< ମୀଖା 5 >

1 ହେ ସୈନ୍ୟଦଳର କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କର; ସେମାନେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛନ୍ତି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ଡାଘାତ କରିବେ।
עַתָּה תִּתְגֹּדְדִי בַת־גְּדוּד מָצוֹר שָׂם עָלֵינוּ בַּשֵּׁבֶט יַכּוּ עַֽל־הַלְּחִי אֵת שֹׁפֵט יִשְׂרָאֵֽל׃
2 ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।
וְאַתָּה בֵּֽית־לֶחֶם אֶפְרָתָה צָעִיר לִֽהְיוֹת בְּאַלְפֵי יְהוּדָה מִמְּךָ לִי יֵצֵא לִֽהְיוֹת מוֹשֵׁל בְּיִשְׂרָאֵל וּמוֹצָאֹתָיו מִקֶּדֶם מִימֵי עוֹלָֽם׃
3 ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବ ବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟନ୍ତ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ।
לָכֵן יִתְּנֵם עַד־עֵת יוֹלֵדָה יָלָדָה וְיֶתֶר אֶחָיו יְשׁוּבוּן עַל־בְּנֵי יִשְׂרָאֵֽל׃
4 ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ ହେବେ।
וְעָמַד וְרָעָה בְּעֹז יְהוָה בִּגְאוֹן שֵׁם יְהוָה אֱלֹהָיו וְיָשָׁבוּ כִּֽי־עַתָּה יִגְדַּל עַד־אַפְסֵי־אָֽרֶץ׃
5 ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତି ସ୍ୱରୂପ ହେବେ; ଯେଉଁ ସମୟରେ ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସିବେ ଓ ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପଦାର୍ପଣ କରିବ, ସେହି ସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକ ଓ ଆଠ ଜଣ ପ୍ରଧାନ ଲୋକଙ୍କୁ ଉତ୍ଥାପନ କରିବା।
וְהָיָה זֶה שָׁלוֹם אַשּׁוּר ׀ כִּֽי־יָבוֹא בְאַרְצֵנוּ וְכִי יִדְרֹךְ בְּאַרְמְנֹתֵינוּ וַהֲקֵמֹנוּ עָלָיו שִׁבְעָה רֹעִים וּשְׁמֹנָה נְסִיכֵי אָדָֽם׃
6 ପୁଣି, ସେମାନେ ଖଡ୍ଗ ଦ୍ୱାରା ଅଶୂରୀୟର ଦେଶ ଓ ନିମ୍ରୋଦ୍‍ ଦେଶର ପ୍ରବେଶ-ସ୍ଥାନସକଳ ଉଚ୍ଛିନ୍ନ କରିବେ; ପୁଣି, ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସି ଆମ୍ଭମାନଙ୍କ ସୀମାରେ ପଦାର୍ପଣ କଲେ ସେ ସେମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।
וְרָעוּ אֶת־אֶרֶץ אַשּׁוּר בַּחֶרֶב וְאֶת־אֶרֶץ נִמְרֹד בִּפְתָחֶיהָ וְהִצִּיל מֵֽאַשּׁוּר כִּֽי־יָבוֹא בְאַרְצֵנוּ וְכִי יִדְרֹךְ בִּגְבוּלֵֽנוּ׃
