cha Ine adzawupeza.
40 “ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।
“Iye amene alandira inu alandira Ine, ndipo amene alandira Ine alandiranso amene anandituma Ine.
41 ଯେ ଭାବବାଦୀଙ୍କୁ ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ। ଆଉ ଯେ ଧାର୍ମିକ ବ୍ୟକ୍ତିଙ୍କୁ ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ।
Aliyense amene alandira mneneri chifukwa chakuti ndi mneneri alandira mphotho ya mneneri, ndipo aliyense amene alandira munthu wolungama chifukwa chakuti ndi munthu wolungama, adzalandira mphotho ya wolungama.
42 ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି ଯଦି ଗିନାଏ ଥଣ୍ଡା ପାଣି ମଧ୍ୟ ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।”
Ngati aliyense apereka madzi ozizira a mʼchikho kwa mmodzi wa angʼonoangʼono awa chifukwa cha kuti ndi ophunzira anga, ndikuwuzani zoona, ndithudi sadzataya mphotho yake.”