< ମୀଖା 6 >

1 ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ; ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କର ଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ।
Hør, hvad HERREN taler: Kom, fremfør din Trætte for Bjergene, lad Højene høre din Røst!
2 ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦ ବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ।
I Bjerge, hør HERRENS Trætte, lyt til, I Jordens Grundvolde! Thi HERREN har Trætte med sit Folk, med Israel gaar han i Rette:
3 “ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ।
Hvad har jeg gjort dig, mit Folk, med hvad har jeg plaget dig? Svar!
4 ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ।
Jeg førte dig jo op fra Ægypten og udløste dig af Trællehuset, og jeg sendte for dit Ansigt Moses, Aron og Mirjam.
5 ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍‍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।”
Mit Folk, kom i Hu, hvad Kong Balak af Moab havde i Sinde, og hvad Bileam, Beors Søn, svarede ham, fra Sjittim til Gilgal, for at du kan kende HERRENS Retfærdsgerninger.
6 “ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବା? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା?
»Med hvad skal jeg møde HERREN, bøje mig for Højhedens Gud? Skal jeg møde ham med Brændofre, møde med aargamle Kalve?
7 ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ? ଆମ୍ଭେ ଆପଣା ଆଜ୍ଞାଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା?”
Har HERREN Behag i Tusinder af Vædre, Titusinder af Oliestrømme? Skal jeg give min førstefødte for min Synd, mit Livs Frugt som Bod for min Sjæl?«
8 ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?
Det er sagt dig, o Menneske, hvad der er godt, og hvad HERREN kræver af dig: hvad andet end at øve Ret, gerne vise Kærlighed og vandre ydmygt med din Gud.
9 ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ। ତୁମ୍ଭେମାନେ ଦଣ୍ଡ ଓ ତନ୍ନିରୂପଣକାରୀଙ୍କୁ ମାନ।
Hør, HERREN raaber til Byen (at frygte dit Navn er Visdom): Hør, Stamme og Byens Menighed!
10 ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି?
Skal jeg taale Skattene i den gudløses Hus og den magre, forbandede Efa,
11 ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା।
tilgive Gudløsheds Vægt og Pungen med falske Lodder?
12 ସେହି ସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ୱା ପ୍ରବଞ୍ଚକ।
Dens Rigmænd er fulde af Vold, dens Borgeres Tale er Løgn, og Tungen er falsk i deres Mund.
13 ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ।
Derfor tog jeg til at slaa dig, ødelægge dig for dine Synder.
14 ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବୋହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ୍ଗକୁ ଦେବା।
Du skal spise, men ikke mættes, lige tomt skal dit Indre være; hvad du hengemmer, skal du ej bjærge, og hvad du bjærger, giver jeg Sværdet;
15 ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ।
du skal saa, men ikke høste, perse Oliven, men ikke salve dig, perse Most, men ej drikke Vin.
16 କାରଣ ଅମ୍ରିଙ୍କର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍‍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।
Du fulgte Omris Skikke, al Akabs Huses Færd; I vandrede efter deres Raad, saa jeg maa gøre dig til Ørk og Byens Borgere til Spot; Folkenes Haan skal I bære.

< ମୀଖା 6 >