< ମୀଖା 2 >

1 ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ।
How disastrous it will be for those who devise evil plans as they lie awake at night. They get up in the morning to carry them out, because they have the power to do just that.
2 ଆଉ, ସେମାନେ କ୍ଷେତ୍ରକୁ ଲୋଭ କରନ୍ତି ଓ ବଳରେ ତାହା ଛଡ଼ାଇ ନିଅନ୍ତି ଓ ଗୃହକୁ ଲୋଭ କରି ତାହା ହରଣ କରି ନିଅନ୍ତି; ଆଉ, ସେମାନେ ପୁରୁଷ ଓ ତାହାର ଗୃହ ପ୍ରତି, ଏବଂ, ମନୁଷ୍ୟ ଓ ତାହାର ପୈତୃକ ଅଧିକାର ପ୍ରତି ଦୌରାତ୍ମ୍ୟ କରନ୍ତି।
They seize any fields they want. They take any houses they want. They cheat people of their houses, and steal their inheritance.
3 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଏହି ଗୋଷ୍ଠୀ ବିରୁଦ୍ଧରେ ଅମଙ୍ଗଳ କଳ୍ପନା କରୁଅଛୁ, ତହିଁରୁ ତୁମ୍ଭେମାନେ ଆପଣା ଆପଣା ବେକ କାଢ଼ି ନେବାକୁ କିଅବା ଗର୍ବ କରି ଚାଲି ପାରିବ ନାହିଁ; କାରଣ ତାହା ଦୁଃସମୟ ଅଟେ।
So this is what the Lord says. Watch out! I am planning to bring disaster on such families. They won't be able to escape. You will no longer walk around arrogantly, for this will be a time of disaster.
4 ସେହି ଦିନ ଲୋକମାନେ ତୁମ୍ଭ ବିରୁଦ୍ଧରେ ଗୋଟିଏ ପ୍ରବାଦ ଧରି ଅତିଶୟ ବିଳାପ କରିବେ, ଆଉ କହିବେ, “ଆମ୍ଭମାନଙ୍କର ସର୍ବନାଶ ହେଲା; ସେ ଆମ୍ଭ ଲୋକମାନଙ୍କର ଅଧିକାର ହସ୍ତାନ୍ତର କରିଅଛନ୍ତି; ସେ କିପରି ଆମ୍ଭଠାରୁ ତାହା ଦୂର କରିଅଛନ୍ତି। ସେ ଆମ୍ଭମାନଙ୍କର କ୍ଷେତ୍ର ବିଭାଗ କରି ବିଦ୍ରୋହୀମାନଙ୍କୁ ଦେଇଅଛନ୍ତି।”
On that day they will make up a saying to taunt you. With a mocking lament they will say, “We are totally ruined! Our possessions are being sold off. They've taken everything away, and given our fields to your conquerors.”
5 ଏଥିପାଇଁ ଗୁଲିବାଣ୍ଟ ଦ୍ୱାରା ପରିମାପକ ରଜ୍ଜୁ ପକାଇବା ପାଇଁ ସଦାପ୍ରଭୁଙ୍କ ସମାଜରେ ତୁମ୍ଭର କେହି ନ ଥିବେ।
Consequently at that time there will be none of you in the assembly of the Lord responsible for the division of the land.
6 ତୁମ୍ଭେମାନେ ବାକ୍ୟ ପ୍ରଚାର ନ କର, “ସେମାନେ ଏପରି ପ୍ରଚାର କରନ୍ତି। ଯଦି ଏମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବେ ନାହିଁ” ତେବେ ଅପମାନ ଘୁଞ୍ଚିବ ନାହିଁ।
But you preach at me, saying, “Don't preach such things. Don't prophesy like this. Such a humiliation won't happen to us!”
7 ହେ ଯାକୁବର ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି? ଏହିସବୁ କି ତାହାଙ୍କର କର୍ମ? ଏହା କୁହାଯିବ? ଯେଉଁ ଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ?
