< ମାଥିଉ 21 >

1 ଯେତେବେଳେ ସେମାନେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇ ବୈଥ୍‌ଫାଗୀ ଓ ଜୀତପର୍ବତ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଦୁଇ ଶିଷ୍ୟଙ୍କୁ ଏହି କଥା କହି ପଠାଇଲେ।
Lorsqu’ils approchèrent de Jérusalem et qu’ils furent venus à Bethphagé, près du mont des Oliviers, Jésus envoya deux disciples,
2 “ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ, ଆଉ ଯିବା ମାତ୍ରେ ବନ୍ଧା ହୋଇଥିବା ଗୋଟିଏ ଗର୍ଦ୍ଦଭୀ ଓ ତାହା ସହିତ ଗୋଟିଏ ଶାବକକୁ ଦେଖିବ; ସେମାନଙ୍କୁ ଫିଟାଇ ମୋ ନିକଟକୁ ନେଇଆସ।
Leur disant: Allez au village qui est devant vous, et soudain vous trouverez une ânesse attachée, et son ânon avec elle; déliez-les et amenez-les-moi.
3 ଆଉ ଯେବେ କେହି ତୁମ୍ଭମାନଙ୍କୁ କିଛି କହେ, ତେବେ କହିବ ଏମାନଙ୍କଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି। ସେହିକ୍ଷଣି ସେ ସେମାନଙ୍କୁ ପଠାଇଦେବ।”
Et si quelqu’un vous dit quelque chose, répondez que le Seigneur en a besoin; et aussitôt il les laissera emmener.
4 ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହା ଘଟିଲା,
Or tout cela fut fait, afin que s’accomplit la parole du prophète, disant:
5 ସିୟୋନର କନ୍ୟାକୁ କୁହ, ଦେଖ୍, ତୋର ରାଜା ତୋʼ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ।
Dites à la fille de Sion: Voici que votre Roi vient à vous plein de douceur, monté sur une ânesse et sur l’ânon de celle qui est sous le joug.
6 ସେଥିରେ ଶିଷ୍ୟମାନେ ଯାଇ ଯୀଶୁଙ୍କ ଆଦେଶ ଅନୁସାରେ କାମ କଲେ,
S’en allant donc, les disciples firent comme Jésus leur avait commandé;
7 ପୁଣି, ଗର୍ଦ୍ଦଭୀ ଓ ଶାବକଟି ଆଣି ସେମାନଙ୍କ ଉପରେ ବସ୍ତ୍ର ପାତିଦେଲେ, ଆଉ ସେ ତାହା ଉପରେ ବସିଲେ।
Ils amenèrent l’ânesse et l’ânon, mirent dessus leurs vêtements et l’y firent asseoir.
8 ପୁଣି, ଲୋକମାନଙ୍କ ମଧ୍ୟରୁ ଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇ ଦେବାକୁ ଲାଗିଲେ।
La plus grande partie du peuple étendit ses vêtements le long de la route, d’autres coupaient des branches d’arbres et en jonchaient le chemin.
9 ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦଙ୍କ ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା।
Or la foule qui précédait et celle qui suivait criaient, disant: Hosanna au fils de David: béni celui qui vient au nom du Seigneur! Hosanna au plus haut des cieux!
10 ଆଉ ସେ ଯିରୂଶାଲମ ସହରରେ ପ୍ରବେଶ କରନ୍ତେ ନଗରଯାକ ଏ କିଏ ବୋଲି ଚହଳ ପଡ଼ିଗଲା।
Lorsqu’il fut entré dans Jérusalem, toute la ville fut émue, demandant: Qui est celui-ci?
11 ସେଥିରେ ଲୋକସମୂହ କହିଲେ, ଏ ଗାଲିଲୀସ୍ଥ ନାଜରିତର ଭାବବାଦୀ ଯୀଶୁ।
Et la multitude répondait: C’est Jésus, le Prophète de Nazareth en Galilée.
