< ମାଥିଉ 5 >

1 ଲୋକମାନଙ୍କୁ ଦେଖି ଯୀଶୁ ପାହାଡ ଉପରକୁ ଚଢ଼ିଲେ, ପୁଣି, ବସିବା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ।
ܟܕ ܚܙܐ ܕܝܢ ܝܫܘܥ ܠܟܢܫܐ ܤܠܩ ܠܛܘܪܐ ܘܟܕ ܝܬܒ ܩܪܒܘ ܠܘܬܗ ܬܠܡܝܕܘܗܝ
2 ସେଥିରେ ସେ ମୁଖ ଫିଟାଇ ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ,
ܘܦܬܚ ܦܘܡܗ ܘܡܠܦ ܗܘܐ ܠܗܘܢ ܘܐܡܪ
3 “ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।
ܛܘܒܝܗܘܢ ܠܡܤܟܢܐ ܒܪܘܚ ܕܕܝܠܗܘܢ ܗܝ ܡܠܟܘܬܐ ܕܫܡܝܐ
4 ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ।
ܛܘܒܝܗܘܢ ܠܐܒܝܠܐ ܕܗܢܘܢ ܢܬܒܝܐܘܢ
5 ନମ୍ର ଲୋକେ ଧନ୍ୟ, କାରଣ ସେମାନେ ପୃଥିବୀର ଅଧିକାରୀ ହେବେ।
ܛܘܒܝܗܘܢ ܠܡܟܝܟܐ ܕܗܢܘܢ ܢܐܪܬܘܢ ܠܐܪܥܐ
6 ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ।
ܛܘܒܝܗܘܢ ܠܐܝܠܝܢ ܕܟܦܢܝܢ ܘܨܗܝܢ ܠܟܐܢܘܬܐ ܕܗܢܘܢ ܢܤܒܥܘܢ
7 ଦୟାଳୁ ଲୋକେ ଧନ୍ୟ, କାରଣ ସେମାନେ ଦୟା ପ୍ରାପ୍ତ ହେବେ।
ܛܘܒܝܗܘܢ ܠܡܪܚܡܢܐ ܕܥܠܝܗܘܢ ܢܗܘܘܢ ܪܚܡܐ
8 ଶୁଦ୍ଧଚିତ୍ତ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ଦର୍ଶନ ପାଇବେ।
ܛܘܒܝܗܘܢ ܠܐܝܠܝܢ ܕܕܟܝܢ ܒܠܒܗܘܢ ܕܗܢܘܢ ܢܚܙܘܢ ܠܐܠܗܐ
9 ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ସନ୍ତାନ ଭାବରେ ପରିଚିତ ହେବେ।
ܛܘܒܝܗܘܢ ܠܥܒܕܝ ܫܠܡܐ ܕܒܢܘܗܝ ܕܐܠܗܐ ܢܬܩܪܘܢ
10 ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।
ܛܘܒܝܗܘܢ ܠܐܝܠܝܢ ܕܐܬܪܕܦܘ ܡܛܠ ܟܐܢܘܬܐ ܕܕܝܠܗܘܢ ܗܝ ܡܠܟܘܬܐ ܕܫܡܝܐ
11 ଲୋକେ ଯେବେ ତୁମ୍ଭମାନଙ୍କୁ ମୋʼ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ।
ܛܘܒܝܟܘܢ ܐܡܬܝ ܕܡܚܤܕܝܢ ܠܟܘܢ ܘܪܕܦܝܢ ܠܟܘܢ ܘܐܡܪܝܢ ܥܠܝܟܘܢ ܟܠ ܡܠܐ ܒܝܫܐ ܡܛܠܬܝ ܒܕܓܠܘܬܐ
12 ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।
ܗܝܕܝܢ ܚܕܘ ܘܪܘܙܘ ܕܐܓܪܟܘܢ ܤܓܝ ܒܫܡܝܐ ܗܟܢܐ ܓܝܪ ܪܕܦܘ ܠܢܒܝܐ ܕܡܢ ܩܕܡܝܟܘܢ
13 ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ୱାଦବିହୀନ, ତେବେ ତାହା କାହିଁରେ ଲବଣାକ୍ତ ହେବ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ।
