< ମାଥିଉ 18 >
1 ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ?
En aquel tiempo los discípulos se acercaron a Jesús y le preguntaron: ¿Quién es [el] mayor en el reino celestial?
2 ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇଲେ,
Entonces llamó a un niño, lo puso en medio de ellos
3 “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।
y dijo: En verdad les digo: Si ustedes no son transformados y son como niños, de ningún modo entrarán en el reino celestial.
4 ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ।
Por tanto cualquiera que se humille como este niñito es el mayor en el reino celestial.
5 ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ;
Cualquiera que reciba a un niñito como éste en mi Nombre, me recibe a Mí.
6 କିନ୍ତୁ ଯେ କେହି ମୋʼଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।
Pero cualquiera que haga tropezar a uno de estos pequeños que creen en Mí, mejor es que se le cuelgue al cuello una piedra de molino de asno, y sea hundido en lo profundo del mar.
7 ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ୱାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର।
¡Ay del mundo por los tropiezos! Porque es necesario que éstos vengan, pero ¡ay del hombre por quien viene el tropiezo!
8 ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ; ଦୁଇ ହସ୍ତ ଓ ଦୁଇ ପାଦ ନେଇ ଅନନ୍ତ ଅଗ୍ନିରେ ପଡ଼ିବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। (aiōnios )
Por tanto, si tu mano o tu pie te es ocasión de caer, córtalo y échalo de ti. Es mejor entrar en la vida manco o cojo que ser echado con dos manos o dos pies en el fuego eterno. (aiōnios )
9 ଆଉ, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହାକୁ ଉପାଡ଼ି ଫୋପାଡ଼ିଦିଅ; ଦୁଇ ଚକ୍ଷୁ ନେଇ ଅଗ୍ନିମୟ ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ନେଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। (Geenna )
Si tu ojo te es ocasión de caer, sácalo y échalo de ti. Mejor te es entrar tuerto en la vida que con dos ojos ser echado en el infierno de fuego. (Geenna )
10 ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।
Tengan cuidado de no menospreciar a uno de estos pequeños, porque les digo que sus ángeles en el cielo ven siempre el rostro de mi Padre celestial.
11 [କାରଣ ଯାହା ହଜିଅଛି, ତାହା ରକ୍ଷା କରିବା ନିମନ୍ତେ ମନୁଷ୍ୟପୁତ୍ର ଆସିଅଛନ୍ତି।]
12 ତୁମ୍ଭେମାନେ କଅଣ ମନେ କଲ? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ କଅଣ ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ?
¿Cómo les parece? Si un hombre posee 100 ovejas y se extravía una de ellas, ¿no deja las 99 en las montañas y va a buscar la extraviada?
13 ଆଉ ଯଦି ସେ ତାହାକୁ ପାଏ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଅନେଶତଟି ହଜି ଯାଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ।
Si la encuentra, en verdad les digo que se alegra más por ella que por las 99 no descarriadas.
14 ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ।
De igual modo, no es la voluntad de su Padre celestial que se pierda uno de estos pequeños.
15 ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ।
Por tanto, si peca tu hermano, vé y repréndelo a solas. Si te escucha, ganaste a tu hermano.
16 କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।
Pero si no escucha, toma contigo a uno o dos, para que por boca de dos o tres testigos quede firme toda palabra.
17 ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ଯଦି ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୁଦୀ ଓ କରଗ୍ରାହୀ ପରି ହେଉ।
Si rehúsa escucharlos, dilo a la iglesia, y si rehúsa escuchar a la iglesia, sea para ti como el gentil y el publicano.
18 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ୱର୍ଗରେ ସେହିସବୁ ବନ୍ଦ ରହିବ, ପୁଣି, ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ୱର୍ଗରେ ସେହିସବୁ ମୁକ୍ତ ରହିବ।
En verdad les digo que todo lo que prohíban ustedes en la tierra fue prohibido en el cielo, y todo lo que permitan en la tierra fue permitido en el cielo.
19 ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ।
Otra vez les digo, que si dos de ustedes se ponen de acuerdo en la tierra para pedir alguna cosa, mi Padre celestial la hará.
20 କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।”
Porque donde están dos o tres congregados en mi Nombre, allí estoy en medio de ellos.
21 ସେତେବେଳେ ପିତର ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି?
Entonces, Pedro se acercó y le preguntó: Señor, ¿cuántas veces perdonaré a mi hermano que peque contra mí? ¿Hasta siete veces?
22 କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ,
Jesús le contestó: No te digo hasta siete veces, sino hasta 70 veces siete.
23 ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ। ଅତଏବ, ସ୍ୱର୍ଗରାଜ୍ୟ ଆପଣା ଦାସମାନଙ୍କ ସହିତ ହିସାବ କରିବାକୁ ଇଚ୍ଛୁକ ଜଣେ ରାଜାଙ୍କ ସଦୃଶ।
Por esto, el reino celestial fue comparado con un rey que quiso arreglar cuentas con sus esclavos.
