< ମାଥିଉ 4 >

1 ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ,
Tiam Jesuo estis kondukita supren de la Spirito en la dezerton, por esti tentata de la diablo.
2 ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ।
Kaj fastinte kvardek tagojn kaj kvardek noktojn, li poste malsatis.
3 ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ାକ ରୁଟି ହେବା ପାଇଁ ଆଜ୍ଞା ଦିଅ।”
Kaj la tentanto venis, kaj diris al li: Se vi estas Filo de Dio, ordonu, ke tiuj ŝtonoj fariĝu panoj.
4 କିନ୍ତୁ ଯୀଶୁ ଉତ୍ତର ଦେଲେ, “ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ବରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ।’”
Sed responde li diris: Estas skribite: Ne per la pano sole vivas homo, sed per ĉiu vorto, kiu eliras el la buŝo de Dio.
5 ତହିଁ ଉତ୍ତାରେ ଶୟତାନ ଯୀଶୁଙ୍କୁ ପବିତ୍ର ନଗରୀ ଯିରୂଶାଲମକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା,
Poste la diablo portis lin en la sanktan urbon, kaj starigis lin sur la tegmenta pinto de la templo,
6 “ତୁମ୍ଭେ ଯଦି ଈଶ୍ବରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଲେଖାଅଛି, ‘ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ, ଆଉ କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ।’”
kaj diris al li: Se vi estas Filo de Dio, ĵetu vin malsupren, ĉar estas skribite: Al Siaj anĝeloj Li ordonos pri vi, Kaj sur la manoj ili vin portos, Por ke vi ne falpuŝiĝu sur ŝtono per via piedo.
7 ଯୀଶୁ ତାହାଙ୍କୁ କହିଲେ, “ଆହୁରି ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପରୀକ୍ଷା କରିବ ନାହିଁ।’”
Jesuo diris al li: Ankaŭ estas skribite: Ne provu la Eternulon, vian Dion.
8 ପୁନଶ୍ଚ ଶୟତାନ ଯୀଶୁଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ନେଇଯାଇ ଜଗତର ସମସ୍ତ ରାଜ୍ୟ ଓ ସେସବୁର ଐଶ୍ୱର୍ଯ୍ୟ ଦେଖାଇ କହିଲା,
Denove la diablo portis lin al monto tre alta, kaj montris al li ĉiujn regnojn de la mondo kaj ilian gloron,
9 ତୁମ୍ଭେ ଯେବେ ଆମ୍ଭକୁ ଭୂମିଷ୍ଠ ପ୍ରଣାମ କରିବ, ତେବେ ଆମ୍ଭେ ଏହି ସମସ୍ତ ତୁମ୍ଭକୁ ଦେବା।
kaj diris al li: Ĉion tion mi donos al vi, se vi faligos vin kaj adorkliniĝos al mi.
10 ତହିଁରେ ଯୀଶୁ ତାହାକୁ କହିଲେ, “ଦୂର ହ, ଶୟତାନ, କାରଣ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।’”
Tiam Jesuo diris al li: Foriru, Satano! ĉar estas skribite: Al la Eternulo, via Dio, vi adorkliniĝu, kaj al Li sola vi servu.
11 ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ।
Tiam la diablo forlasis lin, kaj jen anĝeloj venis kaj servadis al li.
12 ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକୁ ପ୍ରସ୍ଥାନ କଲେ;
Kaj aŭdinte, ke Johano estas arestita, li foriris en Galileon;
13 ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲି ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ,
kaj lasinte Nazareton, li venis al kaj loĝis en Kapernaum apudmara, en la limoj de Zebulun kaj Naftali;
14 ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,
por ke plenumiĝu tio, kio estis dirita per la profeto Jesaja, nome:
15 “ସବୂଲୂନ ଦେଶ ଓ ନପ୍ତାଲି ଦେଶ, ସମୁଦ୍ର ନିକଟବର୍ତ୍ତୀ ଓ ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱସ୍ଥ ଅଣଯିହୁଦୀମାନଙ୍କ ଗାଲିଲୀ,
Lando de Zebulun kaj lando de Naftali, Laŭvoje de la maro, transe de Jordan, Galileo de la nacioj,
16 ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା।”
La popolo, sidanta en mallumo, Ekvidis grandan lumon, Kaj al homoj, sidantaj en lando de ombra morto, ekbrilis lumo.
17 ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, “ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”
De tiam Jesuo komencis prediki, kaj diri: Pentu, ĉar la regno de la ĉielo alproksimiĝis.
18 ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ।
Kaj piedirante apud la maro de Galileo, li vidis du fratojn, Simonon, kiu estis nomata Petro, kaj Andreon, lian fraton, ĵetantajn reton en la maron, ĉar ili estis fiŝkaptistoj.
19 ସେ ସେମାନଙ୍କୁ କହିଲେ, “ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି।”
Kaj li diris al ili: Venu post mi, kaj mi faros vin kaptistoj de homoj.
20 ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ।
Kaj ili tuj forlasis la retojn, kaj sekvis lin.
21 ପୁଣି, ସେ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କୁ ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ।
Kaj antaŭenirinte de tie, li vidis aliajn du fratojn, Jakobon, filon de Zebedeo, kaj Johanon, lian fraton, en la ŝipeto kun ilia patro Zebedeo, riparantajn siajn retojn; kaj li vokis ilin.
22 ସେଥିରେ ସେମାନେ ସେହିକ୍ଷଣି ନୌକା ଓ ସେମାନଙ୍କର ପିତାଙ୍କୁ ଛାଡ଼ି ତାହାଙ୍କର ଅନୁଗମନ କଲେ।
Kaj ili tuj forlasis la ŝipeton kaj sian patron, kaj sekvis lin.
23 ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ,
Kaj Jesuo trairis tra la tuta Galileo, instruante en iliaj sinagogoj, kaj predikante la evangelion de la regno, kaj kuracante ĉian malsanon kaj ĉian malfortaĵon inter la popolo.
24 ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।
Kaj lia famo disvastiĝis en la tuta Sirio; kaj oni alkondukis al li ĉiujn malsanulojn, malfortigitajn de diversaj malsanoj kaj turmentoj, demonhavantojn, epilepsiulojn, kaj paralizulojn, kaj li resanigis ilin.
25 ପୁଣି, ଗାଲିଲୀ, ଦେକାପଲି, ଯିରୂଶାଲମ, ଯିହୂଦିୟା ପ୍ରଦେଶ ଓ ଯର୍ଦ୍ଦନ ନଦୀର ଅପର ପାରିରୁ ବହୁସଂଖ୍ୟକ ଲୋକ ଆସି ତାହାଙ୍କ ପଶ୍ଚାତ୍‌‌ଗମନ କଲେ।
Kaj grandaj homamasoj lin sekvis el Galileo kaj Dekapolis kaj Jerusalem kaj Judujo kaj el trans Jordan.

< ମାଥିଉ 4 >