< ମାଥିଉ 2 >
1 ହେରୋଦ ରାଜାଙ୍କ ସମୟରେ ଯିହୂଦିୟା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବ ଦିଗରେ ଥିବା ଦେଶରୁ କେତେକ ପଣ୍ଡିତ ଯିରୂଶାଲମ ସହରକୁ ଆସି କହିଲେ,
Τοῦ δὲ Ἰησοῦ γεννηθέντος ἐν Βηθλεὲμ τῆς Ἰουδαίας ἐν ἡμέραις Ἡρώδου τοῦ βασιλέως, ἰδοὺ μάγοι ἀπὸ ἀνατολῶν παρεγένοντο εἰς Ἱεροσόλυμα
2 “ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବ ଦିଗରେ ତାହାଙ୍କ ତାରା ଦେଖି ତାହାଙ୍କୁ ଆରାଧନା କରିବାକୁ ଆସିଅଛୁ।”
λέγον τες, Ποῦ ἐστιν ὁ τεχθεὶς βασιλεὺς τῶν Ἰουδαίων; εἴδομεν γὰρ αὐτοῦ τὸν ἀστέρα ἐν τῇ ἀνατολῇ, καὶ ἤλθομεν προσκυνῆσαι αὐτῷ.
3 ଏହା ଶୁଣି ହେରୋଦ ରାଜା ଓ ତାହାଙ୍କ ସହିତ ସମସ୍ତ ଯିରୂଶାଲମ ନିବାସୀ ଉଦ୍ବିଗ୍ନ ହେଲେ;
ἀκούσας δὲ ὁ βασιλεὺς Ἡρώδης ἐταράχθη, καὶ πᾶσα Ἱεροσόλυμα μετ᾽ αὐτοῦ·
4 ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିବା ପାଇଁ ଚେଷ୍ଟା କଲେ।
καὶ συναγαγὼν πάντας τοὺς ἀρχιερεῖς καὶ γραμματεῖς τοῦ λαοῦ, ἐπυνθάνετο παρ᾽ αὐτῶν, ποῦ ὁ χριστὸς γεννᾶται.
5 ସେମାନେ ତାହାଙ୍କୁ କହିଲେ, ଯିହୂଦିୟା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ୱାରା ଏପରି ଲେଖାଅଛି,
οἱ δὲ εἶπoν αὐτῷ, Ἐν Βηθλεὲμ τῆς Ἰουδαίας. οὕτως γὰρ γέγραπται διὰ τοῦ προφήτου,
6 “ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋʼଠାରୁ ଆସିବେ।”
Καὶ σύ, Βηθλεὲμ γῆ Ἰούδα, οὐδαμῶς ἐλαχίστη εἶ ἐν τοῖς ἡγεμόσιν Ἰούδα· ἐκ σοῦ γὰρ ἐξελεύσεται ἡγούμενος, ὅστις ποιμανεῖ τὸν λαόν μου τὸν Ἰσραήλ.
7 ତାହାପରେ ହେରୋଦ ପଣ୍ଡିତମାନଙ୍କୁ ଗୋପନରେ ଡାକି, ସେହି ତାରା କେଉଁ ସମୟରେ ଦେଖାଗଲା, ଏହା ସେମାନଙ୍କଠାରୁ ଠିକ୍ ଭାବରେ ବୁଝିନେଲେ।
Τότε Ἡρώδης λάθρα καλέσας τοὺς μάγους ἠκρίβωσεν παρ᾽ αὐτῶν τὸν χρόνον τοῦ φαινομένου ἀστέρος,
8 ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, “ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ବନ୍ଧରେ ଠିକ୍ ଭାବରେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲାକ୍ଷଣି ଆମ୍ଭକୁ ସମ୍ବାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା।”
καὶ πέμψας αὐτοὺς εἰς Βηθλεὲμ εἶπεν, Πορευθέντες ἐξετάσατε ἀκριβῶς περὶ τοῦ παιδίου· ἐπὰν δὲ εὕρητε, ἀπαγγείλατέ μοι, ὅπως κἀγὼ ἐλθὼν προσκυνήσω αὐτῷ.
