< ମାଥିଉ 1 >
1 ଅବ୍ରହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ।
アブラハムの子であるダビデの子、イエス・キリストの系図。
2 ଅବ୍ରହାମ ଇସ୍ହାକଙ୍କୁ ଜନ୍ମ ଦେଲେ, ଇସ୍ହାକ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ, ଯିହୂଦା ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ,
アブラハムはイサクの父であり、イサクはヤコブの父、ヤコブはユダとその兄弟たちとの父、
3 ଯିହୂଦା ତାମରଙ୍କ ଗର୍ଭରୁ ପେରସ ଓ ସେରହଙ୍କୁ ଜନ୍ମ ଦେଲେ, ପେରସ ହିଷ୍ରୋଣଙ୍କୁ ଜନ୍ମ ଦେଲେ,
ユダはタマルによるパレスとザラとの父、パレスはエスロンの父、エスロンはアラムの父、
4 ହିଷ୍ରୋଣ ଅରାମଙ୍କୁ ଜନ୍ମ ଦେଲେ, ଅରାମ ଅମ୍ମୀନାଦବଙ୍କୁ ଜନ୍ମ ଦେଲେ, ଅମ୍ମୀନାଦାବ ନହଶୋନଙ୍କୁ ଜନ୍ମ ଦେଲେ, ନହଶୋନ ସଲମୋନଙ୍କୁ ଜନ୍ମ ଦେଲେ,
アラムはアミナダブの父、アミナダブはナアソンの父、ナアソンはサルモンの父、
5 ସଲମୋନ ରାହାବଙ୍କ ଗର୍ଭରୁ ବୋୟଜଙ୍କୁ ଜନ୍ମ ଦେଲେ, ବୋୟଜ ରୂତଙ୍କ ଗର୍ଭରୁ ଓବେଦଙ୍କୁ ଜନ୍ମ ଦେଲେ, ଓବେଦ ଯିଶୀଙ୍କୁ ଜନ୍ମ ଦେଲେ,
サルモンはラハブによるボアズの父、ボアズはルツによるオベデの父、オベデはエッサイの父、
6 ଯିଶୀ ଦାଉଦ ରାଜାଙ୍କୁ ଜନ୍ମ ଦେଲେ। ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ,
エッサイはダビデ王の父であった。ダビデはウリヤの妻によるソロモンの父であり、
7 ଶଲୋମନ ରିହବୀୟାମଙ୍କୁ ଜନ୍ମ ଦେଲେ, ରିହବୀୟାମ ଅବୀୟଙ୍କୁ ଜନ୍ମ ଦେଲେ,
ソロモンはレハベアムの父、レハベアムはアビヤの父、アビヤはアサの父、
8 ଅବୀୟ ଆସାଙ୍କୁ ଜନ୍ମ ଦେଲେ, ଆସା ଯିହୋଶାଫଟଙ୍କୁ ଜନ୍ମ ଦେଲେ, ଯିହୋଶାଫଟ ଯୋରାମଙ୍କୁ ଜନ୍ମ ଦେଲେ, ଯୋରାମ ଉଜୀୟଙ୍କୁ ଜନ୍ମ ଦେଲେ,
アサはヨサパテの父、ヨサパテはヨラムの父、ヨラムはウジヤの父、
9 ଉଜୀୟ ଯୋଥମଙ୍କୁ ଜନ୍ମ ଦେଲେ, ଯୋଥମ ଆହସ୍ଙ୍କୁ ଜନ୍ମ ଦେଲେ, ଆହସ୍ ହିଜକୀୟଙ୍କୁ ଜନ୍ମ ଦେଲେ,
ウジヤはヨタムの父、ヨタムはアハズの父、アハズはヒゼキヤの父、
10 ହିଜକୀୟ ମନଃଶିଙ୍କୁ ଜନ୍ମ ଦେଲେ, ମନଃଶି ଆମୋନଙ୍କୁ ଜନ୍ମ ଦେଲେ, ଆମୋନ ଯୋଶୀୟଙ୍କୁ ଜନ୍ମ ଦେଲେ,
ヒゼキヤはマナセの父、マナセはアモンの父、アモンはヨシヤの父、
11 ବାବିଲକୁ ନିର୍ବାସିତ ହେବା ସମୟରେ ଯୋଶୀୟ ଯିକନୀୟ ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ।
ヨシヤはバビロンへ移されたころ、エコニヤとその兄弟たちとの父となった。
12 ବାବିଲକୁ ନିର୍ବାସିତ ହେବା ପରେ ଯିକନୀୟ ଶଲ୍ଟୀୟେଲଙ୍କୁ ଜନ୍ମ ଦେଲେ, ଶଲ୍ଟୀୟେଲ୍ ଜିରୁବାବିଲଙ୍କୁ ଜନ୍ମ ଦେଲେ,
バビロンへ移されたのち、エコニヤはサラテルの父となった。サラテルはゾロバベルの父、
13 ଜିରୁବାବିଲ ଅବୀହୁଦଙ୍କୁ ଜନ୍ମ ଦେଲେ, ଅବୀହୁଦ ଏଲୀୟାକିମଙ୍କୁ ଜନ୍ମ ଦେଲେ, ଏଲୀୟାକିମ ଆସୋରଙ୍କୁ ଜନ୍ମ ଦେଲ,
ゾロバベルはアビウデの父、アビウデはエリヤキムの父、エリヤキムはアゾルの父、
14 ଆସୋର ସାଦୋକଙ୍କୁ ଜନ୍ମ ଦେଲେ, ସାଦୋକ ଆଖିମଙ୍କୁ ଜନ୍ମ ଦେଲେ, ଆଖିମ ଏଲିହୁଦଙ୍କୁ ଜନ୍ମ ଦେଲେ,
アゾルはサドクの父、サドクはアキムの父、アキムはエリウデの父、
