< ମାଥିଉ 25 >

1 “ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ।
Then may the kingdom of heaven be shadowed forth by ten virgins, who took their lamps and went out to meet the bridegroom and bride.
2 ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ନିର୍ବୁଦ୍ଧି ଓ ପାଞ୍ଚ ଜଣ ସୁବୁଦ୍ଧି ଥିଲେ।
And five of them were wise, and five were foolish.
3 ନିର୍ବୁଦ୍ଧିମାନେ ପ୍ରଦୀପ ନେବା ସମୟରେ ନିଜ ନିଜ ସହିତ ତୈଳ ନେଲେ ନାହିଁ,
And the foolish took their lamps, but took no oil with them.
4 ମାତ୍ର ସୁବୁଦ୍ଧିମାନେ ଆପଣା ଆପଣା ପ୍ରଦୀପ ସହିତ ପାତ୍ରରେ ତୈଳ ନେଲେ।
But the wise took oil in vessels, with their lamps.
5 ବରଙ୍କ ଆସିବାର ବିଳମ୍ବ ହୁଅନ୍ତେ, ସମସ୍ତେ ଢୁଳାଉ ଢୁଳାଉ ଶୋଇ ପଡ଼ିଲେ।
And while the bridegroom delayed, they all became sleepy and fell asleep.
6 କିନ୍ତୁ ଅର୍ଦ୍ଧରାତ୍ରରେ ‘ଏହି ଦେଖ, ବର, ତାହାଙ୍କ ସାଙ୍ଗରେ ସାକ୍ଷାତ କରିବାକୁ ବାହାର’, ଏପରି କୋଳାହଳ ହେଲା।
And at midnight there was an outcry: Behold, the bridegroom cometh; go ye out to meet him.
7 ସେତେବେଳେ କନ୍ୟାସମସ୍ତେ ଉଠି ଆପଣା ପ୍ରଦୀପ ସଜାଡ଼ିଲେ।
Then all those virgins arose, and trimmed their lamps.
8 କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତୈଳରୁ ଆମକୁ ଅଳ୍ପ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି।
And the foolish said to the wise; Give us of your oil; for, behold, our lamps have gone out.
9 ମାତ୍ର ସୁବୁଦ୍ଧିମାନେ ଉତ୍ତର ଦେଲେ, ନାହିଁ, ନାହିଁ, ଯଦି ଆମେ ତୁମକୁ ଅଳ୍ପ ଦେବୁ, ତେବେ ତୁମଠାରେ ଓ ଆମଠାରେ ମଧ୍ୟ ଅଣ୍ଟିବ ନାହିଁ, ବରଂ ତୁମେ ଦୋକାନୀମାନଙ୍କ ପାଖକୁ ଯାଇ ଆପଣା ଆପଣା ନିମନ୍ତେ କିଣି ଆଣ।
The wise answered and said: We must refuse, lest there should not be enough for us and for you: but go ye to them that sell, and buy for yourselves.
10 କିନ୍ତୁ ସେମାନେ କିଣିବାକୁ ଯାଉଥିବା ସମୟରେ ବର ଆସିଲେ, ପୁଣି, ଯେଉଁମାନେ ପ୍ରସ୍ତୁତ ଥିଲେ, ସେମାନେ ତାହାଙ୍କ ସହିତ ବିବାହ-ଉତ୍ସବରେ ଯୋଗଦାନ କରିବା ନିମନ୍ତେ ଗୃହରେ ପ୍ରବେଶ କଲେ, ଆଉ ଦ୍ୱାର ବନ୍ଦ କରାଗଲା।
And while they went to buy, the bridegroom came; and they that were ready, went with him into the house of the nuptials, and the door was shut.
11 ଏହାପରେ ଅନ୍ୟ କନ୍ୟାମାନେ ମଧ୍ୟ ଆସି କହିଲେ, ହେ ପ୍ରଭୁ, ହେ ପ୍ରଭୁ, ଆମ ପାଇଁ ଦ୍ୱାର ଫିଟାଇ ଦିଅନ୍ତୁ।
And at length came also the other virgins, and said: Our lord, our lord, open to us.
12 କିନ୍ତୁ ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୁଁ ତୁମ୍ଭମାନଙ୍କୁ ଜାଣେ ନାହିଁ।
But he answered, and said to them: Verily I say to you, I know you not.
13 ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭେମାନେ ସେହି ଦିନ କି ସେହି ସମୟ ଜାଣ ନାହିଁ।”
Watch, therefore, seeing ye know not the day nor the hour.
