< ମାଥିଉ 26 >
1 ଯୀଶୁ ଏହି ସମସ୍ତ କଥା ଶେଷ କରି ଆପଣା ଶିଷ୍ୟମାନଙ୍କୁ କହିଲେ,
Když Ježíš dokončil tento výklad, řekl svým učedníkům:
2 “ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି, ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ।”
„Jak víte, za dva dny budou Velikonoce a já budu zrazen a ukřižován.“
3 ସେହି ସମୟରେ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗ କୟାଫା ନାମକ ମହାଯାଜକଙ୍କ ପ୍ରାଙ୍ଗଣରେ ଏକତ୍ର ହେଲେ,
V tu dobu se sešla židovská velerada v paláci nejvyššího kněze Kaifáše.
4 ଆଉ ଯୀଶୁଙ୍କୁ ଛଳରେ ଧରି ବଧ କରିବା ନିମନ୍ତେ ମନ୍ତ୍ରଣା କଲେ;
Radili se, jak by se Ježíše nenápadně zmocnili a zprovodili ho ze světa.
5 କିନ୍ତୁ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ।
Dohodli se, že by to nemělo být o velikonočních svátcích, aby to nevzbudilo rozruch mezi shromážděnými poutníky.
6 ଯୀଶୁ ବେଥନୀୟାରେ କୁଷ୍ଠରୋଗରୁ ସୁସ୍ଥ ପାଇଥିବା ଶିମୋନଙ୍କ ଗୃହରେ ଥିବା ସମୟରେ,
Mezitím byl Ježíš pozván v Betanii do domu Šimona, zvaného Malomocný.
7 ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ସୁଗନ୍ଧି ତୈଳ ନେଇ ତାହାଙ୍କ ନିକଟକୁ ଆସିଲେ ଏବଂ ସେ ଭୋଜନରେ ବସିଥିବା ସମୟରେ ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ।
Byli již u stolu, když k Ježíšovi přistoupila žena. Měla alabastrovou nádobku s drahocenným vonným olejem, a ten mu všechen vetřela do vlasů.
8 କିନ୍ତୁ ତାହା ଦେଖି ଶିଷ୍ୟମାନେ ବିରକ୍ତ ହୋଇ କହିଲେ, ଏତେ ଅପବ୍ୟୟ କାହିଁକି?
Učedníci tím byli pohoršeni: „Takové plýtvání!
9 ଏହା ତ ଅନେକ ଟଙ୍କାରେ ବିକ୍ରୟ କରାଯାଇ ଦରିଦ୍ରମାନଙ୍କୁ ଦିଆଯାଇ ପାରିଥାଆନ୍ତା।
To se dalo výhodně prodat a peníze mohli dostat chudí!“
10 ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, “କାହିଁକି ସ୍ତ୍ରୀଲୋକଟିକୁ କଷ୍ଟ ଦେଉଅଛ? ସେ ତ ମୋ ପ୍ରତି ଉତ୍ତମ କର୍ମ କରିଅଛି।
Ježíš to slyšel a řekl: „Proč jí to máte za zlé? Prokázala mi dobrou službu.
11 ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ପାଖରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ପାଖରେ ନ ଥିବି।
Chudých bude mezi vámi vždy dost, ale já s vámi už dlouho nebudu.
12 ଆଉ, ସେ ମୋହର ସମାଧି-କ୍ରିୟାସ୍ୱରୂପେ ମୋହର ଶରୀରରେ ଏହି ତୈଳ ଢାଳିଦେଇଅଛି।
Tato žena mne pomazala olejem, a tak vlastně připravila mé tělo k pohřbu.
