< ମାଥିଉ 14 >
1 ସେହି ସମୟରେ ସାମନ୍ତରାଜା ହେରୋଦ ଯୀଶୁଙ୍କ ବିଷୟରେ ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲେ,
这时,君王希律听见耶稣所做的一切,
2 ଏ ବାପ୍ତିଜକ ଯୋହନ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି।
就对臣仆说:“这人是从死人中复活的施洗约翰,所以有这样的能力。”
3 ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ।
希律曾因弟弟腓力的妻子希罗底的缘故,拘捕了约翰,把他捆绑后关在监里,
4 କାରଣ ଯୋହନ ତାହାଙ୍କୁ କହୁଥିଲେ, ଏହାଙ୍କୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ।
因为约翰多次对他说:“你和她结婚乃非法之举。”
5 ଆଉ, ସେ ତାହାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ।
他想杀掉约翰,但又害怕民众,因为他们都认为约翰是先知。
6 କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା।
到了希律生日的那天,希罗底的女儿在众人面前跳舞,希律非常高兴,
7 ସେଥିରେ ସେ ଶପଥ କରି ପ୍ରତିଜ୍ଞା କଲେ ଯେ, ସେ ଯାହା କିଛି ମାଗିବ, ସେ ତାହାକୁ ତାହା ଦେବେ।
于是就向她承诺,无论她要求什么都能给她。
8 ଆଉ, ସେ ଆପଣା ମାଆର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ।
她在母亲的怂恿下说:“请把施洗约翰的头放在盘子上送给我。”
9 ଏଥିରେ ରାଜା ଦୁଃଖିତ ହେଲେ ସୁଦ୍ଧା ନିଜ ଶପଥ ଓ ଆପଣା ସହିତ ଭୋଜିରେ ବସିଥିବା ବ୍ୟକ୍ତିମାନଙ୍କ ସକାଶେ ତାହା ଦେବାକୁ ଆଜ୍ଞା ଦେଲେ।
希律对自己刚才的承诺感到后悔了,但碍于在座宾客的面子,就下令满足她的愿望。
10 ପୁଣି, ଲୋକ ପଠାଇ ବନ୍ଦୀଶାଳାରେ ଯୋହନଙ୍କ ମସ୍ତକ ଛେଦନ କରାଇଲେ,
他派人到监牢中砍下约翰的头,
11 ଆଉ ତାହାଙ୍କର ମସ୍ତକ ଗୋଟିଏ ଥାଳିରେ ଅଣାଯାଇ ସେହି ବାଳିକାକୁ ଦିଆଗଲା, ପୁଣି, ସେ ଆପଣା ମାଆ ନିକଟକୁ ତାହା ନେଇଗଲା।
把头放在盘子上送给那个女孩,女孩又带给母亲。
12 ସେଥିରେ ତାହାଙ୍କ ଶିଷ୍ୟମାନେ ଆସି ଶବ ନେଇଯାଇ ତାହାଙ୍କୁ ସମାଧି ଦେଲେ ଓ ଯାଇ ଯୀଶୁଙ୍କୁ ଜଣାଇଲେ।
约翰的门徒前来认领了尸体,把它埋葬,然后去告诉耶稣。
13 ଯୀଶୁ ତାହା ଶୁଣି ସେଠାରୁ ଅଲଗା ହୋଇ ନୌକାରେ ଗୋଟିଏ ଜନଶୂନ୍ୟ ସ୍ଥାନକୁ ଗଲେ। ଲୋକସମୂହ ଏହା ଶୁଣି ନଗରଗୁଡ଼ିକରୁ ଆସି ଚାଲିଚାଲି ତାହାଙ୍କର ପଶ୍ଚାତ୍ଗମନ କଲେ;
耶稣听见后便独自坐船离开,想去一个清净之地独处。民众听说后,便从各个城镇徒步赶来追随他。
14 ଆଉ, ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକକୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ ଓ ସେମାନଙ୍କର ରୋଗୀମାନଙ୍କୁ ସୁସ୍ଥ କଲେ।
耶稣下了船便看见一大群人,心生怜悯,便医好了人群中的病患。
15 ବେଳ ଗଡ଼ିଯିବାରୁ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ଜନଶୂନ୍ୟ, ପୁଣି, ବେଳ ତ ଗଲାଣି; ଏଣୁ ଲୋକସମୂହ ଯେପରି ଗ୍ରାମମାନଙ୍କୁ ଯାଇ ନିଜ ନିଜ ପାଇଁ ଖାଦ୍ୟ କିଣନ୍ତି, ସେଥିପାଇଁ ସେମାନଙ୍କୁ ବିଦାୟ ଦିଅନ୍ତୁ।
黄昏时分,门徒前来对他说:“这是荒郊野岭,天色已晚,请让民众散开,让他们回自己的村子里买些吃食吧。”
16 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ସେମାନଙ୍କର ଯିବା ଆବଶ୍ୟକ ନୁହେଁ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।”
耶稣回答:“他们无需离开,由你们给他们吃的就好!”
