< ମାଥିଉ 11 >
1 ଯୀଶୁ ଆପଣା ବାର ଜଣ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ପରେ ଗାଲିଲୀର ନଗରସମୂହରେ ଶିକ୍ଷା ଦେବାକୁ ଓ ଘୋଷଣା କରିବାକୁ ସେ ସ୍ଥାନରୁ ବାହାରିଗଲେ।
И когда окончил Иисус наставления двенадцати ученикам Своим, перешел оттуда учить и проповедывать в городах их.
2 ଏଥିମଧ୍ୟରେ ବାପ୍ତିଜକ ଯୋହନ ଖ୍ରୀଷ୍ଟଙ୍କ କର୍ମର ବିବରଣ କାରାଗାରରେ ଶୁଣି ଆପଣା ଶିଷ୍ୟମାନଙ୍କ ଦ୍ୱାରା ତାହାଙ୍କୁ ପଚାରି ପଠାଇଲେ,
Иоанн же, услышав в темнице о делах Христовых, послал двоих из учеников своих
3 ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?
сказать Ему: Ты ли Тот, Который должен придти, или ожидать нам другого?
4 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଯାଇ, ଯାହା ଯାହା ଶୁଣିଅଛ ଓ ଦେଖିଅଛ, ସେହିସବୁ ଯୋହନଙ୍କୁ ଜଣାଅ;
И сказал им Иисус в ответ: пойдите, скажите Иоанну, что слышите и видите:
5 ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠରୋଗୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;
слепые прозревают и хромые ходят, прокаженные очищаются и глухие слышат, мертвые воскресают и нищие благовествуют;
6 ଆଉ, ଯେ କେହି ମୋʼ ଠାରେ ବିଘ୍ନର କାରଣ ନ ପାଏ, ସେ ଧନ୍ୟ।”
и блажен, кто не соблазнится о Мне.
7 ସେମାନେ ଚାଲିଯାଉଥିବା ସମୟରେ ଯୀଶୁ ଯୋହନଙ୍କ ସମ୍ବନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, “ତୁମ୍ଭେମାନେ କଅଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରିଯାଇଥିଲ? କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ?
Когда же они пошли, Иисус начал говорить народу об Иоанне: что смотреть ходили вы в пустыню? трость ли, ветром колеблемую?
8 ତାହାହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରିଯାଇଥିଲ? କଅଣ ସୂକ୍ଷ୍ମ ବସ୍ତ୍ର ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ? ଦେଖ, ଯେଉଁମାନେ ସୂକ୍ଷ୍ମ ବସ୍ତ୍ର ପିନ୍ଧନ୍ତି, ସେମାନେ ରାଜପ୍ରାସାଦରେ ଥାଆନ୍ତି।
Что же смотреть ходили вы? человека ли, одетого в мягкие одежды? Носящие мягкие одежды находятся в чертогах царских.
9 ତାହା ନ ହେଲେ କି ନିମନ୍ତେ ବାହାରିଯାଇଥିଲ? କଅଣ ଜଣେ ଭାବବାଦୀଙ୍କୁ ଦେଖିବାକୁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କୁ;
Что же смотреть ходили вы? пророка? Да, говорю вам, и больше пророка.
10 ଯାହାଙ୍କ ବିଷୟରେ ଏହା ଲେଖାଅଛି, ‘ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପଠାଉଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି।’
Ибо он тот, о котором написано: се, Я посылаю Ангела Моего пред лицем Твоим, который приготовит путь Твой пред Тобою.
11 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ତ୍ରୀଗର୍ଭଜାତ ସମସ୍ତଙ୍କ ମଧ୍ୟରେ ବାପ୍ତିଜକ ଯୋହନଙ୍କଠାରୁ ମହାନ କେହି ଉତ୍ପନ୍ନ ହୋଇ ନାହାନ୍ତି; ତଥାପି ସ୍ୱର୍ଗରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ।
Истинно говорю вам: из рожденных женами не восставал больший Иоанна Крестителя; но меньший в Царстве Небесном больше его.
12 ଆଉ, ବାପ୍ତିଜକ ଯୋହନଙ୍କ ସମୟଠାରୁ ଆଜି ପର୍ଯ୍ୟନ୍ତ ସ୍ୱର୍ଗରାଜ୍ୟ ବଳରେ ଆକ୍ରାନ୍ତ ହେଉଅଛି; ପୁଣି, ବଳରେ ଆକ୍ରମଣକାରୀମାନେ ପରାକ୍ରମରେ ତାହା ଅଧିକାର କରୁଅଛନ୍ତି।
От дней же Иоанна Крестителя доныне Царство Небесное силою берется, и употребляющие усилие восхищают его,
13 କାରଣ ସମସ୍ତ ଭାବବାଦୀ ଓ ମୋଶାଙ୍କ ବ୍ୟବସ୍ଥା ବାପ୍ତିଜକ ଯୋହନଙ୍କ ସମୟ ପର୍ଯ୍ୟନ୍ତ ଭାବବାଣୀ କରୁଥିଲେ।
ибо все пророки и закон прорекли до Иоанна.
