< ମାଥିଉ 4 >

1 ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ,
Sa’an nan Ruhu ya kai Yesu cikin hamada don Iblis yă gwada shi.
2 ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ।
Bayan ya yi azumi yini arba’in da kuma dare arba’in, sai ya ji yunwa.
3 ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ାକ ରୁଟି ହେବା ପାଇଁ ଆଜ୍ଞା ଦିଅ।”
Sai mai gwajin ya zo wurinsa ya ce, “In kai Ɗan Allah ne, ka ce wa duwatsun nan su zama burodi.”
4 କିନ୍ତୁ ଯୀଶୁ ଉତ୍ତର ଦେଲେ, “ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ବରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ।’”
Yesu ya amsa ya ce, “A rubuce yake cewa, ‘Ba da abinci kaɗai mutum yake rayuwa ba, sai dai da kowace kalmar da take fitowa daga bakin Allah.’”
5 ତହିଁ ଉତ୍ତାରେ ଶୟତାନ ଯୀଶୁଙ୍କୁ ପବିତ୍ର ନଗରୀ ଯିରୂଶାଲମକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା,
Sai Iblis ya kai shi birni mai tsarki, ya kai shi can wuri mafi tsayi duka na haikali.
6 “ତୁମ୍ଭେ ଯଦି ଈଶ୍ବରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଲେଖାଅଛି, ‘ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ, ଆଉ କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ।’”
Ya ce, “In kai Ɗan Allah ne, yi tsalle ka sauka ƙasa. Gama a rubuce yake, “‘Zai umarci mala’ikunsa game da kai, za su tallafe ka da hannuwansu, don kada ka buga ƙafarka a kan dutse.’”
7 ଯୀଶୁ ତାହାଙ୍କୁ କହିଲେ, “ଆହୁରି ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପରୀକ୍ଷା କରିବ ନାହିଁ।’”
Yesu ya amsa masa ya ce, “A rubuce yake kuma cewa, ‘Kada ka gwada Ubangiji Allahnka.’”
8 ପୁନଶ୍ଚ ଶୟତାନ ଯୀଶୁଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ନେଇଯାଇ ଜଗତର ସମସ୍ତ ରାଜ୍ୟ ଓ ସେସବୁର ଐଶ୍ୱର୍ଯ୍ୟ ଦେଖାଇ କହିଲା,
Har wa yau, Iblis ya kai shi bisa wani dutse mai tsawo sosai, ya nunnuna masa dukan mulkokin duniya da darajarsu.
9 ତୁମ୍ଭେ ଯେବେ ଆମ୍ଭକୁ ଭୂମିଷ୍ଠ ପ୍ରଣାମ କରିବ, ତେବେ ଆମ୍ଭେ ଏହି ସମସ୍ତ ତୁମ୍ଭକୁ ଦେବା।
Ya ce, “Zan ba ka dukan wannan, in za ka durƙusa ka yi mini sujada.”
10 ତହିଁରେ ଯୀଶୁ ତାହାକୁ କହିଲେ, “ଦୂର ହ, ଶୟତାନ, କାରଣ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।’”
Sai Yesu ya ce masa, “Rabu da ni, Shaiɗan! Gama a rubuce yake, ‘Yi wa Ubangiji Allahnka sujada, shi kaɗai kuma za ka bauta wa.’”
11 ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ।
Sa’an nan Iblis ya bar shi, mala’iku kuwa suka zo suka yi masa hidima.
12 ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକୁ ପ୍ରସ୍ଥାନ କଲେ;
Da Yesu ya ji labari cewa an kulle Yohanna a kurkuku, sai ya koma zuwa Galili.
13 ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲି ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ,
Ya bar Nazaret, ya je ya zauna a Kafarnahum, wadda take a bakin tafki wajen Zebulun da Naftali
14 ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,
don a cika abin da aka faɗa ta bakin annabi Ishaya cewa,
15 “ସବୂଲୂନ ଦେଶ ଓ ନପ୍ତାଲି ଦେଶ, ସମୁଦ୍ର ନିକଟବର୍ତ୍ତୀ ଓ ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱସ୍ଥ ଅଣଯିହୁଦୀମାନଙ୍କ ଗାଲିଲୀ,
“Ƙasar Zebulun da ƙasar Naftali, da kuke a hanyar zuwa tekun Galili, a ƙetaren Urdun, wannan yankin Galili ta Al’ummai,
16 ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା।”
mutanen da suke zama cikin duhu sun ga babban haske; haske kuma ya haskaka a kan waɗanda suke zama a inuwar mutuwa.”
17 ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, “ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”
Tun daga wannan lokaci, Yesu ya fara wa’azi yana cewa, “Ku tuba, gama mulkin sama ya yi kusa.”
18 ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ।
Da Yesu yana kan tafiya a bakin Tekun Galili, sai ya ga waɗansu’yan’uwa guda biyu, Siman wanda ake kira Bitrus da ɗan’uwansa Andarawus. Suna jefa abin kamun kifi a tafki, gama su masunta ne.
19 ସେ ସେମାନଙ୍କୁ କହିଲେ, “ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି।”
Sai Yesu ya ce, “Zo, ku bi ni, ni kuwa zan mai da ku masu jan mutane zuwa wurina.”
20 ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ।
Nan da nan suka bar abin kamun kifinsu suka bi shi.
21 ପୁଣି, ସେ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କୁ ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ।
Da ya ci gaba daga nan, sai ya ga waɗansu’yan’uwa guda biyu, Yaƙub ɗan Zebedi da ɗan’uwansa Yohanna. Suna cikin jirgin ruwa tare da mahaifinsu Zebedi, suna shirya abin kamun kifinsu. Yesu ya kira su,
22 ସେଥିରେ ସେମାନେ ସେହିକ୍ଷଣି ନୌକା ଓ ସେମାନଙ୍କର ପିତାଙ୍କୁ ଛାଡ଼ି ତାହାଙ୍କର ଅନୁଗମନ କଲେ।
nan take suka bar jirgin ruwan da mahaifinsu suka kuwa bi Yesu.
23 ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ,
Yesu ya zazzaga dukan Galili, yana koyarwa a cikin majami’unsu, yana wa’azin labari mai daɗi na mulkin sama, yana kuma warkar da kowace cuta da rashin lafiyar mutane.
24 ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।
Labarinsa ya bazu ko’ina a Suriya, mutane kuwa suka kawo masa dukan waɗanda suke fama da cututtuka iri-iri, da waɗanda suke da zafin ciwo, da masu aljanu, da waɗanda suke masu farfaɗiya, da shanyayyu, ya kuwa warkar da su.
25 ପୁଣି, ଗାଲିଲୀ, ଦେକାପଲି, ଯିରୂଶାଲମ, ଯିହୂଦିୟା ପ୍ରଦେଶ ଓ ଯର୍ଦ୍ଦନ ନଦୀର ଅପର ପାରିରୁ ବହୁସଂଖ୍ୟକ ଲୋକ ଆସି ତାହାଙ୍କ ପଶ୍ଚାତ୍‌‌ଗମନ କଲେ।
Taron mutane mai yawa daga Galili, Dekafolis, Urushalima, Yahudiya da kuma yankin hayin Urdun suka bi shi.

< ମାଥିଉ 4 >