ܐܢܬܘܢ ܐܢܘܢ ܡܠܚܗ ܕܐܪܥܐ ܐܢܗܘ ܕܝܢ ܕܡܠܚܐ ܬܦܟܗ ܒܡܢܐ ܬܬܡܠܚ ܠܡܕܡ ܠܐ ܐܙܠܐ ܐܠܐ ܕܬܫܬܕܐ ܠܒܪ ܘܬܬܕܝܫ ܡܢ ܐܢܫܐ
14 ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ;
ܐܢܬܘܢ ܐܢܘܢ ܢܘܗܪܗ ܕܥܠܡܐ ܠܐ ܡܫܟܚܐ ܕܬܛܫܐ ܡܕܝܢܬܐ ܕܥܠ ܛܘܪܐ ܒܢܝܐ
15 କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ।
ܘܠܐ ܡܢܗܪܝܢ ܫܪܓܐ ܘܤܝܡܝܢ ܠܗ ܬܚܝܬ ܤܐܬܐ ܐܠܐ ܥܠ ܡܢܪܬܐ ܘܡܢܗܪ ܠܟܠ ܐܝܠܝܢ ܕܒܒܝܬܐ ܐܢܘܢ
16 ସେପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ।
ܗܟܢܐ ܢܢܗܪ ܢܘܗܪܟܘܢ ܩܕܡ ܒܢܝܢܫܐ ܕܢܚܙܘܢ ܥܒܕܝܟܘܢ ܛܒܐ ܘܢܫܒܚܘܢ ܠܐܒܘܟܘܢ ܕܒܫܡܝܐ
17 ମୁଁ ଯେ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି।
ܠܐ ܬܤܒܪܘܢ ܕܐܬܝܬ ܕܐܫܪܐ ܢܡܘܤܐ ܐܘ ܢܒܝܐ ܠܐ ܐܬܝܬ ܕܐܫܪܐ ܐܠܐ ܕܐܡܠܐ
18 କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ।
ܐܡܝܢ ܓܝܪ ܐܡܪ ܐܢܐ ܠܟܘܢ ܕܥܕܡܐ ܕܢܥܒܪܘܢ ܫܡܝܐ ܘܐܪܥܐ ܝܘܕ ܚܕܐ ܐܘ ܚܕ ܤܪܛܐ ܠܐ ܢܥܒܪ ܡܢ ܢܡܘܤܐ ܥܕܡܐ ܕܟܠ ܢܗܘܐ
19 ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ଅମାନ୍ୟ କରେ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେକେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ।
ܟܠ ܡܢ ܗܟܝܠ ܕܢܫܪܐ ܚܕ ܡܢ ܦܘܩܕܢܐ ܗܠܝܢ ܙܥܘܪܐ ܘܢܠܦ ܗܟܢܐ ܠܒܢܝܢܫܐ ܒܨܝܪܐ ܢܬܩܪܐ ܒܡܠܟܘܬܐ ܕܫܡܝܐ ܟܠ ܕܝܢ ܕܢܥܒܕ ܘܢܠܦ ܗܢܐ ܪܒܐ ܢܬܩܪܐ ܒܡܠܟܘܬܐ ܕܫܡܝܐ
20 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।
ܐܡܪ ܐܢܐ ܠܟܘܢ ܓܝܪ ܕܐܠܐ ܬܐܬܪ ܟܐܢܘܬܟܘܢ ܝܬܝܪ ܡܢ ܕܤܦܪܐ ܘܦܪܝܫܐ ܠܐ ܬܥܠܘܢ ܠܡܠܟܘܬܐ ܕܫܡܝܐ
21 ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ‘ନରହତ୍ୟା କର ନାହିଁ, ଆଉ ଯେ କେହି ନରହତ୍ୟା କରେ ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ।’
ܫܡܥܬܘܢ ܕܐܬܐܡܪ ܠܩܕܡܝܐ ܠܐ ܬܩܛܘܠ ܘܟܠ ܕܢܩܛܘܠ ܡܚܝܒ ܗܘ ܠܕܝܢܐ
22 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ। ପୁଣି, ଯେ କେହି ଆପଣା ଭାଇ କି ‘ମୂର୍ଖ’ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ‘ପାଷାଣ୍ଡ’ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ। (Geenna g1067)
