< ମୀଖା 4 >
1 ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
到末日,上主火聖殿山必要矗立在群山之上,超乎一切山岳,萬民都要向它湧來;
2 ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଆମ୍ଭେମାନେ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।
將有許多民族前來說:「來,我們攀登上主的聖山,往雅各伯天主的殿裏去! 衪必指示我們衪的道路,教給我們循行衪的途徑,因為法律將出自熙雍,上主將出自熙雍,上主的話將出自耶路撒冷。」
3 ପୁଣି, ସେ ଅନେକ ଗୋଷ୍ଠୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଦୂରସ୍ଥିତ ବଳବାନ ଗୋଷ୍ଠୀୟମାନଙ୍କ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।
衪將統治萬民,遠處的強國宣佈定案;他們必要把自己的刀劍鑄成鋤頭,將自己的槍矛製成鐮刀;民族與民族不再持刀相向,人也不再學習武鬥;
4 ମାତ୍ର ସେମାନେ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ତଳେ ବସିବେ ଓ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ; କାରଣ ସୈନ୍ୟାଧିପତି ସଦାପ୍ରଭୁଙ୍କର ମୁଖ ଏହା କହିଅଛି।
各人只坐在自家葡萄樹和無花果樹下,無人來驚擾,因為萬軍的上主親口說了。
5 କାରଣ ଯାବତୀୟ ଗୋଷ୍ଠୀ ଆପଣା ଆପଣା ଦେବତାର ନାମରେ ଚାଲିବେ, ପୁଣି ଆମ୍ଭେମାନେ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଚାଲିବା।
雖然萬民各奉自己神祗之名而生活,但是我們卻永遠奉上主我們天主之名而生活。
6 ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ପଙ୍ଗୁକୁ ସଂଗ୍ରହ କରିବା, ପୁଣି ଯେ ତାଡ଼ିତ ହୋଇଅଛି ଓ ଯାହାକୁ ଆମ୍ଭେ କ୍ଳେଶ ଦେଇଅଛୁ, ତାହାକୁ ଏକତ୍ର କରିବା।
到那一日,──上主的斷語──我要聚集跛行的人,集合被驅散和我所磨難的人;
7 ପୁଣି, ଆମ୍ଭେ ପଙ୍ଗୁକୁ ଅବଶିଷ୍ଟାଂଶ କରି ରଖିବା ଓ ଯେ ଦୁରୀକୃତ ହୋଇଥିଲା, ତାହାକୁ ବଳବତୀ ଗୋଷ୍ଠୀ କରିବା ଆଉ, ସଦାପ୍ରଭୁ ଆଜିଠାରୁ ସଦାକାଳ ପର୍ଯ୍ୟନ୍ତ ସିୟୋନ ପର୍ବତରେ ସେମାନଙ୍କ ଉପରେ ରାଜତ୍ୱ କରିବେ।
我必使跛行的人成為遺民,使離散的人成為強大的民族。從今以後,我,上主要在熙雍山上作他們的君王,以至永遠。
8 ପୁଣି, ହେ ପଲର ଦୁର୍ଗ, ହେ ସିୟୋନ କନ୍ୟାର ଗିରି, ତାହା ତୁମ୍ଭ ନିକଟକୁ ଆସିବ, ହଁ ପୂର୍ବକାଳର ରାଜ୍ୟ, ଯିରୂଶାଲମ କନ୍ୟାର ରାଜ୍ୟ ଆସିବ।
你這羊群的守望台,熙雍女子的高崗,昔日的王權必再歸於你,耶路撒冷女子的王國必再臨。
9 ଏବେ ତୁମ୍ଭେ କାହିଁକି ଘୋର ଚିତ୍କାର କରୁଅଛ? ତୁମ୍ଭ ମଧ୍ୟରେ କି ରାଜା ନାହିଁ, ତୁମ୍ଭର ମନ୍ତ୍ରୀ ବିନଷ୍ଟ ହୋଇଅଛି ବୋଲି କି ସ୍ତ୍ରୀର ପ୍ରସବବେଦନା ତୂଲ୍ୟ ବେଦନା ତୁମ୍ଭକୁ ଆକ୍ରାନ୍ତ କରିଅଛି?
