< ମାଥିଉ 27 >
1 ସକାଳ ହୁଅନ୍ତେ, ସମସ୍ତ ପ୍ରଧାନ ଯାଜକମାନେ ପୁଣି, ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ପାଇଁ ତାହାଙ୍କର ବିରୁଦ୍ଧରେ ମନ୍ତ୍ରଣା କଲେ,
When the morning was come, all the chief priests and elders of the people took counsel against Jesus to put him to death.
2 ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ।
And when they had bound him, they led [him] away, and delivered him to Pontius Pilate the governor.
3 ସେତେବେଳେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ଯିହୂଦା, ସେ ପ୍ରାଣ ଦଣ୍ଡାଜ୍ଞା ପାଇଅଛନ୍ତି, ଏହା ଦେଖି ଅନୁତାପ କରି ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗଙ୍କ ନିକଟକୁ ସେହି ତିରିଶିଗୋଟି ରୌପ୍ୟ-ମୁଦ୍ରା ଫେରାଇ ଆଣି କହିଲା,
Then Judas, who had betrayed him, when he saw that he was condemned, repented and brought again the thirty pieces of silver to the chief priests and elders,
4 ମୁଁ ନିର୍ଦ୍ଦୋଷକୁ ମୃତ୍ୟୁ ହସ୍ତରେ ସମର୍ପଣ କରି ପାପ କରିଅଛି। କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି?
Saying, I have sinned in that I have betrayed innocent blood. And they said, What [is that] to us? see thou [to that].
5 ତୁ ତାହା ବୁଝ୍। ତହିଁରେ ସେ ରୌପ୍ୟ-ମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି, ଯାଇ ଆପଣାକୁ ଫାଶୀ ଦେଲା।
And he cast down the pieces of silver in the temple, and departed, and went and hanged himself.
6 କିନ୍ତୁ ପ୍ରଧାନ ଯାଜକମାନେ ସେହି ରୌପ୍ୟ-ମୁଦ୍ରାଗୁଡ଼ାକ ନେଇ କହିଲେ, ଏହା ମନ୍ଦିରର ଭଣ୍ଡାରରେ ରଖିବା ବିଧିସଙ୍ଗତ ନୁହେଁ, କାରଣ ଏ ତ ରକ୍ତର ମୂଲ୍ୟ।
And the chief priests took the silver pieces, and said, It is not lawful to put them into the treasury, because it is the price of blood.
7 ପୁଣି, ସେମାନେ ମନ୍ତ୍ରଣା କରି ବିଦେଶୀମାନଙ୍କର ସମାଧି ନିମନ୍ତେ ସେହି ମୁଦ୍ରାରେ କୁମ୍ଭକାରର କ୍ଷେତ୍ର କିଣିଲେ।
And they took counsel, and bought with them the potter's field, to bury strangers in.
8 ଏଣୁ ଆଜି ପର୍ଯ୍ୟନ୍ତ ସେହି କ୍ଷେତ୍ରକୁ ରକ୍ତକ୍ଷେତ୍ର ବୋଲି କହନ୍ତି।
Wherefore that field has been called, The field of blood, to this day.
9 ଏଥିରେ ଯିରିମୀୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା, ଇସ୍ରାଏଲ ସନ୍ତାନମାନେ ଯାହାଙ୍କ ମୂଲ୍ୟ ନିରୂପଣ କରିଥିଲେ, ତାହାଙ୍କ ମୂଲ୍ୟ ସ୍ୱରୂପ ସେହି ତିରିଶିଗୋଟି ରୌପ୍ୟ-ମୁଦ୍ରା ସେମାନେ ନେଇ
Then was fulfilled that which was spoken by Jeremiah the prophet, saying, And they took the thirty pieces of silver, the price of him that was valued, whom they of the children of Israel did value;
10 ମୋ ପ୍ରତି ପ୍ରଭୁଙ୍କ ଆଦେଶ ଅନୁସାରେ କୁମ୍ଭକାରର କ୍ଷେତ୍ର ନିମନ୍ତେ ଦେଲେ।
And gave them for the potter's field, as the Lord appointed me.