9 ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ; ଆଉ ଦେଖ, ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ, ତାହା ସେମାନଙ୍କ ଆଗେ ଆଗେ ଯାଇ, ଯେଉଁଠାରେ ଶିଶୁ ଥିଲେ, ଶେଷରେ ସେହି ସ୍ଥାନ ଉପରେ ରହିଗଲା।
οἱ δὲ ἀκούσαντες τοῦ βασιλέως ἐπορεύθησαν· καὶ ἰδοὺ ὁ ἀστήρ, ὃν εἶδον ἐν τῇ ἀνατολῇ, προῆγεν αὐτοὺς ἕως ἐλθὼν ἐστάθη ἐπάνω οὗ ἦν τὸ παιδίον.
10 ସେମାନେ ତାରା ଦେଖି ମହାନନ୍ଦରେ ଅତିଶୟ ଆନନ୍ଦିତ ହେଲେ,
ἰδόντες δὲ τὸν ἀστέρα ἐχάρησαν χαρὰν μεγάλην σφόδρα·
11 ଆଉ, ଘର ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରୀୟମଙ୍କ ସଙ୍ଗରେ ଦେଖି, ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ ଏବଂ ଆରାଧନା କଲେ, ପୁଣି, ଆପଣା ଆପଣା ପେଡ଼ି ଫିଟାଇ ତାହାଙ୍କୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ।
καὶ ἐλθόντες εἰς τὴν οἰκίαν εἶδον τὸ παιδίον μετὰ Μαρίας τῆς μητρὸς αὐτοῦ, καὶ πεσόντες προσεκύνησαν αὐτῷ, καὶ ἀνοίξαντες τοὺς θησαυροὺς αὐτῶν προσήνεγκαν αὐτῷ δῶρα, χρυσὸν καὶ λίβανον καὶ σμύρναν.
12 ପରେ ହେରୋଦଙ୍କ ନିକଟକୁ ବାହୁଡ଼ି ନ ଯିବାକୁ ସ୍ୱପ୍ନରେ ସତର୍କବାଣୀ ପାଇ ସେମାନେ ଅନ୍ୟ ପଥ ଦେଇ ଆପଣା ଦେଶକୁ ଚାଲିଗଲେ।
καὶ χρηματισθέντες κατ᾽ ὄναρ μὴ ἀνακάμψαι πρὸς Ἡρώδην, δι᾽ ἄλλης ὁδοῦ ἀνεχώρησαν εἰς τὴν χώραν αὐτῶν.
13 ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ।”
Ἀναχωρησάντων δὲ αὐτῶν, ἰδοὺ ἄγγελος κυρίου κατ᾽ ὄναρ φαίνεται τῷ Ἰωσὴφ λέγων, Ἐγερθεὶς παράλαβε τὸ παιδίον καὶ τὴν μητέρα αὐτοῦ, καὶ φεῦγε εἰς Αἴγυπτον, καὶ ἴσθι ἐκεῖ ἕως ἂν εἴπω σοί· μέλλει γὰρ Ἡρώδης ζητεῖν τὸ παιδίον, τοῦ ἀπολέσαι αὐτό.
14 ଏଥିରେ ସେ ଉଠି ରାତ୍ରିରେ ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଇଗଲେ,
ὁ δὲ ἐγερθεὶς παρέλαβεν τὸ παιδίον καὶ τὴν μητέρα αὐτοῦ νυκτὸς καὶ ἀνεχώρησεν εἰς Αἴγυπτον,
15 ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, “ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ୱାନ କଲୁ।”
καὶ ἦν ἐκεῖ ἕως τῆς τελευτῆς Ἡρώδου· ἵνα πληρωθῇ τὸ ῥηθὲν ὑπὸ κυρίου διὰ τοῦ προφήτου λέγοντος, Ἐξ Αἰγύπτου ἐκάλεσα τὸν υἱόν μου.