Should you talk like that, descendants of Jacob? You ask, “Can the Lord run out of patience? Is this what he does?” Are not my words good to those who do what is right? asks the Lord.
8 ମାତ୍ର ଅଳ୍ପ କାଳ ହେଲା, ଆମ୍ଭର ଲୋକମାନେ ଶତ୍ରୁ ତୁଲ୍ୟ ହୋଇ ଉଠିଅଛନ୍ତି; ଯୁଦ୍ଧରୁ ବିମୁଖ ଲୋକମାନଙ୍କ ତୁଲ୍ୟ ନିଶ୍ଚିନ୍ତ ପଥିକମାନଙ୍କ ଗାତ୍ରୀୟ ବସ୍ତ୍ରରୁ ତୁମ୍ଭେମାନେ ଉତ୍ତରୀୟ ବସ୍ତ୍ର ଛଡ଼ାଇ ନେଉଅଛ।
Lately my people have risen up against me like an enemy. You steal the coats off the backs of those passing by, men returning from war who expect to be safe in their homeland.
9 ଆମ୍ଭ ଲୋକମାନଙ୍କର ନାରୀଗଣକୁ ସେମାନଙ୍କର ସୁଖଜନକ ଗୃହରୁ ତୁମ୍ଭେମାନେ ଦୂର କରି ଦେଉଅଛ; ସେମାନଙ୍କର ସନ୍ତାନଗଣଠାରୁ ତୁମ୍ଭେମାନେ ଆମ୍ଭର (ଦତ୍ତ) ଗୌରବ ଚିରକାଳର ନିମନ୍ତେ ହରଣ କରି ନେଉଅଛ।
You drive the women of my people from their comfortable homes; you have robbed their children of my blessings forever.
10 ତୁମ୍ଭେମାନେ ଉଠ ଓ ପ୍ରସ୍ଥାନ କର; କାରଣ ଏ ତୁମ୍ଭମାନଙ୍କର ବିଶ୍ରାମ-ସ୍ଥାନ ନୁହେଁ; ଯେହେତୁ ଅଶୁଚିତା ବିନାଶ, ଅର୍ଥାତ୍‍, ଭୟାନକ ବିନାଶ କରୁଅଛି।
Get up! Leave! For this is not a place for you to stay. It is defiled and totally ruined.
11 ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍‍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍‍ବକ୍ତା ହେବ।
If a false prophet should come to you and lie, saying, “I'll preach to you about the virtues of wine and alcohol,” he would be the perfect prophet for your kind of people.
12 ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେହିପରି ମନୁଷ୍ୟର ବାହୁଲ୍ୟ ସକାଶୁ ସେମାନେ ମହାଶବ୍ଦ କରିବେ।
I will certainly gather all of you, descendants of Jacob, I will certainly bring back together those who are left, Israel. I will place them like sheep in the fold, like a flock in its pasture. The land will be filled with people celebrating.
13 ଭଗ୍ନକାରୀ ସେମାନଙ୍କର ଅଗ୍ରଗାମୀ ହୋଇଅଛନ୍ତି; ସେମାନେ ବେଢ଼ା ଭାଙ୍ଗି ଦ୍ୱାର ପର୍ଯ୍ୟନ୍ତ ଯାଇଅଛନ୍ତି ଓ ସେହି ଦ୍ୱାର ଦେଇ ବାହାରି ଯାଇଅଛନ୍ତି; ପୁଣି, ସେମାନଙ୍କର ରାଜା ସେମାନଙ୍କର ଆଗେ ଆଗେ ଯାଇଅଛନ୍ତି ଓ ସଦାପ୍ରଭୁ ସେମାନଙ୍କର ଅଗ୍ରଗାମୀ ଅଛନ୍ତି।
The One who opens the way for them will lead them, breaking through the gate and going out. Their King will lead them; the Lord himself will be at their head.

< ମୀଖା 2 >