< ମାଥିଉ 8 >

1 ଯୀଶୁ ପାହାଡ ଉପରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଚାଲିଲେ।
כשירד ישוע מהגבעה הלך אחריו קהל גדול.
2 ଆଉ ଦେଖ, ଜଣେ କୁଷ୍ଠରୋଗୀ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି।
אדם חולה בצרעת בא לקראתו, נפל על ברכיו והתחנן:”אדוני, אם רק תרצה, תוכל לרפא אותי.“
3 ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା।
ישוע נגע באיש ואמר:”ודאי שאני רוצה. הירפא!“ומיד נעלמה הצרעת.
4 ଆଉ ଯୀଶୁ ତାହାକୁ କହିଲେ, “ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ନିଜକୁ ଯାଜକଙ୍କୁ ଦେଖାଅ, ପୁଣି, ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ପାଖରେ ସାକ୍ଷ୍ୟ ଦେବା ପାଇଁ ଉତ୍ସର୍ଗ କର।”
”אל תספר על כך לאיש“, אמר לו ישוע.”לך מיד אל הכהן והראה לו שנרפאת. אל תשכח לקחת איתך קורבן טהרה, כפי שציווה משה על בני־ישראל, כדי שכולם יראו שנרפאת!“
5 ଯୀଶୁ କଫର୍ନାହୂମ ନଗରରେ ପ୍ରବେଶ କରନ୍ତେ ଜଣେ ଶତ-ସେନାପତି ତାହାଙ୍କ ପାଖକୁ ଆସି ବିନତି କରି କହିଲେ,
כשהגיע ישוע לכפר־נחום, בא אליו קצין רומאי והתחנן לפניו שירפא את משרתו הצעיר, השוכב משותק על מיטתו וסובל כאבים נוראיים.
6 ହେ ପ୍ରଭୁ, ମୋହର ଦାସ ପକ୍ଷାଘାତ ରୋଗରେ ଅତିଶୟ ଯନ୍ତ୍ରଣା ପାଇ ଗୃହରେ ଶଯ୍ୟାଗତ ଅଛି।
7 ସେ ତାହାକୁ କହିଲେ, “ମୁଁ ଯାଇ ତାହାକୁ ସୁସ୍ଥ କରିବି।”
”כן“, השיב ישוע.”אבוא לרפא אותו.“
8 କିନ୍ତୁ ଶତ-ସେନାପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ।
”אדוני“אמר הקצין,”אני לא ראוי שתבוא אל ביתי, וגם אין צורך בכך. רק צווה שמשרתי יירפא, והוא יירפא.
9 କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ କରେ।
כיצד אני יכול להיות בטוח בכך? הרי אני איש צבא ורגיל לקבל פקודות מהממונים עלי, ואף לתת פקודות לחיילים תחת פיקודי. אם אני אומר לחייל אחד:’לך‘, הוא הולך. אם אני אומר לחייל אחר’בוא‘, הוא בא. ואם אני אומר למשרתי:’עשה עבודה זאת או אחרת‘, הוא עושה אותה.“
10 ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।
דברי הקצין הפליאו את ישוע. הוא פנה אל הקהל ואמר:”בכל ישראל לא ראיתי אמונה גדולה כזאת!
11 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜନରେ ବସିବେ,
אני אומר לכם שגויים רבים, כמו הקצין הזה, יבואו מכל העולם וישבו במלכות השמים יחד עם אברהם, יצחק ויעקב.
12 ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।”
ורבים – שלמענם הוכנה המלכות – יגורשו לחושך, למקום של בכי וייסורים.“
13 ଆଉ ଯୀଶୁ ଶତ-ସେନାପତିଙ୍କୁ କହିଲେ, “ଯାଅ, ତୁମ୍ଭେ ଯେପରି ବିଶ୍ୱାସ କରୁଅଛ, ତୁମ୍ଭ ପ୍ରତି ସେହିପରି ହେଉ।” ସେହିକ୍ଷଣି ଦାସଟି ସୁସ୍ଥ ହେଲା।
לאחר מכן אמר ישוע לקצין הרומאי:”לך עתה לביתך; הדבר שהאמנת בו נעשה!“ובאותה שעה נרפא המשרת.
