< ମାଥିଉ 16 >

1 ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ।
Og Farisæerne og Saddukæerne kom hen og fristede ham og begærede, at han vilde vise dem et Tegn fra Himmelen.
2 କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ‘ଭଲ ପାଗ ହେବ, କାରଣ ଆକାଶ ଲାଲ୍ ହୋଇଅଛି।’
Men han svarede og sagde til dem: „Om Aftenen sige I: Det bliver en skøn Dag, thi Himmelen er rød;
3 ଆଉ ପ୍ରାତଃକାଳରେ କହିଥାଅ, ‘ଆଜି ଝଡ଼ ହେବ, କାରଣ ଆକାଶ ଲାଲ୍ ଓ ମେଘୁଆ ହୋଇଅଛି।’ ତୁମ୍ଭେମାନେ ଆକାଶର ଲକ୍ଷଣର ଭେଦାଭେଦ ବୁଝି ପାରୁଅଛ, କିନ୍ତୁ କାଳର ଲକ୍ଷଣସବୁ ବୁଝି ପାରୁ ନାହଁ?
og om Morgenen: Det bliver Storm i Dag, thi Himmelen er rød og mørk. Om Himmelens Udseende vide I at dømme, men om Tidernes Tegn kunne I det ikke.
4 ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ।” ପୁଣି, ସେ ସେମାନଙ୍କୁ ପରିତ୍ୟାଗ କରି ଚାଲିଗଲେ।
En ond og utro Slægt forlanger Tegn; men der skal intet Tegn gives den uden Jonas's Tegn.” Og han forlod dem og gik bort.
5 ଶିଷ୍ୟମାନେ ଅନ୍ୟ ପାରିରେ ପହଞ୍ଚି ଦେଖିଲେ ଯେ, ସେମାନେ ରୁଟି ନେବାକୁ ପାସୋରି ଯାଇଅଛନ୍ତି।
Og da hans Disciple kom over til hin Side, havde de glemt at tage Brød med.
6 ଯୀଶୁ ସେମାନଙ୍କୁ କହିଲେ, “ସତର୍କ ହୁଅ, ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରଠାରୁ ସାବଧାନ ହୋଇଥାଅ।”
Og Jesus sagde til dem: „Ser til, og tager eder i Vare for Farisæernes og Saddukæernes Surdejg!”
7 ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୁଟି ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି।
Men de tænkte ved sig selv og sagde: „Det er, fordi vi ikke toge Brød med.”
8 କିନ୍ତୁ ଯୀଶୁ ତାହା ଜାଣି କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ?
Men da Jesus mærkede dette, sagde han: „I lidettroende! hvorfor tænke I ved eder selv paa, at I ikke have taget Brød med?
9 ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୁଟି, ଆଉ କେତେ ଟୋକେଇ ଉଠାଇଲ,
Forstaa I ikke endnu? Komme I heller ikke i Hu de fem Brød til de fem Tusinde, og hvor mange Kurve I da toge op?
10 କିମ୍ବା ସେହି ଚାରି ହଜାର ଲୋକଙ୍କ ସାତୋଟି ରୁଟି, ପୁଣି, କେତେ ଟୋକେଇ ଉଠାଇଲ, ସେହିସବୁ କି ତୁମ୍ଭର ମନେ ନାହିଁ?
Ikke heller de syv Brød til de fire Tusinde, og hvor mange Kurve I da toge op?
11 ମୁଁ ଯେ ତୁମ୍ଭମାନଙ୍କୁ ରୁଟି ବିଷୟରେ କହି ନ ଥିଲି, ଏହା କିପରି ବୁଝୁ ନାହଁ? କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀର ବିଷୟରେ ସାବଧାନ ହୋଇଥାଅ।”
Hvorledes forstaa I da ikke, at det ej var om Brød, jeg sagde det til eder? Men tager eder i Vare for Farisæernes og Saddukæernes Surdejg.”
12 ସେ ଯେ ରୁଟିର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ।
Da forstode de, at han havde ikke sagt, at de skulde tage sig i Vare for Surdejgen i Brød, men for Farisæernes og Saddukæernes Lære.
