< ମାଥିଉ 14 >

1 ସେହି ସମୟରେ ସାମନ୍ତରାଜା ହେରୋଦ ଯୀଶୁଙ୍କ ବିଷୟରେ ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲେ,
Pa nthawi imeneyo Mfumu Herode anamva za mbiri ya Yesu.
2 ଏ ବାପ୍ତିଜକ ଯୋହନ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି।
Ndipo iye anati kwa antchito ake, “Uyu ndi Yohane Mʼbatizi; iye wauka kwa akufa! Ichi ndi chifukwa chake mphamvu zodabwitsa zikugwira ntchito mwa iye.”
3 ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ।
Pakuti Herode anamugwira Yohane ndi kumumanga ndipo anamuyika mʼndende chifukwa cha Herodia mkazi wa mʼbale wake Filipo.
4 କାରଣ ଯୋହନ ତାହାଙ୍କୁ କହୁଥିଲେ, ଏହାଙ୍କୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ।
Chifukwa Yohane anakhala akunena kwa iye kuti, “Sichololedwa kwa inu kutenga mkaziyo.”
5 ଆଉ, ସେ ତାହାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ।
Herode anafuna kupha Yohane koma iye anaopa anthu chifukwa anamuyesa iye mneneri.
6 କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା।
Pa tsiku lokumbukira kubadwa kwa Herode, mwana wamkazi wa Herodia anavina pamaso pa anthu ndipo anasangalatsa kwambiri.
7 ସେଥିରେ ସେ ଶପଥ କରି ପ୍ରତିଜ୍ଞା କଲେ ଯେ, ସେ ଯାହା କିଛି ମାଗିବ, ସେ ତାହାକୁ ତାହା ଦେବେ।
Kotero Herode analonjeza ndi lumbiro kumupatsa chilichonse chimene mwanayo angamupemphe.
8 ଆଉ, ସେ ଆପଣା ମାଆର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ।
Ndipo atamupangira amayi ake anati, “Mundipatse pomwe pano mutu wa Yohane Mʼbatizi mʼmbale.”
9 ଏଥିରେ ରାଜା ଦୁଃଖିତ ହେଲେ ସୁଦ୍ଧା ନିଜ ଶପଥ ଓ ଆପଣା ସହିତ ଭୋଜିରେ ବସିଥିବା ବ୍ୟକ୍ତିମାନଙ୍କ ସକାଶେ ତାହା ଦେବାକୁ ଆଜ୍ଞା ଦେଲେ।
Mfumuyo inamva chisoni koma chifukwa cha lumbiro lake ndi alendo amene anali pa phwando lake analamulira kuti chofuna chake chipatsidwe;
10 ପୁଣି, ଲୋକ ପଠାଇ ବନ୍ଦୀଶାଳାରେ ଯୋହନଙ୍କ ମସ୍ତକ ଛେଦନ କରାଇଲେ,
ndipo anakadula mutu wa Yohane mʼndende.
11 ଆଉ ତାହାଙ୍କର ମସ୍ତକ ଗୋଟିଏ ଥାଳିରେ ଅଣାଯାଇ ସେହି ବାଳିକାକୁ ଦିଆଗଲା, ପୁଣି, ସେ ଆପଣା ମାଆ ନିକଟକୁ ତାହା ନେଇଗଲା।
Mutu wake anawubweretsa mʼmbale ndi kumupatsa mtsikanayo amene anawutengera kwa amayi ake.
12 ସେଥିରେ ତାହାଙ୍କ ଶିଷ୍ୟମାନେ ଆସି ଶବ ନେଇଯାଇ ତାହାଙ୍କୁ ସମାଧି ଦେଲେ ଓ ଯାଇ ଯୀଶୁଙ୍କୁ ଜଣାଇଲେ।
Ophunzira a Yohane anabwera nadzatenga mtembo wake ndi kukawuyika mʼmanda. Pomwepo iwo anapita kukamuwuza Yesu.
