< ମାଥିଉ 7 >

1 ତୁମ୍ଭେମାନେ ଯେପରି ବିଚାରିତ ନ ହେବ, ଏଥିପାଇଁ ବିଚାର କର ନାହିଁ।
“Usatonga kuti newewo urege kutongwa.
2 କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ।
Nokuti nzira yaunotonga nayo vamwe ndiyo yauchatongwa nayo, uye chiero chaunoshandisa ndicho chichashandiswa kwauri.
3 ଆଉ କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?
“Unotarisirei kabanzu kari muziso rehama yako, asi usina hanya nepuranga riri muziso rako?
4 ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି!
Ungati sei kuhama yako, ‘Rega ndibvise kabanzu kari muziso rako,’ asi iwe nguva dzose uine puranga riri muziso rako?
5 ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ।
Iwe munyengeri, tanga wabvisa puranga riri muziso rako, ipapo unozoona zvakanaka kuti ukwanise kubvisa kabanzu kari muziso rehama yako.
6 ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହିସବୁ ସେମାନଙ୍କ ପାଦ ତଳେ ଦଳି ଦେବେ ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିଦେବେ।
“Musapa imbwa zvinhu zvitsvene, uye musakanda maparera enyu kunguruve. Kana mukadaro, dzinogona kuatsika-tsika pasi petsoka, uye ipapo dzikazokutendeukirai dzokubvambura-bvamburai.
7 ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।
“Kumbirai mugopiwa, tsvakai mugowana, gogodzai mugozarurirwa.
8 କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଫିଟାଇ ଦିଆଯିବ।
Nokuti munhu wose anokumbira anopiwa, anotsvaka anowana; uye anogogodza anozarurirwa musiwo.
9 କିମ୍ବା ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି, ଯେ ନିଜ ପୁଅ ରୁଟି ମାଗିଲେ ତାହାକୁ ପଥର ଦେବ,
“Ndiani pakati penyu angati kana mwanakomana wake akamukumbira chingwa, omupa ibwe?
10 କିଅବା ମାଛ ମାଗିଲେ ତାହାକୁ ସର୍ପ ଦେବ?
Kana kuti akakumbira hove iye omupa nyoka?
11 ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ!
Zvino imi, kunyange zvenyu makaipa, muchiziva kupa zvipo zvakanaka kuvana venyu, Baba venyu vari kudenga vachapa zvipo zvakanaka sei kuna avo vanokumbira!
12 ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହିସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର।
Saka muzvinhu zvose itirai vamwe zvamunoda kuti vakuitirei imi, nokuti izvi ndizvo Murayiro naVaprofita.
13 ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ।
“Pindai napasuo rakamanikana nokuti suo rakafara nenzira yakapamhama zvinotungamirira kukuparadzwa, uye vazhinji vanopinda naro.
14 ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ।
Asi suo duku nenzira yakamanikana ndizvo zvinotungamirira kuupenyu, uye vashoma chete, ndivo vanozviwana.
15 ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶ‍ରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ!
“Chenjererai vaprofita venhema, vanouya kwamuri vakapfeka matehwe emakwai asi mukati mavo vari mapere anoparadza.
16 ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି?
Muchavaziva nemichero yavo. Vanhu vanganhonga mazambiringa pamuti weminzwa here, kana maonde parukato?
17 ସେହି ପ୍ରକାରେ ସବୁ ଭଲ ଗଛ ଭଲ ଫଳ ଫଳେ, କିନ୍ତୁ ମନ୍ଦ ଗଛ ମନ୍ଦ ଫଳ ଫଳେ।
Saizvozvo muti wose wakanaka unobereka michero yakanaka, muti wakaipa unobereka michero yakaipa.
18 ଭଲ ଗଛ ମନ୍ଦ ଫଳ ଫଳି ନ ପାରେ, କିଅବା ମନ୍ଦ ଗଛ ଭଲ ଫଳ ଫଳି ନ ପାରେ।
Muti wakanaka haungabereki michero yakaipa, nemuti wakaipa haungabereki michero yakanaka.
19 ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯାଏ।
Muti wose usingabereki michero yakanaka unotemwa uye ugokandwa mumoto.
20 ଅତଏବ ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ।
Naizvozvo muchavaziva nemichero yavo.
21 ମୋତେ ‘ପ୍ରଭୁ, ପ୍ରଭୁ’ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ।
“Havasi vose vanoti kwandiri, ‘Ishe, Ishe’ vachapinda muushe hwokudenga, asi uyo chete anoita kuda kwaBaba vangu vari kudenga.
22 ସେ ଦିନ ଅନେକେ ମୋତେ କହିବେ, ‘ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ?’ ପୁଣି, ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ? ଆଉ ତୁମ୍ଭ ନାମରେ କି ଅନେକ ଆଶ୍ଚର୍ଯ୍ୟର କାର୍ଯ୍ୟ କଲୁ ନାହିଁ?
Vazhinji pazuva iro vachati kwandiri, ‘Ishe, Ishe, ko, hatina kuprofita muzita renyuwo here, uye muzita renyu tikadzinga madhimoni, tikaita zvishamiso?’
23 ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟ ରୂପେ କହିବି, ‘ମୁଁ ତୁମ୍ଭମାନଙ୍କୁ କେବେ ହେଁ ଜାଣି ନାହିଁ। ହେ ଅଧର୍ମାଚାରୀମାନେ ମୋ ପାଖରୁ ଦୂର ହୁଅ।’
Ipapo ndichavaudza pachena kuti, ‘Handina kutombokuzivai. Ibvai zvenyu pandiri, imi vaiti vezvakaipa!’
24 ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ।
“Naizvozvo munhu anonzwa mashoko angu aya, uye akaaita, akafanana nemurume akachenjera uyo akavaka imba yake paruware.
25 ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା।
Mvura yakanaya, nzizi dzikazara, uye dutu remhepo rakauya rikarova imba iya, asi haina kuputsika, nokuti hwaro hwayo hwaiva paruware.
26 ଆଉ ଯେ କେହି ମୋହର ଏହି ସମସ୍ତ କଥା ଶୁଣି ପାଳନ କରେ ନାହିଁ, ସେ ବାଲି ଉପରେ ଘର ତିଆରି କରିବା ଜଣେ ମୂର୍ଖ ଲୋକ ଭଳି ହେବ।
Asi munhu wose anonzwa mashoko angu aya akasaaita, akafanana nomurume benzi akavakira imba yake mujecha.
27 ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି, ତାହାର ପତନ ଭୟଙ୍କର ହେଲା।”
Mvura yakanaya, nzizi dzikazara, uye dutu remhepo rakauya rikarova imba iya ikawa nokuwa kukuru.”
28 ଯୀଶୁ ଏହିସବୁ କଥା ଶେଷ କରନ୍ତେ ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ,
Jesu akati apedza kutaura zvinhu izvi vazhinji vaivapo vakashamiswa nokudzidzisa kwake,
29 କାରଣ ସେ ସେମାନଙ୍କର ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ।
nokuti akadzidzisa somurume aiva nesimba kwete samadzidzisiro aiitwa navadzidzisi vavo vomurayiro.

< ମାଥିଉ 7 >