24 ସେ ହିସାବ ଆରମ୍ଭ କରନ୍ତେ ଦଶ ହଜାର ରୌପ୍ୟ-ମୁଦ୍ରା ଋଣ କରିଥିବା ଜଣେ ଦାସ ତାହାଙ୍କ ଛାମୁକୁ ଅଣାଗଲା।
Cuando él comenzó a arreglar cuentas, se le presentó uno que le debía 330 toneladas de plata.
25 କିନ୍ତୁ ତାହାର ପରିଶୋଧ କରିବାକୁ କିଛି ନ ଥିବାରୁ ତାହାର ପ୍ରଭୁ ତାହାକୁ ଏବଂ ତାହାର ସ୍ତ୍ରୀ, ପିଲା-ପିଲି ଓ ସର୍ବସ୍ୱ ବିକ୍ରୟ କରି ପରିଶୋଧ ନେବାକୁ ଆଜ୍ଞା ଦେଲେ।
Como éste no tenía con qué pagar, su señor ordenó que fuera vendido, y también su esposa, los hijos y todo lo que poseía, y que se le pagara la deuda.
26 ତେଣୁ ସେହି ଦାସ ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି କହିବାକୁ ଲାଗିଲା, ‘ଆପଣ ମୋ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣକୁ ସବୁ ପରିଶୋଧ କରିଦେବି।’
Entonces el esclavo se postró ante él y [le] rogaba: Ten paciencia conmigo, y te pagaré todo.
27 ସେଥିରେ ସେହି ଦାସର ପ୍ରଭୁ ଦୟା କରି ତାହାକୁ ମୁକ୍ତ କରିଦେଲେ ଓ ତାହାର ଋଣ କ୍ଷମା କଲେ।
Movido a compasión, el señor soltó al esclavo y le perdonó la deuda.
28 କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ଏକ ଶହ ଦିନର ମଜୁରୀ ସମାନ ମୂଲ୍ୟ ଋଣ କରିଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା, ତୁ ଯାହା ଧାରୁ, ଶୁଝିଦେ।
Pero cuando aquel esclavo salió, halló a uno de sus consiervos que le debía 100 denarios. Lo agarró, lo sofocaba y [le] decía: Si debes algo, paga.
29 ତେଣୁ ତାହାର ସହଦାସ ଭୂମିଷ୍ଠ ହୋଇ ତାହାକୁ ବିନତି କରି କହିବାକୁ ଲାଗିଲା, ‘ଆପଣ ମୋʼ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣଙ୍କୁ ପରିଶୋଧ କରିଦେବି।’
Entonces su consiervo postrado le rogaba: Ten paciencia conmigo y te pagaré.
30 ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା।
Pero él no quiso, sino fue y lo echó en prisión hasta que pagara la deuda.
31 ତେଣୁ ତାହାର ସହଦାସମାନେ ଏହି ଘଟଣା ଦେଖି ଅତ୍ୟନ୍ତ ଦୁଃଖିତ ହେଲେ ଓ ଯାଇ ସେମାନଙ୍କ ପ୍ରଭୁଙ୍କୁ ସମସ୍ତ ଘଟଣା ବର୍ଣ୍ଣନା କରି ଜଣାଇଲେ।
Sus consiervos se entristecieron mucho cuando vieron lo que ocurrió. Fueron e informaron a su señor todo lo que sucedió.
32 ସେଥିରେ ତାହାର ପ୍ରଭୁ ତାହାକୁ ପାଖକୁ ଡକାଇ କହିଲେ ‘ରେ ଦୁଷ୍ଟ ଦାସ, ତୁ ମୋତେ ବିନତି କରିବାରୁ ମୁଁ ତୋର ସେହି ସମସ୍ତ ଋଣ କ୍ଷମା କଲି;
Entonces su señor lo llamó y le dijo: Esclavo malvado, toda aquella deuda te perdoné porque me rogaste.
33 ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହଦାସକୁ କ୍ଷମା କରିବା ତୋହର କର୍ତ୍ତବ୍ୟ ନ ଥିଲା?’
¿No debías tú también tener misericordia de tu consiervo, como yo tuve misericordia de ti?
34 ଆଉ, ତାହାର ପ୍ରଭୁ ରାଗିଯାଇ ସମସ୍ତ ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାହାକୁ ଯନ୍ତ୍ରଣା ଦେବା ଲୋକମାନଙ୍କ ହାତରେ ସମର୍ପଣ କଲେ।
Y enfurecido, su señor lo entregó a los verdugos hasta que pagara todo lo que debía.
35 ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର, ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ।”
Así también mi Padre celestial les hará si no perdonan de corazón a su hermano.