13 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ଏହି ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ।”
To, co učinila, neupadne v zapomenutí, ale spolu se zvěstí o mém díle záchrany to bude připomínáno.“
14 ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ପ୍ରଧାନ ଯାଜକମାନଙ୍କ ପାଖକୁ ଯାଇ କହିଲା,
Jeden z dvanácti Ježíšových učedníků, Jidáš Iškariotský, odešel k velekněžím
15 ମୋତେ କଅଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି। ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟ-ମୁଦ୍ରା ତୌଲି କରିଦେଲେ।
a řekl jim: „Kolik mi zaplatíte, když zradím Ježíše, abyste ho nenápadně dostali do rukou?“A oni mu dali třicet stříbrňáků.
16 ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା।
Od té chvíle hledal Jidáš vhodnou příležitost, aby provedl svůj záměr.
17 ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ଆପଣଙ୍କ ପାଇଁ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?
První den Velikonoc se učedníci zeptali Ježíše: „Kde máme připravit velikonoční večeři?“
18 ଯୀଶୁ କହିଲେ, “ନଗରରେ ଯାଇ ଅମୁକ ଲୋକଙ୍କ ନିକଟକୁ ଯାଇ କୁହ, ଗୁରୁ କହୁଅଛନ୍ତି, ମୋହର କାଳ ସନ୍ନିକଟ, ମୁଁ ମୋହର ଶିଷ୍ୟମାନଙ୍କ ସହିତ ତୁମ୍ଭ ଗୃହରେ ନିସ୍ତାର ପର୍ବ ପାଳନ କରିବି।”
Poslal je do města a k jednomu člověku se vzkazem: „Nastal můj čas, budu u tebe se svými učedníky jíst velikonočního beránka.“
19 ସେଥିରେ ଶିଷ୍ୟମାନେ ଯୀଶୁଙ୍କ ଆଦେଶ ଅନୁସାରେ କର୍ମ କରି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।
Učedníci se podle toho zařídili a připravili tam večeři.
20 ପରେ ସନ୍ଧ୍ୟା ହୁଅନ୍ତେ, ସେ ଦ୍ୱାଦଶ ଶିଷ୍ୟମାନଙ୍କ ସହିତ ଭୋଜନରେ ବସିଲେ।
Když po setmění Ježíš večeřel s dvanácti učedníky, řekl: „Jeden z vás mne zradí.“
21 ସେମାନେ ଭୋଜନ କରୁଥିବା ସମୟରେ ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”
22 ସେଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହୋଇ ପ୍ରତ୍ୟେକେ ତାହାଙ୍କୁ ପଚାରିବାକୁ ଲାଗିଲେ, ପ୍ରଭୁ, ସେ କଅଣ ମୁଁ?
To je velice zarmoutilo a jeden přes druhého se ptali: „To myslíš mne, Pane?“
23 ସେ ଉତ୍ତର ଦେଲେ, “ଯେ ମୋ ସହିତ ପାତ୍ରରେ ହାତ ବୁଡ଼ାଇଲା, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।
On odpověděl: „Je to ten, kdo si bral z mísy současně se mnou.
24 ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖାଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।”
Já musím jít cestou, která je mi určena, ale to nijak neospravedlňuje toho, kdo mne zrazuje. Lépe by mu bylo, kdyby se vůbec nenarodil.“
25 ଏଥିରେ ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ଉତ୍ତର ଦେଲା, ହେ ଗୁରୁ, ସେ କଅଣ ମୁଁ? ସେ ତାହାକୁ କହିଲେ, “ତୁମ୍ଭେ କହିଅଛ।”
Jidáš se ho zeptal: „Mistře, jsem to já?“On odpověděl: „Ano.“
26 ଆଉ, ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ନେଇ ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, “ନିଅ, ଭୋଜନ କର, ଏହା ମୋହର ଶରୀର।”
Když jedli, vzal Ježíš chléb, poděkoval Bohu, rozlamoval ho a podával učedníkům se slovy: „Vezměte a jezte, to je mé tělo.“
27 ପୁଣି, ସେ ପାନପାତ୍ର ନେଇ ଧନ୍ୟବାଦ ଦେଲେ ଓ ସେମାନଙ୍କୁ ଦେଇ କହିଲେ,
Potom vzal kalich s vínem, vzdal díky Bohu a podal jim ho se slovy: „Pijte z něho všichni,
28 “ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ।
to je má krev, prolitá, aby smyla hříchy mnohých. To je nová smlouva Boha s člověkem.
