< ମୀଖା 2 >

1 ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ।
Tsoka kwa amene amakonzekera chiwembu, kwa amene amakonzekera kuchita zoyipa usiku pa mabedi awo! Kukacha mmawa amakachitadi chifukwa ali ndi mphamvu zochitira zimenezo.
2 ଆଉ, ସେମାନେ କ୍ଷେତ୍ରକୁ ଲୋଭ କରନ୍ତି ଓ ବଳରେ ତାହା ଛଡ଼ାଇ ନିଅନ୍ତି ଓ ଗୃହକୁ ଲୋଭ କରି ତାହା ହରଣ କରି ନିଅନ୍ତି; ଆଉ, ସେମାନେ ପୁରୁଷ ଓ ତାହାର ଗୃହ ପ୍ରତି, ଏବଂ, ମନୁଷ୍ୟ ଓ ତାହାର ପୈତୃକ ଅଧିକାର ପ୍ରତି ଦୌରାତ୍ମ୍ୟ କରନ୍ତି।
Amasirira minda ndi kuyilanda, amasirira nyumba ndi kuzilanda. Amatenga nyumba ya munthu mwachinyengo, munthu mnzawo kumulanda cholowa chake.
3 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଏହି ଗୋଷ୍ଠୀ ବିରୁଦ୍ଧରେ ଅମଙ୍ଗଳ କଳ୍ପନା କରୁଅଛୁ, ତହିଁରୁ ତୁମ୍ଭେମାନେ ଆପଣା ଆପଣା ବେକ କାଢ଼ି ନେବାକୁ କିଅବା ଗର୍ବ କରି ଚାଲି ପାରିବ ନାହିଁ; କାରଣ ତାହା ଦୁଃସମୟ ଅଟେ।
Nʼchifukwa chake Yehova akuti, “Ine ndikukonzekera kubweretsa tsoka pa anthu awa, tsoka limene simudzatha kudzipulumutsa nokha. Inu simudzayendanso monyada, pakuti idzakhala nthawi ya masautso.
4 ସେହି ଦିନ ଲୋକମାନେ ତୁମ୍ଭ ବିରୁଦ୍ଧରେ ଗୋଟିଏ ପ୍ରବାଦ ଧରି ଅତିଶୟ ବିଳାପ କରିବେ, ଆଉ କହିବେ, “ଆମ୍ଭମାନଙ୍କର ସର୍ବନାଶ ହେଲା; ସେ ଆମ୍ଭ ଲୋକମାନଙ୍କର ଅଧିକାର ହସ୍ତାନ୍ତର କରିଅଛନ୍ତି; ସେ କିପରି ଆମ୍ଭଠାରୁ ତାହା ଦୂର କରିଅଛନ୍ତି। ସେ ଆମ୍ଭମାନଙ୍କର କ୍ଷେତ୍ର ବିଭାଗ କରି ବିଦ୍ରୋହୀମାନଙ୍କୁ ଦେଇଅଛନ୍ତି।”
Tsiku limenelo anthu adzakuchitani chipongwe; adzakunyogodolani ndi nyimbo iyi yamaliro: ‘Tawonongeka kotheratu; dziko la anthu anga lagawidwa. Iye wandilanda! Wapereka minda yathu kwa anthu otiwukira.’”
5 ଏଥିପାଇଁ ଗୁଲିବାଣ୍ଟ ଦ୍ୱାରା ପରିମାପକ ରଜ୍ଜୁ ପକାଇବା ପାଇଁ ସଦାପ୍ରଭୁଙ୍କ ସମାଜରେ ତୁମ୍ଭର କେହି ନ ଥିବେ।
Nʼchifukwa chake simudzakhala ndi munthu mu msonkhano wa Yehova kuti agawe dziko pochita maere.
6 ତୁମ୍ଭେମାନେ ବାକ୍ୟ ପ୍ରଚାର ନ କର, “ସେମାନେ ଏପରି ପ୍ରଚାର କରନ୍ତି। ଯଦି ଏମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବେ ନାହିଁ” ତେବେ ଅପମାନ ଘୁଞ୍ଚିବ ନାହିଁ।
Aneneri awo amanena kuti, “Usanenere! Usanenere ndi pangʼono pomwe zimenezi; ife sitidzachititsidwa manyazi.”
7 ହେ ଯାକୁବର ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି? ଏହିସବୁ କି ତାହାଙ୍କର କର୍ମ? ଏହା କୁହାଯିବ? ଯେଉଁ ଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ?
