< ମୀଖା 3 >
1 ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ ନୁହେଁ?
我曾經說過:「雅各伯的首領,以色列家的官吏,請你們傾聽! 認識正義,豈不是你們分內的事﹖」
2 ମାତ୍ର ତୁମ୍ଭେମାନେ ସତ୍କର୍ମ ଘୃଣା କରି ଦୁଷ୍କର୍ମ ଭଲ ପାଉଅଛ; ତୁମ୍ଭେମାନେ ଲୋକମାନଙ୍କ ଶରୀରରୁ ସେମାନଙ୍କର ଚର୍ମ ଓ ସେମାନଙ୍କ ଅସ୍ଥିରୁ ସେମାନଙ୍କର ମାଂସ ଛଡ଼ାଇ ନେଉଅଛ;
然而他們惡善好惡,從平民身上剝下他們的皮,從骨頭上剔下他們的肉。
3 ମଧ୍ୟ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ମାଂସ ଖାଉଅଛ ଓ ସେମାନଙ୍କର ଚର୍ମ ଛଡ଼ାଇ ସେମାନଙ୍କର ଅସ୍ଥିସବୁ ଭାଙ୍ଗୁଅଛ; ହଁ, ଯେପରି ହାଣ୍ଡି ଓ ହଣ୍ଡା ପାଇଁ ମାଂସ ଖଣ୍ଡ ଖଣ୍ଡ କରନ୍ତି, ସେହିପରି ସେମାନଙ୍କୁ ଖଣ୍ଡ ଖଣ୍ଡ କରି ପକାଉଅଛ।
他們吞食我百姓的肉,剝去他們的皮,折斷他們的骨頭,將他們切成碎塊,如釜中的肉,如鼎中的肉。
4 ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ।
當他們呼求上主時,上主決不俯聽他們;反要掩面不理他們,因為他們行了窮凶極惡的事。
5 ଯେଉଁ ଭବିଷ୍ୟଦ୍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, “ଶାନ୍ତି ଶାନ୍ତି” ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି:
論及迷我百姓的先知,上主這樣說:當他們的牙齒有咀嚼的東西時,他們便呼喊:「和平。」但凡不將食物送到他們口上的,他們便宣佈「戰爭。」
6 ଏଥିପାଇଁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ; ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ।
因此,為你們只有黑夜而沒有神視,只有黑暗而沒有神諭;太陽必為先知而沒落,白畫必為他們而變為黑暗。
7 ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍ବିଗ୍ନ ହେବେ; ହଁ, ସେମାନେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଘୋଡ଼ାଇବେ; କାରଣ ପରମେଶ୍ୱରଙ୍କଠାରୁ କୌଣସି ଉତ୍ତର ନାହିଁ।
先知必將抱愧,巫士必將蒙羞,他們都要掩住自己的鬍鬚,因為沒有天主的答覆。
8 ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।
至於我,我因上主的神而充滿 力量、正義和勇氣,向雅各伯指出她的邪惡,向以色列說明她的罪過。
9 ହେ ଯାକୁବ ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ।
雅各伯家的領袖,以色列家的官吏,請你們傾聽這事! 你們憎惡正義,曲解一切正理;
10 ସେମାନେ ସିୟୋନକୁ ରକ୍ତରେ ଓ ଯିରୂଶାଲମକୁ ଅଧର୍ମରେ ନିର୍ମାଣ କରୁଅଛନ୍ତି।
你們以血債建設耶路撒冷。
11 ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, “ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।”
她火首領為賄賂而審判,司祭為薪俸而設教,先知為銀錢而占卜,尚依賴上主說:「上主不是在我們中間嗎﹖災禍決不會臨在我們身上! 」
12 ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।
因此,為了你的緣故,熙雍必被耕耘有如一塊地.耶路撒冷必成為一堆廢墟,聖殿山必成為叢林中的一個丘陵。