12 ପରେ ଯୀଶୁ ଈଶ୍ବରଙ୍କ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କିଣାବିକା କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା-ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,
Et Jésus entra dans le temple de Dieu, et chassa tous ceux qui vendaient et achetaient dans le temple; il renversa même les tables des changeurs et les sièges de ceux qui vendaient des colombes;
13 ଆଉ ଯୀଶୁ ସେମାନଙ୍କୁ କହିଲେ, “ଲେଖାଅଛି, ‘ଆମ୍ଭର ଗୃହ ପ୍ରାର୍ଥନାର ଗୃହ ବୋଲି ପରିଚିତ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଡକାଇତମାନଙ୍କ ବାସସ୍ଥାନ କରୁଅଛ।’”
Et il leur dit: Il est écrit: Ma maison sera appelée maison de prière; mais vous en avez fait une caverne de voleurs.
14 ପୁଣି, ମନ୍ଦିରରେ ଅନ୍ଧ ଓ ଖଞ୍ଜ ଲୋକେ ତାହାଙ୍କ ପାଖକୁ ଆସନ୍ତେ ସେ ସେମାନଙ୍କୁ ସୁସ୍ଥ କଲେ।
Et des aveugles et des boiteux s’approchèrent de lui dans le temple, et il les guérit.
15 କିନ୍ତୁ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କ କରିଥିବା ଆଶ୍ଚର୍ଯ୍ୟକର୍ମଗୁଡ଼ିକୁ ଓ ମନ୍ଦିର ମଧ୍ୟରେ ହୋଶାନ୍ନା ଦାଉଦଙ୍କ ସନ୍ତାନ ବୋଲି ଉଚ୍ଚସ୍ୱର କରୁଥିବା ପିଲାମାନଙ୍କୁ ଦେଖି ବିରକ୍ତ ହେଲେ,
Mais les princes des prêtres et les scribes, voyant les merveilles qu’il faisait et les enfants qui criaient dans le temple et disaient: Hosanna au fils de David, s’indignèrent,
16 ପୁଣି, ତାହାଙ୍କୁ ପଚାରିଲେ, ଏମାନେ କଅଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ? ଯୀଶୁ ସେମାନଙ୍କୁ କହିଲେ, “ହଁ, ‘ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ୱାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ,’ ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?”
Et lui dirent: Entendez-vous ce que disent ceux-ci? Jésus leur répondit: Oui. N’avez-vous jamais lu: C’est de la bouche des enfants et de ceux qui sont à la mamelle, que vous avez tiré la louange la plus parfaite?
17 ଆଉ, ସେ ସେମାନଙ୍କୁ ଛାଡ଼ିଦେଇ ଯିରୂଶାଲମ ସହରରୁ ବାହାରି ବେଥନୀୟାକୁ ଯାଇ ସେଠାରେ ରାତି କଟାଇଲେ।
Et, les ayant quittés, il s’en alla hors de la ville à Béthanie et s’y arrêta.
18 ସକାଳେ ସେ ଯିରୂଶାଲମ ସହରକୁ ଫେରିବା ସମୟରେ କ୍ଷୁଧିତ ହେଲେ,
Le lendemain matin, comme il revenait à la ville, il eut faim.
19 ଆଉ ବାଟ ପାଖରେ ଗୋଟିଏ ଡିମ୍ବିରିବୃକ୍ଷ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, “ଆଉ କଦାପି ତୋʼଠାରେ ଫଳ ନ ହେଉ।” ସେଥିରେ ସେହିକ୍ଷଣି ସେହି ଡିମ୍ବିରିବୃକ୍ଷ ଶୁଖିଗଲା। (aiōn g165)
Or apercevant un figuier près du chemin, il s’en approcha; et n’y trouvant rien que des feuilles, il lui dit: Que jamais fruit ne naisse de toi désormais. Et à l’instant le figuier sécha. (aiōn g165)
20 ଶିଷ୍ୟମାନେ ତାହା ଦେଖି ଚମତ୍କୃତ ହୋଇ କହିଲେ, ଡିମ୍ବିରିବୃକ୍ଷଟି କିପରି ସେହିକ୍ଷଣି ଶୁଖିଗଲା?
Ce qu’ayant vu, les disciples s’étonnèrent, disant: Comment a-t-il séché sur-le-champ?
21 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମ୍ବିରିବୃକ୍ଷ ପ୍ରତି ଯେପରି ହୋଇଅଛି, କେବଳ ଯେ ସେପରି ହେବ, ତାହା ନୁହେଁ, ମାତ୍ର ଯଦି ଏ ପର୍ବତକୁ ସୁଦ୍ଧା ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ତାହାହେଲେ ତାହା ହେବ।
Alors, Jésus prenant la parole, leur dit: En vérité, je vous dis: Si vous avez de la foi et que vous n’hésitiez point, non seulement vous ferez comme j’ai fait au figuier, mais même, si vous dites à cette montagne: Lève-toi et te jette dans la mer, cela se fera.