14 “ବିଦେଶକୁ ଯାତ୍ରା କରୁଥିବା ଜଣେ ବ୍ୟକ୍ତି ଯେପରି ଆପଣା ଦାସମାନଙ୍କୁ ଡାକି ସେମାନଙ୍କ ହସ୍ତରେ ନିଜର ସର୍ବସ୍ୱ ସମର୍ପଣ କଲେ, ସ୍ୱର୍ଗରାଜ୍ୟ ମଧ୍ୟ ସେହିପରି ଅଟେ।
For, as a man that took a journey, called his servants and delivered to them his property;
15 ସେ ଜଣକୁ ପାଞ୍ଚ ତୋଡ଼ା, ଅନ୍ୟ ଜଣକୁ ଦୁଇ ତୋଡ଼ା, ଆଉ ଜଣକୁ ଏକ ତୋଡ଼ା, ଏହିପରି ପ୍ରତ୍ୟେକକୁ ତାହାର ଶକ୍ତି ଅନୁସାରେ ଦେଇ ବିଦେଶକୁ ଯାତ୍ରା କଲେ।
to one he gave five talents; to another, two; and to another, one: to each, according to his ability: and he immediately departed.
16 ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ସେହିକ୍ଷଣି ତାହା ନେଇ ବ୍ୟବସାୟ କରି ଆଉ ପାଞ୍ଚ ତୋଡ଼ା ଲାଭ କଲା।
Then he that received five talents, went and traded with them, and gained five more.
17 ସେହି ପ୍ରକାରେ ଯେ ଦୁଇଟି ପାଇଥିଲା, ସେ ଆଉ ଦୁଇଟି ଲାଭ କଲା।
And likewise: the one of two talents, by trading gained two more.
18 ମାତ୍ର ଯେ ଗୋଟିଏ ପାଇଥିଲା, ସେ ଯାଇ ମାଟି ଖୋଳି ଆପଣା ପ୍ରଭୁଙ୍କ ଟଙ୍କା ପୋତି ଲୁଚାଇ ରଖିଲା।
But he that received one, went and digged in the earth, and hid his lord's money.
19 ବହୁକାଳ ପରେ ସେହି ଦାସମାନଙ୍କର ପ୍ରଭୁ ଆସି ସେମାନଙ୍କ ସାଙ୍ଗରେ ହିସାବ କଲେ।
And after a long time, the lord of those servants came, and received account from them.
20 ଆଉ, ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ଆଉ ପାଞ୍ଚ ତୋଡ଼ା ନେଇ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ପାଞ୍ଚ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ପାଞ୍ଚ ତୋଡ଼ା ଲାଭ କରିଅଛି।
And he who had received the five talents, came and brought five others; and said, My lord, thou gavest me five talents; behold, I have gained by trading five more to them.
21 ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।
His lord said to him: Well done! good and faithful servant: thou hast been faithful with a little; I will set thee over much: enter thou into the joy of thy lord.
22 ପୁଣି, ଯେ ଦୁଇ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ଦୁଇ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ଦୁଇ ତୋଡ଼ା ଲାଭ କରିଅଛି।
And he of the two talents came, and said: My lord, thou gavest me two talents; behold, I have by trading gained two more to them.
23 ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।
His lord said to him: Well done! good and faithful servant: thou hast been faithful with a little; I will set thee over much: enter thou into the Joy of thy lord.
24 ଆଉ, ଯେ ଏକ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ଯେ ଜଣେ କଠିନ ଲୋକ, ଯେଉଁଠାରେ ବୁଣି ନ ଥାଆନ୍ତି, ସେଠାରେ କାଟନ୍ତି, ଆଉ ଯେଉଁଠାରେ ଶସ୍ୟ ବିଛାଇ ନ ଥାନ୍ତି, ସେଠାରେ ସଂଗ୍ରହ କରନ୍ତି, ଏହା ମୁଁ ଜାଣିଥିଲି।
And he also that received the one talent, came and said: My lord, I knew thee, that thou art a hard man, reaping where thou hast not sowed, and gathering where thou hast not scattered;
25 ଏଣୁ ଭୟ କରି ମୁଁ ଯାଇ ଆପଣଙ୍କ ତୋଡ଼ା ମାଟିରେ ପୋତି ଲୁଚାଇ ରଖିଲି; ଦେଖନ୍ତୁ, ଆପଣ ନିଜର ଧନ ପାଇଲେ।
and I was afraid, and I went and hid thy talent in the earth. Behold, thou hast what is thine.
26 କିନ୍ତୁ ତାହାର ପ୍ରଭୁ ତାହାକୁ ଉତ୍ତର ଦେଲେ, ରେ ଦୁଷ୍ଟ ଓ ଅଳସ ଦାସ, ମୁଁ ଯେଉଁଠାରେ ବୁଣି ନ ଥାଏ, ସେଠାରେ କାଟେ, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଏ, ସେଠାରେ ସଂଗ୍ରହ କରେ, ଏହା କଅଣ ଜାଣିଥିଲୁ?
His lord answered, and said to him: Wicked and slothful servant! Thou knewest me, that I reap where I have not sowed, and gather where I have not scattered!
27 ତେବେ ବଣିକମାନଙ୍କ ହସ୍ତରେ ମୋହର ଟଙ୍କା ରଖିବା ଉଚିତ୍ ଥିଲା; ତାହାହେଲେ ମୁଁ ଆସି ସୁଧ ସହିତ ମୋହର ଧନ ଫେରି ପାଇଥାଆନ୍ତି।
Thou oughtest to have cast my money into the exchange; and I might have come and demanded my property with its interest.