13 ଯୀଶୁ ତାହା ଶୁଣି ସେଠାରୁ ଅଲଗା ହୋଇ ନୌକାରେ ଗୋଟିଏ ଜନଶୂନ୍ୟ ସ୍ଥାନକୁ ଗଲେ। ଲୋକସମୂହ ଏହା ଶୁଣି ନଗରଗୁଡ଼ିକରୁ ଆସି ଚାଲିଚାଲି ତାହାଙ୍କର ପଶ୍ଚାତ୍‍ଗମନ କଲେ;
Yesu atamva zimene zinachitika, anachoka pa bwato mwachinsinsi kupita kumalo a yekha. Magulu a anthu atamva izi anamutsatira Iye poyenda pansi kuchokera ku mizinda.
14 ଆଉ, ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକକୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ ଓ ସେମାନଙ୍କର ରୋଗୀମାନଙ୍କୁ ସୁସ୍ଥ କଲେ।
Yesu atafika ku mtunda, ndi kuona gulu lalikulu la anthu, Iye anamva nawo chifundo ndipo anachiritsa odwala awo.
15 ବେଳ ଗଡ଼ିଯିବାରୁ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ଜନଶୂନ୍ୟ, ପୁଣି, ବେଳ ତ ଗଲାଣି; ଏଣୁ ଲୋକସମୂହ ଯେପରି ଗ୍ରାମମାନଙ୍କୁ ଯାଇ ନିଜ ନିଜ ପାଇଁ ଖାଦ୍ୟ କିଣନ୍ତି, ସେଥିପାଇଁ ସେମାନଙ୍କୁ ବିଦାୟ ଦିଅନ୍ତୁ।
Kutayamba mdima, ophunzira anabwera kwa Iye nati, “Kuno ndi kutchire ndipo kwayamba kale kuda. Awuzeni anthu azipita kuti afike ku midzi ndi kukadzigulira zakudya.”
16 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ସେମାନଙ୍କର ଯିବା ଆବଶ୍ୟକ ନୁହେଁ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।”
Yesu anawayankha kuti, “Sikofunika kuti azipita. Inuyo muwapatse kanthu kuti adye.”
17 ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କର ଏଠାରେ କେବଳ ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଅଛି।
Iwo anayankha kuti, “Tili ndi malofu asanu okha a buledi ndi nsomba ziwiri.”
18 ସେ କହିଲେ, “ସେଗୁଡ଼ିକ ଏଠାକୁ ମୋʼ ପାଖକୁ ଆଣ।”
Koma Iye anati, “Bweretsani kwa Ine.”
19 ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ।
Analamula anthu kuti akhale pansi pa udzu ndipo anatenga buledi musanu ndi nsomba ziwiri nayangʼana kumwamba, nayamika nagawa bulediyo. Kenaka anapereka bulediyo kwa ophunzira ake ndipo ophunzirawo anagawira anthu.
20 ପୁଣି, ସମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ।
Onse anadya nakhuta ndipo ophunzira anatola zotsalira ndi kudzaza madengu khumi ndi awiri.
21 ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ।
Chiwerengero cha amene anadya kupatulako amayi ndi ana chinali pafupifupi amuna 5,000.
22 ସେହିକ୍ଷଣି ଯୀଶୁ ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ତାହାଙ୍କ ଆଗରେ ଅପର ପାରିକୁ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ।
Nthawi yomweyo anawawuza ophunzira ake kuti alowe mʼbwato ndi kuti atsogole kupita kutsidya lina pamene Iye ankawuza anthu kuti azipita kwawo.
23 ଲୋକସମୂହକୁ ବିଦାୟ ଦେଲା ପରେ ସେ ପ୍ରାର୍ଥନା କରିବା ପାଇଁ ବାହାରିଯାଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ।
Atatha kuwawuza kuti azipita kwawo, Iye anakwera ku phiri yekha kukapemphera. Pamene kumada anali kumeneko yekha.