22 ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହିସବୁ ପାଇବ।”
Et tout ce que vous demanderez dans la prière avec foi, vous l’obtiendrez.
23 ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା?
Or, comme il vint dans le temple, les princes des prêtres et les anciens du peuple s’approchèrent de lui, tandis qu’il enseignait, et dirent: Par quelle autorité faites-vous ces choses? Et qui vous a donné ce pouvoir?
24 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ଯଦି ତୁମ୍ଭେମାନେ ମୋତେ ତାହା କହିବ, ତେବେ କେଉଁ ଅଧିକାରରେ ମୁଁ ଏହି ସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି।
Jésus répondant, leur dit: Je vous ferai, moi aussi, une demande; si vous y répondez, je vous dirai par quelle autorité je fais ces choses.
25 ଯୋହନଙ୍କର ବାପ୍ତିସ୍ମ କେଉଁଠାରୁ ହୋଇଥିଲା? ସ୍ୱର୍ଗରୁ ବା ମନୁଷ୍ୟଠାରୁ?” ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ ଆମ୍ଭମାନଙ୍କୁ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ?
Le baptême de Jean, d’où était-il? du ciel ou des hommes? Mais eux pensaient en eux-mêmes, disant:
26 କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି।
Si nous répondons: Du ciel, il nous dira: Pourquoi donc n’y avez-vous pas cru! Et si nous répondons: Des hommes, nous avons à craindre le peuple; tous, en effet, tenaient Jean pour prophète.
27 ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ। ସେ ମଧ୍ୟ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”
Ainsi, répondant à Jésus, ils dirent: Nous ne savons. Et Jésus aussi leur répondit: Ni moi non plus je ne vous dirai par quelle autorité je fais ces choses.
28 “ମାତ୍ର ତୁମ୍ଭେମାନେ କଅଣ ମନେ କର? ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ। ସେ ପ୍ରଥମ ନିକଟକୁ ଆସି କହିଲେ, ‘ପୁଅ, ଯା, ଆଜି ଦ୍ରାକ୍ଷାକ୍ଷେତ୍ରରେ କାମ କର।’”
Mais que vous en semble? Un homme avait deux fils; s’approchant du premier, il lui dit: Mon fils, va-t’en aujourd’hui travailler à ma vigne.
29 ସେ ଉତ୍ତର ଦେଲା, “‘ମୋହର ଇଚ୍ଛା ନାହିଁ,’ କିନ୍ତୁ ପରେ ଅନୁତାପ କରି ଗଲା।
Celui-ci répondant, dit: Je ne veux pas. Mais après, touché de repentir, il y alla.
30 ପୁଣି, ସେ ଦ୍ୱିତୀୟ ପାଖକୁ ଆସି ସେହି ପ୍ରକାର କହିଲେ। ସେ ଉତ୍ତର ଦେଲା, ‘ମହାଶୟ, ମୁଁ ଯାଉଅଛି, କିନ୍ତୁ ଗଲା ନାହିଁ।’
S’approchant ensuite de l’autre, il dit de même. Et celui-ci répondant dit: J’y vais. Seigneur, et il n’y alla point.
31 ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା?” ସେମାନେ କହିଲେ, “ପ୍ରଥମ ଜଣକ।” ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି।
Lequel des deux a fait la volonté du père? Ils lui dirent: Le premier. Jésus leur répliqua: En vérité je vous dis que les publicains et les femmes de mauvaise vie vous précéderont dans le royaume de Dieu.
32 କାରଣ ଯୋହନ ତୁମ୍ଭମାନଙ୍କ ନିକଟକୁ ଧାର୍ମିକତାର ପଥ ଦେଇ ଆସିଲେ, ଆଉ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, ମାତ୍ର କରଗ୍ରାହୀ ଓ ବେଶ୍ୟାମାନେ ତାହାଙ୍କୁ ବିଶ୍ୱାସ କଲେ, କିନ୍ତୁ ତୁମ୍ଭେମାନେ ଯେପରି ତାହାଙ୍କୁ ବିଶ୍ୱାସ କରିପାର, ଏଥିନିମନ୍ତେ ତାହା ଦେଖି ସୁଦ୍ଧା ଅନୁତାପ କଲ ନାହିଁ।”
Car Jean est venu à vous dans la voie de la justice et vous n’avez pas cru en lui; mais les publicains et les femmes de mauvaise vie ont cru en lui; et vous, ayant vu cela, vous n’avez pas même eu de repentir ensuite, de manière à croire en lui.
