< ମୀଖା 2 >
1 ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ।
Nnome nka wɔn a wɔfa amumuyɛ ho adwene, wɔn a wɔbɔ ɛpɔ bɔne wɔ wɔn mpa so! Wɔsɔre anɔpa kɔdi dwuma no ɛfiri sɛ wɔwɔ tumi sɛ wɔyɛ.
2 ଆଉ, ସେମାନେ କ୍ଷେତ୍ରକୁ ଲୋଭ କରନ୍ତି ଓ ବଳରେ ତାହା ଛଡ଼ାଇ ନିଅନ୍ତି ଓ ଗୃହକୁ ଲୋଭ କରି ତାହା ହରଣ କରି ନିଅନ୍ତି; ଆଉ, ସେମାନେ ପୁରୁଷ ଓ ତାହାର ଗୃହ ପ୍ରତି, ଏବଂ, ମନୁଷ୍ୟ ଓ ତାହାର ପୈତୃକ ଅଧିକାର ପ୍ରତି ଦୌରାତ୍ମ୍ୟ କରନ୍ତି।
Wɔn ani bere mfuo na wɔgye. Na afie nso wɔfa. Wɔde nyansa korɔno gye nkurɔfoɔ afie, na ayɔnkofoɔ agyapadeɛ nso wɔgye.
3 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଏହି ଗୋଷ୍ଠୀ ବିରୁଦ୍ଧରେ ଅମଙ୍ଗଳ କଳ୍ପନା କରୁଅଛୁ, ତହିଁରୁ ତୁମ୍ଭେମାନେ ଆପଣା ଆପଣା ବେକ କାଢ଼ି ନେବାକୁ କିଅବା ଗର୍ବ କରି ଚାଲି ପାରିବ ନାହିଁ; କାରଣ ତାହା ଦୁଃସମୟ ଅଟେ।
Enti, sɛdeɛ Awurade seɛ nie, “Meredwene amanehunu a ɛtia saa nkurɔfoɔ yi ho na worentumi nnyi wo ho mfiri mu. Worentumi nnante ahantan so bio, ɛfiri sɛ ɛbɛyɛ ɛberɛ bɔne.
4 ସେହି ଦିନ ଲୋକମାନେ ତୁମ୍ଭ ବିରୁଦ୍ଧରେ ଗୋଟିଏ ପ୍ରବାଦ ଧରି ଅତିଶୟ ବିଳାପ କରିବେ, ଆଉ କହିବେ, “ଆମ୍ଭମାନଙ୍କର ସର୍ବନାଶ ହେଲା; ସେ ଆମ୍ଭ ଲୋକମାନଙ୍କର ଅଧିକାର ହସ୍ତାନ୍ତର କରିଅଛନ୍ତି; ସେ କିପରି ଆମ୍ଭଠାରୁ ତାହା ଦୂର କରିଅଛନ୍ତି। ସେ ଆମ୍ଭମାନଙ୍କର କ୍ଷେତ୍ର ବିଭାଗ କରି ବିଦ୍ରୋହୀମାନଙ୍କୁ ଦେଇଅଛନ୍ତି।”
Saa ɛda no, nnipa bɛsere mo. Wɔde saa awerɛhoɔ dwom yi bɛdi mo ho fɛ sɛ: ‘wɔasɛe yɛn koraa; wɔakyekyɛ me nkurɔfoɔ ahodeɛ mu. Ɔgye firi me nsa mu! Na ɔde yɛn mfuo ma akɔnkɔnsafoɔ.’”
5 ଏଥିପାଇଁ ଗୁଲିବାଣ୍ଟ ଦ୍ୱାରା ପରିମାପକ ରଜ୍ଜୁ ପକାଇବା ପାଇଁ ସଦାପ୍ରଭୁଙ୍କ ସମାଜରେ ତୁମ୍ଭର କେହି ନ ଥିବେ।
Enti morennya obi wɔ Awurade asafo mu a ɔde ntontobɔ bɛkyɛ asase no.
6 ତୁମ୍ଭେମାନେ ବାକ୍ୟ ପ୍ରଚାର ନ କର, “ସେମାନେ ଏପରି ପ୍ରଚାର କରନ୍ତି। ଯଦି ଏମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବେ ନାହିଁ” ତେବେ ଅପମାନ ଘୁଞ୍ଚିବ ନାହିଁ।
“Monnhyɛ nkɔm,” saa na wɔn nkɔmhyɛfoɔ no ka. “Monnhyɛ saa nneɛma yi ho nkɔm; animguaseɛ rento yɛn.”
7 ହେ ଯାକୁବର ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି? ଏହିସବୁ କି ତାହାଙ୍କର କର୍ମ? ଏହା କୁହାଯିବ? ଯେଉଁ ଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ?
