< ମୀଖା 5 >

1 ହେ ସୈନ୍ୟଦଳର କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କର; ସେମାନେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛନ୍ତି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ଡାଘାତ କରିବେ।
Iwe mzinda wa anthu ankhondo, sonkhanitsa anthu ako ankhondo, pakuti anthu atizungulira kuti alimbane nafe. Adzakantha ndi ndodo pa chibwano cha wolamulira wa Israeli.
2 ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।
“Koma iwe Betelehemu Efurata, ngakhale uli wonyozeka pakati pa mafuko a Yuda, mwa iwe mudzatuluka munthu amene adzalamulira Israeli, amene chiyambi chake nʼchakalekale, nʼchamasiku amakedzana.”
3 ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବ ବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟନ୍ତ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ।
Nʼchifukwa chake Israeli adzasiyidwa mpaka pa nthawi imene mayi amene ali woyembekezera adzachire. Ndipo abale ake onse otsalira adzabwerera kudzakhala pamodzi ndi Aisraeli.
4 ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ ହେବେ।
Iye adzalimbika, ndipo adzaweta nkhosa zake mwa mphamvu ya Yehova, mu ulemerero wa dzina la Yehova Mulungu wake. Ndipo iwo adzakhala mu mtendere, pakuti ukulu wake udzakhala ponseponse pa dziko lapansi.
5 ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତି ସ୍ୱରୂପ ହେବେ; ଯେଉଁ ସମୟରେ ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସିବେ ଓ ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପଦାର୍ପଣ କରିବ, ସେହି ସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକ ଓ ଆଠ ଜଣ ପ୍ରଧାନ ଲୋକଙ୍କୁ ଉତ୍ଥାପନ କରିବା।
Ndipo Iye adzakhala mtendere wawo. Asiriya akadzalowa mʼdziko lathu ndi kuyamba kuthira nkhondo malo athu otetezedwa, tidzawadzutsira abusa asanu ndi awiri, ngakhalenso atsogoleri asanu ndi atatu.
6 ପୁଣି, ସେମାନେ ଖଡ୍ଗ ଦ୍ୱାରା ଅଶୂରୀୟର ଦେଶ ଓ ନିମ୍ରୋଦ୍‍ ଦେଶର ପ୍ରବେଶ-ସ୍ଥାନସକଳ ଉଚ୍ଛିନ୍ନ କରିବେ; ପୁଣି, ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସି ଆମ୍ଭମାନଙ୍କ ସୀମାରେ ପଦାର୍ପଣ କଲେ ସେ ସେମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।
Iwo adzagonjetsa dziko la Asiriya ndi lupanga, dziko la Nimurodi adzalilamulira mwankhondo. Adzatipulumutsa kwa Asiriya akadzafika mʼmalire a mʼdziko lathu kudzatithira nkhondo.
7 ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ।
Otsalira a Yakobo adzakhala pakati pa mitundu yambiri ya anthu ngati mame ochokera kwa Yehova, ngati mvumbi pa udzu, omwe sulamulidwa ndi munthu kapena kudikira lamulo la anthu.
8 ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ନ ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ।
Otsala a Yakobo adzakhala pakati pa mitundu ya anthu, mʼgulu la anthu a mitundu yambiri, ngati mkango pakati pa nyama za mʼnkhalango. Ngati mwana wa mkango pakati pa gulu la nkhosa, amene pozidutsa amazidya ndi kuzikhadzula, ndipo palibe angathe kuzilanditsa.
9 ତୁମ୍ଭ ବିପକ୍ଷଗଣର ଉପରେ ତୁମ୍ଭର ହସ୍ତ ଉନ୍ନତ ହେଉ ଓ ତୁମ୍ଭର ଶତ୍ରୁ ସମସ୍ତେ ଉଚ୍ଛିନ୍ନ ହେଉନ୍ତୁ।
Mudzagonjetsa adani anu, ndipo adani anu onse adzawonongeka.
10 ଆହୁରି, ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭ ଅଶ୍ୱଗଣକୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ରଥସବୁ ନଷ୍ଟ କରିବା;
Yehova akuti, “Tsiku limenelo ndidzawononga akavalo anu onse ndi kuphwasula magaleta anu.
11 ପୁଣି, ଆମ୍ଭେ ତୁମ୍ଭ ଦେଶର ନଗରସବୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ଦୃଢ଼ ଦୁର୍ଗସବୁ ଭାଙ୍ଗି ପକାଇବା;
Ndidzawononga mizinda ya mʼdziko mwanu ndi kugwetsa malinga anu onse.
12 ପୁଣି, ଆମ୍ଭେ ତୁମ୍ଭ ହସ୍ତରୁ ମାୟାବୀତ୍ୱ ଉଚ୍ଛିନ୍ନ କରିବା ଓ ଗଣକମାନେ ତୁମ୍ଭ ମଧ୍ୟରେ ଆଉ ନ ଥିବେ;
Ndidzawononga ufiti wanu ndipo sikudzakhalanso anthu owombeza mawula.
13 ଆଉ, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଖୋଦିତ ପ୍ରତିମା ଓ ତୁମ୍ଭର ସ୍ତମ୍ଭସକଳ ଉଚ୍ଛିନ୍ନ କରିବା; ତହିଁରେ ତୁମ୍ଭେ ଆପଣା ହସ୍ତକୃତ ବସ୍ତୁକୁ ଆଉ ପ୍ରଣାମ କରିବ ନାହିଁ।
Ndidzawononga mafano anu osema pamodzi ndi miyala yanu yopatulika imene ili pakati panu; simudzagwadiranso zinthu zopanga ndi manja anu.
14 ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଆଶେରା ମୂର୍ତ୍ତିସକଳ ଉତ୍ପାଟନ କରିବା ଓ ତୁମ୍ଭର ନଗରସବୁ ବିନଷ୍ଟ କରିବା।
Ndidzazula mitengo ya mafano a Asera imene ili pakati panu, ndipo ndidzawononga mizinda yanu.
15 ଆଉ, ଯେଉଁ ଗୋଷ୍ଠୀମାନେ କଥାରେ ମନୋଯୋଗ କଲେ ନାହିଁ, ସେମାନଙ୍କଠାରୁ ଆମ୍ଭେ କୋପରେ ଓ ପ୍ରଚଣ୍ଡତାରେ ପରିଶୋଧ ନେବା।
Ndidzayilanga mwaukali ndi mokwiya mitundu imene sinandimvere Ine.”

< ମୀଖା 5 >