17 ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କର ଏଠାରେ କେବଳ ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଅଛି।
门徒说:“我们这里除了五块饼和两条鱼,什么也没有。”
18 ସେ କହିଲେ, “ସେଗୁଡ଼ିକ ଏଠାକୁ ମୋʼ ପାଖକୁ ଆଣ।”
耶稣说:“把它们拿过来给我。”
19 ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ।
他让众人坐在草地上,拿起那五块饼两条鱼,然后望着天,开始为众人祝福,随后把饼掰开,递给门徒,门徒又分给众人。
20 ପୁଣି, ସମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ।
大家最终都吃饱了,剩下的吃食被收集起来,装满了十二个篮子。
21 ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ।
最终有五千名男子吃下了这些食物,还不包括妇女和孩子。
22 ସେହିକ୍ଷଣି ଯୀଶୁ ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ତାହାଙ୍କ ଆଗରେ ଅପର ପାରିକୁ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ।
耶稣立刻催促门徒上船,叫他们先到对岸去,他留下来指示民众散开。
23 ଲୋକସମୂହକୁ ବିଦାୟ ଦେଲା ପରେ ସେ ପ୍ରାର୍ଥନା କରିବା ପାଇଁ ବାହାରିଯାଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ।
解散了民众后,他独自上山去祷告。晚上降临,他一个人在那里。
24 କିନ୍ତୁ ନୌକା ସେତେବେଳେ କୂଳରୁ ଅନେକ ଦୂରରେ ଥିଲା ଏବଂ ପ୍ରତିକୂଳ ବାୟୁ ହେତୁ ତାହା ଟଳମଳ ହେଉଥିଲା।
此时门徒的船已离岸数公里,因为逆风而受波浪侵袭。
25 କିନ୍ତୁ ରାତ୍ରିର ଚତୁର୍ଥ ପ୍ରହରରେ ଯୀଶୁ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ,
大约凌晨 3 点左右,耶稣在海面上走过来,赶上了他们。
26 ପୁଣି, ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ।
门徒见他在海面上行走,惊恐地大叫:“有鬼啊!”
27 କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ “ସାହସ ଧର ଏ ତ ମୁଁ, ଭୟ କର ନାହିଁ।”
耶稣立刻对他们说:“放心吧!是我!不要怕。”
28 ସେଥିରେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ଯେବେ ଆପଣ, ତେବେ ଜଳ ଉପରେ ଆପଣଙ୍କ ପାଖକୁ ଯିବା ପାଇଁ ମୋତେ ଆଜ୍ଞା କରନ୍ତୁ।
彼得对他说:“主啊,如果是你,让我也在水面上走到你那里去。”
29 ସେ କହିଲେ, “ଆସ।” ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ।
耶稣说:“来吧!”彼得就下了船,行于水面之上,向耶稣走去。
30 ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି, ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ।
但他见到风浪就心生害怕,快要沉下去之时立刻呼叫:“主啊!救我!”
31 ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାହାକୁ ଧରି କହିଲେ, “ହେ ଅଳ୍ପ ବିଶ୍ୱାସୀ କାହିଁକି ସନ୍ଦେହ କଲ?”
耶稣马上伸手拉住他,对他说:“你对我的信太少了,为什么疑惑?”
32 ପୁଣି, ସେମାନେ ନୌକାରେ ଚଢ଼ନ୍ତେ, ପବନ ବନ୍ଦ ହେଲା।
他们上了船,风停了。
33 ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ବରଙ୍କ ପୁତ୍ର।
船上的人都开始膜拜耶稣,说:“你真是上帝的儿子。”
34 ସେମାନେ ସମୁଦ୍ର ପାର ହୋଇ ଗିନ୍ନେସରତ ଅଞ୍ଚଳରେ ପହଞ୍ଚିଲେ।
他们来到对岸的革尼撒勒地区。
35 ପୁଣି, ସେହି ସ୍ଥାନର ଲୋକମାନେ ତାହାଙ୍କୁ ଚିହ୍ନି ସେଥିର ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳକୁ ସମ୍ବାଦ ପଠାଇଲେ ଏବଂ ଲୋକେ ସମସ୍ତ ରୋଗୀଙ୍କୁ ତାହାଙ୍କ ନିକଟକୁ ଆଣିଲେ;
当地人认出是耶稣,就把消息传遍整个地区。众人把一切病患都带了过来,
36 ଆଉ, ସେମାନେ ଯେପରି କେବଳ ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଛୁଇଁଲେ ସମସ୍ତେ ସୁସ୍ଥ ହେଲେ।
他们求耶稣,让患者摸一摸他的衣服,摸着的人都痊愈了。