< ମାଥିଉ 22 >

1 ପୁଣି ଥରେ ଯୀଶୁ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଉତ୍ତର ଦେଲେ,
А Ісус, відповідаючи, знов почав говорити їм при́тчами, кажучи:
2 “ସ୍ୱର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ,
„Царство Небесне подібне одно́му царе́ві, що весі́лля справляв був для сина свого́.
3 ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ୱାନ କରିବା ପାଇଁ ସେ ଆପଣା ଦାସମାନଙ୍କୁ ପଠାଇଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ।
І послав він своїх рабів покликати тих, хто був на весі́лля запрошений, — та ті не хотіли прийти.
4 ପୁଣି, ଥରେ ସେ ଅନ୍ୟ ଦାସମାନଙ୍କୁ ପଠାଇ କହିଲେ, ‘ନିମନ୍ତ୍ରିତ ଲୋକମାନଙ୍କୁ କୁହ, ଦେଖନ୍ତୁ, ଆମ୍ଭେ ଆପଣା ଭୋଜ ପ୍ରସ୍ତୁତ କରିଅଛୁ, ଆମ୍ଭର ବୃଷ ଓ ହୃଷ୍ଟପୁଷ୍ଟ ପଶୁଗୁଡ଼ିକ ମରାଯାଇଅଛି, ସମସ୍ତ ହିଁ ପ୍ରସ୍ତୁତ, ଆପଣମାନେ ବିବାହ ଉତ୍ସବକୁ ଆସନ୍ତୁ,’
Зно́ву послав він інших рабів, наказуючи: „Скажіть запрошеним: Ось я приготува́в обід свій, закололи бики й відгодо́ване, — і все готове. Ідіть на весі́лля!“
5 କିନ୍ତୁ ସେମାନେ ତାହା ଲଘୁ ଜ୍ଞାନ କରି କେହି ଆପଣା କ୍ଷେତକୁ, ଆଉ କେହି ଆପଣା ବାଣିଜ୍ୟ ବ୍ୟବସାୟକୁ ଚାଲିଗଲେ,
Та вони злегковажили та порозхо́дились, — той на поле своє, а той на свій торг.
6 ଆଉ ବଳକା ଲୋକ ତାହାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର ଓ ବଧ କଲେ।
А останні, похапавши рабів його́, знущалися, та й повбивали їх.
7 କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍‍ କଲେ।
І розгнівався цар, і послав своє ві́йсько, — і вигубив тих убійників, а їхнє місто спалив.
8 ସେଥିରେ ସେ ଆପଣା ଦାସମାନଙ୍କୁ କହିଲେ, ବିବାହ ଭୋଜ ତ ପ୍ରସ୍ତୁତ, ମାତ୍ର ନିମନ୍ତ୍ରିତ ଲୋକମାନେ ଅଯୋଗ୍ୟ।
Тоді каже рабам своїм: „Весі́лля готове, але́ недостойні були́ ті покликані.
9 ଏଣୁ ତୁମ୍ଭେମାନେ ରାଜଦାଣ୍ଡଗୁଡ଼ିକର ଛକେ ଛକେ ଯାଇ ଯେତେ ଲୋକଙ୍କର ଦେଖା ପାଅ, ସେମାନଙ୍କୁ ବିବାହ-ଉତ୍ସବକୁ ନିମନ୍ତ୍ରଣ କର।
Тож підіть на роздорі́жжя, і кого тільки спіткаєте, — кличте їх на весі́лля“.
10 ସେଥିରେ ସେହି ଦାସମାନେ ରାଜଦାଣ୍ଡଗୁଡ଼ିକୁ ବାହାରିଯାଇ ଦୁଷ୍ଟ ଓ ସନ୍ଥ ଯେତେ ଲୋକ ଦେଖାପାଇଲେ, ସେ ସମସ୍ତଙ୍କୁ ସଂଗ୍ରହ କରି ଆଣିଲେ, ଆଉ ନିମନ୍ତ୍ରିତ ଅତିଥି ଲୋକଙ୍କ ଦ୍ୱାରା ବିବାହଗୃହ ପରିପୂର୍ଣ୍ଣ ହେଲା।
І вийшовши раби ті на роздоріжжя, зібрали всіх, кого тільки спіткали, — злих і добрих. І весільна кімна́та гістьми́ перепо́внилась.
11 କିନ୍ତୁ ରାଜା ନିମନ୍ତ୍ରିତ ଅତିଥିମାନଙ୍କୁ ଦେଖିବା ପାଇଁ ଭିତରକୁ ଆସି ସେଠାରେ ବିବାହ-ବସ୍ତ୍ର ପରିଧାନ କରି ନ ଥିବା ଜଣେ ଲୋକକୁ ଦେଖି ତାହାକୁ କହିଲେ,
Як прийшов же той цар на гостей подивитись, побачив там чоловіка, в одежу весі́льну не вбра́ного,
12 ହେ ବନ୍ଧୁ, ତୁମ୍ଭେ ବିବାହ-ବସ୍ତ୍ର ପରିଧାନ ନ କରି କିପରି ଏ ସ୍ଥାନକୁ ଆସିଲ? ମାତ୍ର ସେ ନିରୁତ୍ତର ହୋଇ ରହିଲା।
та й каже йому: „Як ти, друже, ввійшов сюди, не мавши одежі весільної?“Той же мовчав.
