< ମାଥିଉ 23 >
1 ସେହି ସମୟରେ ଯୀଶୁ ଲୋକସମୂହ ଓ ଆପଣା ଶିଷ୍ୟମାନଙ୍କୁ କହିଲେ,
然后,耶稣对民众和门徒说:
2 “ଶାସ୍ତ୍ରୀ ଓ ଫାରୂଶୀମାନେ ମୋଶାଙ୍କ ବ୍ୟବସ୍ଥାକୁ ବ୍ୟାଖ୍ୟା କରିବାର ଅଧିକାର ପାଇଅଛନ୍ତି।
“宗教老师和法利赛人负责解读摩西的律法,
3 ଅତଏବ ସେମାନେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା ମାନ ଓ ପାଳନ କର, ମାତ୍ର ସେମାନଙ୍କ କର୍ମ ଅନୁସାରେ କର୍ମ କର ନାହିଁ, କାରଣ ସେମାନେ କହନ୍ତି, କିନ୍ତୁ କରନ୍ତି ନାହିଁ।
凡他们吩咐你们所做之事,你们都要遵行和谨守,但不可效法他们的行为,因为他们不会实践所宣扬的事情。
4 ସେମାନେ ଗୁରୁ ଭାର ବହନ କରି ମନୁଷ୍ୟମାନଙ୍କ କାନ୍ଧରେ ଥୋଇଦିଅନ୍ତି, କିନ୍ତୁ ନିଜେ ଅଙ୍ଗୁଳି ଦେଇ ତାହା ଟେକିବାକୁ ଇଚ୍ଛା କରନ୍ତି ନାହିଁ।
他们把重担捆起来,压在人的肩头,但自己却一个指头也不肯动。
5 ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି,
他们所做的一切都只是做给人看,把经文的匣子做大,把他们衣服的流苏做长,
6 ଆଉ ଭୋଜନରେ ପ୍ରଧାନ ସ୍ଥାନ ଓ ସମାଜଗୃହରେ ପ୍ରଧାନ ଆସନ,
他们喜欢筵席上的首位、会堂里的高位,
7 ପୁଣି, ହାଟବଜାରରେ ନମସ୍କାର ପାଇବାକୁ ଓ ଲୋକଙ୍କ ଦ୍ୱାରା ଗୁରୁ ବୋଲି ସମ୍ବୋଧିତ ହେବାକୁ ଭଲ ପାଆନ୍ତି।
他们喜欢民众在市场向他们问安,称呼他们为‘拉比’
8 କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ।
然而不要让人们称你为‘拉比’,因为只有一人是你们的老师,其他人都是兄弟。
9 ଆଉ ପୃଥିବୀରେ କାହାକୁ ହିଁ ପିତା ବୋଲି ଡାକ ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ୱର୍ଗରେ ଅଛନ୍ତି।
不要称呼世上之人为父,因为只有一位为你们之父,就是天父。
10 ଆଉ ତୁମ୍ଭେମାନେ ନେତା ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ।
也不要让人们称你为老师,因为只有一位是你们之师,那就是弥赛亚。
11 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ଶ୍ରେଷ୍ଠ, ସେ ତୁମ୍ଭମାନଙ୍କର ସେବକ ହେବ।
你们中间最伟大之人,必做你们的仆人。
12 ଆଉ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ କେହି ଆପଣାକୁ ନତ କରେ ତାହାକୁ ଉନ୍ନତ କରାଯିବ।”
凡自称伟大的人,必被看轻,凡自己谦卑者,必被称为伟大。
13 “କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
虚伪的宗教老师和法利赛人呐,你们即将面临灾祸!你们在人面前关了天国之门,自己不进去,还拦着想要进去之人。
14 [ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତର ଦଣ୍ଡ ପାଇବ।]
15 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଜଣକୁ ତୁମ୍ଭମାନଙ୍କର ଧର୍ମାବଲମ୍ବୀ କରିବା ପାଇଁ ଜଳସ୍ଥଳ ଭ୍ରମଣ କରୁଥାଅ, ପୁଣି, ଯେତେବେଳେ ସେ ହୁଏ, ସେତେବେଳେ ତାହାକୁ ତୁମ୍ଭମାନଙ୍କ ଅପେକ୍ଷା ଦୁଇ ଗୁଣ ନର୍କର ପାତ୍ର କରୁଥାଅ। (Geenna )
虚伪的宗教老师和法利赛人呐,你们即将面临灾祸!你们走遍海洋陆地,只为让人入教。但当其他人入了教,你们却使他沦为哥和拿之子,比你们有过之而不及。 (Geenna )
16 ହାୟ, ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ, ସେ ତଦ୍ୱାରା ଆବଦ୍ଧ।
你们说:‘凡指着神庙起誓,皆无用处,凡指着神庙的金子起誓,必须遵守。’这样说多么愚蠢,你们就是盲人啊!
17 ରେ ମୂଢ଼ ଓ ଅନ୍ଧମାନେ, ସ୍ୱର୍ଣ୍ଣ କିମ୍ବା ସେହି ସ୍ୱର୍ଣ୍ଣକୁ ପବିତ୍ର କରିଅଛି ଯେଉଁ ମନ୍ଦିର, ଏହି ଦୁଇ ମଧ୍ୟରେ କଅଣ ଶ୍ରେଷ୍ଠ?
你们这些盲目的愚昧人,到底是金子伟大,还是赋予黄金神圣地位的神庙伟大?