29 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ।”
Já s vámi piji tento nápoj naposled. Příště budeme pít spolu nové víno až v království mého Otce.“
30 ପୁଣି, ସେମାନେ ସ୍ତବଗାନ କଲା ପରେ ଜୀତପର୍ବତକୁ ବାହାରିଗଲେ।
Potom zazpívali píseň a šli na Olivovou horu.
31 ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, “ଏହି ରାତ୍ରିରେ ତୁମ୍ଭେମାନେ ସମସ୍ତେ ମୋʼଠାରେ ବିଘ୍ନ ପାଇବ, କାରଣ ଲେଖାଅଛି, ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ପଲର ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ।
Tam Ježíš řekl: „Ještě této noci se stane něco, co vám vezme odvahu. Vždyť Písmo předpovídá: ‚Budu bít pastýře a jeho stádo se rozprchne.‘–
32 ମାତ୍ର ମୁଁ ଉଠିବା ପରେ ତୁମ୍ଭମାନଙ୍କ ଆଗେ ଆଗେ ଗାଲିଲୀକୁ ଯିବି।”
Ale až povstanu k životu, sejdeme se spolu v Galileji.“
33 କିନ୍ତୁ ପିତର ତାହାଙ୍କୁ ଉତ୍ତର ଦେଲେ, ଯଦ୍ୟପି ସମସ୍ତେ ଆପଣଙ୍କଠାରେ ବିଘ୍ନ ପାଇବେ, ତଥାପି ମୁଁ କେବେ ହେଁ ପାଇବି ନାହିଁ।
Petr rozhorleně protestoval: „Kdyby tě všichni opustili, já tedy ne!“
34 ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଏହି ରାତିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”
Ale Ježíš mu odpověděl: „Říkám ti, že ještě této noci, dřív než zakokrhá kohout, mne třikrát zapřeš.“
35 ପିତର ତାହାଙ୍କୁ କହିଲେ, ଯଦ୍ୟପି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ। ସମସ୍ତ ଶିଷ୍ୟ ମଧ୍ୟ ସେହି ପ୍ରକାରେ କହିଲେ।
Petr zvolal: „To raději s tebou umřu, než bych tě zapřel!“A stejně mluvili i ostatní.
36 ଏହାପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଯାଇ ସେମାନଙ୍କୁ କହିଲେ, “ମୁଁ ସେଠାକୁ ଯାଇ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ।”
Potom přišli na místo zvané Getsemane a Ježíš řekl svým učedníkům: „Vy se tady posaďte a já se jdu modlit.“
37 ଆଉ, ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ସାଙ୍ଗରେ ନେଇ ଶୋକାକୁଳ ଓ ବ୍ୟଥିତ ହେବାକୁ ଲାଗିଲେ।
Vzal s sebou Petra, Jakuba a Jana. Padl na něho smutek a tíseň.
38 ସେତେବେଳେ ସେ ସେମାନଙ୍କୁ କହିଲେ, “ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋ ସାଙ୍ଗରେ ଜାଗିଥାଅ।”
Řekl jim: „Sevřela mne smrtelná úzkost. Zůstaňte tu a buďte se mnou vzhůru.“
39 ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଉବୁଡ଼ ହୋଇ ପ୍ରାର୍ଥନା କରୁ କରୁ କହିଲେ, “ହେ ମୋହର ପିତା, ଯଦି ହୋଇପାରେ, ତେବେ ଏହି ଦୁଃଖର ପାତ୍ର ମୋʼଠାରୁ ଦୂର ହେଉ; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।”
Poodešel, padl tváří k zemi a modlil se: „Můj Otče! Jestli je to možné, zbav mne toho hrozného údělu! Ale nechci prosazovat svoji vůli. Chci, aby se stalo, co chceš ty.“
40 ଆଉ, ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, “ତୁମ୍ଭେମାନେ କି ମୋ ସାଙ୍ଗରେ ଅଳ୍ପ ସମୟ ହେଲେ ଜାଗି ପାରିଲ ନାହିଁ?