Ao, Yakob efie, mma monnka nsɛm a ɛte saa. Awurade Honhom nni boasetɔ? Ɔyɛ nneɛma a ɛte sei anaa? “Ne nsɛm nyɛ deɛ nʼakwan tene no yie anaa?
8 ମାତ୍ର ଅଳ୍ପ କାଳ ହେଲା, ଆମ୍ଭର ଲୋକମାନେ ଶତ୍ରୁ ତୁଲ୍ୟ ହୋଇ ଉଠିଅଛନ୍ତି; ଯୁଦ୍ଧରୁ ବିମୁଖ ଲୋକମାନଙ୍କ ତୁଲ୍ୟ ନିଶ୍ଚିନ୍ତ ପଥିକମାନଙ୍କ ଗାତ୍ରୀୟ ବସ୍ତ୍ରରୁ ତୁମ୍ଭେମାନେ ଉତ୍ତରୀୟ ବସ୍ତ୍ର ଛଡ଼ାଇ ନେଉଅଛ।
Akyire no, me nkurɔfoɔ asɔre te sɛ asraafoɔ. Moworɔ ntadeɛ pa firi wɔn a wɔretwam a wɔnni adwemmɔne biara ho, ma wɔyɛ te sɛ asraafoɔ a wɔfiri akono.
9 ଆମ୍ଭ ଲୋକମାନଙ୍କର ନାରୀଗଣକୁ ସେମାନଙ୍କର ସୁଖଜନକ ଗୃହରୁ ତୁମ୍ଭେମାନେ ଦୂର କରି ଦେଉଅଛ; ସେମାନଙ୍କର ସନ୍ତାନଗଣଠାରୁ ତୁମ୍ଭେମାନେ ଆମ୍ଭର (ଦତ୍ତ) ଗୌରବ ଚିରକାଳର ନିମନ୍ତେ ହରଣ କରି ନେଉଅଛ।
Mopam mmaa a wɔwɔ me nkurɔfoɔ mu firi wɔn afie fɛfɛ mu. Mogye me nhyira firi wɔn mma nsam afebɔɔ.
10 ତୁମ୍ଭେମାନେ ଉଠ ଓ ପ୍ରସ୍ଥାନ କର; କାରଣ ଏ ତୁମ୍ଭମାନଙ୍କର ବିଶ୍ରାମ-ସ୍ଥାନ ନୁହେଁ; ଯେହେତୁ ଅଶୁଚିତା ବିନାଶ, ଅର୍ଥାତ୍, ଭୟାନକ ବିନାଶ କରୁଅଛି।
Sɔre, firi ha kɔ! Ɛha nyɛ beaeɛ a wɔhome, ɛfiri sɛ ɛho agu fi, Wɔasɛe no, na ɛrenyɛ yie bio.
11 ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍ବକ୍ତା ହେବ।
Sɛ ɔtorofoɔ ne ɔdaadaafoɔ ba bɛka sɛ, ‘Mɛhyɛ nkɔm ama moanya nsã bebree a’ ɔbɛyɛ odiyifoɔ a saa nkurɔfoɔ yi pɛ.
12 ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେହିପରି ମନୁଷ୍ୟର ବାହୁଲ୍ୟ ସକାଶୁ ସେମାନେ ମହାଶବ୍ଦ କରିବେ।
“Mɛboaboa mo nyinaa ano Ao, Yakob; nokorɛm mɛka Israel nkaeɛfoɔ no nyinaa abɔ mu. Mɛka wɔn abɔ mu te sɛ nnwan a wɔgu nnwammuo mu, te sɛ nnwankuo a wɔwɔ adidibea; nnipa bɛhyɛ beaeɛ ho manyamanya.
13 ଭଗ୍ନକାରୀ ସେମାନଙ୍କର ଅଗ୍ରଗାମୀ ହୋଇଅଛନ୍ତି; ସେମାନେ ବେଢ଼ା ଭାଙ୍ଗି ଦ୍ୱାର ପର୍ଯ୍ୟନ୍ତ ଯାଇଅଛନ୍ତି ଓ ସେହି ଦ୍ୱାର ଦେଇ ବାହାରି ଯାଇଅଛନ୍ତି; ପୁଣି, ସେମାନଙ୍କର ରାଜା ସେମାନଙ୍କର ଆଗେ ଆଗେ ଯାଇଅଛନ୍ତି ଓ ସଦାପ୍ରଭୁ ସେମାନଙ୍କର ଅଗ୍ରଗାମୀ ଅଛନ୍ତି।
Deɛ ɔbɔ ɛkwan no bɛdi wɔn anim wɔbɛbu apono no na wɔafiri akɔ. Wɔn ɔhene bɛsene adi wɔn anim, Awurade bɛyɛ wɔn ti.”