11 ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କ ରାଜା? ଯୀଶୁ କହିଲେ, “ଆପଣ କହୁଅଛନ୍ତି।”
And Jesus stood before the governor: and the governor asked him, saying, Art thou the King of the Jews? And Jesus said to him, Thou sayest.
12 ଆଉ, ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ ସେ କୌଣସି ଉତ୍ତର ଦେଲେ ନାହିଁ।
And when he was accused by the chief priests and elders, he answered nothing.
13 ସେଥିରେ ପୀଲାତ ତାହାଙ୍କୁ କହିଲେ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ସାକ୍ଷ୍ୟ ଦେଉଅଛନ୍ତି, ତାହା କି ଶୁଣୁ ନାହଁ?
Then saith Pilate to him, Hearest thou not how many things they testify against thee?
14 ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟନ୍ତ ଚମତ୍କୃତ ହେଲେ।
And he answered him to not a word; so that the governor marveled greatly.
15 କିନ୍ତୁ ପର୍ବ ସମୟରେ ଲୋକସମୂହର ଇଚ୍ଛାନୁସାରେ ଜଣେ ବନ୍ଦୀକୁ ସେମାନଙ୍କ ନିମନ୍ତେ ମୁକ୍ତ କରିବା ଶାସନକର୍ତ୍ତାଙ୍କର ରୀତି ଥିଲା।
Now at [that] feast, the governor was wont to release to the people a prisoner, whom they would.
16 ସେତେବେଳେ ସେମାନଙ୍କର ବାରବ୍ବା ନାମକ ଜଣେ ବିଖ୍ୟାତ ବନ୍ଦୀ ଥିଲା।
And they had then a notable prisoner, called Barabbas.
17 ଅତଏବ, ସେମାନେ ଏକତ୍ର ହୋଇଥିବା ସମୟରେ ପୀଲାତ ସେମାନଙ୍କୁ ପଚାରିଲେ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିଦେବା ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ? ବାରବ୍ବାକୁ, ନା ଯାହାକୁ ଖ୍ରୀଷ୍ଟ ବୋଲି କହନ୍ତି, ସେହି ଯୀଶୁକୁ?
Therefore when they were assembled, Pilate said to them, Whom will ye that I release to you? Barabbas, or Jesus, who is called Christ?
18 କାରଣ ସେମାନେ ଯେ ଇର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ଜାଣିଥିଲେ।
(For he knew that for envy they had delivered him.)
19 ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି।
When he was sitting on the judgment-seat, his wife sent to him, saying, Have thou nothing to do with that just man: for I have suffered many things this day in a dream, because of him.
20 ମାତ୍ର ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ବାରବ୍ବାକୁ ମାଗିବା ପାଇଁ ଓ ଯୀଶୁଙ୍କୁ ବିନାଶ କରିବା ପାଇଁ ଲୋକସମୂହକୁ ମଣାଇଲେ।
But the chief priests and elders persuaded the multitude that they should ask Barabbas, and destroy Jesus.
21 ମାତ୍ର ଶାସନକର୍ତ୍ତା ସେମାନଙ୍କୁ ଉତ୍ତର ଦେଲେ, ଆମ୍ଭେ ଏ ଉଭୟଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିବା ବୋଲି ତୁମ୍ଭମାନଙ୍କ ଇଚ୍ଛା? ସେମାନେ କହିଲେ, ବାରବ୍ବାକୁ।
The governor answered and said to them, Which of the two will ye that I release to you? They said, Barabbas.
22 ପୀଲାତ ସେମାନଙ୍କୁ ପଚାରିଲେ, ତେବେ ଯାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି କଅଣ କରିବା? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ।
Pilate saith to them, What shall I do then with Jesus, who is called Christ? [They] all say to him, Let him be crucified.
23 ସେଥିରେ ପୀଲାତ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ।
And the governor said, Why, what evil hath he done? But they cried out the more, saying, Let him be crucified.