13 ପରେ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, “ମନୁଷ୍ୟପୁତ୍ର କିଏ ବୋଲି ଲୋକେ କଅଣ କହନ୍ତି?”
Men da Jesus var kommen til Egnen ved Kæsarea Filippi, spurgte han sine Disciple og sagde: „Hvem sige Folk, at Menneskesønnen er?”
14 ଏଥିରେ ସେମାନେ କହିଲେ, କେହି କେହି କହନ୍ତି, ବାପ୍ତିଜକ ଯୋହନ, କେହି କେହି ଏଲୀୟ, ଆଉ କେହି କେହି ଯିରିମୀୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ।
Men de sagde: „Nogle sige Johannes Døberen; andre Elias; andre Jeremias eller en af Profeterne.”
15 ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?”
Han siger til dem: „Men I, hvem sige I, at jeg er?”
16 ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ବରଙ୍କ ପୁତ୍ର।
Da svarede Simon Peter og sagde: „Du er Kristus, den levende Guds Søn.”
17 ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ଈଶ୍ବର ପ୍ରକାଶ କରିଅଛନ୍ତି।
Og Jesus svarede og sagde til ham: „Salig er du, Simon Jonas's Søn! thi Kød og Blod har ikke aabenbaret dig det, men min Fader, som er i Himlene.
18 ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ। (Hadēs g86)
Saa siger jeg ogsaa dig, at du er Petrus, og paa denne Klippe vil jeg bygge min Menighed, og Dødsrigets Porte skulle ikke faa Overhaand over den. (Hadēs g86)
19 ମୁଁ ତୁମ୍ଭଙ୍କୁ ସ୍ୱର୍ଗରାଜ୍ୟର ଚାବି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ୱର୍ଗରେ ତାହା ବନ୍ଦ ରହିବ, ପୁଣି, ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ୱର୍ଗରେ ତାହା ମୁକ୍ତ ରହିବ।”
Og jeg vil give dig Himmeriges Riges Nøgler, og hvad du binder paa Jorden, det skal være bundet i Himlene, og hvad du løser paa Jorden, det skal være løst i Himlene.”
20 ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ।
Da bød han sine Disciple, at de maatte ikke sige til nogen, at han var Kristus.
21 ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମ ସହରକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି, ତୃତୀୟ ଦିବସରେ ପୁନରୁତ୍ଥାନ ହେବାକୁ ହେବ।
Fra den Tid begyndte Jesus at give sine Disciple til Kende, at han skulde gaa til Jerusalem og lide meget af de Ældste og Ypperstepræsterne og de skriftkloge og ihjelslaas og oprejses paa den tredje Dag.
22 ସେଥିରେ ପିତର ତାହାଙ୍କୁ ଅନ୍ୟ ଆଡ଼କୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ବର ଆପଣଙ୍କୁ ଦୟା କରନ୍ତୁ, ଏହା ଆପଣଙ୍କ ପ୍ରତି କେବେ ହେଁ ନ ଘଟୁ।
Og Peter tog ham til Side, begyndte at sætte ham i Rette og sagde: „Gud bevare dig, Herre; dette skal ingenlunde ske dig!”
23 କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, “ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋହର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଈଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।”
Men han vendte sig og sagde til Peter: „Vig bag mig, Satan! du er mig en Forargelse; thi du sanser ikke, hvad Guds er, men hvad Menneskers er.”
24 ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ।
Da sagde Jesus til sine Disciple: „Vil nogen komme efter mig, han fornægte sig selv og tage sit Kors op og følge mig!
25 କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ପାଇବ।
Thi den, som vil frelse sit Liv, skal miste det; men den, som mister sit Liv for min Skyld, skal bjærge det.
26 ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେବ?
Thi hvad gavner det et Menneske, om han vinder den hele Verden, men maa bøde med sin Sjæl? Eller hvad kan et Menneske give til Vederlag for sin Sjæl?
27 ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।
Thi Menneskesønnen skal komme i sin Faders Herlighed med sine Engle; og da skal han betale enhver efter hans Gerning.
28 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ।”
Sandelig, siger jeg eder, der er nogle af dem, som staa her, der ingenlunde skulle smage Døden, førend de se Menneskesønnen komme i sit Rige.”

< ମାଥିଉ 16 >