18 ଆହୁରି କହୁଥାଅ, କେହି ବେଦିର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ତାହା ଉପରେ ଥିବା ନୈବେଦ୍ୟର ଶପଥ କରେ, ସେ ତଦ୍ୱାରା ଆବଦ୍ଧ।
你们又说:‘凡指着祭坛起誓,皆无用处,但指着坛上的祭物起誓,必须遵守。’
19 ରେ ଅନ୍ଧମାନେ, ନୈବେଦ୍ୟ କିମ୍ବା ସେହି ନୈବେଦ୍ୟକୁ ପବିତ୍ର କରେ ଯେଉଁ ବେଦି, ଏହି ଦୁଇ ମଧ୍ୟରେ କେଉଁଟା ଶ୍ରେଷ୍ଠ?
盲目之人呐!到底是祭物伟大,还是赋予祭物上帝圣的祭坛伟大?
20 ଅତଏବ ଯେଉଁ ଲୋକ ବେଦିର ଶପଥ କରେ, ସେ ତ ତାହା ଓ ତାହା ଉପରେ ଥିବା ପଦାର୍ଥର ଶପଥ କରେ;
所以,凡指着祭坛起誓,他就是指着祭坛和其上的一切起誓;
21 ଆଉ ଯେ ମନ୍ଦିରର ଶପଥ କରେ, ସେ ମନ୍ଦିର ଓ ତନ୍ନିବାସୀଙ୍କର ଶପଥ କରେ;
指着神庙起誓,就是指着神庙和住在里面的上帝起誓;
22 ପୁଣି, ଯେ ସ୍ୱର୍ଗର ଶପଥ କରେ, ସେ ଈଶ୍ବରଙ୍କ ସିଂହାସନ ଓ ତଦୁପବିଷ୍ଟଙ୍କର ଶପଥ କରେ।
指天起誓,就是指着上帝宝座和宝座上的上帝起誓。
23 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ମୋଶାଙ୍କ ବ୍ୟବସ୍ଥାର ଗୁରୁତର ବିଷୟଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ୱାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ।
虚伪的宗教老师和法利赛人呐,你们即将面临灾祸!你们把十分之一的薄荷、茴香和孜然献祭,却忽略律法上更重要的内容:正义、怜悯和信任。固然献出十分之一的财富很重要,但你们忘记了其他事情。
24 ରେ ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ ମଶାକୁ ଛାଣୁଥାଅ, କିନ୍ତୁ ଓଟକୁ ଗିଳୁଥାଅ।
你们这些盲目的向导,你们滤掉了水中的蚊虫,却把骆驼吞下去。
25 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଗିନା ଓ ଥାଳିର ବାହାର ସଫା କରୁଥାଅ, ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଓ ଇନ୍ଦ୍ରିୟସେବାରେ ପରିପୂର୍ଣ୍ଣ।
虚伪的宗教老师和法利赛人呐,你们即将面临灾祸!你们清洗了杯子和盘子的外在,内在却满是贪婪和自我放纵。
26 ହେ ଅନ୍ଧ ଫାରୂଶୀ, ଆଗେ ଗିନାର ଭିତର ସଫା କର, ଯେପରି ସେଥିର ବାହାର ମଧ୍ୟ ସଫା ହେବ।
瞎眼的法利赛人呐,先把杯和盘的里面洗净,才能让外面也干净。
27 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଧଳା ରଙ୍ଗର ସମାଧି ସରୂପ। ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ;
虚伪的宗教老师和法利赛人呐,你们即将面临灾祸!你们就是这样,
28 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୂର୍ଣ୍ଣ।”
外表看来像正人君子,内在却充满虚伪和邪恶。
29 “ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ନିର୍ମାଣ କରି ଓ ଧାର୍ମିକମାନଙ୍କ ସମାଧିସ୍ତମ୍ଭ ସଜାଇ କହୁଥାଅ,
虚伪的宗教老师和法利赛人呐,你们即将面临灾祸!你建造坟墓纪念先知,装饰漂亮的坟墓。
30 ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃ-ପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ।
你们说:‘我们若活在祖先的时代,决不会和先知一样流血。’
31 ଏଣୁ ତୁମ୍ଭେମାନେ ଯେ ଭାବବାଦୀଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ବିଷୟରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ।
但这样说,你们就是指证自己就是杀害先知之人的子孙。
32 ତୁମ୍ଭେମାନେ ନିଜ ନିଜ ପିତୃ-ପୁରୁଷଙ୍କର ପରିମାଣ ପୂର୍ଣ୍ଣ କର।
那么,用你们祖先的方法完成这一切吧!
33 ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ? (Geenna )
你们就是蛇,就是毒蛇所生,你们怎能逃脱定罪的审判呢? (Geenna )
34 ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପ୍ରେରଣ କରୁଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁ ନଗର ତାଡ଼ନା କରିବ,
我派先知、智慧人和宗教老师到你们那里,但有的你们要杀害,钉在十字架上,有的你们要在会堂里鞭打,从这城追到那城。
35 ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଜିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ।
所有义人流在地上的血, 从义人亚伯到你们在神庙和祭坛之间所杀的巴拉加的儿子赛迦利亚,都归到你们身上。
36 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ବର୍ତ୍ତମାନ ପୁରୁଷ ଉପରେ ଏହି ସମସ୍ତ ଘଟିବ।”
告诉你们吧,这一切的后果必落在这代人的身上。
37 “ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
耶路撒冷啊,耶路撒冷,你们杀害先知,又用石头把派过去的人杀害。我屡次想招聚你的民众,如母鸡将小鸡招到翅膀下,只是你们不愿意。
38 ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି।
你看,你们的家必成为一片荒芜,彻底空荡荡。
39 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ,’ ତୁମ୍ଭେମାନେ ଏହି କଥା ନ କହିବା ପର୍ଯ୍ୟନ୍ତ ଆଜିଠାରୁ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।”
我告诉你们,从今后你们一定见不到我,直到那一天你们说:‘愿上帝保佑那位以主的名义来的。’”