16 ଇତିମଧ୍ୟରେ ହେରୋଦ ପଣ୍ଡିତମାନଙ୍କ ଦ୍ୱାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି ରାଗିଗଲେ, ଆଉ ସେମାନଙ୍କ ନିକଟରୁ ଉତ୍ତମ ରୂପେ ଯେଉଁ ସମୟରେ ବୁଝିଥିଲେ, ତଦନୁସାରେ ଦୁଇ ବର୍ଷ ଓ ସେଥିରୁ କମ୍ ବୟସ୍କ ଯେତେ ବାଳକ ବେଥଲିହିମ ପୁଣି, ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ, ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ।
Τότε Ἡρώδης ἰδὼν ὅτι ἐνεπαίχθη ὑπὸ τῶν μάγων, ἐθυμώθη λίαν, καὶ ἀποστείλας ἀνεῖλεν πάντας τοὺς παῖδας τοὺς ἐν Βηθλεὲμ καὶ ἐν πᾶσιν τοῖς ὁρίοις αὐτῆς, ἀπὸ διετοῦς καὶ κατωτέρω, κατὰ τὸν χρόνον ὃν ἠκρίβωσεν παρὰ τῶν μάγων.
17 ସେତେବେଳେ ଯିରିମୀୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା,
τότε ἐπληρώθη τὸ ῥηθὲν διὰ Ἱερεμίου τοῦ προφήτου λέγοντος,
18 “ରାମାରେ ସ୍ୱର ଶୁଣାଗଲା, ରୋଦନ ଓ ଅତିଶୟ ବିଳାପ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଥିଲେ; ଆଉ ସେମାନେ ନାହାନ୍ତି ବୋଲି ସେ ସାନ୍ତ୍ୱନାର କଥା ମାନିବାକୁ ଇଚ୍ଛା କରୁ ନ ଥିଲେ।”
Φωνὴ ἐν Ῥαμᾶ ἠκούσθη, κλαυθμὸς καὶ ὀδυρμὸς πολύς, Ῥαχὴλ κλαίουσα τὰ τέκνα αὐτῆς, καὶ οὐκ ἤθελεν παρακληθῆναι, ὅτι οὐκ εἰσίν.
19 ହେରୋଦଙ୍କ ମୃତ୍ୟୁ ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ,
Τελευτήσαντος δὲ τοῦ Ἡρώδου, ἰδοὺ ἄγγελος κυρίου φαίνεται κατ᾽ ὄναρ τῷ Ἰωσὴφ ἐν Αἰγύπτῳ,
20 “ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଯାଅ, କାରଣ ଯେଉଁମାନେ ଶିଶୁଙ୍କ ପ୍ରାଣ ବିନାଶ କରିବା ନିମନ୍ତେ ଚେଷ୍ଟା କରୁଥିଲେ, ସେମାନଙ୍କର ମୃତ୍ୟୁ ଘଟିଅଛି।”
λέγων, Ἐγερθεὶς παράλαβε τὸ παιδίον καὶ τὴν μητέρα αὐτοῦ, καὶ πορεύου εἰς γῆν Ἰσραήλ· τεθνήκασιν γὰρ οἱ ζητοῦντες τὴν ψυχὴν τοῦ παιδίου.
21 ସେଥିରେ ସେ ଉଠି ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଆସିଲେ।
ὁ δὲ ἐγερθεὶς παρέλαβεν τὸ παιδίον καὶ τὴν μητέρα αὐτοῦ καὶ εἰσῆλθεν εἰς γῆν Ἰσραήλ.
22 ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୂଦିୟା ପ୍ରଦେଶର ରାଜା ହୋଇଅଛନ୍ତି, ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ; କିନ୍ତୁ ସ୍ୱପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ
ἀκούσας δὲ ὅτι Ἀρχέλαος βασιλεύει [ἐπὶ] τῆς Ἰουδαίας ἀντὶ τοῦ πατρὸς αὐτοῦ Ἡρώδου ἐφοβήθη ἐκεῖ ἀπελθεῖν· χρηματισθεὶς δὲ κατ᾽ ὄναρ ἀνεχώρησεν εἰς τὰ μέρη τῆς Γαλιλαίας,
23 ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ୱାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, “ସେ ନାଜରିତୀୟ ବୋଲି ଖ୍ୟାତ ହେବେ।”
καὶ ἐλθὼν κατῴκησεν εἰς πόλιν λεγομένην Ναζαρέθ, ὅπως πληρωθῇ τὸ ῥηθὲν διὰ τῶν προφητῶν ὅτι Ναζωραῖος κληθήσεται.