14 ଆଉ, ତୁମ୍ଭେମାନେ ଯେବେ ଗ୍ରହଣ କରିବାକୁ ଇଚ୍ଛା କର, ତେବେ ଯେଉଁ ଏଲୀୟଙ୍କ ଆସିବାର ଅଛି, ଏ ସେହି।
И если хотите принять, он есть Илия, которому должно придти.
15 ଯାହାର କାନ ଅଛି, ସେ ଶୁଣୁ।
Кто имеет уши слышать, да слышит!
16 କିନ୍ତୁ ମୁଁ କାହା ସାଙ୍ଗରେ ବର୍ତ୍ତମାନ ପୁରୁଷର ତୁଳନା କରିବି? ପିଲାମାନଙ୍କ ପରି ଯେଉଁମାନେ ହାଟବଜାରରେ ବସି ଅନ୍ୟମାନଙ୍କୁ ଡାକି କହନ୍ତି,
Но кому уподоблю род сей? Он подобен детям, которые сидят на улице и, обращаясь к своим товарищам,
17 ‘ଆମ୍ଭେମାନେ ତୁମ୍ଭମାନଙ୍କ ପାଖରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ ଛାତିରେ ମାରି ହେଲ ନାହିଁ ବର୍ତ୍ତମାନ ପୁରୁଷ ସେମାନଙ୍କ ପରି।’
говорят: мы играли вам на свирели, и вы не плясали; мы пели вам печальные песни, и вы не рыдали.
18 କାରଣ ଯୋହନ ଆସି ଭୋଜନପାନ କଲେ ନାହିଁ, ଆଉ ଲୋକେ କହନ୍ତି, ‘ସେ ଭୂତଗ୍ରସ୍ତ।’
Ибо пришел Иоанн, ни ест, ни пьет; и говорят: в нем бес.
19 ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହେଲା।”
Пришел Сын Человеческий, ест и пьет; и говорят: вот человек, который любит есть и пить вино, друг мытарям и грешникам. И оправдана премудрость чадами ее.
20 ସେତେବେଳେ ଯେଉଁ ଯେଉଁ ନଗରରେ ତାହାଙ୍କର ଅଧିକାଂଶ ଆଶ୍ଚର୍ଯ୍ୟର କାର୍ଯ୍ୟ କରାଯାଇଥିଲା, ସେହି ସେହି ନଗରକୁ ସେ ତିରସ୍କାର କରିବାକୁ ଲାଗିଲେ, କାରଣ ସେମାନେ ମନ-ପରିବର୍ତ୍ତନ କରି ନ ଥିଲେ।
Тогда начал Он укорять города, в которых наиболее явлено было сил Его, за то, что они не покаялись:
21 “ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନ ସହରମାନଙ୍କରେ କରାଯାଇଥାଆନ୍ତା, ତେବେ ସେମାନେ ସମୟ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ।
горе тебе, Хоразин! горе тебе, Вифсаида! ибо если бы в Тире и Сидоне явлены были силы, явленные в вас, то давно бы они во вретище и пепле покаялись,
22 ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ।
но говорю вам: Тиру и Сидону отраднее будет в день суда, нежели вам.
23 ଆଉ ରେ କଫର୍ନାହୂମ, ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋʼ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସଦୋମରେ କରାଯାଇଥାଆନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାଆନ୍ତା। (Hadēs )
И ты, Капернаум, до неба вознесшийся, до ада низвергнешься, ибо если бы в Содоме явлены были силы, явленные в тебе, то он оставался бы до сего дня; (Hadēs )
24 ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୋର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ।”
но говорю вам, что земле Содомской отраднее будет в день суда, нежели тебе.
25 ସେହି ସମୟରେ ଯୀଶୁ ଉତ୍ତର ଦେଲେ, “ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;
В то время, продолжая речь, Иисус сказал: славлю Тебя, Отче, Господи неба и земли, что Ты утаил сие от мудрых и разумных и открыл то младенцам;
26 ହଁ, ପିତଃ, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।
ей, Отче! ибо таково было Твое благоволение.
27 ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।
Все предано Мне Отцем Моим, и никто не знает Сына, кроме Отца; и Отца не знает никто, кроме Сына и кому Сын хочет открыть.
28 ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।
Придите ко Мне все труждающиеся и обремененные, и Я успокою вас;
29 ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;
возьмите иго Мое на себя и научитесь от Меня, ибо Я кроток и смирен сердцем, и найдете покой душам вашим;
30 ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।”
ибо иго Мое благо и бремя Мое легко.