14 ପରେ ଯୀଶୁ ପିତରଙ୍କ ଘରକୁ ଆସି ତାହାଙ୍କ ଶାଶୁଙ୍କୁ ଜ୍ୱରରେ ଶଯ୍ୟାଗତା ଥିବା ଦେଖିଲେ;
כשבא ישוע לביתו של שמעון, ראה את חמותו של שמעון שוכבת במיטתה וקודחת מחום.
15 ସେଥିରେ ସେ ତାହାଙ୍କର ହସ୍ତ ସ୍ପର୍ଶ କଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ଉଠି ତାହାଙ୍କର ସେବା କରିବାକୁ ଲାଗିଲେ।
ישוע נגע בידה, ומיד ירד החום. היא קמה ממיטתה והכינה להם אוכל.
16 ସନ୍ଧ୍ୟା ହୁଅନ୍ତେ ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ, ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ,
באותו ערב הובאו אל ישוע מספר אנשים אחוזי־שדים. במילה אחת מפיו של ישוע ברחו כל השדים, והחולים נרפאו.
17 ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, “‘ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ।’”
מעשה זה הגשים את נבואת ישעיהו:”חלינו הוא נשא ומכאובינו סבלם.“
18 ଯୀଶୁ ଆପଣାର ଚାରିଆଡ଼େ ଲୋକସମୂହ ଦେଖି ଆରପାରିକୁ ଯିବା ପାଇଁ ଆଜ୍ଞା ଦେଲେ।
כשראה ישוע את הקהל הרב שהתאסף סביבו, הורה לתלמידיו להתכונן לעבור לצד השני של הכינרת.
19 ପୁଣି, ଜଣେ ଶାସ୍ତ୍ରୀ ତାହାଙ୍କ ନିକଟକୁ ଆସି କହିଲେ, ହେ ଗୁରୁ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି।
באותו זמן ניגש אליו איש דת אחד ואמר:”רבי, לכל מקום שתלך, אלך אחריך!“
20 ସେଥିରେ ଯୀଶୁ ତାହାକୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।”
אולם ישוע ענה לו:”השועלים מתגוררים במחילות האדמה, ולציפורים יש קנים. אולם לבן־האדם אין מקום להניח את ראשו.“
21 ପୁଣି, ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ ଅପେକ୍ଷା କରିବା ପାଇଁ ଏବଂ ତାହାଙ୍କୁ ସମାଧି ଦେବା ପର୍ଯ୍ୟନ୍ତ ରହିବା ପାଇଁ ମୋତେ ଅନୁମତି ଦିଅନ୍ତୁ।
תלמיד אחר אמר לישוע:”אדוני, הרשה לי קודם לקבור את אבי ואחר כך אלך אחריך.“
22 କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ମୋହର ଅନୁଗମନ କର, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ।”
אולם ישוע ענה לו:”לך אחרי עכשיו! והנח למתים (מבחינה רוחנית) לדאוג למתים שלהם.“
23 ସେ ନୌକାରେ ଚଢ଼ନ୍ତେ ତାହାଙ୍କର ଶିଷ୍ୟମାନେ ତାହାଙ୍କ ପଛେ ପଛେ ଗଲେ।
לאחר מכן נכנסו ישוע ותלמידיו לסירה והחלו לשוט אל הצד השני של הכינרת.
24 ପୁଣି, ଦେଖ, ସମୁଦ୍ରରେ ଏପରି ପ୍ରବଳ ଝଡ଼ ହେଲା ଯେ, ତରଙ୍ଗରେ ନୌକାଟି ଆଚ୍ଛାଦିତ ହେବାକୁ ଲାଗିଲା, ମାତ୍ର ସେ ଶୋଇଥିଲେ।
לפתע התחוללה סערה נוראה, והגלים הגבוהים הציפו את הסירה. ואילו ישוע ישן.