ܐܢܐ ܕܝܢ ܐܡܪ ܐܢܐ ܠܟܘܢ ܕܟܠ ܡܢ ܕܢܪܓܙ ܥܠ ܐܚܘܗܝ ܐܝܩܐ ܡܚܝܒ ܗܘ ܠܕܝܢܐ ܘܟܠ ܕܢܐܡܪ ܠܐܚܘܗܝ ܪܩܐ ܡܚܝܒ ܗܘ ܠܟܢܘܫܬܐ ܘܡܢ ܕܢܐܡܪ ܠܠܐ ܡܚܝܒ ܗܘ ܠܓܗܢܐ ܕܢܘܪܐ (Geenna g1067)
23 ଅତଏବ ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ,
ܐܢ ܗܘ ܗܟܝܠ ܕܡܩܪܒ ܐܢܬ ܩܘܪܒܢܟ ܥܠ ܡܕܒܚܐ ܘܬܡܢ ܬܬܕܟܪ ܕܐܚܝܕ ܥܠܝܟ ܐܚܘܟ ܐܟܬܐ ܡܕܡ
24 ତାହାହେଲେ ସେହି ସ୍ଥାନରେ ବେଦି ସମ୍ମୁଖରେ ତୁମ୍ଭର ନୈବେଦ୍ୟ ଥୋଇଦେଇ ଚାଲିଯାଅ, ଆଗେ ନିଜ ଭାଇ ସାଙ୍ଗରେ ମିଳିତ ହୁଅ, ଆଉ ତାହା ପରେ ଆସି ତୁମ୍ଭର ନୈବେଦ୍ୟ ଉତ୍ସର୍ଗ କର।
ܫܒܘܩ ܬܡܢ ܩܘܪܒܢܟ ܩܕܡ ܡܕܒܚܐ ܘܙܠ ܠܘܩܕܡ ܐܬܪܥܐ ܥܡ ܐܚܘܟ ܘܗܝܕܝܢ ܬܐ ܩܪܒ ܩܘܪܒܢܟ
25 ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରାଗାରରେ ନିକ୍ଷିପ୍ତ ହେବ।
ܗܘܝܬ ܡܬܐܘܐ ܥܡ ܒܥܠ ܕܝܢܟ ܥܓܠ ܥܕ ܥܡܗ ܐܢܬ ܒܐܘܪܚܐ ܕܠܡܐ ܒܥܠ ܕܝܢܟ ܢܫܠܡܟ ܠܕܝܢܐ ܘܕܝܢܐ ܢܫܠܡܟ ܠܓܒܝܐ ܘܬܦܠ ܒܝܬ ܐܤܝܪܐ
26 ମୁଁ ତୁମ୍ଭକୁ ସତ୍ୟ କହୁଅଛି, ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସିପାରିବ ନାହିଁ।
ܘܐܡܝܢ ܐܡܪ ܐܢܐ ܠܟ ܕܠܐ ܬܦܘܩ ܡܢ ܬܡܢ ܥܕܡܐ ܕܬܬܠ ܫܡܘܢܐ ܐܚܪܝܐ
27 ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ବ୍ୟଭିଚାର କର ନାହିଁ।’
ܫܡܥܬܘܢ ܕܐܬܐܡܪ ܕܠܐ ܬܓܘܪ
28 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି କୌଣସି ସ୍ତ୍ରୀ ପ୍ରତି କାମ-ଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି।
ܐܢܐ ܕܝܢ ܐܡܪ ܐܢܐ ܠܟܘܢ ܕܟܠ ܡܢ ܕܚܙܐ ܐܢܬܬܐ ܐܝܟ ܕܢܪܓܝܗ ܡܚܕܐ ܓܪܗ ܒܠܒܗ
29 ଆଉ ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ି ଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ। (Geenna g1067)
ܐܢ ܕܝܢ ܥܝܢܟ ܕܝܡܝܢܐ ܡܟܫܠܐ ܠܟ ܚܨܝܗ ܘܫܕܝܗ ܡܢܟ ܦܩܚ ܠܟ ܓܝܪ ܕܢܐܒܕ ܚܕ ܗܕܡܟ ܘܠܐ ܟܠܗ ܦܓܪܟ ܢܦܠ ܒܓܗܢܐ (Geenna g1067)
30 ପୁଣି, ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ। (Geenna g1067)
ܘܐܢ ܐܝܕܟ ܕܝܡܝܢܐ ܡܟܫܠܐ ܠܟ ܦܤܘܩ ܫܕܝܗ ܡܢܟ ܦܩܚ ܠܟ ܓܝܪ ܕܢܐܒܕ ܚܕ ܡܢ ܗܕܡܝܟ ܘܠܐ ܟܠܗ ܦܓܪܟ ܢܦܠ ܒܓܗܢܐ (Geenna g1067)