現在你為什麼高呼﹖難道你們中間沒有了君王,或者妳的參議已喪亡,令妳痛苦,像臨產的婦女﹖
10 ହେ ସିୟୋନ କନ୍ୟେ, ତୁମ୍ଭେ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀ ପରି ବ୍ୟଥିତା ହୋଇ ପ୍ରସବ କରିବାକୁ ଯତ୍ନ କର; କାରଣ ଏବେ ତୁମ୍ଭେ ନଗରରୁ ବାହାରିଯାଇ ପଦାରେ ବାସ କରିବ ଓ ବାବିଲ ପର୍ଯ୍ୟନ୍ତ ହିଁ ଯିବ; ସେଠାରେ ତୁମ୍ଭେ ଉଦ୍ଧାର ପାଇବ; ସେଠାରେ ସଦାପ୍ରଭୁ ତୁମ୍ଭ ଶତ୍ରୁଗଣର ହସ୍ତରୁ ତୁମ୍ଭକୁ ମୁକ୍ତ କରିବେ।
熙雍女子,妳應輾轉呻吟,像個臨產的婦女,因為現在妳應出城,住在田野,並且要到巴比倫去,在那裏你將獲救;在那裏,上主你的的天主,要從仇敵中把妳贖回。
11 ପୁଣି, ବର୍ତ୍ତମାନ ଅନେକ ଗୋଷ୍ଠୀ ତୁମ୍ଭ ବିରୁଦ୍ଧରେ ଏକତ୍ରିତ ହୋଇଅଛନ୍ତି, ସେମାନେ କହନ୍ତି, “ସେ ଅଶୁଚି ହେଉ ଓ ଆମ୍ଭମାନଙ୍କର ଚକ୍ଷୁ ତହିଁର ଅଭିଳାଷ ସିୟୋନ ପ୍ରତି ସଫଳ ହେବାର ଦେଖୁ।”
現在許多異族集合起來攻擊妳說:「願她赤身裸體,願我們親眼見到熙雍滅亡! 」
12 ମାତ୍ର ସେମାନେ ସଦାପ୍ରଭୁଙ୍କର ସଂକଳ୍ପସବୁ ଜାଣନ୍ତି ନାହିଁ, ଅଥବା ତାହାଙ୍କର ମନ୍ତ୍ରଣା ବୁଝନ୍ତି ନାହିଁ; କାରଣ ସେ ସେମାନଙ୍କୁ ଶସ୍ୟବିଡ଼ା ପରି ଖଳାରେ ଏକତ୍ର କରିଅଛନ୍ତି।
但是他們不知道上主的心意,不明白衪的策略,原來是上主集合了他們,如把禾梱收在禾場上一樣。
13 ହେ ସିୟୋନ କନ୍ୟେ, ଉଠ, ଶସ୍ୟମର୍ଦ୍ଦନ କର; କାରଣ ଆମ୍ଭେ ତୁମ୍ଭର ଶୃଙ୍ଗ ଲୌହମୟ ଓ ତୁମ୍ଭର ଖୁରା ପିତ୍ତଳମୟ କରିବା; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବ; ପୁଣି, ତୁମ୍ଭେ ସେମାନଙ୍କର ଲୁଟିତ ଦ୍ରବ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ସେମାନଙ୍କର ସମ୍ପତ୍ତି ସମୁଦାୟ ଭୂମଣ୍ଡଳର ଅଧିପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
熙雍女子,起來打場吧! 因為我要使妳們的角變成鐵角,使妳的蹄變成銅蹄,使妳踏碎許多民族;妳將他們的戰利品奉獻給上主,將他們的財寶o石全地的主宰。