13 ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ‘ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।
Тоді́ цар сказав своїм слу́гам: „Зв'яжіть йому ноги та руки, та й киньте до зо́внішньої те́мряви, — буде плач там і скрегіт зубів“.
14 କାରଣ ଅନେକ ଆହୂତ, କିନ୍ତୁ ଅଳ୍ପ ମନୋନୀତ।’”
Бо багато покли́каних, — та ви́браних мало“.
15 ସେତେବେଳେ ଫାରୂଶୀମାନେ ଯାଇ ତାହାଙ୍କୁ ବାକ୍ୟ ଦ୍ୱାରା ଫାନ୍ଦରେ ପକାଇବା ନିମନ୍ତେ ମନ୍ତ୍ରଣା କଲେ।
Тоді фарисеї пішли й умовлялись, я́к зловити на слові Його.
16 ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଈଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି, କାହାରିକୁ ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ।
І посилають до Нього своїх учнів із іродія́нами, і кажуть: „Учителю, знаємо ми, що Ти справедливий, і наставляєш на Божу дорогу правдиво, і не зважаєш ні на кого, бо на лю́дське обличчя не дивишся Ти.
17 ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ କଅଣ? କାଇସର ସମ୍ରାଟଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ?
Скажи ж нам, як здається Тобі: чи годиться давати податок для ке́саря, чи ні?“
18 କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, “ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ?”
А Ісус, знавши їхнє лукавство, сказав: „Чого ви, лицеміри, Мене випробо́вуєте?
19 “ସେହି କରର ମୁଦ୍ରା ମୋତେ ଦେଖାଅ।” ତହିଁରେ ସେମାନେ ତାହାଙ୍କ ପାଖକୁ ଗୋଟିଏ ମୁଦ୍ରା ଆଣିଲେ।
Покажіть Мені гріш податко́вий“. І прине́сли динарія Йому.
20 ସେ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର?
А Він каже до них: „Чий це образ і напис?“
21 ସେମାନେ କହିଲେ, କାଇସରଙ୍କର। ସେଥିରେ ସେ ସେମାନଙ୍କୁ କହିଲେ, “ତେବେ କାଇସର ସମ୍ରାଟଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।”
Ті відказують: „Ке́сарів“. Тоді каже Він їм: „Тож віддайте кесареве — кесареві, а Богові — Боже“.
22 ସେମାନେ ଏହା ଶୁଣି ଚମତ୍କୃତ ହୋଇ ତାହାଙ୍କୁ ଛାଡ଼ି ଚାଲିଗଲେ।
А почувши таке, вони диву далися. І, лишивши Його, відійшли.
23 ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ପାଖକୁ ଆସି ପଚାରିଲେ,
Того дня приступили до Нього саддуке́ї, що твердять, ніби нема воскресіння, і запитали Його,
24 ହେ ଗୁରୁ, ମୋଶା କହିଅଛନ୍ତି ଯେ, ଯଦି କେହି ନିଃସନ୍ତାନ ହୋଇ ମରେ, ତେବେ ତାହାର ଭାଇ ତାହାର ଭାର୍ଯ୍ୟାକୁ ବିବାହ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ।
та й сказали: „Учителю, Мойсей наказав: „Коли хто помре, не мавши дітей, то нехай його брат візьме вдову́ його, — і відно́вить насіння для брата свого“.
25 ଦେଖନ୍ତୁ, ଆମ୍ଭମାନଙ୍କ ମଧ୍ୟରେ ସାତ ଭାଇ ଥିଲେ; ପ୍ରଥମଟି ବିବାହ କରି ମରିଗଲା, ପୁଣି, ନିଃସନ୍ତାନ ଥିବାରୁ ଆପଣା ଭାଇ ପାଇଁ ନିଜ ଭାର୍ଯ୍ୟାକୁ ଛାଡ଼ିଗଲା;
Було ж у нас сім братів. І перший, одружи́вшись, умер, і, не мавши насіння, зоставив дружи́ну свою братові своєму.
26 ଦ୍ୱିତୀୟ, ତୃତୀୟ ଆଦି ସପ୍ତମ ଜଣ ପର୍ଯ୍ୟନ୍ତ ମଧ୍ୟ ସେହି ପ୍ରକାର କଲେ।
Так само і другий, і третій, — аж до сьомого.
27 ସମସ୍ତଙ୍କ ଶେଷରେ ସ୍ତ୍ରୀଟି ମରିଗଲା।
А по всіх вмерла й жінка.
28 ତେବେ ପୁନରୁତ୍ଥାନରେ ସେହି ସାତ ଜଣଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସମସ୍ତେ ତ ତାହାକୁ ବିବାହ କରିଥିଲେ।
Отож, у воскре́сенні котро́му з сімох вона дружи́ною буде? Бо всі мали її“.
