< ମାଥିଉ 19 >
1 ଯୀଶୁ ଏହି ସମସ୍ତ କଥା ସମାପ୍ତ କରିବା ପରେ ଗାଲିଲୀରୁ ଚାଲିଯାଇ ଯର୍ଦ୍ଦନ ନଦୀର ଆରପାରରେ ଥିବା ଯିହୂଦିୟା ପ୍ରଦେଶ ସୀମାରେ ଉପସ୍ଥିତ ହେଲେ।
Sa’ad da Yesu ya gama faɗin waɗannan abubuwa, sai ya bar Galili, ya tafi yankin Yahudiya a ɗaya gefen Urdun.
2 ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସେଠାରେ ସେମାନଙ୍କୁ ସୁସ୍ଥ କଲେ।
Taron mutane mai yawa suka bi shi, ya kuwa warkar da su a can.
3 ଏହି ସମୟରେ ଫାରୂଶୀମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଯେକୌଣସି କାରଣରୁ ଆପଣା ସ୍ତ୍ରୀ କି ପରିତ୍ୟାଗ କରିବା କଅଣ ନ୍ୟାୟସଙ୍ଗତ?
Waɗansu Farisiyawa suka zo wurinsa don su gwada shi. Suka yi tambaya suka ce, “Daidai ne mutum yă saki matarsa saboda wani dalili da kuma a kan kowane dalili?”
4 ସେ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,”
Ya amsa ya ce, “Ba ku taɓa karantawa ba ne cewa, a farkon halitta, Mahalicci ‘ya yi su namiji da ta mace,’
5 ଆଉ କହିଲେ, “ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ?”
ya kuma ce, ‘Saboda wannan dalili, namiji zai bar mahaifinsa da mahaifiyarsa yă manne wa matarsa, biyun kuwa su zama jiki guda’?
6 “ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି। ଅତଏବ ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଅଲଗା ନ କରୁ।”
Ta haka, ba sa ƙara zama biyu, sai dai ɗaya. Saboda haka abin da Allah ya haɗa fa, kada mutum yă raba.”
7 ସେମାନେ ତାହାଙ୍କୁ ପଚାରିଲେ, ତେବେ ମୋଶା କାହିଁକି ତ୍ୟାଗପତ୍ର ଦେଇ ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ଆଜ୍ଞା ଦେଲେ?
Suka yi tambaya, suka ce, “To, me ya sa Musa ya umarta cewa mutum yă ba wa matarsa takardar saki, yă kuma kore ta?”
8 ଯୀଶୁ ସେମାନଙ୍କୁ କହିଲେ, “କାରଣ ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ମୋଶା ତୁମ୍ଭମାନଙ୍କୁ ଆପଣା ଆପଣା ସ୍ତ୍ରୀ କି ପରିତ୍ୟାଗ କରିବାକୁ ଅନୁମତି ଦେଲେ, କିନ୍ତୁ ଆଦ୍ୟରୁ ସେପରି ନ ଥିଲା।”
Yesu ya amsa ya ce, “Musa ya ba ku izini ku saki matanku saboda taurin zuciyarku ne. Amma ba haka yake ba daga farko.
9 “ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀ କି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ।”
Ina faɗa muku cewa duk wanda ya saki matarsa, sai dai a kan rashin aminci a cikin aure, ya kuwa auri wata, ya yi zina ke nan.”
10 ଶିଷ୍ୟମାନେ ତାହାଙ୍କୁ କହିଲେ, ସ୍ତ୍ରୀ ସହିତ ମନୁଷ୍ୟର ଯଦି ଏହି ପ୍ରକାର ସମ୍ଵନ୍ଧ, ତେବେ ବିବାହ କରିବା ଭଲ ନୁହେଁ।
Almajiran suka ce masa, “In haka yake tsakanin miji da mata, ashe, ya ma fi kyau kada a yi aure.”
11 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ସମସ୍ତେ ଏହି କଥା ଗ୍ରହଣ କରିପାରନ୍ତି ନାହିଁ, କେବଳ ଯେଉଁମାନଙ୍କୁ କ୍ଷମତା ଦିଆଯାଇଅଛି, ସେମାନେ କରିପାରନ୍ତି।
Yesu ya ce, “Ba kowa ba ne zai yarda da wannan magana, sai dai waɗanda aka yarda musu.
12 କାରଣ କେହି କେହି ମାତାର ଗର୍ଭରୁ ନପୁଂସକ ହୋଇ ଜନ୍ମ ହୋଇଅଛନ୍ତି, ଆଉ କେହି କେହି ମନୁଷ୍ୟମାନଙ୍କ ଦ୍ୱାରା ନପୁଂସକ କରାଯାଇଅଛନ୍ତି, ପୁଣି, ଆଉ କେହି କେହି ସ୍ୱର୍ଗରାଜ୍ୟ ସକାଶେ ଆପଣା ଆପଣାକୁ ନପୁଂସକ କରିଅଛନ୍ତି। ଯେଉଁ ଲୋକ ଗ୍ରହଣ କରିପାରେ, ସେ ଗ୍ରହଣ କରୁ।”
Gama waɗansu bābānni ne domin haka aka haife su; waɗansu kuwa mutane ne suka mai da su haka; waɗansu kuma sun ƙi aure ne saboda mulkin sama. Duk mai iya ɗaukar wannan yă ɗauka.”
