< ମୀଖା 3 >

1 ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ ନୁହେଁ?
Afei mekae se, “Muntie, mo Yakob akannifo, mo a mudi Israelfi so. Ɛsɛ sɛ muhu nea ɛyɛ atɛntrenee,
2 ମାତ୍ର ତୁମ୍ଭେମାନେ ସତ୍କର୍ମ ଘୃଣା କରି ଦୁଷ୍କର୍ମ ଭଲ ପାଉଅଛ; ତୁମ୍ଭେମାନେ ଲୋକମାନଙ୍କ ଶରୀରରୁ ସେମାନଙ୍କର ଚର୍ମ ଓ ସେମାନଙ୍କ ଅସ୍ଥିରୁ ସେମାନଙ୍କର ମାଂସ ଛଡ଼ାଇ ନେଉଅଛ;
Mo a mukyi nea eye na modɔ bɔne moworɔw me nkurɔfo were na motetew nam no fi wɔn nnompe ho;
3 ମଧ୍ୟ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ମାଂସ ଖାଉଅଛ ଓ ସେମାନଙ୍କର ଚର୍ମ ଛଡ଼ାଇ ସେମାନଙ୍କର ଅସ୍ଥିସବୁ ଭାଙ୍ଗୁଅଛ; ହଁ, ଯେପରି ହାଣ୍ଡି ଓ ହଣ୍ଡା ପାଇଁ ମାଂସ ଖଣ୍ଡ ଖଣ୍ଡ କରନ୍ତି, ସେହିପରି ସେମାନଙ୍କୁ ଖଣ୍ଡ ଖଣ୍ଡ କରି ପକାଉଅଛ।
mowe me nkurɔfo nam, mowae wɔn were, bubu wɔn nnompe mu nketenkete; mutwitwa wɔn sɛ nam a mode regu kutu mu.”
4 ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ।
Afei wobesu afrɛ Awurade, nanso ɔrennye wɔn so. Saa bere no ɔde nʼanim besie wɔn, bɔne a wɔayɛ nti.
5 ଯେଉଁ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, “ଶାନ୍ତି ଶାନ୍ତି” ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି:
Nea Awurade se ni: “Adiyifo a wɔdaadaa me nkurɔfo no de, obi ma wɔn biribi di a wɔpae mu ka asomdwoe nsɛm, na sɛ wɔamma wɔn biribi anni a, adiyifo no siesie wɔn ho sɛ wobetu wɔn so sa.
6 ଏଥିପାଇଁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ; ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍‍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ।
Enti ade bɛsa mo a morennya adaeso, sum beduru mo a morennya ahintasɛm biara. Owia bɛtɔ ama adiyifo no, na adekyee bɛdan sum ama wɔn.
7 ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍‍ବିଗ୍ନ ହେବେ; ହଁ, ସେମାନେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଘୋଡ଼ାଇବେ; କାରଣ ପରମେଶ୍ୱରଙ୍କଠାରୁ କୌଣସି ଉତ୍ତର ନାହିଁ।
Adehufo ani bewu na wobegu asamanfrɛfo anim ase. Wɔn nyinaa bɛkatakata wɔn anim, efisɛ mmuae biara mfi Onyankopɔn hɔ mma.”
8 ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।
Nanso me de, tumi ahyɛ me ma, Awurade Honhom ahyɛ me ma trenee ne ahoɔden a mede bɛpae mu aka Yakob amumɔyɛ ne Israel bɔne.
9 ହେ ଯାକୁବ ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ।
Muntie, mo Yakobfi akannifo, mo a mudi Israel so, a mukyi atɛntrenee na mokyea nea ɛteɛ nyinaa;
10 ସେମାନେ ସିୟୋନକୁ ରକ୍ତରେ ଓ ଯିରୂଶାଲମକୁ ଅଧର୍ମରେ ନିର୍ମାଣ କରୁଅଛନ୍ତି।
Mo a mode mogyahwiegu kyekyeree Sion ne awurukasɛm kyekyeree Yerusalem.
11 ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, “ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।”
Nʼakannifo no gye adanmude ansa na wobu atɛn, nʼasɔfo gye sika ansa na wɔakyerɛkyerɛ, nʼadiyifo de nkɔmhyɛ ayɛ sikapɛ. Nanso wɔdan Awurade, na wɔka se, “Awurade nni yɛn ntam ana? Ɔhaw biara remma yɛn so.”
12 ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।
Na mo nti, wobefuntum Sion te sɛ afuw, Yerusalem bɛyɛ nnwiriwii siw, na asɔredan no pampa bɛyɛ nkɔmoa so nkyɛkyerɛ.

< ମୀଖା 3 >