Pak se vrátil k těm třem a oni spali.
41 ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।”
„Petře, “budil ho, „to jste nemohli ani hodinu být se mnou vzhůru? Bděte a modlete se, abyste obstáli ve zkoušce. Máte dobrou vůli, ale slabé tělo.“
42 ପୁଣି, ଥରେ ସେ ଦ୍ୱିତୀୟ ଥର ଯାଇ ପ୍ରାର୍ଥନା କରି କହିଲେ, “ହେ ମୋହର ପିତା, ପାନ ନ କଲେ ଏହି ପାତ୍ର ଯଦି ମୋʼଠାରୁ ଦୂର ହୋଇ ନ ପାରେ, ତେବେ ତୁମ୍ଭର ଇଚ୍ଛା ସଫଳ ହେଉ।”
Opět se vzdálil a modlil se: „Můj Otče! Není-li jiné východisko, ať se stane tvá vůle.“
43 ପୁଣି, ସେ ଆସି ପୁନର୍ବାର ସେମାନଙ୍କୁ ନିଦ୍ରିତ ଦେଖିଲେ, କାରଣ ସେମାନଙ୍କର ଆଖି ମାଡ଼ିପଡ଼ୁଥିଲା।
Vrátil se zase ke svým učedníkům a oni opět spali. Byli velice unaveni.
44 ସେଥିରେ ସେ ସେମାନଙ୍କୁ ପରିତ୍ୟାଗ କରି ପୁଣି, ଥରେ ଯାଇ ଆଉ ଥରେ ସେହି କଥା କହି ତୃତୀୟ ଥର ପ୍ରାର୍ଥନା କଲେ।
Nechal je spát, odešel potřetí a modlil se podobnými slovy.
45 ପରେ ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଅଳ୍ପ ସମୟ ଶୋଇ କରି ବିଶ୍ରାମ କର, ଦେଖ, ସେହି ସମୟ ସନ୍ନିକଟ ହେଲାଣି, ପୁଣି, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।
Pak se vrátil k učedníkům a řekl: „Teď už nepotřebuji, abyste se mnou bděli. Nastává chvíle, kdy budu zrazen a vydán do rukou podlých lidí.
46 ଉଠ, ଆମ୍ଭେମାନେ ଯିବା, ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ।”
Vstaňte, půjdeme! Tam se blíží můj zrádce.“
47 ସେ କଥା କହୁଥିବା ସମୟରେ, ଦେଖ, ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗଙ୍କଠାରୁ ପ୍ରେରିତ ବହୁସଂଖ୍ୟକ ଲୋକ ଖଡ୍ଗ ଓ ଯଷ୍ଟି ଧରି ଆସିଲେ।
Ještě ani nedomluvil a už přicházel Jidáš. S ním táhl oddíl ozbrojený meči a holemi, poslaný veleradou.
48 ଆଉ, ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି, ତାହାଙ୍କୁ ଧରିବ।
Měli s Jidášem domluvené znamení: Chopí se toho, koho Jidáš políbí.
49 ଆଉ, ସେ ସେହିକ୍ଷଣି ଯୀଶୁଙ୍କ ନିକଟକୁ ଆସି, ହେ ଗୁରୁ, ନମସ୍କାର, ଏହା କହି ତାହାଙ୍କୁ ବହୁତ ଚୁମ୍ବନ କଲା।
A tak přistoupil Jidáš k Ježíšovi: „Buď zdráv, Mistře!“řekl a políbil ho.
