< ମୀଖା 1 >
1 ଯିହୁଦା ଦେଶୀୟ ଯୋଥମ୍, ଆହସ୍ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।
Šis ir Tā Kunga vārds, kas noticis uz Mihu, to Marezieti, Jotama, Ahazs, Hizkijas, Jūda ķēniņu, dienās, ko viņš redzējis par Samariju un Jeruzālemi.
2 ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ।
Klausāties, tautas visas, ņem vērā, zeme un viss, kas tur iekšā, jo Tas Kungs Dievs pret jums būs liecinieks, Tas Kungs no Sava svētā nama.
3 କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଲାଇ ଆସି ପୃଥିବୀର ଉଚ୍ଚସ୍ଥଳୀସକଳ ଉପରେ ଗମନ କରିବେ।
Jo redzi, Tas Kungs iziet no Savas vietas, viņš nolaižas un stāv uz zemes augstumiem,
4 ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।
Un kalni apakš Viņa izkūst, un ielejas izšķīst kā vasks ugunī, kā ūdens, kas gāžas uz leju.
5 କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି। ଯାକୁବର ଆଜ୍ଞାଲଙ୍ଘନ କଅଣ? ତାହା କି ଶମରୀୟା ନୁହେଁ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ ସେହି ସବୁ କି ଯିରୂଶାଲମ ନୁହେଁ?
Šo visu Viņš darīs Jēkaba nozieguma dēļ un Israēla bērnu grēku dēļ. Bet kur ir Jēkaba noziegums? Vai ne Samarijā? Un kur ir Jūda elku altāri? Vai ne Jeruzālemē?
6 ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା।
Tāpēc Es Samariju darīšu par akmeņu kopu laukā, par vīna dārzu, un Es viņas akmeņus nogāzīšu ielejā un atklāšu viņas pamatus.
7 ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ଡ ଖଣ୍ଡ କରାଯିବ ଓ ତାହାର ବେତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ୱଂସ କରିବା; କାରଣ ବେଶ୍ୟାର ବେତନ ଦ୍ୱାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବେତନ ହୋଇଯିବ।
Un visi viņas dievekļi taps sadauzīti, un visas viņas mauku dāvanas taps sadedzinātas ar uguni, un visus viņas elkadievus Es darīšu par tuksnesi; jo tie ir sakrāti no mauku algas, un paliks atkal par mauku algu.
8 ଏଥିସକାଶୁ ଆମ୍ଭେ ବିଳାପ ଓ ହାହାକାର କରିବା, ଆମ୍ଭେ ଉଲଙ୍ଗ ହୋଇ ଖାଲି ପାଦରେ ବୁଲିବା। ଆମ୍ଭେ ଶୃଗାଳ ପରି ବିଳାପ କରିବା ଓ ଉଷ୍ଟ୍ରପକ୍ଷୀ ପରି ଶୋକ କରିବା।
Par to man jābēdājas un jāraud, es iešu aplaupīts un kails, es sākšu kaukt kā šakāļi un gaust kā jauni strausi.
9 କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି।
Jo viņas mocības ir nāvīgas, jo tās ir nākušas līdz Jūdam, un stiepjas līdz manu ļaužu vārtiem, līdz Jeruzālemei.
10 ଗାଥ୍ ନଗରରେ ଏ କଥା ଜଣାଅ ନାହିଁ, ଆଦୌ ରୋଦନ କର ନାହିଁ; ଏବଂ ବେଥ୍-ଲିଅଫ୍ରା ନଗରର ଧୂଳିରେ ନିଜେ ଗଡ଼ି ଅଛୁ।
Nesludinājiet to Gatā, neraudiet tik gauži, vārtaties pīšļos pīšļu namā,
11 ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବେଥ୍-ସେଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ବନ ହରଣ କରିବ।
Aizej Šafīras iedzīvotāja, bezkaunīgi atsegta! Caēnanas iedzīvotāja neiziet; žēlošana Betecelē nestājās;
12 କାରଣ ମାରୋତ୍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି।
Jo Marotas iedzīvotāja noskumst par to (zudušo) labumu, ka ļaunums no Tā Kunga ir nācis līdz Jeruzālemes vārtiem.
13 ହେ ଲାଖୀଶ୍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ୱ ଯୋଚ; ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ୱରୂପ ଥିଲା; କାରଣ ଇସ୍ରାଏଲର ଆଜ୍ଞା-ଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା।
Jūdz zirgus ratos, Lakisas iedzīvotāja; še ir grēku iesākums Ciānas meitai, ka iekš tevis Israēla noziegumi ir atrasti.
14 ଏଥିପାଇଁ ତୁମ୍ଭେ ମୋରେଷତ୍ ଗାଥ୍କୁ ବିଦାୟକାଳୀନ ଦାନ ଦେବ ଅକଷୀବ୍ର ଗୃହସକଳ ଇସ୍ରାଏଲର ରାଜାଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ;
Tādēļ sūti dāvanas uz Gatas Marezeti. Aksibas nami Israēla ķēniņiem paliks par meliem.
15 ଆହୁରି, ହେ ମାରେଶା ଗ୍ରାମର ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ମହାନ ନେତୃତ୍ଵକାରୀଗଣ ଅଦୁଲ୍ଲମ ଗୁମ୍ଫାକୁ ଯିବେ।
Es tev vēl reiz atvedīšu mantinieku, Marezas iedzīvotāja; uz Adulamu aizies Israēla gods.
16 ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ଡନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି।
Nodzeni sev galvu pliku savu mīļo bērnu dēļ, dari savu pleiķi platu kā (maitu)lijai, tāpēc ka tie no tevis ir aizvesti.