24 କିନ୍ତୁ ନୌକା ସେତେବେଳେ କୂଳରୁ ଅନେକ ଦୂରରେ ଥିଲା ଏବଂ ପ୍ରତିକୂଳ ବାୟୁ ହେତୁ ତାହା ଟଳମଳ ହେଉଥିଲା।
Pamenepo nʼkuti bwato litapita patali pangʼono kuchokera ku mtunda ndipo linavutika ndi mafunde chifukwa mphepo inkawomba mokumana nalo.
25 କିନ୍ତୁ ରାତ୍ରିର ଚତୁର୍ଥ ପ୍ରହରରେ ଯୀଶୁ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ,
Pa ora lachinayi usiku, Yesu anabwera kwa iwo akuyendabe pa nyanja.
26 ପୁଣି, ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍‌ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ।
Ophunzira atamuona akuyenda pa nyanja, anaopa nati, “Ndi mzukwa!” Ndipo analira chifukwa cha mantha.
27 କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ “ସାହସ ଧର ଏ ତ ମୁଁ, ଭୟ କର ନାହିଁ।”
Koma Yesu nthawi yomweyo anawawuza kuti, “Limbani mtima! Ndine, musaope.”
28 ସେଥିରେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ଯେବେ ଆପଣ, ତେବେ ଜଳ ଉପରେ ଆପଣଙ୍କ ପାଖକୁ ଯିବା ପାଇଁ ମୋତେ ଆଜ୍ଞା କରନ୍ତୁ।
Petro anayankha nati, “Ambuye ngati ndinu, mundiwuze ndibwere kuli inuko pa madzipo.”
29 ସେ କହିଲେ, “ଆସ।” ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ।
Iye anati, “Bwera.” Pamenepo Petro anatuluka mʼbwato ndipo anayenda pa madzi kupita kwa Yesu.
30 ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି, ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ।
Koma ataona mphepo, iye anachita mantha ndipo anayamba kumira, nafuwula nati, “Ambuye ndipulumutseni!”
31 ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାହାକୁ ଧରି କହିଲେ, “ହେ ଅଳ୍ପ ବିଶ୍ୱାସୀ କାହିଁକି ସନ୍ଦେହ କଲ?”
Ndipo mofulumira Yesu anatambasula dzanja lake namugwira iye, nati, “Iwe wachikhulupiriro chochepa, bwanji unakayika?”
32 ପୁଣି, ସେମାନେ ନୌକାରେ ଚଢ଼ନ୍ତେ, ପବନ ବନ୍ଦ ହେଲା।
Ndipo atalowa mʼbwato mphepo inaleka.
33 ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ବରଙ୍କ ପୁତ୍ର।
Pamenepo amene anali mʼbwato anamulambira Iye, nati, “Zoonadi, Inu ndinu Mwana wa Mulungu.”
34 ସେମାନେ ସମୁଦ୍ର ପାର ହୋଇ ଗିନ୍ନେସରତ ଅଞ୍ଚଳରେ ପହଞ୍ଚିଲେ।
Atawoloka, anafika ku Genesareti.
35 ପୁଣି, ସେହି ସ୍ଥାନର ଲୋକମାନେ ତାହାଙ୍କୁ ଚିହ୍ନି ସେଥିର ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳକୁ ସମ୍ବାଦ ପଠାଇଲେ ଏବଂ ଲୋକେ ସମସ୍ତ ରୋଗୀଙ୍କୁ ତାହାଙ୍କ ନିକଟକୁ ଆଣିଲେ;
Anthu akumeneko atamuzindikira Yesu, iwo anatumiza mawu kwa onse ozungulira deralo. Anthu anabwera ndi odwala awo onse kwa Iye.
36 ଆଉ, ସେମାନେ ଯେପରି କେବଳ ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଛୁଇଁଲେ ସମସ୍ତେ ସୁସ୍ଥ ହେଲେ।
Ndipo anamupempha alole kuti akhudze mphonje ya mkanjo wake, ndipo onse amene anamukhudza anachiritsidwa.

< ମାଥିଉ 14 >