50 କିନ୍ତୁ ଯୀଶୁ ତାହାକୁ କହିଲେ, “ହେ ବନ୍ଧୁ, ଯାହା କରିବା ନିମନ୍ତେ ଆସିଅଛ, ତାହା କର।” ସେଥିରେ ସେମାନେ ପାଖକୁ ଆସି ଯୀଶୁଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ।
Ježíš mu řekl: „Příteli, co to děláš?“Tu se však Ježíše chopili a zajali ho.
51 ଆଉ ଦେଖ, ଯୀଶୁଙ୍କ ସାଙ୍ଗରେ ଥିବା ଲୋକଙ୍କ ମଧ୍ୟରୁ ଜଣେ ହାତ ବଢ଼ାଇ ଖଣ୍ଡା ବାହାର କଲେ ଏବଂ ମହାଯାଜକଙ୍କର ଦାସକୁ ଆଘାତ କରି ତାହାର କାନ କାଟିପକାଇଲେ।
Jeden z těch, kteří byli s Ježíšem, vytasil meč, ťal po veleknězovu služebníkovi a usekl mu ucho.
52 ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭର ଖଡ୍ଗ ପୁଣି, ଥରେ ଆପଣା ସ୍ଥାନରେ ରଖ, କାରଣ ଯେଉଁମାନେ ଖଡ୍ଗ ଧାରଣ କରନ୍ତି, ସେ ସମସ୍ତେ ଖଡ୍ଗ ଦ୍ୱାରା ବିନଷ୍ଟ ହେବେ।
Ježíš řekl svému obránci: „Schovej svůj meč! Kdo čím zachází, tím také schází.
53 ଅଥବା ତୁମ୍ଭେ କଅଣ ମନେ କରୁଅଛ ଯେ, ମୁଁ ମୋହର ପିତାଙ୍କୁ ବିନତି କରିପାରେ ନାହିଁ ଓ ସେ ଏହିକ୍ଷଣି ମୋ ନିମନ୍ତେ ଦ୍ୱାଦଶ ବାହିନୀ ଅପେକ୍ଷା ଅଧିକ ଦୂତଙ୍କୁ ପଠାଇଦେବେ ନାହିଁ?
Cožpak nevíš, že kdybych poprosil svého Otce o ochranu, okamžitě by mi poslal celé nebeské vojsko?
54 ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କି ପ୍ରକାର ସଫଳ ହେବ?”
Ale jak by se pak splnil Boží plán spásy?“
55 ସେହି ସମୟରେ ଯୀଶୁ ଲୋକସମୂହକୁ କହିଲେ, “ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ନେଇ ତୁମ୍ଭେମାନେ କଅଣ ମୋତେ ଧରିବାକୁ ଆସିଲ? ମୁଁ ପ୍ରତିଦିନ ମନ୍ଦିରରେ ବସି ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ;
Pak se obrátil k ozbrojencům: „Přitáhli jste na mne jako na rebela. Proč jste mě nezatkli už v chrámu, kde jsem vám denně kázal? Já vím proč!
56 ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ସେଥିନିମନ୍ତେ ଏସମସ୍ତ ଘଟିଅଛି।” ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ।
Plníte tak přesně prorocké předpovědi.“V té chvíli ho všichni jeho učedníci opustili a rozutekli se.
57 ପରେ ଯେଉଁମାନେ ଯୀଶୁଙ୍କୁ ଧରିଥିଲେ, ସେମାନେ ତାହାଙ୍କୁ କୟାଫା ମହାଯାଜକଙ୍କ ନିକଟକୁ ନେଇଗଲେ; ସେହି ସ୍ଥାନରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଏକତ୍ର ହୋଇଥିଲେ।
Zatčeného Ježíše pak odvedli k nejvyššímu knězi Kaifášovi, kde se sešla velerada.
