< ମାଥିଉ 23 >
1 ସେହି ସମୟରେ ଯୀଶୁ ଲୋକସମୂହ ଓ ଆପଣା ଶିଷ୍ୟମାନଙ୍କୁ କହିଲେ,
Sa’an nan Yesu ya ce wa taron mutane da kuma almajiransa,
2 “ଶାସ୍ତ୍ରୀ ଓ ଫାରୂଶୀମାନେ ମୋଶାଙ୍କ ବ୍ୟବସ୍ଥାକୁ ବ୍ୟାଖ୍ୟା କରିବାର ଅଧିକାର ପାଇଅଛନ୍ତି।
“Malaman dokoki da Farisiyawa suke zama a kujerar Musa.
3 ଅତଏବ ସେମାନେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା ମାନ ଓ ପାଳନ କର, ମାତ୍ର ସେମାନଙ୍କ କର୍ମ ଅନୁସାରେ କର୍ମ କର ନାହିଁ, କାରଣ ସେମାନେ କହନ୍ତି, କିନ୍ତୁ କରନ୍ତି ନାହିଁ।
Saboda haka dole ku yi musu biyayya, ku kuma yi duk abin da suka faɗa muku. Sai dai kada ku yi abin da suke yi, gama ba sa yin abin da suke wa’azi.
4 ସେମାନେ ଗୁରୁ ଭାର ବହନ କରି ମନୁଷ୍ୟମାନଙ୍କ କାନ୍ଧରେ ଥୋଇଦିଅନ୍ତି, କିନ୍ତୁ ନିଜେ ଅଙ୍ଗୁଳି ଦେଇ ତାହା ଟେକିବାକୁ ଇଚ୍ଛା କରନ୍ତି ନାହିଁ।
Sukan ɗaura kaya masu nauyi, su sa wa mutane a kafaɗa. Amma su kansu, ba sa ko sa yatsa su taimaka.
5 ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି,
“Kome suke yi, suna yi ne don mutane su gani. Sukan yi layunsufantam-fantam bakin rigunarsu kuma sukan kai har ƙasa;
6 ଆଉ ଭୋଜନରେ ପ୍ରଧାନ ସ୍ଥାନ ଓ ସମାଜଗୃହରେ ପ୍ରଧାନ ଆସନ,
suna son wurin zaman manya a wurin biki, da kuma wuraren zama gaba-gaba a majami’u;
7 ପୁଣି, ହାଟବଜାରରେ ନମସ୍କାର ପାଇବାକୁ ଓ ଲୋକଙ୍କ ଦ୍ୱାରା ଗୁରୁ ବୋଲି ସମ୍ବୋଧିତ ହେବାକୁ ଭଲ ପାଆନ୍ତି।
suna so a yi ta gaisuwarsu a kasuwa, ana kuma riƙa ce musu, ‘Rabbi.’
8 କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ।
“Amma kada a kira ku ‘Rabbi,’ gama kuna da Maigida ɗaya ne, ku duka kuwa,’yan’uwa ne.
9 ଆଉ ପୃଥିବୀରେ କାହାକୁ ହିଁ ପିତା ବୋଲି ଡାକ ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ୱର୍ଗରେ ଅଛନ୍ତି।
Kada kuma ku kira wani a duniya ‘uba,’ gama kuna da Uba ɗaya ne, yana kuwa a sama.
10 ଆଉ ତୁମ୍ଭେମାନେ ନେତା ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ।
Ba kuwa za a kira ku ‘malam’ ba, gama kuna da Malami ɗaya ne, Kiristi.
11 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ଶ୍ରେଷ୍ଠ, ସେ ତୁମ୍ଭମାନଙ୍କର ସେବକ ହେବ।
Mafi girma a cikinku, zai zama bawanku.
12 ଆଉ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ କେହି ଆପଣାକୁ ନତ କରେ ତାହାକୁ ଉନ୍ନତ କରାଯିବ।”
Gama duk wanda ya ɗaukaka kansa, za a ƙasƙantar da shi, duk kuma wanda ya ƙasƙantar da kansa, za a ɗaukaka shi.
13 “କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
“Kaitonku, malaman dokoki da Farisiyawa, ku munafukai! Kun rufe ƙofar mulkin sama a gaban mutane. Ku kanku ba ku shiga ba, ba kuwa bar waɗanda suke ƙoƙarin shiga su shiga ba.