Inu nyumba ya Yakobo, monga zimenezi ndi zoyenera kuzinena: “Kodi Mzimu wa Yehova wakwiya? Kodi Iye amachita zinthu zotere?” “Kodi mawu ake sabweretsa zabwino kwa amene amayenda molungama?
8 ମାତ୍ର ଅଳ୍ପ କାଳ ହେଲା, ଆମ୍ଭର ଲୋକମାନେ ଶତ୍ରୁ ତୁଲ୍ୟ ହୋଇ ଉଠିଅଛନ୍ତି; ଯୁଦ୍ଧରୁ ବିମୁଖ ଲୋକମାନଙ୍କ ତୁଲ୍ୟ ନିଶ୍ଚିନ୍ତ ପଥିକମାନଙ୍କ ଗାତ୍ରୀୟ ବସ୍ତ୍ରରୁ ତୁମ୍ଭେମାନେ ଉତ୍ତରୀୟ ବସ୍ତ୍ର ଛଡ଼ାଇ ନେଉଅଛ।
Posachedwapa anthu anga andiwukira ngati mdani. Mumawavula mkanjo wamtengowapatali anthu amene amadutsa mosaopa kanthu, monga anthu amene akubwera ku nkhondo.
9 ଆମ୍ଭ ଲୋକମାନଙ୍କର ନାରୀଗଣକୁ ସେମାନଙ୍କର ସୁଖଜନକ ଗୃହରୁ ତୁମ୍ଭେମାନେ ଦୂର କରି ଦେଉଅଛ; ସେମାନଙ୍କର ସନ୍ତାନଗଣଠାରୁ ତୁମ୍ଭେମାନେ ଆମ୍ଭର (ଦତ୍ତ) ଗୌରବ ଚିରକାଳର ନିମନ୍ତେ ହରଣ କରି ନେଉଅଛ।
Mumatulutsa akazi a anthu anga mʼnyumba zawo zabwino. Mumalanda ana awo madalitso anga kosatha.
10 ତୁମ୍ଭେମାନେ ଉଠ ଓ ପ୍ରସ୍ଥାନ କର; କାରଣ ଏ ତୁମ୍ଭମାନଙ୍କର ବିଶ୍ରାମ-ସ୍ଥାନ ନୁହେଁ; ଯେହେତୁ ଅଶୁଚିତା ବିନାଶ, ଅର୍ଥାତ୍‍, ଭୟାନକ ବିନାଶ କରୁଅଛି।
Nyamukani, chokani! Pakuti ano si malo anu opumulirapo, chifukwa ayipitsidwa, awonongedwa, sangatheke kuwakonzanso.
11 ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍‍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍‍ବକ୍ତା ହେବ।
Ngati munthu wabodza ndi wachinyengo abwera nʼkunena kuti, ‘Ine ndidzanenera ndipo mudzakhala ndi vinyo ndi mowa wambiri, woteroyo adzakhala mneneri amene anthu awa angamukonde!’
12 ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେହିପରି ମନୁଷ୍ୟର ବାହୁଲ୍ୟ ସକାଶୁ ସେମାନେ ମହାଶବ୍ଦ କରିବେ।
“Inu banja la Yakobo, ndidzakusonkhanitsani nonse; ndidzawasonkhanitsa pamodzi otsala a ku Israeli. Ndidzawabweretsa pamodzi ngati nkhosa mʼkhola, ngati ziweto pa msipu wake; malowo adzadzaza ndi chinamtindi cha anthu.
13 ଭଗ୍ନକାରୀ ସେମାନଙ୍କର ଅଗ୍ରଗାମୀ ହୋଇଅଛନ୍ତି; ସେମାନେ ବେଢ଼ା ଭାଙ୍ଗି ଦ୍ୱାର ପର୍ଯ୍ୟନ୍ତ ଯାଇଅଛନ୍ତି ଓ ସେହି ଦ୍ୱାର ଦେଇ ବାହାରି ଯାଇଅଛନ୍ତି; ପୁଣି, ସେମାନଙ୍କର ରାଜା ସେମାନଙ୍କର ଆଗେ ଆଗେ ଯାଇଅଛନ୍ତି ଓ ସଦାପ୍ରଭୁ ସେମାନଙ୍କର ଅଗ୍ରଗାମୀ ଅଛନ୍ତି।
Amene adzawapulumutse adzayenda patsogolo pawo; iwo adzathyola chipata ndipo adzatuluka. Mfumu yawo idzawatsogolera, Yehova adzakhala patsogolo pawo.”

< ମୀଖା 2 >