58 କିନ୍ତୁ ପିତର ଦୂରରେ ରହି ମହାଯାଜକଙ୍କ ପ୍ରାଙ୍ଗଣ ପର୍ଯ୍ୟନ୍ତ ତାହାଙ୍କ ପଛେ ପଛେ ଗଲେ, ଆଉ ଶେଷରେ କଅଣ ଘଟିବ, ତାହା ଦେଖିବା ନିମନ୍ତେ ସେ ଭିତରକୁ ଯାଇ ପଦାତିକମାନଙ୍କ ସହିତ ବସି ରହିଲେ।
Petr je z povzdálí následoval až k veleknězovu paláci. Vešel na nádvoří a vmísil se mezi služebnictvo, aby věděl, jak to dopadne.
59 ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଖୋଜିବାକୁ ଲାଗିଲେ,
Velekněží i celá rada se snažili pomocí křivého svědectví Ježíše obvinit tak, aby ho mohli odsoudit k smrti.
60 ଆଉ ଅନେକ ମିଥ୍ୟା ସାକ୍ଷୀ ବାହାରିଲେ ସୁଦ୍ଧା ସେମାନେ କିଛି ପାଇଲେ ନାହିଁ। ଶେଷରେ ଦୁଇ ଜଣ ବାହାରି କହିଲେ,
Ale i když sehnali mnoho falešných svědků, přece se nepodařilo najít vhodnou obžalobu. Nakonec vystoupili dva
61 ଏହି ଲୋକଟା କହିଥିଲା, ମୁଁ ଈଶ୍ବରଙ୍କ ମନ୍ଦିରକୁ ଭାଙ୍ଗି ତାହା ତିନି ଦିନ ମଧ୍ୟରେ ତୋଳି ଦେଇ ପାରେ।
a shodně vypovídali: „Tento muž řekl, že má moc zničit chrám a ve třech dnech ho znovu vystavět.“
62 ସେଥିରେ ମହାଯାଜକ ଉଠି ତାହାଙ୍କୁ କହିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ? ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି, ଏହା କଅଣ?
Nato vstal nejvyšší velekněz a řekl Ježíšovi: „Jak se obhájíš proti této obžalobě?“
63 କିନ୍ତୁ ଯୀଶୁ ମୌନ ହୋଇ ରହିଲେ। ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଈଶ୍ବରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ?
Ale Ježíš mlčel. Tu sáhl velekněz k poslednímu prostředku: „Beru tě pod přísahu při živém Bohu: Jsi ten zaslíbený Mesiáš, Boží Syn?“
64 ଯୀଶୁ ତାହାଙ୍କୁ କହିଲେ, “ଆପଣ କହିଅଛନ୍ତି; ଆହୁରି ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।”
Ježíš odpověděl: „Ty sám jsi to řekl. Ale ujišťuji vás, že brzy budete svědky toho, že mne Bůh vyzdvihne, abych seděl po jeho pravici, odkud se vrátím ve svém majestátu.“
65 ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ, ଏ ଈଶ୍ବର ନିନ୍ଦା କଲା, ସାକ୍ଷୀରେ ଆମ୍ଭମାନଙ୍କର ଆଉ କଅଣ ଆବଶ୍ୟକ? ଦେଖନ୍ତୁ, ଆପଣମାନେ ଏବେ ହେଁ ଈଶ୍ବର ନିନ୍ଦା ଶୁଣିଲେ,
Velekněz si na znamení největšího pohoršení roztrhl své roucho a prohlásil: „To je rouhání! Cožpak potřebujeme ještě svědky? Teď jste to slyšeli na vlastní uši! Jaký vynesete rozsudek?“
66 ଆପଣମାନଙ୍କର ମତ କଅଣ? ଏଥିରେ ସେମାନେ ଉତ୍ତର ଦେଲେ, ସେ ପ୍ରାଣଦଣ୍ଡର ଯୋଗ୍ୟ।
67 ସେତେବେଳେ ସେମାନେ ତାହାଙ୍କ ମୁହଁରେ ଛେପ ପକାଇ ତାହାଙ୍କୁ ବିଧା ମାରିଲେ; ଆଉ କେହି କେହି ତାହାଙ୍କୁ ଚାପୁଡ଼ା ମାରି କହିଲେ,
Odpověděli: „Zaslouží si smrt!“Pak mu někteří plivali do obličeje, bili ho po hlavě a tloukli holí s výsměchem: „Když jsi Mesiáš, hádej, kdo ti teď dal ránu!“
68 ରେ ଖ୍ରୀଷ୍ଟ, ତୁ ପରା ଭାବବାଦୀ, ଆମ୍ଭମାନଙ୍କୁ କହ ତ, କିଏ ତୋତେ ମାଇଲା?