31 ଆହୁରି ଉକ୍ତ ଅଛି, ‘ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରେ, ସେ ତାହାକୁ ଛାଡ଼ପତ୍ର ଦେଉ।’
ܐܬܐܡܪ ܕܡܢ ܕܫܪܐ ܐܢܬܬܗ ܢܬܠ ܠܗ ܟܬܒܐ ܕܕܘܠܠܐ
32 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀକୁ ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରେ, ସେ ତାହାକୁ ବ୍ୟଭିଚାରିଣୀ କରାଏ; ଆଉ ଯେ କେହି ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ।
ܐܢܐ ܕܝܢ ܐܡܪ ܐܢܐ ܠܟܘܢ ܕܟܠ ܡܢ ܕܫܪܐ ܐܢܬܬܗ ܠܒܪ ܡܢ ܡܠܬܐ ܕܙܢܝܘܬܐ ܥܒܕ ܠܗ ܕܬܓܘܪ ܘܡܢ ܕܫܩܠ ܫܒܝܩܬܐ ܓܐܪ
33 ପୁଣି, ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ‘ତୁମ୍ଭେ ମିଥ୍ୟା ଶପଥ କର ନାହିଁ ମାତ୍ର ଆପଣା ଶପଥସବୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପାଳନ କରିବ।’
ܬܘܒ ܫܡܥܬܘܢ ܕܐܬܐܡܪ ܠܩܕܡܝܐ ܕܠܐ ܬܕܓܠ ܒܡܘܡܬܟ ܬܫܠܡ ܕܝܢ ܠܡܪܝܐ ܡܘܡܬܟ
34 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଦୌ ଶପଥ କର ନାହିଁ; ସ୍ୱର୍ଗର ଶପଥ କର ନାହିଁ, କାରଣ ତାହା ଈଶ୍ବରଙ୍କ ସିଂହାସନ;
ܐܢܐ ܕܝܢ ܐܡܪ ܐܢܐ ܠܟܘܢ ܠܐ ܬܐܡܘܢ ܤܟ ܠܐ ܒܫܡܝܐ ܕܟܘܪܤܝܐ ܗܘ ܕܐܠܗܐ
35 କିମ୍ବା ପୃଥିବୀର ଶପଥ କର ନାହିଁ, କାରଣ ତାହା ତାହାଙ୍କର ପାଦପୀଠ; ଯିରୂଶାଲମ ସହରର ଶପଥ କର ନାହିଁ, କାରଣ ତାହା ମହାରାଜାଙ୍କ ନଗରୀ;
ܘܠܐ ܒܐܪܥܐ ܕܟܘܒܫܐ ܗܝ ܕܬܚܝܬ ܪܓܠܘܗܝ ܐܦܠܐ ܒܐܘܪܝܫܠܡ ܕܡܕܝܢܬܗ ܗܝ ܕܡܠܟܐ ܪܒܐ
36 ଆପଣା ମସ୍ତକର ଶପଥ କର ନାହିଁ, କାରଣ ତାହାର ଗୋଟିଏ କେଶ ଧଳା ବା କଳା କରିବାକୁ ତୁମ୍ଭର ଶକ୍ତି ନାହିଁ।
ܐܦܠܐ ܒܪܫܟ ܬܐܡܐ ܕܠܐ ܡܫܟܚ ܐܢܬ ܠܡܥܒܕ ܒܗ ܡܢܬܐ ܚܕܐ ܕܤܥܪܐ ܐܘܟܡܬܐ ܐܘ ܚܘܪܬܐ
37 କିନ୍ତୁ ତୁମ୍ଭମାନଙ୍କ ହଁ କଥା ‘ହଁ’ ହେଉ, ନା କଥା ‘ନା’ ହେଉ; ଏଥିରୁ ଯାହା ଅଧିକ, ତାହା ମନ୍ଦରୁ ଜନ୍ମେ।
ܐܠܐ ܬܗܘܐ ܡܠܬܟܘܢ ܐܝܢ ܐܝܢ ܘܠܐ ܠܐ ܡܕܡ ܕܡܢ ܗܠܝܢ ܝܬܝܪ ܡܢ ܒܝܫܐ ܗܘ
38 ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ଚକ୍ଷୁର ପରିବର୍ତ୍ତେ ଚକ୍ଷୁ ଓ ଦନ୍ତର ପରିବର୍ତ୍ତେ ଦନ୍ତ;’
ܫܡܥܬܘܢ ܕܐܬܐܡܪ ܕܥܝܢܐ ܚܠܦ ܥܝܢܐ ܘܫܢܐ ܚܠܦ ܫܢܐ
39 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେ କେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ।
