< ମାଥିଉ 6 >

1 ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ।
„Ära tee oma häid tegusid inimeste ees, lihtsalt selleks, et neid näha oleks. Muidu ei saa sa mingit tasu Isalt, kes on taevas.
2 ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
Kui sa vaestele annad, ära ole nagu silmakirjatsejad, kes puhuvad pasunaid, et teada anda, mida nad teevad sünagoogides ja tänavatel, nii et inimesed ülistaksid neid. Ma ütlen teile tõde: nad on oma tasu juba kätte saanud.
3 କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କଅଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ,
Kui sa annad vaestele, siis ärgu sinu vasak käsi teadku, mida su parem käsi teeb.
4 ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
Nii on see, mida sa annad, salajane, ja su Isa, kes näeb, mis toimub salajas, tasub sulle.
5 ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
Kui sa palvetad, siis ära ole nagu silmakirjatsejad, sest neile meeldib püsti tõusta ja palvetada sünagoogides ja tänavanurkadel, nii et inimesed neid näeksid. Ma luban teile, nad on oma tasu juba kätte saanud.
6 କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର ଦ୍ୱାର ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
Aga sina, kui sa palvetad, mine tuppa ja sulge uks ning palveta oma Isa poole salajas, ja su Isa, kes näeb, mis toimub salajas, tasub sulle.
7 ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୁଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି।
Kui sa palvetad, siis ära lobise mõttetult nagu võõrad, kes arvavad, et neid kuuldakse kõigi nende sõnade pärast, mida nad kordavad.
8 ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କଅଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ବର ତାହା ଜାଣନ୍ତି।
Ärge olge nende moodi, sest teie Isa teab, mida te vajate juba enne, kui te temalt palute.
9 ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ‘ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ।
Palvetage siis nõnda: „Meie taevane Isa, austatud olgu sinu nimi.
10 ତୁମ୍ଭର ରାଜ୍ୟ ଆସୁ। ଯେପରି ସ୍ୱର୍ଗରେ, ସେହିପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ।
Sinu riik tulgu! Sinu tahe täitugu maa peal samamoodi nagu taevas.
11 ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ।
Palun anna meile täna toitu, mida vajame.
12 ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର।
Andesta meie patud, nagu meie oleme andestanud neile, kes on meie vastu pattu teinud.
13 ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’
Palun ära lase meil kiusatusele järele anda ja päästa meid kurja käest.“
14 କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ;
Sest kui te annate andeks neile, kes teie vastu patustavad, annab ka teie taevane Isa teile andeks.
15 କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।
Aga kui te ei anna andeks neile, kes teie vastu patustavad, siis ei anna teie taevane Isa teie patte andeks.
16 ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
Kui sa paastud, siis ära ole nagu silmakirjatsejad, kes teevad kurva näo ja jätavad oma välimuse hooletusse, et kõik näeksid, et nad paastuvad. Ma ütlen teile tõde: nad on oma tasu juba kätte saanud.
17 କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର,
Aga kui sina paastud, pese oma nägu ja tee välimus korda,
18 ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
et inimesed ei näeks, et sa paastud, ning su nähtamatu Isa, kes näeb, mis toimub salajas, tasub sulle.
19 ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ;
Ärge kuhjake rikkust siia maa peale, kus koi ja rooste seda rikuvad ning kus vargad sisse murravad ja selle varastavad.
20 ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର,
Selle asemel koguge oma vara taevasse, kus koid ja rooste seda ei riku ning kus vargad sisse ei murra ega seda varasta.
21 କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ।
Sest see, mida sa kõige enam hindad, näitab, kes sa tegelikult oled.
22 ଚକ୍ଷୁ ଶରୀରର ପ୍ରଦୀପ। ଏଣୁ ତୁମ୍ଭର ଚକ୍ଷୁ ଯେବେ ନିର୍ମଳ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ।
Silm on nagu lamp, mis valgustab ihu. Niisiis, kui su silm on terve, siis on kogu su ihul valgus.
23 କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ। ଅତଏବ ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେ ଅନ୍ଧକାର କେଡ଼େ ଘୋରତର!
Aga kui su silm on kuri, on kogu su ihu pimeduses. Kui „valgus“, mis sul on, on tegelikult pimedus, kui pime see siis on!
24 କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାର ନାହିଁ।
Keegi ei saa teenida kaht isandat. Sa kas vihkad üht ja armastad teist või oled pühendunud ühele ja põlgad teist. Te ei saa teenida Jumalat ja Raha.
25 ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଜୀବନ ନିମନ୍ତେ କଅଣ ଖାଇବ ବା କଅଣ ପିଇବ, କିଅବା କଅଣ ପିନ୍ଧିବ, ଏଭଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ?
Sellepärast ma ütlengi teile, et ärge muretsege oma elu pärast. Ärge muretsege sellepärast, mida süüa või mida juua või missugused rõivad selga panna. Kas elu ei ole olulisem kui toit ja ihu olulisem kui rõivad?
26 ଆକାଶର ପକ୍ଷୀମାନଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି। ତୁମ୍ଭେମାନେ କଅଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ?
Pange tähele linde − nad ei külva ega lõika ega hoia toidust aitades, sest teie taevane Isa toidab neid. Kas teie ei ole rohkem väärt kui nemad?
27 ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁଷର ଗୋଟିଏ ମୁହୂର୍ତ୍ତ ମଧ୍ୟ ବୃଦ୍ଧି କରିପାରେ?
Kes teist suudaks muretsemisega oma elule minutigi lisada?
28 ଆଉ ବସ୍ତ୍ର ନିମନ୍ତେ କାହିଁକି ଚିନ୍ତା କରୁଅଛ? କ୍ଷେତ୍ରର ପୁଷ୍ପଗୁଡ଼ିକ ବିଷୟରେ ଭାବି ଶିକ୍ଷା ଗ୍ରହଣ କର, ସେଗୁଡ଼ିକ କିପରି ବଢ଼ନ୍ତି; ସେ ସବୁ ପରିଶ୍ରମ କରନ୍ତି ନାହିଁ, କିମ୍ବା ସୂତା କାଟନ୍ତି ନାହିଁ,
Ja miks te muretsete rõivaste pärast? Vaadake kauneid lilli väljal. Vaadake, kuidas nad kasvavad: nad ei tee rasket tööd, nad ei ketra lõnga.
29 ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଐଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ।
Aga ma ütlen teile, isegi Saalomon kogu oma hiilguses ei olnud riietatud nii, nagu üks neist lilledest.
30 କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ବର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ?
Niisiis, kui Jumal ehib sedasi väljal heina, mis täna on ja homme visatakse tulle, kas ta siis ei tee palju enam teie heaks, te inimesed, kes nii vähe usaldavad?
31 ଏଣୁ କଅଣ ଖାଇବା? ଅବା କଅଣ ପିଇବା? କିଅବା କଅଣ ପିନ୍ଧିବା? ଏହା କହି ଚିନ୍ତିତ ହୁଅ ନାହିଁ।
Ärge siis muretsege, öeldes: „Mida me sööme?“või „Mida me joome?“või „Mida me selga paneme?“
32 କାରଣ ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି। ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି।
Kõiki neid asju taotlevad paganad, aga teie taevane Isa teab kõike, mida teil vaja on.
33 କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
Taotlege kõigepealt tema riiki ja õiget eluviisi ning teile antakse kõike.
34 ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ। ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ।
Seega ärge muretsege homse pärast, sest homne päev suudab ise enda eest muretseda. Igas päevas on juba piisavalt halba.“

< ମାଥିଉ 6 >