69 ଇତିମଧ୍ୟରେ ପିତର ବାହାରେ ପ୍ରାଙ୍ଗଣରେ ବସିଥିଲେ, ଆଉ ଜଣେ ଦାସୀ ତାହାଙ୍କ ପାଖକୁ ଆସି କହିଲା, ତୁମ୍ଭେ ମଧ୍ୟ ଗାଲିଲୀୟ ଯୀଶୁଙ୍କ ସାଙ୍ଗରେ ଥିଲ।
Petr zatím seděl venku na nádvoří. Tu si ho všimla jedna služka: „Ty jsi také byl s tím Ježíšem z Galileje!“
70 କିନ୍ତୁ ସେ ସମସ୍ତଙ୍କ ଆଗରେ ଅସ୍ୱୀକାର କରି କହିଲେ, ତୁମ୍ଭେ କଅଣ କହୁଅଛ, ମୁଁ ଜାଣେ ନାହିଁ।
Ale Petr přede všemi popřel: „Ani nevím, o čem mluvíš!“
71 ପୁଣି, ସେ ଦାଣ୍ଡଦ୍ୱାରକୁ ବାହାରି ଯାଆନ୍ତେ ଆଉ ଜଣେ ଦାସୀ ତାହାଙ୍କୁ ଦେଖି ସେହି ସ୍ଥାନର ଲୋକମାନଙ୍କୁ କହିଲା, ଏ ନାଜରିତୀୟ ଯୀଶୁ ସାଙ୍ଗରେ ଥିଲା।
Pak si to namířil k bráně, kde ho uviděla jiná a upozornila okolostojící: „Tento člověk chodil s Ježíšem z Nazaretu.“
72 ପୁଣି, ସେ ଶପଥ ନେଇ ପୁନର୍ବାର ଅସ୍ୱୀକାର କରି କହିଲେ, ମୁଁ ସେ ଲୋକକୁ ଜାଣେ ନାହିଁ।
Petr se však zapřísahal a řekl: „Vůbec toho člověka neznám.“
73 ଅଳ୍ପ କ୍ଷଣ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ତୁମ୍ଭେ ମଧ୍ୟ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭ କଥାରୁ ତ ଜଣାପଡ଼ୁଅଛି।
Oni se však kolem něj shlukli a doráželi: „Určitě k němu patříš! Je to znát na tvém nářečí!“
74 ସେଥିରେ ସେ ଅଭିଶାପ ଦେଇ ରାଣ ପକାଇ କହିବାକୁ ଲାଗିଲେ, ମୁଁ ସେ ଲୋକକୁ ଜାଣେ ନାହିଁ।
Petr se dušoval a přísahal, že Ježíše opravdu nezná. V tom okamžiku se ozval kohout
75 ସେହିକ୍ଷଣି କୁକୁଡ଼ା ରାବିଲା। ଏଥିରେ “କୁକୁଡ଼ା ରାବିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ,” ଏହି ଯେଉଁ କଥା ଯୀଶୁ କହିଥିଲେ, ତାହା ପିତରଙ୍କ ମନରେ ପଡ଼ିଲା, ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ।
a Petr si vzpomněl na Ježíšova slova: „Dříve než zakokrhá kohout, třikrát mne zapřeš.“Vyběhl ven a hořce se rozplakal.