ܐܢܐ ܕܝܢ ܐܡܪ ܐܢܐ ܠܟܘܢ ܕܠܐ ܬܩܘܡܘܢ ܠܘܩܒܠ ܒܝܫܐ ܐܠܐ ܡܢ ܕܡܚܐ ܠܟ ܥܠ ܦܟܟ ܕܝܡܝܢܐ ܐܦܢܐ ܠܗ ܐܦ ܐܚܪܢܐ
40 ଆଉ କେହି ଯଦି ତୁମ୍ଭ ସହିତ ବିଚାରସ୍ଥାନରେ ବିବାଦ କରି ତୁମ୍ଭର ଅଙ୍ଗରଖା ନେବାକୁ ଇଚ୍ଛା କରେ, ତାହାକୁ ବସ୍ତ୍ର ମଧ୍ୟ ଦେଇଦିଅ।
ܘܡܢ ܕܨܒܐ ܕܢܕܘܢ ܥܡܟ ܘܢܫܩܘܠ ܟܘܬܝܢܟ ܫܒܘܩ ܠܗ ܐܦ ܡܪܛܘܛܟ
41 ପୁଣି, ଯେ କେହି ତୁମ୍ଭକୁ କୋଶେ ଯିବା ପାଇଁ ବାଧ୍ୟ କରେ, ତାହା ସାଙ୍ଗରେ ଦୁଇ କୋଶ ଯାଅ।
ܡܢ ܕܡܫܚܪ ܠܟ ܡܝܠܐ ܚܕ ܙܠ ܥܡܗ ܬܪܝܢ
42 ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି, ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ।
ܡܢ ܕܫܐܠ ܠܟ ܗܒ ܠܗ ܘܡܢ ܕܨܒܐ ܕܢܐܙܦ ܡܢܟ ܠܐ ܬܟܠܝܘܗܝ
43 ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ତୁମ୍ଭର ପ୍ରତିବାସୀକୁ ପ୍ରେମ କର ଓ ତୁମ୍ଭର ଶତ୍ରୁକୁ ଘୃଣା କର।’
ܫܡܥܬܘܢ ܕܐܬܐܡܪ ܕܪܚܡ ܠܩܪܝܒܟ ܘܤܢܝ ܠܒܥܠܕܒܒܟ
44 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,
ܐܢܐ ܕܝܢ ܐܡܪ ܐܢܐ ܠܟܘܢ ܐܚܒܘ ܠܒܥܠܕܒܒܝܟܘܢ ܘܒܪܟܘ ܠܡܢ ܕܠܐܛ ܠܟܘܢ ܘܥܒܕܘ ܕܫܦܝܪ ܠܡܢ ܕܤܢܐ ܠܟܘܢ ܘܨܠܘ ܥܠ ܐܝܠܝܢ ܕܕܒܪܝܢ ܠܟܘܢ ܒܩܛܝܪܐ ܘܪܕܦܝܢ ܠܟܘܢ
45 ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି।
ܐܝܟܢܐ ܕܬܗܘܘܢ ܒܢܘܗܝ ܕܐܒܘܟܘܢ ܕܒܫܡܝܐ ܗܘ ܕܡܕܢܚ ܫܡܫܗ ܥܠ ܛܒܐ ܘܥܠ ܒܝܫܐ ܘܡܚܬ ܡܛܪܗ ܥܠ ܟܐܢܐ ܘܥܠ ܥܘܠܐ
46 ଆଉ ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର? କରଗ୍ରାହୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?
ܐܢ ܓܝܪ ܡܚܒܝܢ ܐܢܬܘܢ ܠܐܝܠܝܢ ܕܡܚܒܝܢ ܠܟܘܢ ܡܢܐ ܐܓܪܐ ܐܝܬ ܠܟܘܢ ܠܐ ܗܐ ܐܦ ܡܟܤܐ ܗܝ ܗܕܐ ܥܒܕܝܢ
47 ଆଉ ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ଅଣଯିହୁଦୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?
ܘܐܢ ܫܐܠܝܢ ܐܢܬܘܢ ܒܫܠܡܐ ܕܐܚܝܟܘܢ ܒܠܚܘܕ ܡܢܐ ܝܬܝܪ ܥܒܕܝܢ ܐܢܬܘܢ ܠܐ ܗܐ ܐܦ ܡܟܤܐ ܗܝ ܗܕܐ ܥܒܕܝܢ
48 ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ।
ܗܘܘ ܗܟܝܠ ܐܢܬܘܢ ܓܡܝܪܐ ܐܝܟܢܐ ܕܐܒܘܟܘܢ ܕܒܫܡܝܐ ܓܡܝܪ ܗܘ

< ମାଥିଉ 5 >