25 ଆଉ ସେମାନେ ପାଖକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ପ୍ରଭୁ, ରକ୍ଷା କରନ୍ତୁ, ଆମେ ମଲୁ।
התלמידים ניגשו אל ישוע והעירו אותו בבהלה:”אדוננו, הצל אותנו! אנחנו טובעים!“
26 ସେ ସେମାନଙ୍କୁ କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ?” ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା।
אולם ישוע ענה:”חסרי־אמונה שכמוכם! מדוע אתם פוחדים כל־כך?“הוא קם ונזף ברוח, ופקד על הים להירגע. מיד פסקה הסערה; הרוח שקטה והים נרגע.
27 ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ, ଏ କିପରି ବ୍ୟକ୍ତି ଯେ ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି।
התלמידים הנדהמים שאלו זה את זה:”מיהו האיש הזה שאפילו הרוח והים נשמעים לו?“
28 ପରେ ଆରପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ ଦୁଇ ଜଣ ଭୂତଗ୍ରସ୍ତ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ଏପରି ଦୁର୍ଦ୍ଦାନ୍ତ ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରିପାରୁ ନ ଥିଲେ।
בהגיעם אל ארץ הגדריים, באו לקראתם שני אנשים אחוזי־שדים. השניים התגוררו בבית־הקברות והיו מסוכנים כל כך, עד שאיש לא העז לעבור באזור ההוא.
29 ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ବରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କଅଣ ଅଛି? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ?
השניים צעקו אל ישוע:”מה אתה רוצה מאתנו, בן־האלוהים? אסור לך עדיין לייסר אותנו!“
30 ଆଉ ସେମାନଙ୍କଠାରୁ ଦୂରରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା।
במרחק מה משם רעה עדר חזירים,
31 ଏଥିରେ ଭୂତଗୁଡ଼ାକ ତାହାଙ୍କୁ ବିନତି କରି କହିବାକୁ ଲାଗିଲେ, ଯେବେ ଆମ୍ଭମାନଙ୍କୁ ଛଡ଼ାଅ, ତେବେ ଘୁଷୁରିପଲ ଭିତରକୁ ପଠାଇଦିଅ।
והשדים ביקשו:”אם אתה מגרש אותנו, שלח אותנו לפחות אל תוך החזירים האלה.“
32 ଯୀଶୁ ସେମାନଙ୍କୁ କହିଲେ, “ଯାଅ।” ସେଥିରେ ସେମାନେ ବାହାରି ଘୁଷୁରିଗୁଡ଼ାକ ଭିତରେ ପଶିଲେ; ଆଉ ଦେଖ, ଘୁଷୁରିପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନ ଦେଇ ସମୁଦ୍ରରେ ପଡ଼ି ବୁଡ଼ି ମଲେ।
ישוע הסכים, וציווה עליהם:”הסתלקו!“השדים יצאו מהאנשים ונכנסו בחזירים, ואלה דהרו מיד במדרון ההר ישר אל תוך הים, וטבעו.
33 ପୁଣି, ଚରାଉଥିବା ଲୋକମାନେ ପଳାଇଗଲେ ଏବଂ ନଗରକୁ ଯାଇ ସମସ୍ତ ଘଟଣା ଓ ଭୂତଗ୍ରସ୍ତ ଲୋକଙ୍କ ପ୍ରତି ଯାହା ଯାହା ଘଟିଥିଲା, ସେହିସବୁ ଜଣାଇଲେ।
הרועים ברחו אל העיר הקרובה וסיפרו על מה שקרה,
34 ଆଉ ଦେଖ, ନଗରର ସମସ୍ତ ଲୋକ ଯୀଶୁଙ୍କୁ ଭେଟିବା ପାଇଁ ବାହାରି ଆସିଲେ, ପୁଣି, ତାହାଙ୍କୁ ଦେଖି ସେମାନଙ୍କ ସୀମାରୁ ଚାଲିଯିବା ପାଇଁ ବିନତି କଲେ।
וכל אנשי העיר יצאו מיד לראות את ישוע, וביקשו ממנו לעזוב את האזור ולא להטריד אותם.

< ମାଥିଉ 8 >