33 “ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀ-ଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ।
Ecoutez une autre parabole: Il y avait un homme, père de famille, qui planta une vigne et l’entoura d’une haie, y creusa un pressoir, et bâtit une tour; il la loua ensuite à des vignerons, et partit pour un voyage.
34 ପରେ ଫଳର ସମୟ ପାଖେଇ ଆସନ୍ତେ ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ।
Or, lorsque le temps des fruits approcha, il envoya ses serviteurs aux vignerons, pour en recevoir les fruits.
35 କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫୋପାଡ଼ି ମାରିପକାଇଲେ।
Mais les vignerons s’étant saisis de ses serviteurs déchirèrent l’un de coups, tuèrent l’autre et en lapidèrent un autre.
36 ପୁଣି, ଥରେ ସେ ପ୍ରଥମ ଥର ଅପେକ୍ଷା ଅଧିକ ସଂଖ୍ୟକ ଦାସ ପଠାଇଲେ, ଆଉ ସେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କଲେ।
Il envoya encore d’autres serviteurs en plus grand nombre que les premiers, et ils leur firent pareillement.
37 ‘କିନ୍ତୁ ମୋହର ପୁଅକୁ ସେମାନେ ମାନ୍ୟ କରିବେ,’ ଏହା କହି ସେ ପରେ ଆପଣା ପୁତ୍ରକୁ ସେମାନଙ୍କ ନିକଟକୁ ପଠାଇଲେ।
En dernier lieu il leur envoya son fils, disant: Ils auront du respect pour mon fils.
38 ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ‘ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ମାରି ଦେଇ ଆମ୍ଭେମାନେ ଏହାର ଅଧିକାର ଦଖଲ କରୁ।’
Mais les vignerons voyant le fils dirent en eux-mêmes: Celui-ci est l’héritier; venez, tuons-le, et nous aurons son héritage.
39 ଆଉ ସେମାନେ ତାହାଙ୍କୁ ଧରି ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ମାରିଦେଲେ।
Et après l’avoir pris, ils le jetèrent hors de la vigne, et le tuèrent.
40 ଅତଏବ ଯେତେବେଳେ ସେହି ଦ୍ରାକ୍ଷାକ୍ଷେତ୍ରର ମାଲିକ ଆସିବେ, ସେତେବେଳେ ସେହି କୃଷକମାନଙ୍କ ପ୍ରତି ସେ କଅଣ କରିବେ?”
Lors donc que viendra le maître de la vigne, que fera-t-il à ces vignerons?
41 ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁର ଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ।
Ils lui répondirent: Il fera mourir misérablement ces misérables, et il louera sa vigne à d’autres vignerons qui lui en rendront le fruit en son temps.
42 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?’
Jésus leur demanda: N’avez-vous jamais lu dans les Ecritures: La pierre rejetée par ceux qui bâtissaient, est devenue un sommet d’angle. Ceci est l’œuvre du Seigneur et elle est admirable à nos yeux?
43 ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ି ନିଆଯିବ, ପୁଣି, ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ।
C’est pourquoi je vous dis que le royaume de Dieu vous sera ôté, et qu’il sera donné à un peuple qui en produira les fruits.
44 ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ।”
Celui qui tombera sur cette pierre, se brisera; et celui sur qui elle tombera, elle l’écrasera.
45 ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କର ଏହି ସମସ୍ତ ଦୃଷ୍ଟାନ୍ତ ଶୁଣି, ସେ ଯେ ସେମାନଙ୍କ ବିଷୟରେ କହୁଅଛନ୍ତି, ଏହା ବୁଝିଲେ।
Or, lorsque les princes des prêtres et les pharisiens eurent entendu ses paraboles, ils comprirent que c’était d’eux qu’il parlait.
46 ଆଉ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ।
Et cherchant à se saisir de lui, ils craignirent le peuple, parce qu’il le regardait comme un prophète.

< ମାଥିଉ 21 >