24 ଏଣୁ ପୀଲାତ ଯେତେବେଳେ ଦେଖିଲେ ଯେ, ସେ କିଛି କରିପାରୁ ନାହାନ୍ତି, ବରଂ ଆହୁରି ଗଣ୍ଡଗୋଳ ହେଉଅଛି, ସେତେବେଳେ ସେ ପାଣି ନେଇ ଲୋକମାନଙ୍କ ଆଗରେ ହାତ ଧୋଇ କହିଲେ, ଏହି ରକ୍ତପାତରେ ଆମ୍ଭେ ନିର୍ଦ୍ଦୋଷ, ତୁମ୍ଭେମାନେ ତାହା ବୁଝ।
When Pilate saw that he could not prevail at all, but [that] rather a tumult was made, he took water, and washed [his] hands before the multitude, saying, I am innocent of the blood of this just person: see ye [to it].
25 ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ।
Then answered all the people, and said, His blood [be] on us, and on our children.
26 ସେଥିରେ ସେ ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ମାତ୍ର ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ।
Then he released Barabbas to them: and when he had scourged Jesus, he delivered [him] to be crucified.
27 ଏହାପରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରାସାଦ ଭିତରକୁ ନେଇଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ।
Then the soldiers of the governor took Jesus into the common hall, and gathered to him the whole band [of soldiers].
28 ପୁଣି, ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ ଲୋହିତବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ,
And they stripped him, and put on him a scarlet robe.
29 ଆଉ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ଡିଏ ନଳ ଦେଲେ, ପୁଣି, ତାହାଙ୍କ ସମ୍ମୁଖରେ ଜାନୁ ପାତି ଏହା କହି ତାହାଙ୍କୁ ପରିହାସ କଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର।
And when they had platted a crown of thorns, they put [it] upon his head, and a reed in his right hand: and they bowed the knee before him, and mocked him, saying, Hail, King of the Jews?
30 ଆଉ, ସେମାନେ ତାହାଙ୍କ ଉପରେ ଛେପ ପକାଇଲେ ଓ ସେହି ନଳ ନେଇ ତାହାଙ୍କ ମୁଣ୍ଡରେ ମାରିବାକୁ ଲାଗିଲେ।
And they spit upon him, and took the reed, and struck him on the head.
31 ପୁଣି, ସେମାନେ ତାହାଙ୍କୁ ପରିହାସ କଲା ପରେ ସେହି ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ ଓ ତାହାଙ୍କୁ କ୍ରୁଶରେ ଚଢ଼ାଇବାକୁ ଘେନିଗଲେ।
And after that they had mocked him, they took the robe off from him, and put his own raiment on him, and led him away to crucify [him].
32 ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକକୁ ଦେଖି ଯୀଶୁଙ୍କ କ୍ରୁଶ ବୋହିବା ପାଇଁ ତାହାଙ୍କୁ ବାଧ୍ୟ କଲେ।
And as they came out, they found a man of Cyrene, Simon by name: him they constrained to bear his cross.
33 ଆଉ, ସେମାନେ ଗଲ୍ଗଥା ନାମକ ସ୍ଥାନ, ଅର୍ଥାତ୍ ଯାହାକୁ କପାଳସ୍ଥଳ ବୋଲି କହନ୍ତି, ସେଠାରେ ଉପସ୍ଥିତ ହୋଇ
And when they had come to a place called Golgotha, that is to say, a place of a skull,
34 ତାହାଙ୍କୁ ପିତ୍ତା ମିଶାଯାଇଥିବା ଦ୍ରାକ୍ଷାରସ ପାନ କରିବାକୁ ଦେଲେ, ମାତ୍ର ସେ ତାହା ଆସ୍ୱାଦନ କରି ପାନ କରିବାକୁ ଇଚ୍ଛା କଲେ ନାହିଁ।
They gave him vinegar to drink, mingled with gall: and when he had tasted [of it], he would not drink.
35 ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇ ତାହାଙ୍କ ବସ୍ତ୍ରସବୁ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ,
And they crucified him, and parted his garments, casting lots: that it might be fulfilled which was spoken by the prophet, They parted my garments among them, and upon my vesture they cast lots.
36 ପୁଣି, ସେଠାରେ ବସି ତାହାଙ୍କୁ ଜଗି ରହିଲେ।
And sitting down, they watched him there:
37 ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ୱରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୁଦୀମାନଙ୍କର ରାଜା ଯୀଶୁ।
And set up over his head his accusation written, THIS IS JESUS THE KING OF THE JEWS.