7 ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ।
וְהָיָה ׀ שְׁאֵרִית יַעֲקֹב בְּקֶרֶב עַמִּים רַבִּים כְּטַל מֵאֵת יְהוָה כִּרְבִיבִים עֲלֵי־עֵשֶׂב אֲשֶׁר לֹֽא־יְקַוֶּה לְאִישׁ וְלֹא יְיַחֵל לִבְנֵי אָדָֽם׃
8 ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ନ ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ।
וְהָיָה שְׁאֵרִית יַעֲקֹב בַּגּוֹיִם בְּקֶרֶב עַמִּים רַבִּים כְּאַרְיֵה בְּבַהֲמוֹת יַעַר כִּכְפִיר בְּעֶדְרֵי צֹאן אֲשֶׁר אִם עָבַר וְרָמַס וְטָרַף וְאֵין מַצִּֽיל׃
9 ତୁମ୍ଭ ବିପକ୍ଷଗଣର ଉପରେ ତୁମ୍ଭର ହସ୍ତ ଉନ୍ନତ ହେଉ ଓ ତୁମ୍ଭର ଶତ୍ରୁ ସମସ୍ତେ ଉଚ୍ଛିନ୍ନ ହେଉନ୍ତୁ।
תָּרֹם יָדְךָ עַל־צָרֶיךָ וְכָל־אֹיְבֶיךָ יִכָּרֵֽתוּ׃
10 ଆହୁରି, ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭ ଅଶ୍ୱଗଣକୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ରଥସବୁ ନଷ୍ଟ କରିବା;
וְהָיָה בַיּוֹם־הַהוּא נְאֻם־יְהוָה וְהִכְרַתִּי סוּסֶיךָ מִקִּרְבֶּךָ וְהַאֲבַדְתִּי מַרְכְּבֹתֶֽיךָ׃
11 ପୁଣି, ଆମ୍ଭେ ତୁମ୍ଭ ଦେଶର ନଗରସବୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ଦୃଢ଼ ଦୁର୍ଗସବୁ ଭାଙ୍ଗି ପକାଇବା;
וְהִכְרַתִּי עָרֵי אַרְצֶךָ וְהָרַסְתִּי כָּל־מִבְצָרֶֽיךָ׃
12 ପୁଣି, ଆମ୍ଭେ ତୁମ୍ଭ ହସ୍ତରୁ ମାୟାବୀତ୍ୱ ଉଚ୍ଛିନ୍ନ କରିବା ଓ ଗଣକମାନେ ତୁମ୍ଭ ମଧ୍ୟରେ ଆଉ ନ ଥିବେ;
וְהִכְרַתִּי כְשָׁפִים מִיָּדֶךָ וּֽמְעוֹנְנִים לֹא יִֽהְיוּ־לָֽךְ׃
13 ଆଉ, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଖୋଦିତ ପ୍ରତିମା ଓ ତୁମ୍ଭର ସ୍ତମ୍ଭସକଳ ଉଚ୍ଛିନ୍ନ କରିବା; ତହିଁରେ ତୁମ୍ଭେ ଆପଣା ହସ୍ତକୃତ ବସ୍ତୁକୁ ଆଉ ପ୍ରଣାମ କରିବ ନାହିଁ।
וְהִכְרַתִּי פְסִילֶיךָ וּמַצֵּבוֹתֶיךָ מִקִּרְבֶּךָ וְלֹֽא־תִשְׁתַּחֲוֶה עוֹד לְמַעֲשֵׂה יָדֶֽיךָ׃
14 ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଆଶେରା ମୂର୍ତ୍ତିସକଳ ଉତ୍ପାଟନ କରିବା ଓ ତୁମ୍ଭର ନଗରସବୁ ବିନଷ୍ଟ କରିବା।
וְנָתַשְׁתִּי אֲשֵׁירֶיךָ מִקִּרְבֶּךָ וְהִשְׁמַדְתִּי עָרֶֽיךָ׃
15 ଆଉ, ଯେଉଁ ଗୋଷ୍ଠୀମାନେ କଥାରେ ମନୋଯୋଗ କଲେ ନାହିଁ, ସେମାନଙ୍କଠାରୁ ଆମ୍ଭେ କୋପରେ ଓ ପ୍ରଚଣ୍ଡତାରେ ପରିଶୋଧ ନେବା।
וְעָשִׂיתִי בְּאַף וּבְחֵמָה נָקָם אֶת־הַגּוֹיִם אֲשֶׁר לֹא שָׁמֵֽעוּ׃

< ମୀଖା 5 >