29 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ।
Ісус же промовив у відповідь їм: „Помиляєтесь ви, не знавши Писа́ння, ні Божої сили.
30 କାରଣ ପୁନରୁତ୍ଥାନରେ ଲୋକେ ବିବାହ କରନ୍ତି ନାହିଁ, କିମ୍ବା ବିବାହିତ ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି।
Бо в воскресінні ні женяться, ані заміж виходять, але як Анголи́ ті на небі.
31 ମାତ୍ର ମୃତମାନଙ୍କ ପୁନରୁତ୍ଥାନ ବିଷୟରେ ଈଶ୍ବର ତୁମ୍ଭମାନଙ୍କୁ ଯାହା କହିଅଛନ୍ତି, ତାହା କି ତୁମ୍ଭେମାନେ ପାଠ କରି ନାହଁ?
А про воскресіння померлих хіба не читали проре́ченого вам від Бога, що каже:
32 ‘ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍‌ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର।’ ସେ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର।”
„Я Бог Авраамів, і Бог Ісаків, і Бог Яковів; Бог не є Богом мертвих, а живих“.
33 ଲୋକମାନେ ଏହା ଶୁଣି ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ।
А наро́д, чувши це, дивувався науці Його.
34 ସେ ସାଦ୍ଦୂକୀମାନଙ୍କୁ ନିରୁତ୍ତର କରିଅଛନ୍ତି, ଏହା ଶୁଣି ଫାରୂଶୀମାନେ ଏକତ୍ର ହେଲେ,
Фарисеї ж, почувши, що Він у́ста замкнув саддуке́ям, зібралися ра́зом.
35 ଆଉ ସେମାନଙ୍କ ମଧ୍ୟରୁ ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ତାହାଙ୍କୁ ପରୀକ୍ଷା କରି ପଚାରିଲେ,
І спитався один із них, учитель Зако́ну, Його випробо́вуючи й кажучи:
36 ହେ ଗୁରୁ, ମୋଶାଙ୍କ ବ୍ୟବସ୍ଥା ମଧ୍ୟରେ କି ପ୍ରକାର ଆଜ୍ଞା ଶ୍ରେଷ୍ଠ?
„Учителю, котра́ заповідь найбільша в Зако́ні?“
37 ସେ ତାହାଙ୍କୁ କହିଲେ, “‘ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ବରଙ୍କୁ ପ୍ରେମ କର।’
Він же промовив йому́: „Люби Господа Бога свого всім серцем своїм, і всією душею своєю, і всією своєю думкою“.
38 ଏହା ହିଁ ଶ୍ରେଷ୍ଠ ଓ ପ୍ରଥମ ଆଜ୍ଞା।
Це найбільша й найперша заповідь.
39 ଦ୍ୱିତୀୟଟି ଏହାର ସଦୃଶ, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’
А друга одна́кова з нею: „Люби свого ближнього, як само́го себе́“.
40 ଏହି ଦୁଇ ଆଜ୍ଞା ଉପରେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଧର୍ମଶାସ୍ତ୍ର ନିର୍ଭର କରେ।”
На двох оцих заповідях увесь Зако́н і Пророки стоять“.
41 ଫାରୂଶୀମାନେ ଏକତ୍ର ହୋଇଥିବା ସମୟରେ ଯୀଶୁ ସେମାନଙ୍କୁ ପଚାରିଲେ,
Коли ж фарисеї зібрались, Ісус їх запитав,
42 “ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ମତ କଅଣ? ସେ କାହାର ସନ୍ତାନ? ସେମାନେ ତାହାଙ୍କୁ କହିଲେ, ଦାଉଦଙ୍କର।”
і сказав: „Що́ ви думаєте про Христа? Чий Він син?“Вони Йому кажуть: „Давидів“.
43 ଯୀଶୁ ସେମାନଙ୍କୁ କହିଲେ, “ତେବେ ଦାଉଦ କିପ୍ରକାରେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ‘ପ୍ରଭୁ’ ବୋଲି କହନ୍ତି?
Він до них промовляє: „Як же то силою Духа Давид Його Господом зве, коли каже:
44 ‘ଯଥା, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’
„Промовив Господь Господе́ві моєму: сядь право́руч Мене, доки не покладу Я Твоїх ворогів підніжком ногам Твоїм“.
45 ଅତଏବ, ଦାଉଦ ଯଦି ତାହାଙ୍କୁ ‘ପ୍ରଭୁ’ ବୋଲି କହନ୍ତି, ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?”
Тож, коли Давид зве Його Господом, — як же Він йому син?“
46 ସେଥିରେ କେହି ତାହାଙ୍କୁ ପଦେ ହେଲେ ଉତ୍ତର ଦେଇ ପାରିଲେ ନାହିଁ, ପୁଣି, ସେହି ଦିନଠାରୁ କେହି ତାହାଙ୍କୁ ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ।
І ніхто не спромігся відпові́сти Йому ані сло́ва... І ніхто з того дня не наважувався більш питати Його.

< ମାଥିଉ 22 >