28 ‘ଅତଏବ, ଏହାଠାରୁ ଏହି ତୋଡ଼ା ନେଇଯାଇ, ଯାହାର ଦଶ ତୋଡ଼ା ଅଛି, ତାହାକୁ ଦିଅ।
Take therefore the talent from him, and give it to him that hath ten talents.
29 କାରଣ ଯେକୌଣସି ଲୋକର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ।
For, to him that hath, shall be given, and he shall have more; but from him that hath not, even what he hath shall be taken away.
30 ଆଉ, ତୁମ୍ଭେମାନେ ଏହି ଅକର୍ମଣ୍ୟ ଦାସକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।’”
And cast ye the unprofitable servant into the outer darkness: there will be weeping and gnashing of teeth.
31 “ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ,
And when the Son of man shall come in his glory, and all his holy angels with him, then will he sit upon the throne of his glory.
32 ପୁଣି, ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଛାଗଠାରୁ ମେଷ ପୃଥକ୍ କରି,
And before him will be gathered all nations; and he will separate them one from another, as a shepherd severeth the sheep from the goats.
33 ମେଷମାନଙ୍କୁ ଆପଣା ଦକ୍ଷିଣ ପାର୍ଶ୍ୱରେ ଓ ଛାଗମାନଙ୍କୁ ବାମ ପାର୍ଶ୍ୱରେ ରଖିବେ।
And he will place the sheep on his right hand, and the goats on his left.
34 ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;
Then will the king say to those on his right hand: Come, ye blessed of my Father; inherit the kingdom that was prepared for you from the foundation of the world.
35 କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ;
For I was hungry, and ye gave me food; I was thirsty, and ye gave me drink; I was a stranger, and ye took me home;
36 ଉଲଗ୍ନ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ଅସୁସ୍ଥ ଥିଲି, ମୋତେ ଦେଖି ଆସିଲ; କାରାଗାରରେ ଥିଲି; ମୋ ନିକଟକୁ ଆସିଲ।
I was naked, and ye clothed me; I was sick, and ye visited me; I was in prison, and ye came to me.
37 ସେଥିରେ ଧାର୍ମିକମାନେ ତାହାଙ୍କୁ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ ଦେଖି ଆହାର ଦେଲୁ? ଅବା ତୃଷିତ ଦେଖି ପାନ କରିବାକୁ ଦେଲୁ?
Then will the righteous say to him: Our Lord, when saw we thee hungry, and fed thee? or thirsty, and gave thee drink?
38 ଆଉ, କେବେ ଆପଣଙ୍କୁ ପ୍ରବାସୀ ଦେଖି ଆଶ୍ରୟ ଦେଲୁ? କିମ୍ବା ଉଲଗ୍ନ ଦେଖି ବସ୍ତ୍ର ପରିଧାନ କରାଇଲୁ?
And when saw we thee a stranger, and took thee home? or naked, and clothed thee?
39 ଆଉ, କେବେ ଆପଣଙ୍କୁ ଅସୁସ୍ଥ ଅବା କାରାଗାରସ୍ଥ ଦେଖି ଆପଣଙ୍କ ନିକଟକୁ ଗଲୁ?
And when saw we thee sick, or in prison, and came to thee?
40 ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।
And the king will answer, and say to them: Verily I Say to you, That inasmuch as ye did so to one of these my little brothers, ye did so to me.
41 ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ, (aiōnios g166)
Then will he say also to them on his left hand: Go from me, ye accursed, into everlasting fire, which was prepared for the Calumniator and his angels, (aiōnios g166)
42 କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ ନାହିଁ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ ନାହିଁ;
For I was hungry, and ye gave me no food; and I was thirsty, and ye gave me no drink;
43 ପ୍ରବାସୀ ଥିଲି, ମୋତେ ଆଶ୍ରୟ ଦେଲ ନାହିଁ; ଉଲଗ୍ନ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ ନାହିଁ; ଅସୁସ୍ଥ ଓ କାରାଗାରସ୍ଥ ଥିଲି, ମୋତେ ଦେଖିବାକୁ ଆସିଲ ନାହିଁ।
and I was a stranger, and ye took me not home; and I was naked, and ye clothed me not; and I was sick and in prison, and ye did not visit me.
44 ସେଥିରେ ସେମାନେ ମଧ୍ୟ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ କି ତୃଷିତ, ପ୍ରବାସୀ କି ଉଲଗ୍ନ, ପୀଡ଼ିତ କି କାରାଗାରସ୍ଥ ଦେଖି ଆପଣଙ୍କର ସେବା କଲୁ ନାହିଁ?
Then will they also answer and say: Our Lord, when saw we thee hungry, or thirsty, or a stranger, or naked, or sick, or in prison, and did not minister to thee?
45 ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋ ପ୍ରତି ହିଁ ତାହା କରି ନାହଁ।
Then will he answer, and say to them: Verily I say to you, That in as much as ye did not so to one of these little ones, ye did not so to me.
46 ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।” (aiōnios g166)
And these will go into everlasting torment, and the righteous into everlasting life. (aiōnios g166)

< ମାଥିଉ 25 >