13 ସେତେବେଳେ ଯୀଶୁ ଯେପରି ଶିଶୁମାନଙ୍କ ଉପରେ ହାତ ରଖି ପ୍ରାର୍ଥନା କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ନିକଟକୁ ଅଣାଗଲେ। ମାତ୍ର ଶିଷ୍ୟମାନେ ଆଣୁଥିବା ଲୋକମାନଙ୍କୁ ଧମକ ଦେଲେ।
Sa’an nan aka kawo yara ƙanana wurin Yesu don yă ɗibiya musu hannuwansa, yă kuma yi musu addu’a. Amma almajirai suka tsawata wa waɗanda suka kawo su.
14 କିନ୍ତୁ ଯୀଶୁ କହିଲେ, “ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର।”
Yesu ya ce, “Ku bar yara ƙanana su zo wurina, kada ku hana su, gama mulkin sama na irin waɗannan ne.”
15 ଆଉ, ସେ ସେମାନଙ୍କ ଉପରେ ହାତ ରଖି ସେଠାରୁ ଚାଲିଗଲେ।
Sa’ad da ya ɗibiya musu hannuwansa, sai ya tafi abinsa.
16 ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି? (aiōnios )
To, fa, sai ga wani ya zo wurin Yesu ya tambaye shi ya ce, “Malam, wane abu mai kyau ne ya zama mini dole in yi don in sami rai madawwami?” (aiōnios )
17 ସେ ତାହାଙ୍କୁ କହିଲେ, “ସତ୍ ବିଷୟରେ ମୋତେ କାହିଁକି ପଚାରୁଅଛ? ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର।”
Yesu ya amsa ya ce, “Don me kake tambayata game da abin da yake mai kyau? Akwai Mai kyau Ɗaya kaɗai. In kana so ka sami rai madawwami, ka kiyaye dokokin nan.”
18 ସେ ତାହାଙ୍କୁ ପଚାରିଲେ, କି କି ପ୍ରକାର ଆଜ୍ଞା? ଯୀଶୁ କହିଲେ, “ଏହିସବୁ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ,
Mutumin ya yi tambaya ya ce, “Waɗanne?” Yesu ya amsa ya ce, “‘Kada ka yi kisankai, kada ka yi zina, kada ka yi sata, kada ka yi shaidar ƙarya,
19 ପିତାମାତାଙ୍କୁ ସମାଦର କର; ପୁଣି, ତୁମ୍ଭର ପଡୋଶୀକି ଆତ୍ମତୁଲ୍ୟ ପ୍ରେମ କର।”
ka girmama mahaifinka da mahaifiyarka,’ka kuma ‘ƙaunaci maƙwabcinka kamar kanka.’”
20 ସେହି ଯୁବକ ତାହାଙ୍କୁ କହିଲେ, ଏହି ସମସ୍ତ ମୁଁ ପାଳନ କରିଅଛି, ମୋହର ଆଉ କଅଣ ଉଣା ଅଛି?
Saurayin ya ce, “Duk waɗannan na kiyaye. Me kuma ya rage mini?”
21 ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”
Yesu ya amsa ya ce, “In kana so ka zama cikakke, ka je, ka sayar da dukan dukiyarka ka kuma ba matalauta, za ka kuwa sami dukiya a sama. Sa’an nan ka zo, ka bi ni.”
22 କିନ୍ତୁ ଏହି କଥା ଶୁଣି ଯୁବକଟି ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା।
Da saurayin ya ji haka, sai ya tafi rai a ɓace, don yana da arziki sosai.
23 ସେଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଧନୀ ଲୋକ ଅତି କଷ୍ଟରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ।
Sa’an nan Yesu ya ce wa almajiransa, “Gaskiya nake gaya muku, yana da wuya mai arziki yă shiga mulkin sama.
24 ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟରେ ଧନୀଲୋକଙ୍କର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।”
Har wa yau ina gaya muku, zai fi sauƙi raƙumi yă shiga ta kafar allura, da mai arziki yă shiga mulkin Allah.”
25 ଶିଷ୍ୟମାନେ ଏହା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?
Sa’ad da almajiran suka ji wannan, sai suka yi mamaki ƙwarai. Suka yi tambaya suka ce, “To, wa zai sami ceto ke nan?”
26 ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ବରଙ୍କର ସମସ୍ତ ସାଧ୍ୟ।”
Yesu ya kalle su ya ce, “Ga mutum kam, wannan ba ya yiwuwa, amma ga Allah kuwa, dukan abubuwa masu yiwuwa ne.”
27 ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ; ଆମ୍ଭେମାନେ ତେବେ କଅଣ ପାଇବା?
Sai Bitrus ya amsa masa, “Ga shi mun bar kome don mu bi ka! Me za mu samu ke nan?”
28 ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।”
Yesu ya ce musu, “Gaskiya nake gaya muku, a lokacin sabunta dukan kome, sa’ad da Ɗan Mutum ya zauna a kan kursiyinsa mai daraja, ku da kuka bi ni, ku ma za ku zauna a kan kursiyoyi goma sha biyu, kuna yi wa kabilu goma sha biyu na Isra’ila shari’a.
29 “ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ। (aiōnios )
Duk kuma wanda ya bar gidaje ko’yan’uwa maza ko’yan’uwa mata ko mahaifi ko mahaifiya ko yara ko gonaki, saboda ni, zai sami abin da ya fi haka riɓi ɗari, yă kuma gāji rai madawwami. (aiōnios )
30 କିନ୍ତୁ ପ୍ରଥମେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।”
Amma da yawa da suke na farko, za su zama na ƙarshe, da yawa kuma da suke na ƙarshe, za su zama na farko.