14 [ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତର ଦଣ୍ଡ ପାଇବ।]
15 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଜଣକୁ ତୁମ୍ଭମାନଙ୍କର ଧର୍ମାବଲମ୍ବୀ କରିବା ପାଇଁ ଜଳସ୍ଥଳ ଭ୍ରମଣ କରୁଥାଅ, ପୁଣି, ଯେତେବେଳେ ସେ ହୁଏ, ସେତେବେଳେ ତାହାକୁ ତୁମ୍ଭମାନଙ୍କ ଅପେକ୍ଷା ଦୁଇ ଗୁଣ ନର୍କର ପାତ୍ର କରୁଥାଅ। (Geenna )
“Kaitonku, malaman dokoki da Farisiyawa, munafukai! Kukan yi tafiye-tafiye zuwa ƙasashe, ku ƙetare teku don ku sami mai tuba ɗaya, sa’ad da ya tuba kuwa, sai ku mai da shi ɗan wuta fiye da ku, har sau biyu. (Geenna )
16 ହାୟ, ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ, ସେ ତଦ୍ୱାରା ଆବଦ୍ଧ।
“Kaitonku, makafi jagora! Kukan ce, ‘In wani ya rantse da haikali, ba damuwa; amma in ya rantse da zinariyar haikali, sai rantsuwar ta kama shi.’
17 ରେ ମୂଢ଼ ଓ ଅନ୍ଧମାନେ, ସ୍ୱର୍ଣ୍ଣ କିମ୍ବା ସେହି ସ୍ୱର୍ଣ୍ଣକୁ ପବିତ୍ର କରିଅଛି ଯେଉଁ ମନ୍ଦିର, ଏହି ଦୁଇ ମଧ୍ୟରେ କଅଣ ଶ୍ରେଷ୍ଠ?
Wawaye makafi! Wanne ya fi girma, zinariyar, ko haikalin da yake tsarkake zinariyar?
18 ଆହୁରି କହୁଥାଅ, କେହି ବେଦିର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ତାହା ଉପରେ ଥିବା ନୈବେଦ୍ୟର ଶପଥ କରେ, ସେ ତଦ୍ୱାରା ଆବଦ୍ଧ।
Kukan kuma ce, ‘In wani ya rantse da bagade, ba damuwa; amma in ya rantse da bayarwar da take bisansa, sai rantsuwar ta kama shi.’
19 ରେ ଅନ୍ଧମାନେ, ନୈବେଦ୍ୟ କିମ୍ବା ସେହି ନୈବେଦ୍ୟକୁ ପବିତ୍ର କରେ ଯେଉଁ ବେଦି, ଏହି ଦୁଇ ମଧ୍ୟରେ କେଉଁଟା ଶ୍ରେଷ୍ଠ?
Makafi kawai! Wanne ya fi girma, bayarwar, ko kuwa bagaden da yake tsarkake bayarwar?
20 ଅତଏବ ଯେଉଁ ଲୋକ ବେଦିର ଶପଥ କରେ, ସେ ତ ତାହା ଓ ତାହା ଉପରେ ଥିବା ପଦାର୍ଥର ଶପଥ କରେ;
Saboda haka, duk wanda ya rantse da bagade, ya rantse ne da bagaden tare da abin da yake bisansa.
21 ଆଉ ଯେ ମନ୍ଦିରର ଶପଥ କରେ, ସେ ମନ୍ଦିର ଓ ତନ୍ନିବାସୀଙ୍କର ଶପଥ କରେ;
Kuma duk wanda ya rantse da haikali, ya rantse ne da shi da kuma wanda yake zaune a cikinsa.
22 ପୁଣି, ଯେ ସ୍ୱର୍ଗର ଶପଥ କରେ, ସେ ଈଶ୍ବରଙ୍କ ସିଂହାସନ ଓ ତଦୁପବିଷ୍ଟଙ୍କର ଶପଥ କରେ।
Duk kuma wanda ya rantse da sama, ya rantse ne da kursiyin Allah da kuma wanda yake zaune a kansa.
23 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ମୋଶାଙ୍କ ବ୍ୟବସ୍ଥାର ଗୁରୁତର ବିଷୟଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ୱାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ।
“Kaitonku, malaman dokoki da Farisiyawa, munafukai! Kukan ba da kashi ɗaya bisa goma na kayan yajinku, na’ana’a, anise, da lafsur. Amma kun ƙyale abubuwan da suka fi girma na dokoki, adalci, jinƙai da aminci. Waɗannan ne ya kamata da kun kiyaye ba tare da kun ƙyale sauran ba.
