< ମୀଖା 1 >
1 ଯିହୁଦା ଦେଶୀୟ ଯୋଥମ୍, ଆହସ୍ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।
Hili ni neno la Yahwe ambalo lilikuja kwa Mika Mmorashti katika siku za Yotahamu, Ahazi, na Hezekeia, mfalme wa Yuda, lile neno aliloliona kuhusiana na Samaria na Yerusalemu.
2 ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ।
Sikilizeni, ninyi watu wote. Sikilizeni, dunia, na vyote vilivyomo kwenye dunia. Acheni Yahwe ashuhudiwe dhidi yenu, Bwana kutoka kwenye hekalu lake takatifu.
3 କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଲାଇ ଆସି ପୃଥିବୀର ଉଚ୍ଚସ୍ଥଳୀସକଳ ଉପରେ ଗମନ କରିବେ।
Tazama, Yahwe anakuja kutoka mahali pake; atashuka chini na kupakanyaga mahali pa juu katika dunia.
4 ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।
Milima itayeyuka chini yake; mabonde yatapasuka vipande vipande kama mshumaa mbele ya moto, kama maji ambayo yamemwagika chini ya mteremko mkali.
5 କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି। ଯାକୁବର ଆଜ୍ଞାଲଙ୍ଘନ କଅଣ? ତାହା କି ଶମରୀୟା ନୁହେଁ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ ସେହି ସବୁ କି ଯିରୂଶାଲମ ନୁହେଁ?
Haya yote ni kwasababu ya uasi wa Yakobo, na kwasababu ya dhambi za nyumba ya Israeli. Je sababu ilikuwa nini kwa uasi wa Yakobo? Je ilikuwa Samaria? Je sababu ilikuwa nini kwa mahali pa juu pa Yuda? Je haiukuwa Yerusalemu?
6 ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା।
“Nitaifanya Samaria rundo la uharibifu katika shamba, kama eneo la kupandia mizabibu. Nitayavuta mawe ya jengo lake kwenda kwenye bonde; Nitaifunua misingi yake.
7 ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ଡ ଖଣ୍ଡ କରାଯିବ ଓ ତାହାର ବେତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ୱଂସ କରିବା; କାରଣ ବେଶ୍ୟାର ବେତନ ଦ୍ୱାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବେତନ ହୋଇଯିବ।
Sanamu zake zote za kuchonga zitapondwa vipande vipande; na zawadi zake zote zitachomwa moto. Kwa kuwa zawadi zake za ukahaba amezikusanya, na kama malipo ya ukahaba yatarudi.”
8 ଏଥିସକାଶୁ ଆମ୍ଭେ ବିଳାପ ଓ ହାହାକାର କରିବା, ଆମ୍ଭେ ଉଲଙ୍ଗ ହୋଇ ଖାଲି ପାଦରେ ବୁଲିବା। ଆମ୍ଭେ ଶୃଗାଳ ପରି ବିଳାପ କରିବା ଓ ଉଷ୍ଟ୍ରପକ୍ଷୀ ପରି ଶୋକ କରିବା।
Kwa sababu hii nitalia na kuomboleza; nitaenda peku peku na uchi; Nitaomboleza kama mbeha na kuomboleza kama bundi.
9 କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି।
Kwa kuwa jeraha lake haliponi, kwa kuwa imefika kwa Yuda. Imefikia lango la watu wangu, hadi Yerusalemu.
10 ଗାଥ୍ ନଗରରେ ଏ କଥା ଜଣାଅ ନାହିଁ, ଆଦୌ ରୋଦନ କର ନାହିଁ; ଏବଂ ବେଥ୍-ଲିଅଫ୍ରା ନଗରର ଧୂଳିରେ ନିଜେ ଗଡ଼ି ଅଛୁ।
Msiache kuwambia kuhusu katika Gathi; msilie tena. Katika Bethi Leafra nabiringisha mwenyewe kwenye mavumbi.
11 ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବେଥ୍-ସେଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ବନ ହରଣ କରିବ।
Piteni karibu na, makao ya Shafiri, katika uchi na aibu. Makazi ya Zaanani hayatatoka nje. Maombolezo ya Beth Ezeli, kwa ajili ya ulinzi yamechukuliwa.
12 କାରଣ ମାରୋତ୍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି।
Kwa kuwa wakaaji wa Marothi hungoja habari njema, kwa sababu hofu, kwa sababu msiba umetoka kwa Yahwe hadi kwenye malango ya Yerusalemu.
13 ହେ ଲାଖୀଶ୍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ୱ ଯୋଚ; ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ୱରୂପ ଥିଲା; କାରଣ ଇସ୍ରାଏଲର ଆଜ୍ଞା-ଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା।
Wfuungeni lijamu farasi wakokote gari la farasi, makazi ya Lakishi. Wewe Lakishi, ulikuwa mwanzo wa dhambi kwa binti Sayuni, kwa kuwa makosa ya Israeli yalionekana kwako.
14 ଏଥିପାଇଁ ତୁମ୍ଭେ ମୋରେଷତ୍ ଗାଥ୍କୁ ବିଦାୟକାଳୀନ ଦାନ ଦେବ ଅକଷୀବ୍ର ଗୃହସକଳ ଇସ୍ରାଏଲର ରାଜାଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ;
Hivyo utaipa zawadi ya kuagia Moreshethi Gathi; mji wa Akzibu utawavunja moyo wafalme wa Israeli.
15 ଆହୁରି, ହେ ମାରେଶା ଗ୍ରାମର ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ମହାନ ନେତୃତ୍ଵକାରୀଗଣ ଅଦୁଲ୍ଲମ ଗୁମ୍ଫାକୁ ଯିବେ।
Tena nitaleta ushindi kwako, makazi ya Maresha; uzuri wa Israeli utakuja Adulamu.
16 ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ଡନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି।
Kata kipara chako na kata nywele zako kwa ajili ya watoto ambao unaowafurahisha. Fanya kipara chako mwenyewe kama tai, kwa ajili ya watoto wako watakao kwenda utumwani kutoka kwako