15 ଏଲିହୁଦ ଏଲୀୟାଜରଙ୍କୁ ଜନ୍ମ ଦେଲେ, ଏଲୀୟାଜର ମତ୍ତାନଙ୍କୁ ଜନ୍ମ ଦେଲେ,
エリウデはエレアザルの父、エレアザルはマタンの父、マタンはヤコブの父、
16 ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ମରୀୟମଙ୍କ ସ୍ୱାମୀ ଯୋଷେଫଙ୍କୁ ଜନ୍ମ ଦେଲେ, ଏହି ମରୀୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ, ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ।
ヤコブはマリヤの夫ヨセフの父であった。このマリヤからキリストといわれるイエスがお生れになった。
17 ଏହି ପ୍ରକାରେ ସମସ୍ତେ ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ, ଆଉ ଦାଉଦଙ୍କ ଠାରୁ ବାବିଲ ନିର୍ବାସନ ପର୍ଯ୍ୟନ୍ତ ଚଉଦ ପୁରୁଷ, ପୁଣି, ବାବିଲ ନିର୍ବାସନଠାରୁ ଖ୍ରୀଷ୍ଟଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ।
だから、アブラハムからダビデまでの代は合わせて十四代、ダビデからバビロンへ移されるまでは十四代、そして、バビロンへ移されてからキリストまでは十四代である。
18 ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା। ତାହାଙ୍କ ମାତା ମରୀୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା।
イエス・キリストの誕生の次第はこうであった。母マリヤはヨセフと婚約していたが、まだ一緒にならない前に、聖霊によって身重になった。
19 ଏଥିରେ ତାହାଙ୍କ ସ୍ୱାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାହାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାହାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ।
夫ヨセフは正しい人であったので、彼女のことが公けになることを好まず、ひそかに離縁しようと決心した。
20 କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି।
彼がこのことを思いめぐらしていたとき、主の使が夢に現れて言った、「ダビデの子ヨセフよ、心配しないでマリヤを妻として迎えるがよい。その胎内に宿っているものは聖霊によるのである。
21 ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”
彼女は男の子を産むであろう。その名をイエスと名づけなさい。彼は、おのれの民をそのもろもろの罪から救う者となるからである」。
22 ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା,
すべてこれらのことが起ったのは、主が預言者によって言われたことの成就するためである。すなわち、
23 “ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।”
「見よ、おとめがみごもって男の子を産むであろう。その名はインマヌエルと呼ばれるであろう」。これは、「神われらと共にいます」という意味である。
24 ଏଥିରେ ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ;
ヨセフは眠りからさめた後に、主の使が命じたとおりに、マリヤを妻に迎えた。
25 କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାହାଙ୍କ ସହିତ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ।
しかし、子が生れるまでは、彼女を知ることはなかった。そして、その子をイエスと名づけた。