38 ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଗଲେ।
Then were there two thieves crucified with him: one on the right hand, and another on the left.
39 ଆଉ, ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ,
And they that passed by, reviled him, wagging their heads,
40 ରେ ମନ୍ଦିର-ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ।
And saying, Thou that destroyest the temple, and buildest [it] in three days, save thyself. If thou art the Son of God, come down from the cross.
41 ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କ ସହିତ ପରିହାସ କରିବାକୁ ଲାଗିଲେ,
Likewise also the chief priests mocking [him], with the scribes and elders, said,
42 ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରିପାରୁ ନାହିଁ। ସେ ପରା ଇସ୍ରାଏଲର ରାଜା, ସେ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ୱାସ କରିବା।
He saved others; himself he cannot save. If he is King of Israel, let him now come down from the cross, and we will believe him.
43 ସେ ଈଶ୍ବରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଈଶ୍ବରଙ୍କ ପୁତ୍ର।
He trusted in God; let him deliver him now if he will have him: for he said, I am the Son of God.
44 ପୁଣି, ଯେଉଁ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ସେହି ପ୍ରକାର ନିନ୍ଦା କରିବାକୁ ଲାଗିଲେ।
The thieves also who were crucified with him, cast the same in his teeth.
45 ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା।
Now from the sixth hour there was darkness over all the land to the ninth hour.
46 ଆଉ ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ଏଲୀ, ଏଲୀ, ଲାମା ଶବକ୍ଥାନୀ?” ଅର୍ଥାତ୍, “ହେ ମୋହର ଈଶ୍ବର, ହେ ମୋହର ଈଶ୍ବର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?”
And about the ninth hour Jesus cried with a loud voice, saying, Eli, Eli, lama sabachthani? that is to say, My God, my God, why hast thou forsaken me?
47 ଏହା ଶୁଣି ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଏ ଲୋକ ଏଲୀୟଙ୍କୁ ଡାକୁଅଛି।
Some of them that stood there, when they heard [that], said, This [man] calleth for Elijah.
48 ଆଉ ସେହିକ୍ଷଣି ସେମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ଗୋଟିଏ ଏଜୋବ ନେଇ ତାହା ଅମ୍ଳରସରେ ପୂର୍ଣ୍ଣ କଲା, ଆଉ ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଲା।
And immediately one of them ran, and took a spunge, and filled [it] with vinegar, and put [it] on a reed, and gave him to drink.
49 କିନ୍ତୁ ଅନ୍ୟମାନେ କହିଲେ, ରୁହ, ଏଲୀୟ ଏହାକୁ ରକ୍ଷା କରିବାକୁ ଆସୁଅଛନ୍ତି କି ନାହିଁ, ଦେଖିବା।
The rest said, Forbear, let us see whether Elijah will come to save him.
50 କିନ୍ତୁ ଯୀଶୁ ପୁନର୍ବାର ଉଚ୍ଚସ୍ୱରରେ ଡାକି ପ୍ରାଣତ୍ୟାଗ କଲେ।
Jesus, when he had cried again with a loud voice, expired.
51 ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା,
And behold, the vail of the temple was rent in two, from the top to the bottom: and the earth shook, and the rocks rent;
52 ପୁଣି, ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉତ୍ଥାପିତ ହେଲା,
And the graves were opened, and many bodies of saints who slept, arose,
53 ପୁଣି, ତାହାଙ୍କ ପୁନରୁତ୍ଥାନ ପରେ ସେମାନେ ସମାଧିରୁ ବାହାରି ପୁଣି, ପବିତ୍ର ନଗରୀରେ ପ୍ରବେଶ କଲେ ଓ ଅନେକଙ୍କୁ ଦର୍ଶନ ଦେଲେ।
And came out of the graves after his resurrection, and went into the holy city, and appeared to many.
54 ଶତ-ସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ ଏବଂ କହିଲେ, ସତ୍ୟ, ଏ ଈଶ୍ବରଙ୍କ ପୁତ୍ର ଥିଲେ।
Now when the centurion, and they that were with him, watching Jesus, saw the earthquake, and those things that were done, they feared greatly, saying, Truly this was the Son of God.