24 ରେ ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ ମଶାକୁ ଛାଣୁଥାଅ, କିନ୍ତୁ ଓଟକୁ ଗିଳୁଥାଅ।
Makafi jagora! Kukan tace ƙwaro ɗan mitsil amma sai ku haɗiye raƙumi.
25 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଗିନା ଓ ଥାଳିର ବାହାର ସଫା କରୁଥାଅ, ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଓ ଇନ୍ଦ୍ରିୟସେବାରେ ପରିପୂର୍ଣ୍ଣ।
“Kaitonku, malaman dokoki da Farisiyawa, munafukai! Kukan wanke bayan kwaf da kwano, amma a ciki, cike suke da zalunci da sonkai.
26 ହେ ଅନ୍ଧ ଫାରୂଶୀ, ଆଗେ ଗିନାର ଭିତର ସଫା କର, ଯେପରି ସେଥିର ବାହାର ମଧ୍ୟ ସଫା ହେବ।
Kai makaho Bafarisiye! Ka fara wanke cikin kwaf da kwano, sa’an nan bayan ma zai zama da tsabta.
27 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଧଳା ରଙ୍ଗର ସମାଧି ସରୂପ। ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ;
“Kaitonku, malaman dokoki da Farisiyawa, munafukai! Kuna kama da kaburburan da aka shafa musu farin fenti, waɗanda suna da kyan gani a waje, amma a ciki, cike suke da ƙasusuwan matattu da kuma kowane irin abu mai ƙazanta.
28 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୂର୍ଣ୍ଣ।”
Haka ku ma, a waje, a idon mutane, ku masu adalci ne, amma a ciki, cike kuke da munafunci da mugunta.
29 “ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ନିର୍ମାଣ କରି ଓ ଧାର୍ମିକମାନଙ୍କ ସମାଧିସ୍ତମ୍ଭ ସଜାଇ କହୁଥାଅ,
“Kaitonku, malaman dokoki da Farisiyawa, munafukai! Kukan gina kaburbura don annabawa, ku kuma yi wa kaburburan mutane masu adalci ado.
30 ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃ-ପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ।
Kuna cewa, ‘Da mun kasance a zamanin kakanninmu, ai, da ba mu haɗa hannu da su muka karkashe annabawa ba.’
31 ଏଣୁ ତୁମ୍ଭେମାନେ ଯେ ଭାବବାଦୀଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ବିଷୟରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ।
Ta haka kuna ba da shaida a kanku cewa ku zuriyar waɗanda suka karkashe annabawa ne.
32 ତୁମ୍ଭେମାନେ ନିଜ ନିଜ ପିତୃ-ପୁରୁଷଙ୍କର ପରିମାଣ ପୂର୍ଣ୍ଣ କର।
To, sai ku ci gaba ku cikasa ayyukan da kakanninku suka fara!
33 ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ? (Geenna )
“Ku macizai!’Ya’yan macizai! Ta yaya za ku tsere wa hukuncin jahannama ta wuta? (Geenna )
34 ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପ୍ରେରଣ କରୁଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁ ନଗର ତାଡ଼ନା କରିବ,
Saboda haka ina aika muku da annabawa, da masu hikima da malamai. Waɗansunsu za ku kashe ku kuma gicciye; waɗansu kuma za ku yi musu bulala a majami’unku kuna kuma binsu gari-gari.
35 ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଜିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ।
Ta haka alhakin jinin masu adalcin da aka zubar a duniya, tun daga jinin Habila mai adalci, zuwa jinin Zakariya ɗan Berekiya, wanda kuka kashe tsakanin haikali da bagade zai koma kanku.
36 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ବର୍ତ୍ତମାନ ପୁରୁଷ ଉପରେ ଏହି ସମସ୍ତ ଘଟିବ।”
Gaskiya nake gaya muku, duk wannan zai auko wa wannan zamani.
37 “ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
“Urushalima, ayya Urushalima, ke da kike kashe annabawa, kike kuma jifan waɗanda aka aiko gare ki, sau da sau na so in tattara’ya’yanki wuri ɗaya, yadda kaza takan tattara’ya’yanta cikin fikafikanta, amma kuka ƙi.
38 ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି।
Ga shi, an bar muku gidanku a yashe.
39 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ,’ ତୁମ୍ଭେମାନେ ଏହି କଥା ନ କହିବା ପର୍ଯ୍ୟନ୍ତ ଆଜିଠାରୁ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।”
Gama ina gaya muku, ba za ku sāke ganina ba sai kun ce, ‘Mai albarka ne wanda yake zuwa cikin sunan Ubangiji.’”