55 ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ;
And many women were there (beholding at a distance) who followed Jesus from Galilee, ministering to him:
56 ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରୀୟମ, ଯାକୁବ ଓ ଯୋଷେଫଙ୍କ ମାତା ମରୀୟମ, ପୁଣି, ଜେବଦୀଙ୍କ ପୁତ୍ରମାନଙ୍କ ମାତା ଥିଲେ।
Among whom was Mary Magdalene, and Mary the mother of James and Joses, and the mother of Zebedee's children.
57 ବେଳ ଗଡ଼ିଆସନ୍ତେ, ଯୋଷେଫ ନାମକ ହାରାମାଥୀୟାର ଜଣେ ଧନୀ ଲୋକ ଆସିଲେ, ସେ ମଧ୍ୟ ଯୀଶୁଙ୍କର ଜଣେ ଶିଷ୍ୟ ହୋଇଥିଲେ।
When the evening was come, there came a rich man of Arimathea, named Joseph, who also himself was a disciple of Jesus.
58 ସେ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ। ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ।
He went to Pilate, and begged the body of Jesus. Then Pilate commanded the body to be delivered.
59 ଯୋଷେଫ ଶରୀରଟି ନେଇ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ,
And when Joseph had taken the body, he wrapped it in a clean linen cloth,
60 ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି ଦ୍ୱାରରେ ଖଣ୍ଡିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ।
And laid it in his own new tomb, which he had hewn out in the rock; and he rolled a great stone to the door of the sepulcher, and departed.
61 ମଗ୍ଦଲୀନୀ ମରୀୟମ ଓ ଅନ୍ୟ ମରୀୟମ ସେ ସ୍ଥାନରେ ସମାଧି ସମ୍ମୁଖରେ ବସି ରହିଲେ।
And there was Mary Magdalene, and the other Mary, sitting over against the sepulcher.
62 ତହିଁ ଆରଦିନ, ଅର୍ଥାତ୍ ଆୟୋଜନ-ଦିବସର ପରବର୍ତ୍ତୀ ଦିନ ପ୍ରଧାନ ଯାଜକ ଓ ଫାରୂଶୀମାନେ ପୀଲାତଙ୍କ ପାଖରେ ଏକତ୍ର ହୋଇ କହିଲେ,
Now the next day that followed the day of the preparation, the chief priests and Pharisees came together to Pilate,
63 ମହାଶୟ, ଆମ୍ଭମାନଙ୍କର ମନେ ପଡ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ପରେ ମୁଁ ଉଠିବି।
Saying, Sir, we remember that that deceiver said, while he was yet alive, After three days I will rise again.
64 ଅତଏବ, ତୃତୀୟ ଦିବସ ପର୍ଯ୍ୟନ୍ତ ସମାଧି ସୁରକ୍ଷିତ ହେବା ନିମନ୍ତେ ଆଜ୍ଞା କରନ୍ତୁ, ନୋହିଲେ କେଜାଣି ତାହାର ଶିଷ୍ୟମାନେ ଆସି ତାହାକୁ ଚୋରି କରି ଲୋକଙ୍କୁ କହିବେ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ତାହାହେଲେ ପ୍ରଥମ ପ୍ରବଞ୍ଚନା ଅପେକ୍ଷା ଶେଷ ପ୍ରବଞ୍ଚନା ଅଧିକ ମନ୍ଦ ହେବ।
Command therefore that the sepulcher be made secure until the third day, lest his disciples come by night, and steal him away, and say to the people, He is risen from the dead: so the last error will be worse than the first.
65 ପୀଲାତ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ପ୍ରହରୀ-ଦଳ ଅଛି, ତୁମ୍ଭେମାନେ ଯାଇ ଯଥାସାଧ୍ୟ ତାହା ସୁରକ୍ଷା କର।
Pilate said to them, Ye have a watch: go, make [it] as secure as ye can.
66 ତେଣୁ ସେମାନେ ଯାଇ ପ୍ରହରୀ-ଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ।
So they went, and having sealed the stone, made the sepulcher secure with a watch.